< ପ୍ରଥମ ବଂଶାବଳୀ 29 >

1 ଏଥିଉତ୍ତାରେ ଦାଉଦ ରାଜା ସମଗ୍ର ସମାଜକୁ କହିଲେ, “ପରମେଶ୍ୱର ଆମ୍ଭ ପୁତ୍ର ଶଲୋମନଙ୍କୁ ଏକା ମନୋନୀତ କରିଅଛନ୍ତି, ସେ ଏବେ ମଧ୍ୟ ଅଳ୍ପ ବୟସ୍କ ଓ କୋମଳ, ପୁଣି, କାର୍ଯ୍ୟ ଅତି ବଡ଼; କାରଣ ଏହି ପ୍ରାସାଦ ମନୁଷ୍ୟ ପାଇଁ ନୁହେଁ, ମାତ୍ର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ଅଟେ।
Weiter sprach der König David zu der ganzen Volksgemeinde: Mein Sohn Salomo, der eine, den Gott erwählt hat, ist noch jung und zart, aber das Werk ist gewaltig; denn nicht für einen Menschen ist der Palast bestimmt, sondern für Gott Jahwe.
2 ଏବେ ମୁଁ ଆପଣାର ସମସ୍ତ ଶକ୍ତିରେ ମୋʼ ପରମେଶ୍ୱରଙ୍କ ଗୃହ ନିମନ୍ତେ ପ୍ରଚୁର ରୂପେ ସ୍ୱର୍ଣ୍ଣମୟ ଦ୍ରବ୍ୟ ପାଇଁ ସୁନା ଓ ରୌପ୍ୟମୟ ଦ୍ରବ୍ୟ ପାଇଁ ରୂପା ଓ ପିତ୍ତଳମୟ ଦ୍ରବ୍ୟ ପାଇଁ ପିତ୍ତଳ, ଲୌହମୟ ଦ୍ରବ୍ୟ ପାଇଁ ଲୁହା ଓ କାଷ୍ଠମୟ ଦ୍ରବ୍ୟ ପାଇଁ କାଷ୍ଠ; ଗୋମେଦକ ମଣି ଓ ଖଚନାର୍ଥକ ପ୍ରସ୍ତର, ଜଡ଼ିତ-କର୍ମାର୍ଥକ ପ୍ରସ୍ତର ଓ ନାନା ବର୍ଣ୍ଣର ପ୍ରସ୍ତର ଓ ସର୍ବପ୍ରକାର ବହୁମୂଲ୍ୟ ପ୍ରସ୍ତର ଓ ମର୍ମର ପ୍ରସ୍ତର ଆୟୋଜନ କରିଅଛି।
Und so habe ich mit aller meiner Kraft für den Tempel meines Gottes Gold zu dem goldenen, Silber zum silbernen, Erz zum ehernen, Eisen zum eisernen, Holz zum hölzernen Geräte beschafft, dazu Schohamsteine und Steine zu Einfassungen, Tuch- und Rimasteine, sowie allerlei andere kostbare Steine und Alabastersteine in Menge.
3 ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋʼ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋʼ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରିଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।
Weiter aber will ich ob meiner Freude am Tempel meines Gottes, was ich an Gold und Silber besitze, zum Tempel meines Gottes geben, zu alledem, was ich bereits für das Heiligtum beschafft habe:
4 ଅର୍ଥାତ୍‍, ଗୃହର କାନ୍ଥରେ ମଡ଼ାଇବା ପାଇଁ ଓଫୀରର ସ୍ୱର୍ଣ୍ଣରୁ ତିନି ହଜାର ତାଳନ୍ତ ସ୍ୱର୍ଣ୍ଣ ଓ ସାତ ହଜାର ତାଳନ୍ତ ନିର୍ମଳ ରୂପା;
3000 Talente Goldes, und zwar Ophirgold, 7000 Talente geläuterten Silbers, um die Wände der Tempelräume zu überziehen,
5 ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହି ସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି?”
und zur Beschaffung von Gold für die goldenen und von Silber für die silbernen Geräte und zu allen Arbeiten von Künstlerhand. Wer ist nun willig, heute gleichfalls für Jahwe ein Opfer zu bringen?
