< ପ୍ରଥମ ବଂଶାବଳୀ 4 >

1 ଯିହୁଦାର ସନ୍ତାନଗଣ ପେରସ, ହିଷ୍ରୋଣ, କର୍ମି, ହୂର ଓ ଶୋବଲ୍‍।
filii Iuda Phares Esrom et Carmi et Ur et Subal
2 ପୁଣି, ଶୋବଲ୍‍ର ସନ୍ତାନ ରାୟା ଯହତ୍‍କୁ ଜାତ କଲା; ପୁଣି, ଯହତ୍‍ ଅହୂମୟ ଓ ଲହଦକୁ ଜାତ କଲା। ଏମାନେ ସରାୟୀୟ ଗୋଷ୍ଠୀ।
Reaia vero filius Subal genuit Ieth de quo nati sunt Ahimai et Laed hae cognationes Sarathi
3 ଐଟମ୍‍ର ପିତାର ସନ୍ତାନ ଯିଷ୍ରିୟେଲ ଓ ଯିଶ୍ମା ଓ ଯିଦ୍‍ବଶ; ଏମାନଙ୍କ ଭଗିନୀର ନାମ ହତ୍‍ସଲିଲ୍‍-ପୋନୀ ଥିଲା।
ista quoque stirps Hetam Iezrahel et Iesema et Iedebos nomenque sororis eorum Asalelphuni
4 ଆଉ ଗଦୋରର ପିତା ପନୂୟେଲ ଓ ହୂଶଃର ପିତା ଏସର୍‍; ଏମାନେ ବେଥଲିହିମର ପିତା ଇଫ୍ରାଥାର ଜ୍ୟେଷ୍ଠ ପୁତ୍ର ହୂରର ସନ୍ତାନ।
Phunihel autem pater Gedor et Ezer pater Osa isti sunt filii Ur primogeniti Ephrata patris Bethleem
5 ପୁଣି, ତକୋୟର ପିତା ଅସ୍‍ହୂରର ହିଲା ଓ ନାରା ନାମ୍ନୀ ଦୁଇ ଭାର୍ଯ୍ୟା ଥିଲେ।
Asur vero patris Thecue erant duae uxores Halaa et Naara
6 ନାରା ତାହାର ଔରସରେ ଅହୁଷମକୁ, ହେଫରକୁ, ତୈମିନିକୁ ଓ ଅହସ୍ତରିକୁ ପ୍ରସବ କଲା। ଏମାନେ ନାରାର ସନ୍ତାନ।
peperit autem ei Naara Oozam et Epher et Themani et Asthari isti sunt filii Naara
7 ଆଉ ହିଲାର ସନ୍ତାନ ସେରତ୍‍, ୟସ୍‍ହାର ଓ ଇତ୍‍ନନ୍‍।
porro filii Halaa Sereth Isaar et Ethnan
8 ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।
Cos autem genuit Anob et Sobaba et cognationem Aral filii Arum
9 ପୁଣି, ଯାବେଷ୍‍ ଆପଣା ଭ୍ରାତୃଗଣ ଅପେକ୍ଷା ଅଧିକ ସମ୍ଭ୍ରାନ୍ତ ଥିଲା; ତାହାର ମାତା ତାହାର ନାମ ଯାବେଷ୍‍ ରଖିଥିଲା, କାରଣ ସେ କହିଥିଲା, “ଆମ୍ଭେ ଦୁଃଖରେ ଏହାକୁ ପ୍ରସବ କଲୁ।”
fuit autem Iabes inclitus prae fratribus suis et mater eius vocavit nomen illius Iabes dicens quia peperi eum in dolore
10 ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, “ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର।” ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
invocavit vero Iabes Deum Israhel dicens si benedicens benedixeris mihi et dilataveris terminos meos et fuerit manus tua mecum et feceris me a malitia non opprimi et praestitit Deus quae precatus est
11 ଶୂହାର ଭ୍ରାତା କଲୂବ ମହୀରକୁ ଜାତ କଲା, ସେ ଇଷ୍ଟୋନ୍‍ର ପିତା।
Chaleb autem frater Suaa genuit Machir qui fuit pater Esthon
12 ଇଷ୍ଟୋନ୍‍ ବେଥ୍-ରାଫା ଓ ପାସେହକୁ, ଆଉ ଈରନାହସର ପିତା ତହିନ୍ନକୁ ଜାତ କଲା। ଏମାନେ ରେକାର ଲୋକ।
porro Esthon genuit Bethrapha et Phesse et Thena patrem urbis Naas hii sunt viri Recha
