< ପ୍ରଥମ ବଂଶାବଳୀ 5 >

1 ଇସ୍ରାଏଲର ପ୍ରଥମଜାତ ରୁବେନ୍‍ର ସନ୍ତାନଗଣର କଥା, ରୁବେନ୍‍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।
이스라엘의 장자 르우벤의 아들들은 이러하니라 (르우벤은 장자라도 그 아비의 침상을 더럽게 하였으므로 장자의 명분이 이스라엘의 아들 요셉의 자손에게로 돌아갔으나 족보에는 장자의 명분대로 기록할 것이 아니니라
2 କାରଣ ଯିହୁଦା ଆପଣା ଭ୍ରାତୃଗଣ ଅପେକ୍ଷା ପରାକ୍ରମୀ ହେଲା ଓ ତାହାଠାରୁ ଅଧିପତି ଉତ୍ପନ୍ନ ହେଲେ; ମାତ୍ର ଜ୍ୟେଷ୍ଠାଧିକାର ଯୋଷେଫର ହେଲା;
유다는 형제보다 뛰어나고 주권자가 유다로 말미암아 났을지라도 장자의 명분은 요셉에게 있으니라)
3 ଇସ୍ରାଏଲର ଜ୍ୟେଷ୍ଠ ପୁତ୍ର ରୁବେନ୍‍ର ସନ୍ତାନ ହନୋକ ଓ ପଲ୍ଲୁ, ହିଷ୍ରୋଣ ଓ କର୍ମି।
이스라엘의 장자 르우벤의 아들들은 하녹과, 발루와, 헤스론과, 갈미요
4 ଯୋୟେଲର ସନ୍ତାନଗଣ; ତାହାର ପୁତ୍ର ଶମୟୀୟ, ତାହାର ପୁତ୍ର ଗୋଗ୍‍, ତାହାର ପୁତ୍ର ଶିମୀୟି;
요엘의 아들은 스마야요, 그 아들은 곡이요, 그 아들은 시므이요
5 ତାହାର ପୁତ୍ର ମୀଖା, ତାହାର ପୁତ୍ର ରାୟା, ତାହାର ପୁତ୍ର ବାଲ୍‍;
그 아들은 미가요, 그 아들은 르아야요, 그 아들은 바알이요
6 ତାହାର ପୁତ୍ର ବେରା, ଯାହାକୁ ଅଶୂର-ରାଜା ତିଗ୍ଲତ୍‍-ପିଲ୍‍ନେଷର ବନ୍ଦୀ କରି ନେଇଗଲା; ସେ ରୁବେନୀୟମାନଙ୍କର ଅଧିପତି ଥିଲା।
그 아들은 브에라니 저는 르우벤 자손의 두목으로서 앗수르 왕 디글랏빌레셀에게 사로잡힌자라
7 ଯେତେବେଳେ ସେମାନଙ୍କ ବଂଶାବଳୀ ଲେଖାଗଲା, ସେତେବେଳେ ଆପଣା ଆପଣା ଗୋଷ୍ଠୀ ଅନୁସାରେ ଏହାର ଏହି ଭ୍ରାତୃଗଣ ଥିଲେ; ପ୍ରଧାନ ଯିୟୀୟେଲ୍‍ ଓ ଜିଖରୀୟ
저의 형제가 종족과 보계대로 족장 된자는 여이엘과, 스가랴와
8 ଓ ଯୋୟେଲର ପ୍ରପୌତ୍ର ଶେମାର ପୌତ୍ର ଆସସ୍‍ର ପୁତ୍ର ବେଲା, ସେ ଅରୋୟେର ଓ ନବୋ ଓ ବାଲ୍‍-ମୀୟୋନ୍‍ ପର୍ଯ୍ୟନ୍ତ ବାସ କଲା।
벨라니 벨라는 아사스의 아들이요, 세마의 손자요, 요엘의 증손이라 저가 아로엘에 거하여 느보와 바알므온까지 미쳤고
9 ପୁଣି, ପୂର୍ବ ଦିଗରେ ସେ ଫରାତ୍‍ ନଦୀଠାରୁ ପ୍ରାନ୍ତର-ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ବାସ କଲା; କାରଣ ଗିଲୀୟଦ ଦେଶରେ ସେମାନଙ୍କ ପଶୁଗଣ ବୃଦ୍ଧି ପାଇଥିଲେ।
또 동으로 가서 거하여 유브라데강에서부터 광야 지경까지 미쳤으니 이는 길르앗 땅에서 그 생축이 번식함이라
10 ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।
사울왕 때에 저희가 하갈 사람으로 더불어 싸워 쳐 죽이고 길르앗 동편 온 땅에서 장막에 거하였더라
11 ପୁଣି, ଗାଦ୍‍ର ସନ୍ତାନଗଣ ସେମାନଙ୍କ ସମ୍ମୁଖରେ ସଲଖା ପର୍ଯ୍ୟନ୍ତ ବାଶନ ଦେଶରେ ବାସ କଲେ।