6 ତେବେ ପିତୃବଂଶର ଅଧିପତିମାନେ ଓ ଇସ୍ରାଏଲୀୟ ଗୋଷ୍ଠୀସମୂହର ଅଧିପତିମାନେ, ଆଉ ସହସ୍ର ଓ ଶତପତିମାନେ, ପୁଣି, ରାଜକାର୍ଯ୍ୟ-ଶାସକମାନେ ସ୍ୱେଚ୍ଛାରେ ଦାନ କଲେ;
Da erzeigten sich die Obersten der Familien, die Obersten der Stämme Israels, die Obersten der Tausendschaften und der Hundertschaften, und die Obersten im Dienste des Königs willig
7 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ସେବା ନିମନ୍ତେ ପାଞ୍ଚ ହଜାର ତାଳନ୍ତ ସ୍ୱର୍ଣ୍ଣ, ଦଶ ହଜାର ଡାରିକ୍‍ ମୁଦ୍ରା, ଦଶ ହଜାର ତାଳନ୍ତ ରୂପା, ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।
und spendeten zum Bau des Tempels Gottes 5000 Talente Goldes, 10000 Dariken, 10000 Talente Silbers, 18000 Talente Erz und 100000 Talente Eisen.
8 ପୁଣି, ଯେଉଁମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରାଦି ମିଳିଲା, ସେମାନେ ଗେର୍ଶୋନୀୟ ଯିହୀୟେଲର ହସ୍ତାଧୀନ ସଦାପ୍ରଭୁଙ୍କ ଭଣ୍ଡାର ଗୃହରେ ତାହାସବୁ ଦେଲେ।
Und wer Edelsteine besaß, gab sie zum Schatze des Tempels Jahwes unter die Obhut des Gersoniters Jehiel.
9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
Da freute sich das Volk über ihre Freigebigkeit, denn von ganzem Herzen hatten sie freiwillig für Jahwe gespendet, und auch der König David freute sich hoch.
10 ଏହେତୁ ଦାଉଦ ସମଗ୍ର ସମାଜ ସାକ୍ଷାତରେ ସଦାପ୍ରଭୁଙ୍କର ଧନ୍ୟବାଦ କଲେ; ଆଉ ଦାଉଦ କହିଲେ, “ହେ ସଦାପ୍ରଭୋ, ଆମ୍ଭମାନଙ୍କ ପିତା ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ସଦାକାଳ ଧନ୍ୟ।
Alsdann pries David Jahwe angesichts der ganzen Versammlung; und David sprach: Gepriesen seist du, Jahwe, du Gott unseres Ahnherrn Israel, von Ewigkeit zu Ewigkeit.
11 ହେ ସଦାପ୍ରଭୋ, ମହତ୍ତ୍ୱ, ପରାକ୍ରମ, ଶୋଭା, ଜୟ ଓ ପ୍ରତାପ ତୁମ୍ଭର; କାରଣ, ସ୍ୱର୍ଗ ଓ ପୃଥିବୀରେ ଥିବା ସମସ୍ତ ବିଷୟ ତୁମ୍ଭର; ହେ ସଦାପ୍ରଭୋ, ରାଜ୍ୟ ତୁମ୍ଭର ଓ ତୁମ୍ଭେ ସକଳର ଉପରେ ମସ୍ତକ ରୂପେ ଉନ୍ନତ ଅଟ।
Dein, Jahwe, ist die Größe und die Macht und die Herrlichkeit und der Ruhm und die Hoheit, denn dein ist alles, was im Himmel und auf Erden ist. Dein, Jahwe, ist das Königtum und in deiner Gewalt derjenige, der sich als Haupt über alle erhebt.
12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
Und der Reichtum und die Ehre kommen von dir; du bist Herrscher über alles, in deiner Hand stehen Kraft und Macht, und in deiner Hand steht es, irgend etwas groß und stark zu machen.
13 ଏହେତୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ ଓ ତୁମ୍ଭ ଗୌରବାନ୍ୱିତ ନାମରେ ପ୍ରଶଂସା କରୁଅଛୁ।
Und nun, unser Gott, wir danken dir und rühmen deinen herrlichen Namen.
14 ମାତ୍ର, ମୁଁ କିଏ ଓ ମୋହର ଲୋକମାନେ କିଏ ଯେ, ଆମ୍ଭେମାନେ ଏପରି ସ୍ୱେଚ୍ଛାପୂର୍ବକ ଏପ୍ରକାର ଦାନ କରିବାକୁ ସମର୍ଥ ହେବୁ? କାରଣ, ସମଗ୍ର ବିଷୟ ତୁମ୍ଭଠାରୁ ଆସେ ଓ ତୁମ୍ଭ ନିଜ ପଦାର୍ଥରୁ ଆମ୍ଭେମାନେ ତୁମ୍ଭକୁ ଦେଇଅଛୁ।
Denn wer bin ich, und was ist mein Volk, daß wir imstande sein sollten, freiwillig so viel zu spenden? Vielmehr von dir kommt alles, und aus deiner Hand haben wir es dir gegeben.
