< ପ୍ରଥମ ବଂଶାବଳୀ 27 >

1 ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।
以色列人的族长、千夫长、百夫长,和官长都分定班次,每班是二万四千人,周年按月轮流,替换出入服事王。
2 ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
正月第一班的班长是撒巴第业的儿子雅朔班;他班内有二万四千人。
3 ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।
他是法勒斯的子孙,统管正月班的一切军长。
4 ଦ୍ୱିତୀୟ ମାସର ପାଳି ଉପରେ ଅହୋହୀୟ ଦୋଦୟ ଓ ତାହାର ଦଳୀୟ ଲୋକ ଥିଲେ; ମିକ୍ଲୋତ୍‍ ଶାସକ ଥିଲା ଓ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
二月的班长是亚哈希人朵代,还有副官密基罗;他班内有二万四千人。
5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
三月第三班的班长是祭司耶何耶大的儿子比拿雅;他班内有二万四千人。
6 ଏହି ବନାୟ ତିରିଶ ବୀରଙ୍କ ମଧ୍ୟରେ ଗଣିତ ଓ ସେହି ତିରିଶ ଜଣଙ୍କ ଉପରେ ପ୍ରଧାନ ଥିଲା; ଆଉ ତାହାର ପାଳିରେ ତାହାର ପୁତ୍ର ଅମ୍ମୀଷାବଦ୍‍ ଥିଲା।
这比拿雅是那三十人中的勇士,管理那三十人;他班内又有他儿子暗米萨拔。
7 ଚତୁର୍ଥ ମାସ ପାଇଁ ଚତୁର୍ଥ ସେନାପତି ଯୋୟାବର ଭ୍ରାତା ଅସାହେଲ ଥିଲା ଓ ତାହା ଉତ୍ତାରେ ତାହାର ପୁତ୍ର ସବଦୀୟ; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
四月第四班的班长是约押的兄弟亚撒黑。接续他的是他儿子西巴第雅;他班内有二万四千人。
8 ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
五月第五班的班长是伊斯拉人珊合;他班内有二万四千人。
9 ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍‍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
六月第六班的班长是提哥亚人益吉的儿子以拉;他班内有二万四千人。
10 ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
七月第七班的班长是以法莲族比伦人希利斯;他班内有二万四千人。
11 ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
八月第八班的班长是谢拉族户沙人西比该;他班内有二万四千人。
12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
九月第九班的班长是便雅悯族亚拿突人亚比以谢;他班内有二万四千人。
13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
十月第十班的班长是谢拉族尼陀法人玛哈莱;他班内有二万四千人。
14 ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
十一月第十一班的班长是以法莲族比拉顿人比拿雅;他班内有二万四千人。
15 ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍‍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।
十二月第十二班的班长是俄陀聂族尼陀法人黑玳;他班内有二万四千人。
16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।
管理以色列众支派的记在下面:管吕便人的是细基利的儿子以利以谢;管西缅人的是玛迦的儿子示法提雅;
17 ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।
管利未人的是基母利的儿子哈沙比雅;管亚伦子孙的是撒督;
18 ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।
管犹大人的是大卫的一个哥哥以利户;管以萨迦人的是米迦勒的儿子暗利;
19 ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍।
管西布伦人的是俄巴第雅的儿子伊施玛雅;管拿弗他利人的是亚斯列的儿子耶利摩;
20 ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।
管以法莲人的是阿撒细雅的儿子何细亚;管玛拿西半支派的是毗大雅的儿子约珥;
21 ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।
管基列地玛拿西那半支派的是撒迦利亚的儿子易多;管便雅悯人的是押尼珥的儿子雅西业;
22 ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।
管但人的是耶罗罕的儿子亚萨列。以上是以色列众支派的首领。
23 ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।
以色列人二十岁以内的,大卫没有记其数目;因耶和华曾应许说,必加增以色列人如天上的星那样多。
24 ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।
洗鲁雅的儿子约押动手数点,当时耶和华的烈怒临到以色列人;因此,没有点完,数目也没有写在大卫王记上。
25 ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।
掌管王府库的是亚叠的儿子押斯马威。掌管田野城邑村庄保障之仓库的是乌西雅的儿子约拿单。
26 ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।
掌管耕田种地的是基绿的儿子以斯利。
27 ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
掌管葡萄园的是拉玛人示每。掌管葡萄园酒窖的是实弗米人撒巴底。
28 ପୁଣି, ଗାଦେରୀୟ ବାଲ୍‍ହାନନ୍‍ ତଳଭୂମିସ୍ଥିତ ଜୀତବୃକ୍ଷ ଓ ଡିମ୍ବିରି ବୃକ୍ଷସବୁର ଅଧ୍ୟକ୍ଷ ଓ ଯୋୟାଶ୍‍ ତୈଳ-ଭଣ୍ଡାରର ଅଧ୍ୟକ୍ଷ ଥିଲା।
掌管高原橄榄树和桑树的是基第利人巴勒·哈南。掌管油库的是约阿施。
29 ଆଉ ଶାରୋଣୀୟ ସିଟ୍ରୟ ଶାରୋଣରେ ଚରିବା ପଶୁପଲର ଅଧ୍ୟକ୍ଷ; ପୁଣି, ଅଦ୍‍ଲୟର ପୁତ୍ର ଶାଫଟ୍‍ ସବୁ ଉପତ୍ୟକାସ୍ଥିତ ପଶୁପଲର ଅଧ୍ୟକ୍ଷ ଥିଲା।
掌管沙 牧放牛群的是沙 人施提赉。掌管山谷牧养牛群的是亚第赉的儿子沙法。
30 ଇଶ୍ମାୟେଲୀୟ ଓବୀଲ୍‍ ଉଷ୍ଟ୍ରଗଣର ଅଧ୍ୟକ୍ଷ ଓ ମେରୋଣୋଥୀୟ ଯେହଦୀୟ ଗର୍ଦ୍ଦଭୀଗଣର ଅଧ୍ୟକ୍ଷ ଥିଲା।
掌管驼群的是以实玛利人阿比勒。掌管驴群的是米 人耶希底亚。掌管羊群的是夏甲人雅悉。
31 ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।
这都是给大卫王掌管产业的。
32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।
大卫的叔叔约拿单作谋士;这人有智慧,又作书记。哈摩尼的儿子耶歇作王众子的师傅。
33 ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।
亚希多弗也作王的谋士。亚基人户筛作王的陪伴。
34 ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।
亚希多弗之后,有比拿雅的儿子耶何耶大和亚比亚他接续他作谋士。约押作王的元帅。

< ପ୍ରଥମ ବଂଶାବଳୀ 27 >