< ପ୍ରଥମ ବଂଶାବଳୀ 28 >

1 ଏଥିଉତ୍ତାରେ ଦାଉଦ ଇସ୍ରାଏଲର ସମଗ୍ର ଅଧିପତିଙ୍କୁ, ବଂଶାଧିପତିଗଣଙ୍କୁ ଓ ପାଳିକ୍ରମେ ରାଜାଙ୍କର ସେବାକାରୀ ଦଳର ଅଧ୍ୟକ୍ଷମାନଙ୍କୁ, ପୁଣି, ସହସ୍ରପତି ଓ ଶତପତିମାନଙ୍କୁ, ଆଉ ରାଜାଙ୍କର ଓ ରାଜପୁତ୍ରମାନଙ୍କର ସକଳ ସମ୍ପତ୍ତି ଓ ଅଧିକାରର ଅଧ୍ୟକ୍ଷମାନଙ୍କୁ ଓ ନପୁଂସକଗଣକୁ ଓ ବୀରମାନଙ୍କୁ ଓ ମହାବିକ୍ରମଶାଳୀ ଲୋକଙ୍କୁ ଯିରୂଶାଲମରେ ଏକତ୍ର କଲେ।
ダビデはイスラエルのすべての長官、すなわち部族の長、王に仕えた組の長、千人の長、百人の長、王とその子たちのすべての財産および家畜のつかさ、宦官、有力者、勇士などをことごとくエルサレムに召し集めた。
2 ତହୁଁ ଦାଉଦ ରାଜା ଆପଣା ପାଦରେ ଠିଆ ହୋଇ କହିଲେ, “ହେ ମୋହର ଭ୍ରାତୃଗଣ, ମୋହର ଲୋକମାନେ, ମୋହର କଥା ଶୁଣ; ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ନିମନ୍ତେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପାଦପୀଠ ନିମନ୍ତେ ଏକ ବିଶ୍ରାମର ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା ଓ ମୁଁ ନିର୍ମାଣାର୍ଥେ ଆୟୋଜନ କରିଥିଲି।
そしてダビデ王はその足で立ち上がって言った、「わが兄弟たち、わが民よ、わたしに聞きなさい。わたしは主の契約の箱のため、われわれの神の足台のために安住の家を建てようとの志をもち、すでにこれを建てる準備をした。
3 ମାତ୍ର ପରମେଶ୍ୱର ମୋତେ କହିଲେ, ‘ତୁମ୍ଭେ ଆମ୍ଭ ନାମ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବ ନାହିଁ, କାରଣ ତୁମ୍ଭେ ଯୁଦ୍ଧକାରୀ ଓ ରକ୍ତପାତ କରିଅଛ।’
しかし神はわたしに言われた、『おまえはわが名のために家を建ててはならない。おまえは軍人であって、多くの血を流したからである』と。
4 ଯାହାହେଉ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ମୋହର ସମୁଦାୟ ପିତୃବଂଶ ମଧ୍ୟରୁ ମୋତେ ଇସ୍ରାଏଲ ଉପରେ ନିତ୍ୟ ରାଜା ହେବା ପାଇଁ ମନୋନୀତ କରିଅଛନ୍ତି; କାରଣ ସେ ଅଗ୍ରଣୀ ହେବା ପାଇଁ ଯିହୁଦାକୁ ଓ ଯିହୁଦା ବଂଶ ମଧ୍ୟରୁ ମୋʼ ପିତୃବଂଶକୁ ମନୋନୀତ କରିଅଛନ୍ତି; ସେ ମୋʼ ପିତାଙ୍କ ପୁତ୍ରଗଣ ମଧ୍ୟରୁ ମୋତେ ସମୁଦାୟ ଇସ୍ରାଏଲ ଉପରେ ରାଜା କରିବା ପାଇଁ ମୋʼ ଠାରେ ସନ୍ତୁଷ୍ଟ ହେଲେ;
