< ପ୍ରଥମ ବଂଶାବଳୀ 28 >
1 ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳିକ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।
大卫招聚以色列各支派的首领和轮班服事王的军长,与千夫长、百夫长,掌管王和王子产业牲畜的,并太监,以及大能的勇士,都到耶路撒冷来。
2 ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।
大卫王就站起来,说:“我的弟兄,我的百姓啊,你们当听我言,我心里本想建造殿宇,安放耶和华的约柜,作为我 神的脚凳;我已经预备建造的材料。
3 ମାତ୍ର ପରମେଶ୍ୱର ମୋତେ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।’
只是 神对我说:‘你不可为我的名建造殿宇;因你是战士,流了人的血。’
4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;
然而,耶和华—以色列的 神在我父的全家拣选我作以色列的王,直到永远。因他拣选犹大为首领;在犹大支派中拣选我父家,在我父的众子里喜悦我,立我作以色列众人的王。
5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।
耶和华赐我许多儿子,在我儿子中拣选所罗门坐耶和华的国位,治理以色列人。
6 ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।
耶和华对我说:‘你儿子所罗门必建造我的殿和院宇;因为我拣选他作我的子,我也必作他的父。
7 ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।’
他若恒久遵行我的诫命典章如今日一样,我就必坚定他的国位,直到永远。’
8 ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
现今在耶和华的会中,以色列众人眼前所说的,我们的 神也听见了。你们应当寻求耶和华—你们 神的一切诫命,谨守遵行,如此你们可以承受这美地,遗留给你们的子孙,永远为业。
9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
“我儿所罗门哪,你当认识耶和华—你父的 神,诚心乐意地事奉他;因为他鉴察众人的心,知道一切心思意念。你若寻求他,他必使你寻见;你若离弃他,他必永远丢弃你。
10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
你当谨慎,因耶和华拣选你建造殿宇作为圣所。你当刚强去行。”
11 ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
大卫将殿的游廊、旁屋、府库、楼房、内殿,和施恩所的样式指示他儿子所罗门,
12 ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
又将被灵感动所得的样式,就是耶和华 神殿的院子、周围的房屋、殿的府库,和圣物府库的一切样式都指示他;
13 ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;
又指示他祭司和利未人的班次与耶和华殿里各样的工作,并耶和华殿里一切器皿的样式,
14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;
以及各样应用金器的分两和各样应用银器的分两,
15 ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;
金灯台和金灯的分两,银灯台和银灯的分两,轻重各都合宜;
16 ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
陈设饼金桌子的分两,银桌子的分两,
17 ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
精金的肉叉子、盘子,和爵的分两,各金碗与各银碗的分两,
18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।
精金香坛的分两,并用金子做基路伯;基路伯张开翅膀,遮掩耶和华的约柜。
19 ଦାଉଦ କହିଲେ, “ଏହିସବୁ, ଅର୍ଥାତ୍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”
大卫说:“这一切工作的样式都是耶和华用手划出来使我明白的。”
20 ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
大卫又对他儿子所罗门说:“你当刚强壮胆去行!不要惧怕,也不要惊惶。因为耶和华 神就是我的 神,与你同在;他必不撇下你,也不丢弃你,直到耶和华殿的工作都完毕了。
21 ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”
有祭司和利未人的各班,为要办理 神殿各样的事,又有灵巧的人在各样的工作上乐意帮助你;并有众首领和众民一心听从你的命令。”