13 କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।
filii autem Cenez Othonihel et Saraia porro filii Othonihel Athath
14 ମିୟୋନୋଥୟ ଅଫ୍ରାକୁ ଜାତ କଲା; ପୁଣି, ସରାୟ ଗିହରଷୀୟମାନଙ୍କ ପିତା ଯୋୟାବକୁ ଜାତ କଲା; ଏମାନେ ଶିଳ୍ପକାର ଥିଲେ।
et Maonathi genuit Ophra Saraias autem genuit Ioab patrem vallis Artificum ibi quippe artifices erant
15 ଆଉ ଯିଫୁନ୍ନିର ପୁତ୍ର କାଲେବଙ୍କର ସନ୍ତାନଗଣ; ଈରୁ, ଏଲା ଓ ନୟମ; ଆଉ ଏଲାର ସନ୍ତାନଗଣ ଓ କନସ।
filii vero Chaleb filii Iephonne Hir et Hela et Nahem filiique Hela et Cenez
16 ଯିହଲିଲେର ପୁତ୍ରଗଣ; ସୀଫ୍‍, ସୀଫା, ତୀରିୟ ଓ ଅସାରେଲ।
filii quoque Iallelel Ziph et Zipha Thiria et Asrahel
17 ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍‍, ଏଫର ଓ ଯାଲୋନ୍‍ (ମେରଦ୍‍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍‍ବହକୁ ପ୍ରସବ କଲା।
et filii Ezra Iether et Mered et Epher et Ialon genuitque Mariam et Sammai et Iesba patrem Esthamo
18 ଆଉ ତାହାର ଯିହୁଦୀୟା ଭାର୍ଯ୍ୟା, ଗଦୋରର ପିତା ଯେରଦକୁ, ସୋଖୋର ପିତା ହେବରକୁ ଓ ସାନୋହର ପିତା ଯିକୂଥୀୟେଲକୁ ପ୍ରସବ କଲା। ମାତ୍ର ସେମାନେ ଫାରୋର କନ୍ୟା ବିଥିୟାର ସନ୍ତାନ ଥିଲେ, ମେରଦ୍‍ ତାହାକୁ ବିବାହ କରିଥିଲା।
uxor quoque eius Iudaia peperit Iared patrem Gedor et Heber patrem Soccho et Hicuthihel patrem Zano hii autem filii Beththiae filiae Pharaonis quam accepit Mered
19 ନହମର ଭଗିନୀ, ହୋଦୀୟର ଭାର୍ଯ୍ୟାର ସନ୍ତାନ ଗର୍ମୀୟ କିୟୀଲାର ପିତା ଓ ମାଖାଥୀୟ ଇଷ୍ଟିମୋୟ।
et filii uxoris Odaiae sororis Naham patris Ceila Garmi et Esthamo qui fuit de Machathi
20 ଆଉ, ଶିମୋନର ସନ୍ତାନ ଅମ୍ନୋନ, ରିଣ୍ଣ, ବିନ୍‍ହାନନ୍‍ ଓ ତୀଲୋନ୍‍। ଆଉ ଈଶୀର ସନ୍ତାନ ସୋହେତ୍‍ ଓ ବିନ୍‍-ସୋହେତ୍‍।
filii quoque Simon Amnon et Rena filius Anan et Thilon et filii Iesi Zoeth et Benzoeth
21 ଯିହୁଦାର ପୁତ୍ର ଶେଲାର ପୁତ୍ରଗଣ; ଲେକାର ପିତା ଏର ଓ ମାରେଶାର ପିତା ଲାଦା, ଆଉ ବେଥ୍-ଅସବେୟର ବଂଶଜାତ କ୍ଷୌମବସ୍ତ୍ର-ପ୍ରସ୍ତୁତକାରୀ ସକଳ ଗୋଷ୍ଠୀ;
filii Sela filii Iuda Her pater Lecha et Laada pater Maresa et cognationes Domus operantium byssum in domo Iuramenti
22 ପୁଣି, ଯୋକୀମ୍‍, କୋଷେବାର ଲୋକମାନେ, ଯୋୟାଶ୍‍, ସାରଫ୍‍ ନାମକ ମୋୟାବର ଶାସନକର୍ତ୍ତା ଓ ଯାଶୂବିଲେହମ୍‍। ଏହା ଲିଖିତ ବିବରଣୀ ଅଟେ।
et Qui stare fecit solem virique Mendacii et Securus et Incendens qui principes fuerunt in Moab et qui reversi sunt in Leem haec autem verba vetera