それにもかかわらず、イスラエルの神、主はわたしの父の全家のうちからわたしを選んで長くイスラエルの王とせられた。すなわちユダを選んでかしらとし、ユダの家のうちで、わたしの父の家を選び、わたしの父の子らのうちで、わたしを喜び、全イスラエルの王とせられた。
5 ସଦାପ୍ରଭୁ ମୋତେ ଅନେକ ପୁତ୍ର ଦେଇଅଛନ୍ତି, ମାତ୍ର ମୋହର ସବୁ ପୁତ୍ର ମଧ୍ୟରୁ ଇସ୍ରାଏଲ ଉପରେ ସଦାପ୍ରଭୁଙ୍କ ରାଜ୍ୟର ସିଂହାସନରେ ବସିବା ପାଇଁ ସେ ମୋʼ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି।
そして主はわたしに多くの子を賜わり、そのすべての子らのうちからわが子ソロモンを選び、これを主の国の位にすわらせて、イスラエルを治めさせようとせられた。
6 ଆଉ, ସେ ମୋତେ କହିଅଛନ୍ତି, ‘ତୁମ୍ଭ ପୁତ୍ର ଶଲୋମନ ଆମ୍ଭର ଗୃହ ଓ ଆମ୍ଭର ପ୍ରାଙ୍ଗଣସବୁ ନିର୍ମାଣ କରିବ; କାରଣ ଆମ୍ଭେ ତାହାକୁ ଆମ୍ଭର ପୁତ୍ର ହେବା ପାଇଁ ମନୋନୀତ କରିଅଛୁ ଓ ଆମ୍ଭେ ତାହାର ପିତା ହେବା।
主はまたわたしに言われた、『おまえの子ソロモンがわが家およびわが庭を造るであろう。わたしは彼を選んでわが子となしたからである。わたしは彼の父となる。
7 ଆଉ, ଆଜିର ନ୍ୟାୟ ଯଦି ସେ ଆମ୍ଭର ଆଜ୍ଞା ଓ ଶାସନସବୁ ପାଳନ କରିବାକୁ ଦୃଢ଼ଚିତ୍ତ ହେବ, ତେବେ ଆମ୍ଭେ ତାହାର ରାଜ୍ୟ ଚିରକାଳ ସ୍ଥିର କରିବା।’
彼がもし今日のように、わが戒めとわがおきてを固く守って行うならば、わたしはその国をいつまでも堅くするであろう』と。
8 ଏହେତୁ ଏବେ ସଦାପ୍ରଭୁଙ୍କ ସମାଜ ଓ ସମଗ୍ର ଇସ୍ରାଏଲ ସାକ୍ଷାତରେ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ କର୍ଣ୍ଣଗୋଚରରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସକଳ ଆଜ୍ଞା ମନୋଯୋଗ କରି ଅନ୍ୱେଷଣ କର; ତହିଁରେ ତୁମ୍ଭେମାନେ ଏହି ଉତ୍ତମ ଦେଶ ଅଧିକାର କରିବ ଓ ତୁମ୍ଭମାନଙ୍କ ଉତ୍ତାରେ ଚିରକାଳ ତୁମ୍ଭମାନଙ୍କ ସନ୍ତାନଗଣର ଅଧିକାରାର୍ଥେ ତାହା ଛାଡ଼ିକରି ଯିବ।
それゆえいま、主の会衆なる全イスラエルの目の前およびわれわれの神の聞かれる所であなたがたに勧める。あなたがたはその神、主のすべての戒めを守り、これを求めなさい。そうすればあなたがたはこの良き地を所有し、これをあなたがたの後の子孫に長く嗣業として伝えることができる。
9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
わが子ソロモンよ、あなたの父の神を知り、全き心をもって喜び勇んで彼に仕えなさい。主はすべての心を探り、すべての思いを悟られるからである。あなたがもし彼を求めるならば会うことができる。しかしあなたがもしかれを捨てるならば彼は長くあなたを捨てられるであろう。