갓 자손은 르우벤 사람을 마주 대하여 바산 땅에 거하여 살르가까지 미쳤으니
12 ଯୋୟେଲ ପ୍ରଧାନ ଓ ଶାଫମ୍‍ ଦ୍ୱିତୀୟ, ଆଉ ଯାନୟ ଓ ଶାଫଟ୍‍ ବାଶନରେ ରହିଲେ;
족장은 요엘이요, 다음은 사밤이요, 또 야내와, 바산에 거한 사밧이요
13 ପୁଣି, ସେମାନଙ୍କର ପିତୃବଂଶଜ ଭ୍ରାତୃଗଣ ମୀଖାୟେଲ, ମଶୁଲ୍ଲମ୍‍, ଶେବଃ, ଯୋରୟ, ଯାକନ୍‍, ସୀୟ ଓ ଏବର, ସାତ ଜଣ।
그 족속 형제에는 미가엘과, 므술람과, 세바와, 요래와, 야간과, 시아와, 에벨 일곱명이니
14 ବୂଷ୍‍ର ପୁତ୍ର ଯହଦୋ, ଯହଦୋର ପୁତ୍ର ଯିହିଶୟ, ଯିହିଶୟର ପୁତ୍ର ମୀଖାୟେଲ, ମୀଖାୟେଲର ପୁତ୍ର ଗିଲୀୟଦ, ଗିଲୀୟଦର ପୁତ୍ର ଯାରୋହ, ଯାରୋହର ପୁତ୍ର ହୁରି; ହୁରିର ପୁତ୍ର ଅବୀହୟିଲ, ସେମାନେ ସେହି ଅବୀହୟିଲର ସନ୍ତାନ ଥିଲେ।
이는 다 아비하일의 아들이라 아비하일은 후리의 아들이요, 야로의 손자요, 길르앗의 증손이요, 미가엘의 현손이요, 여시새의 오대 손이요, 야도의 육대 손이요, 부스의 칠대 손이며,
15 ଗୂନିର ପୌତ୍ର ଅବ୍‍ଦୀୟେଲର ପୁତ୍ର ଅହି ସେମାନଙ୍କ ପିତୃବଂଶର ପ୍ରଧାନ ଥିଲା।
또 구니의 손자 압디엘의 아들 아히가 족장이 되었고
16 ସେମାନେ ଗିଲୀୟଦରେ, ବାଶନରେ ତହିଁର ସମସ୍ତ ଉପନଗରରେ ଓ ସେସବୁର ସୀମା ପର୍ଯ୍ୟନ୍ତ ଶାରୋଣର ସମସ୍ତ ତଳିଭୂମିରେ ବାସ କଲେ।
저희가 바산길르앗과 그 향촌과 사론의 모든 들에 거하여 그 사방 변경에 미쳤더라
17 ଯିହୁଦାର ରାଜା ଯୋଥମ୍‍ଙ୍କର ସମୟରେ ଓ ଇସ୍ରାଏଲର ରାଜା ଯାରବୀୟାମଙ୍କ ସମୟରେ ଏସମସ୍ତଙ୍କର ବଂଶାବଳୀ ଲିଖିତ ହୋଇଥିଲା।
이상은 유다 왕 요담과 이스라엘 왕 여로보암 때에 족보에 기록 되었더라
18 ରୁବେନ୍‍ର ସନ୍ତାନଗଣ, ପୁଣି, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଢାଲ, ଖଡ୍ଗ ଧରିବାକୁ, ଧନୁ ମାରିବାକୁ ସମର୍ଥ ଓ ଯୁଦ୍ଧରେ ନିପୁଣ ଚୌରାଳିଶ ହଜାର ସାତ ଶହ ଷାଠିଏ ଜଣ ବିକ୍ରମୀ ପୁରୁଷ ଯୁଦ୍ଧଯାତ୍ରା କରିବାକୁ ସମର୍ଥ ଥିଲେ।
르우벤 자손과 갓 사람과 므낫세 반 지파의 나가 싸울 만한 용사 곧 능히 방패와 칼을 들며 활을 당기어 싸움에 익숙한 자가 사만 사천 칠백 육십인이라
19 ସେମାନେ ହାଗରୀୟମାନଙ୍କ ସହିତ, ଯିଟୁର, ନାଫୀଶ୍‍ ଓ ନୋଦବ୍‍ ସହିତ ଯୁଦ୍ଧ କଲେ।
저희가 하갈 사람과, 여두르와, 나비스와, 노답과 싸우는 중에
20 ସେମାନେ ସେମାନଙ୍କ ପ୍ରତିକୂଳରେ ସାହାଯ୍ୟ ପାଇଲେ, ତହିଁରେ ହାଗରୀୟମାନେ ଓ ସେମାନଙ୍କ ସଙ୍ଗୀ ସମସ୍ତ ଲୋକ ସେମାନଙ୍କ ହସ୍ତରେ ସମର୍ପିତ ହେଲେ; କାରଣ ସେମାନେ ଯୁଦ୍ଧରେ ପରମେଶ୍ୱରଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସେ ସେମାନଙ୍କ ପ୍ରାର୍ଥନା ଶୁଣିଲେ; ଯେହେତୁ ସେମାନେ ତାହାଙ୍କଠାରେ ବିଶ୍ୱାସ କଲେ।