23 ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।
hii sunt figuli habitantes in plantationibus et in praesepibus apud regem in operibus eius commoratique sunt ibi
24 ଶିମୀୟୋନର ସନ୍ତାନ ନମୂୟେଲ ଓ ଯାମୀନ୍‍, ଯାରୀବ, ସେରହ, ଶୌଲ;
filii Symeon Namuhel et Iamin Iarib Zara Saul
25 ତାହାର ପୁତ୍ର ଶଲ୍ଲୁମ୍‍, ତାହାର ପୁତ୍ର ମିବ୍‍ସମ୍‍, ତାହାର ପୁତ୍ର ମିଶ୍ମା।
Sellum filius eius Mabsam filius eius Masma filius eius
26 ପୁଣି, ମିଶ୍ମାର ସନ୍ତାନ ହମୁୟେଲ, ତାହାର ସନ୍ତାନ ସକ୍କୁର, ତାହାର ପୁତ୍ର ଶିମୀୟି।
filii Masma Amuhel filius eius Zacchur filius eius Semei filius eius
27 ଆଉ, ଶିମୀୟିର ଷୋଳ ପୁତ୍ର ଓ ଛଅ କନ୍ୟା ଥିଲେ; ମାତ୍ର ତାହାର ଭ୍ରାତୃଗଣର ଅନେକ ସନ୍ତାନ ନ ଥିଲେ, କିଅବା ସେମାନଙ୍କର ଗୋଷ୍ଠୀ ଯିହୁଦା-ସନ୍ତାନଗଣ ତୁଲ୍ୟ ବୃଦ୍ଧି ପାଇଲେ ନାହିଁ।
filii Semei sedecim et filiae sex fratres autem eius non habuerunt filios multos et universa cognatio non potuit adaequare summam filiorum Iuda
28 ଆଉ, ସେମାନେ ବେର୍‍ଶେବାରେ, ମୋଲାଦାରେ, ହତ୍‍ସର-ଶୁୟାଲ୍‍ରେ,
habitaverunt autem in Bersabee et Molada et Asarsual
29 ବିଲ୍‌ହାରେ, ଏତ୍ସମ୍‍ରେ, ତୋଲଦରେ,
et in Ballaa et in Asom et in Tholad
30 ବଥୂୟେଲରେ, ହର୍ମାରେ, ସିକ୍ଲଗ୍‍ରେ,
et in Bathuhel et in Orma et in Siceleg
31 ବେଥ୍-ମର୍କାବୋତ୍‍ରେ, ହତ୍‍ସର୍‍-ସୂଷୀମ୍‍ରେ, ବେଥ୍-ବିରୀରେ ଓ ଶାରୟିମ୍‍ରେ ବାସ କଲେ। ଦାଉଦଙ୍କର ରାଜତ୍ୱ ପର୍ଯ୍ୟନ୍ତ ଏସବୁ ନଗର ସେମାନଙ୍କର ଥିଲା।
et in Bethmarchaboth et in Asarsusim et in Bethberai et in Saarim hae civitates eorum usque ad regem David
32 ଆଉ, ଗ୍ରାମସୁଦ୍ଧା ଐଟମ୍‍, ଐନ୍‍, ରିମ୍ମୋନ୍‍, ତୋଖେନ୍‍ ଓ ଆଶନ୍‍, ଏହି ପାଞ୍ଚ ନଗର;
villae quoque eorum Etham et Aen et Remmon et Thochen et Asan civitates quinque
33 ପୁଣି, ବାଲ୍‍ ପର୍ଯ୍ୟନ୍ତ ଏହି ନଗରର ଚତୁର୍ଦ୍ଦିଗସ୍ଥ ସମସ୍ତ ଗ୍ରାମ ସେମାନଙ୍କର ଥିଲା। ଏହିସବୁ ସେମାନଙ୍କର ନିବାସ ସ୍ଥାନ ଓ ସେମାନଙ୍କ ନିଜର ବଂଶାବଳୀ ଅଛି।
et universi viculi eorum per circuitum civitatum istarum usque ad Baal haec est habitatio eorum et sedum distributio
34 ଆଉ, ମଶୋବବ୍‍, ଯମ୍ଲେକ ଓ ଅମତ୍‍ସୀୟର ପୁତ୍ର ଯୋଶ
Masobab quoque et Iemlech et Iosa filius Amasiae
35 ଓ ଯୋୟେଲ, ପୁଣି, ଅସୀୟେଲର ପ୍ରପୌତ୍ର ସରାୟର ପୌତ୍ର ଯୋଶିବିୟର ପୁତ୍ର ଯେହୂ;
et Iohel et Ieu filius Iosabiae filii Saraiae filii Asihel
36 ଇଲୀୟୋଐନୟ, ଯାକୋବା, ଯିଶୋହାୟ, ଅସାୟ, ଅଦୀୟେଲ, ଯିଶୀମିୟେଲ ଓ ବନାୟ;
et Helioenai et Iacoba et Isuaia et Asaia et Adihel et Isimihel et Banaia