10 ଏବେ ସାବଧାନ ହୁଅ; କାରଣ ପବିତ୍ର ଆବାସ ନିମନ୍ତେ ଗୋଟିଏ ଗୃହ ନିର୍ମାଣ କରିବାକୁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି; ବଳବାନ ହୁଅ ଓ ତାହା କର।”
それであなたは慎みなさい。主はあなたを選んで聖所とすべき家を建てさせようとされるのだから心を強くしてこれを行いなさい」。
11 ତେବେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ ମନ୍ଦିର-ବରଣ୍ଡାର ଓ ତହିଁ ଗୃହର ଓ ତହିଁ ଭଣ୍ଡାରର ଓ ତହିଁ ଉପର କୋଠରି ଓ ତହିଁ ଭିତର କୋଠରିର ଓ ପାପାଚ୍ଛାଦନ ସ୍ଥାନର ନମୁନା ଦେଲେ;
こうしてダビデは神殿の廊およびその家、その倉、その上の室、その内の室、贖罪所の室などの計画をその子ソロモンに授け、
12 ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;
またその心にあったすべてのもの、すなわち主の宮の庭、周囲のすべての室、神の家の倉、ささげ物の倉などの計画を授け、
13 ମଧ୍ୟ ଯାଜକ ଓ ଲେବୀୟମାନଙ୍କ ପାଳି ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସମସ୍ତ କାର୍ଯ୍ୟ ନିମନ୍ତେ ଓ ସଦାପ୍ରଭୁଙ୍କ ଗୃହରେ ସେବାର୍ଥକ ସମସ୍ତ ପାତ୍ର ନିମନ୍ତେ;
また祭司およびレビびとの組と、主の宮のもろもろの務の仕事と、主の宮のもろもろの勤めの器物について授け、
14 ଯଥା, ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ସ୍ୱର୍ଣ୍ଣମୟ ପାତ୍ର ନିମନ୍ତେ ସୁନା; ପ୍ରତ୍ୟେକ ପ୍ରକାର ସେବାର୍ଥକ ସମସ୍ତ ପାତ୍ର, ଅର୍ଥାତ୍‍, ରୌପ୍ୟମୟ ପାତ୍ର ନିମନ୍ତେ ରୂପା ତୌଲି ଦେଲେ;
またもろもろの勤めに用いるすべての金の器を造る金の目方、およびもろもろの勤めに用いる銀の器の目方を定めた。
15 ମଧ୍ୟ ସ୍ୱର୍ଣ୍ଣମୟ ଦୀପବୃକ୍ଷସକଳ ନିମନ୍ତେ ଓ ତହିଁର ପ୍ରଦୀପ ନିମନ୍ତେ ତୌଲି ଦେଲେ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ସୁନା ତୌଲି ଦେଲେ; ପୁଣି, ରୌପ୍ୟମୟ ଦୀପବୃକ୍ଷସକଳ, ଅର୍ଥାତ୍‍, ପ୍ରତ୍ୟେକ ଦୀପବୃକ୍ଷର ବ୍ୟବହାରାନୁସାରେ ପ୍ରତ୍ୟେକ ଦୀପବୃକ୍ଷ ଓ ତହିଁର ପ୍ରଦୀପ ନିମନ୍ତେ ରୂପା ତୌଲି ଦେଲେ;
すなわち金の燭台と、そのともしび皿の目方、おのおのの燭台と、そのともしび皿の金の目方を定め、また銀の燭台についてもおのおのの燭台の用法にしたがって燭台と、そのともしび皿の銀の目方を定めた。