15 କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।
Denn Gäste sind wir vor dir und Beisassen, wie alle unsere Väter; einem Schatten gleichen unsere Lebenstage auf Erden, ohne Hoffnung.
16 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ପବିତ୍ର ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ପାଇଁ ଆମ୍ଭେମାନେ ଏହି ଯେଉଁ ସକଳ ପଦାର୍ଥ ସଞ୍ଚୟ କରିଅଛୁ, ତାହା ତୁମ୍ଭ ହସ୍ତରୁ ଆସିଅଛି ଓ ସବୁ ତୁମ୍ଭ ନିଜର ଅଟେ।
Jahwe, unser Gott, alle diese Reichtümer, die wir beschafft haben, um dir - deinem heiligen Namen - einen Tempel zu bauen: aus deiner Hand kommen sie, und dein ist das alles!
17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
Und ich weiß, mein Gott, daß du das Herz prüfst und an Aufrichtigkeit Wohlgefallen hast. Ich selbst habe aufrichtigen Sinnes alles dies freiwillig gespendet, und nun habe ich mit Freuden gesehen, wie auch dein Volk, das hier zugegen ist, dir freiwillig spendete.
18 ହେ ସଦାପ୍ରଭୋ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
Jahwe, du Gott unserer Väter Abraham, Isaak und Israel, bewahre immerdar solchen Sinn und solche Gedanken im Herzen deines Volkes und lenke ihr Herz zu dir.
19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋʼ ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
Meinem Sohne Salomo aber schenke ein williges Herz, daß er deine Gebote, Zeugnisse und Satzungen beobachte und das alles ausführe und den Gottespalast baue, den ich vorbereitet habe!
20 ଏଉତ୍ତାରେ ଦାଉଦ ସମଗ୍ର ସମାଜକୁ କହିଲେ, “ତୁମ୍ଭେମାନେ ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର।” ତହିଁରେ ସମସ୍ତ ସମାଜ ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କର ଧନ୍ୟବାଦ କଲେ ଓ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଓ ରାଜାଙ୍କୁ ପ୍ରଣାମ କଲେ।
Sodann gebot David der ganzen Versammlung: Preiset doch Jahwe, euren Gott! Da pries die ganze Versammlung Jahwe, den Gott ihrer Väter, und sie verneigten sich und warfen sich vor Jahwe und dem Könige nieder.
21 ତହୁଁ ସେମାନେ ପରଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସହସ୍ର ଗୋରୁ, ଏକ ସହସ୍ର ମେଷ ଓ ଏକ ସହସ୍ର ମେଷଶାବକ ପେୟ-ନୈବେଦ୍ୟ ସହିତ ବଳିଦାନ କଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସମଗ୍ର ଇସ୍ରାଏଲ ନିମନ୍ତେ ଅଧିକ ପରିମାଣର ବଳି ଉତ୍ସର୍ଗ କଲେ।
Und des anderen Morgens schlachteten sie Opfer für Jahwe und brachten Jahwe Brandopfer dar: 1000 Farren, 1000 Widder und 1000 Lämmer nebst den zugehörigen Trankopfern, dazu Schlachtopfer in Menge für ganz Israel.
22 ଆଉ ସେହି ଦିନ ମହାନନ୍ଦରେ ସଦାପ୍ରଭୁଙ୍କ ସାକ୍ଷାତରେ ଭୋଜନପାନ କଲେ। ପୁଣି, ସେମାନେ ଦାଉଦଙ୍କର ପୁତ୍ର ଶଲୋମନଙ୍କୁ ଦ୍ୱିତୀୟ ଥର ରାଜା କଲେ, ଆଉ ତାଙ୍କୁ ଅଗ୍ରଣୀ ହେବା ପାଇଁ ଓ ସାଦୋକକୁ ଯାଜକ ହେବା ପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଭିଷେକ କଲେ।
Und so aßen und tranken sie jenes Tags vor Jahwe mit großer Freude und machten Salomo, den Sohn Davids, zum zweiten Male zum König und salbten ihn Jahwe zum Fürsten und den Zadok zum Priester.