37 ଆଉ, ଶମୟୀୟର ଅତି ବୃଦ୍ଧ ପ୍ରପୌତ୍ର ଶିମ୍ରିର ବୃଦ୍ଧ ପ୍ରପୌତ୍ର ଯିଦାୟର ପ୍ରପୌତ୍ର ଆଲୋନର ପୌତ୍ର ଶିଫିୟିର ପୁତ୍ର ସୀଷଃ;
Ziza quoque filius Sephei filii Allon filii Idaia filii Semri filii Samaia
38 ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ବ୍ୟକ୍ତ ହେଲା, ସେମାନେ ଆପଣା ଆପଣା ଗୋଷ୍ଠୀର ଅଧ୍ୟକ୍ଷ ଥିଲେ ଓ ସେମାନଙ୍କ ପିତୃବଂଶ ଅତିଶୟ ବୃଦ୍ଧି ପାଇଲେ।
isti sunt nominati principes in cognationibus suis et in domo adfinitatum suarum multiplicati sunt vehementer
39 ପୁଣି, ସେମାନେ ଆପଣାମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଅନ୍ୱେଷଣ କରିବାକୁ ଗଦୋରର ପ୍ରବେଶ ସ୍ଥାନ, ଅର୍ଥାତ୍‍, ଉପତ୍ୟକାର ପୂର୍ବ ପାର୍ଶ୍ୱ ପର୍ଯ୍ୟନ୍ତ ଗଲେ।
et profecti sunt ut ingrederentur in Gador usque ad orientem vallis et ut quaererent pascua gregibus suis
40 ତହିଁରେ ସେମାନେ ପ୍ରଚୁର ଓ ଉତ୍ତମ ଚରାସ୍ଥାନ ପାଇଲେ, ଆଉ ଦେଶ ପ୍ରଶସ୍ତ ଓ ଶାନ୍ତ ଓ ନିର୍ବିରୋଧ ଥିଲା; କାରଣ ହାମବଂଶୀୟ ଲୋକମାନେ ପୂର୍ବରେ ସେହି ସ୍ଥାନରେ ବାସ କରୁଥିଲେ।
inveneruntque pascuas uberes et valde bonas et terram latissimam et quietam et fertilem in qua ante habitaverunt de stirpe Ham
41 ପୁଣି, ଏହି ଯେଉଁ ବ୍ୟକ୍ତିମାନଙ୍କ ନାମ ଲିଖିତ ହେଲା, ସେମାନେ ଯିହୁଦାର ରାଜା ହିଜକୀୟର ସମୟରେ ଆସି ସେହି ଲୋକମାନଙ୍କ ତମ୍ବୁ ଓ ସେଠାରେ ପ୍ରାପ୍ତ ମିୟନୀୟମାନଙ୍କୁ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ, (ତାହା ଆଜି ପର୍ଯ୍ୟନ୍ତ ସେପରି ଅଛି), ଆଉ ସେମାନଙ୍କ ବଦଳେ ବାସ କଲେ; କାରଣ ସେଠାରେ ସେମାନଙ୍କ ପଶୁପଲ ପାଇଁ ଚରାସ୍ଥାନ ଥିଲା।
hii ergo venerunt quos supra descripsimus nominatim in diebus Ezechiae regis Iuda et percusserunt tabernacula eorum et habitatores qui inventi fuerant ibi et deleverunt eos usque in praesentem diem habitaveruntque pro eis quoniam uberrimas ibidem pascuas reppererunt
42 ଆଉ, ସେମାନଙ୍କର କେତେକ ଲୋକ, ଅର୍ଥାତ୍‍, ଶିମୀୟୋନର ସନ୍ତାନଗଣ ମଧ୍ୟରୁ ପାଞ୍ଚ ଶହ ଜଣ ଈଶୀର ସନ୍ତାନ ପ୍ଲଟୀୟକୁ ଓ ନିୟରୀୟକୁ ଓ ରଫାୟକୁ ଓ ଉଷୀୟେଲକୁ ସେନାପତି କରି ସେୟୀର ପର୍ବତକୁ ଗଲେ।
de filiis quoque Symeon abierunt in montem Seir viri quingenti habentes principes Phaltiam et Nahariam et Raphaiam et Ozihel filios Iesi
43 ପୁଣି, ସେମାନେ ଅମାଲେକୀୟ ପଳାତକ ଅବଶିଷ୍ଟ ଲୋକମାନଙ୍କୁ ଆଘାତ କରି ସେଠାରେ ବାସ କଲେ, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
et percusserunt reliquias quae evadere potuerant Amalechitarum et habitaverunt ibi pro eis usque ad diem hanc

< ପ୍ରଥମ ବଂଶାବଳୀ 4 >