16 ଆଉ, ଦର୍ଶନୀୟ ରୁଟିର ମେଜସକଳ ମଧ୍ୟରୁ ପ୍ରତ୍ୟେକ ସ୍ୱର୍ଣ୍ଣମୟ ମେଜ ନିମନ୍ତେ ସୁନା ଓ ରୌପ୍ୟମୟ ମେଜସକଳ ନିମନ୍ତେ ରୂପା ତୌଲି ଦେଲେ;
また供えのパンの机については、そのおのおのの机のために金の目方を定め、また銀の机のためにも銀を定め、
17 ଆଉ, ତ୍ରିଶୂଳ ଓ କୁଣ୍ଡ ଓ ପାତ୍ରସକଳ ନିମନ୍ତେ ନିର୍ମଳ ସ୍ୱର୍ଣ୍ଣ; ପୁଣି, ସ୍ୱର୍ଣ୍ଣମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ ଓ ରୌପ୍ୟମୟ ତାଟିଆ ମଧ୍ୟରୁ ପ୍ରତ୍ୟେକ ତାଟିଆର ପରିମାଣ;
また肉さし、鉢、かめに用いる純金の目方を定め、金の大杯についてもおのおのの目方を定め、銀の大杯についてもおのおのの目方を定め、
18 ଆଉ, ଧୂପବେଦି ନିମନ୍ତେ ନିର୍ମଳ ସ୍ୱର୍ଣ୍ଣର ପରିମାଣ; ଆଉ ରଥ, ଅର୍ଥାତ୍‍, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଚ୍ଛାଦନକାରୀ ବିସ୍ତୃତପକ୍ଷ କିରୂବମାନଙ୍କ ନମୁନା ନିମନ୍ତେ ସ୍ୱର୍ଣ୍ଣ ଦେଲେ।
また香の祭壇のために精金の目方を定め、また翼を伸べて主の契約の箱をおおっているケルビムの金の車のひな型の金を定めた。
19 ଦାଉଦ କହିଲେ, “ଏହିସବୁ, ଅର୍ଥାତ୍‍, ଏହି ନମୁନାର ସମସ୍ତ କର୍ମ ସଦାପ୍ରଭୁଙ୍କ ହସ୍ତ-ଲିଖନରେ ଆମ୍ଭକୁ ବୁଝାଇ ଦିଆଯାଇଅଛି।”
ダビデはすべての工作が計画にしたがってなされるため、これについて主の手によって書かれたものにより、これをことごとく明らかにした。
20 ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।
ダビデはその子ソロモンに言った、「あなたは心を強くし、勇んでこれを行いなさい。恐れてはならない。おののいてはならない。主なる神、わたしの神があなたとともにおられるからである。主はあなたを離れず、あなたを捨てず、ついに主の宮の務のすべての工事をなし終えさせられるでしょう。
21 ଆଉ ଦେଖ, ପରମେଶ୍ୱରଙ୍କ ଗୃହର ସମସ୍ତ ସେବା ନିମନ୍ତେ ଯାଜକ ଓ ଲେବୀୟମାନଙ୍କର ପାଳି ଅଛି; ଆଉ ସର୍ବପ୍ରକାର ସେବା ନିମନ୍ତେ ସର୍ବପ୍ରକାର କାର୍ଯ୍ୟରେ ଇଚ୍ଛୁକ ଓ ନିପୁଣ ଲୋକେ ତୁମ୍ଭ ନିକଟରେ ରହିବେ; ମଧ୍ୟ ସେନାପତିଗଣ ଓ ସମସ୍ତ ଲୋକ ସମ୍ପୂର୍ଣ୍ଣ ରୂପେ ତୁମ୍ଭର ଆଜ୍ଞାଧୀନ ହେବେ।”
見よ、神の宮のすべての務のためには祭司とレビびとの組がある。またもろもろの勤めのためにすべての仕事を喜んでする巧みな者が皆あなたと共にある。またつかさたちおよびすべての民もあなたの命じるところをことごとく行うでしょう」。

< ପ୍ରଥମ ବଂଶାବଳୀ 28 >