23 ସେତେବେଳେ ଶଲୋମନ ଆପଣା ପିତା ଦାଉଦଙ୍କର ପଦରେ ରାଜା ରୂପେ ସଦାପ୍ରଭୁଙ୍କ ସିଂହାସନରେ ଉପବିଷ୍ଟ ହେଲେ ଓ କୁଶଳ ପ୍ରାପ୍ତ ହେଲେ ଓ ସମୁଦାୟ ଇସ୍ରାଏଲ ତାଙ୍କର ଆଜ୍ଞାକାରୀ ହେଲେ।
Und so saß Salomo anstelle seines Vaters David als König auf dem Throne Jahwes und hatte Glück, und ganz Israel gehorchte ihm.
24 ପୁଣି, ସମସ୍ତ ଅଧିପତି ଓ ବୀରଗଣ ଓ ଦାଉଦ ରାଜାଙ୍କର ସମସ୍ତ ପୁତ୍ର ମଧ୍ୟ ଶଲୋମନ ରାଜାଙ୍କର ବଶୀଭୂତ ହେଲେ।
Auch alle Obersten und die Gibborim, sowie alle Söhne des Königs David unterwarfen sich dem Könige Salomo.
25 ଆଉ ସଦାପ୍ରଭୁ ସମଗ୍ର ଇସ୍ରାଏଲ ଦୃଷ୍ଟିରେ ଶଲୋମନଙ୍କୁ ଅତିଶୟ ମହାନ କଲେ ଓ ତାଙ୍କୁ ଏପରି ରାଜପ୍ରତାପ ଦାନ କଲେ ଯେ, ଇସ୍ରାଏଲ ମଧ୍ୟରେ ତାଙ୍କ ପୂର୍ବବର୍ତ୍ତୀ କୌଣସି ରାଜା ସେପରି ପ୍ରାପ୍ତ ହୋଇ ନ ଥିଲେ।
Und Jahwe ließ Salomo überaus herrlich werden vor den Augen von ganz Israel und verlieh ihm ein glorreiches Königtum, wie es vor ihm kein König über Israel gehabt hatte.
26 ଯିଶୀର ପୁତ୍ର ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
David, der Sohn Isais, hatte über ganz Israel geherrscht.
27 ଇସ୍ରାଏଲ ଉପରେ ତାଙ୍କର ରାଜତ୍ଵର ସମୟ ଚାଳିଶ ବର୍ଷ; ସେ ସାତ ବର୍ଷ ହିବ୍ରୋଣରେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
Die Zeit aber, der er über Israel geherrscht hat, betrug vierzig Jahre. Zu Hebron herrschte er sieben Jahre, zu Jerusalem aber dreiunddreißig.
28 ତହିଁ ଉତ୍ତାରେ ସେ ଆୟୁଷ, ଧନ ଓ ସମ୍ଭ୍ରମରେ ପରିପୂର୍ଣ୍ଣ ହୋଇ ଉତ୍ତମ ବୃଦ୍ଧାବସ୍ଥାରେ ମଲେ; ପୁଣି, ତାଙ୍କ ପୁତ୍ର ଶଲୋମନ ତାଙ୍କ ପଦରେ ରାଜ୍ୟ କଲେ।
Und er starb in einem schönen Alter, gesättigt mit Lebenstagen, Reichtum und Ehre, und sein Sohn Salomo ward König an seiner Statt.
29 ଏହି ଦାଉଦ ରାଜାଙ୍କର ପ୍ରଥମ ଓ ଶେଷ କ୍ରିୟାସବୁ, ଦେଖ, ଶାମୁୟେଲ ଦର୍ଶକର ଇତିହାସରେ ଓ ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସରେ ଓ ଗାଦ୍‍ ଦର୍ଶକର ଇତିହାସରେ ଲିଖିତ ଅଛି;
Die Geschichte des Königs David, die frühere wie die spätere, findet sich aufgezeichnet in der Geschichte Samuels, des Sehers, sowie in der Geschichte des Propheten Nathan und in der Geschichte Gads, des Schauers,
30 ତହିଁ ସଙ୍ଗେ ତାଙ୍କର ରାଜ୍ୟ ଶାସନ ଓ ତାଙ୍କର ପରାକ୍ରମ, ପୁଣି, ତାଙ୍କ ଉପରେ ଓ ଇସ୍ରାଏଲ ଉପରେ ଓ ନାନା ଦେଶୀୟ ସମସ୍ତ ରାଜ୍ୟ ଉପରେ ଯାହା ଯାହା ଘଟିଲା, ସେସବୁର ବିବରଣ ଲେଖାଅଛି।
samt aller seiner Herrschermacht und seinen tapferen Thaten und den Zeitläufen, die über ihn und über Israel und alle Reiche der Heidenländer dahingegangen sind.

< ପ୍ରଥମ ବଂଶାବଳୀ 29 >