도우심을 입었으므로 하갈 사람과 그 함께한 자들이 다 저희 손에 패하였으니 이는 저희가 싸울 때에 하나님께 의뢰하고 부르짖음을 하나님이 들으셨음이라
21 ଆଉ ସେମାନେ ସେମାନଙ୍କ ପଶୁ, ଅର୍ଥାତ୍‍, ସେମାନଙ୍କ ଉଷ୍ଟ୍ର ମଧ୍ୟରୁ ପଚାଶ ହଜାର, ମେଷ ମଧ୍ୟରୁ ଅଢ଼ାଇ ଲକ୍ଷ, ଗର୍ଦ୍ଦଭ ମଧ୍ୟରୁ ଦୁଇ ହଜାର ଓ ମନୁଷ୍ୟ ମଧ୍ୟରୁ ଏକ ଲକ୍ଷ ନେଇଗଲେ।
저희가 대적의 짐승 곧 약대 오만과 양 이십 오만과 나귀 이천을 빼앗으며 사람 십만을 사로잡았고
22 କାରଣ ଯୁଦ୍ଧ ପରମେଶ୍ୱରଙ୍କ ଆଡ଼ୁ ହେବାରୁ ଅନେକ ହତ ହୋଇ ପଡ଼ିଲେ। ପୁଣି, ସେମାନେ ବନ୍ଦୀତ୍ୱ ପର୍ଯ୍ୟନ୍ତ ସେମାନଙ୍କ ସ୍ଥାନରେ ବାସ କଲେ।
죽임을 당한 자가 많았으니 이 싸움이 하나님께로 말미암았음이라 저희가 그 땅에 거하여 사로잡힐 때까지 이르렀더라
23 ଆଉ ମନଃଶିର ଅର୍ଦ୍ଧ ବଂଶର ସନ୍ତାନଗଣ ସେହି ଦେଶରେ ବାସ କଲେ; ସେମାନେ ବୃଦ୍ଧି ପାଇ ବାଶନଠାରୁ ବାଲ୍‍-ହର୍ମୋନ୍‍, ସନୀର୍‍ ଓ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ବ୍ୟାପିଗଲେ।
므낫세 반 지파 자손들이 그 땅에 거하여 번성하여 바산에서부터 바알 헤르몬과 스닐과 헤르몬 산까지 미쳤으며
24 ପୁଣି, ଏମାନେ ଆପଣାମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଯଥା, ଏଫର, ଈଶୀ, ଇଲୀୟେଲ୍‍, ଅସ୍ରୀୟେଲ, ଯିରିମୀୟ, ହୋଦବୀୟ ଓ ଯହଦୀୟେଲ୍‍, ଏସମସ୍ତେ ମହାବିକ୍ରମଶାଳୀ, ବିଖ୍ୟାତ ଓ ଆପଣା ଆପଣା ପିତୃବଂଶର ପ୍ରଧାନ ଥିଲେ।
그 족장은 에벨과, 이시와, 엘리엘과, 아스리엘과, 예레미야와, 호다위야와, 야디엘이라 다 용력이 유명한 족장이었더라
25 ଏଥିଉତ୍ତାରେ ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ଆଉ ପରମେଶ୍ୱର ଯେଉଁ ଦେଶୀୟ ଲୋକମାନଙ୍କୁ ସେମାନଙ୍କ ସମ୍ମୁଖରେ ବିନାଶ କରିଥିଲେ, ସେମାନେ ସେମାନଙ୍କ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କଲେ।
저희가 그 열조의 하나님께 범죄하여 하나님이 저희 앞에서 멸하신 그 땅 백성의 신들을 간음하듯 섬긴지라
26 ତହିଁରେ ଇସ୍ରାଏଲର ପରମେଶ୍ୱର ଅଶୂରର ରାଜା ପୂଲ୍‍ର ମନକୁ ଓ ଅଶୂରର ରାଜା ତିଗ୍ଲତ୍‍-ପିଲ୍‍ନେଷରର ମନକୁ ଉତ୍ତେଜିତ କଲେ, ତହିଁରେ ସେ ସେମାନଙ୍କୁ, ଅର୍ଥାତ୍‍, ରୁବେନୀୟ, ଗାଦୀୟ, ମନଃଶିର ଅର୍ଦ୍ଧ ବଂଶୀୟ ଲୋକଙ୍କୁ ହଲହ, ହାବୋର, ହାରା ଓ ଗୋଶନ ନଦୀତୀରକୁ ଆଣିଲା, ଆଜି ପର୍ଯ୍ୟନ୍ତ ସେମାନେ ସେଠାରେ ଅଛନ୍ତି।
그러므로 이스라엘 하나님이 앗수르 왕 불의 마음을 일으키시며 앗수르 왕 디글랏 빌레셀의 마음을 일으키시매 곧 르우벤과 갓과 므낫세 반 지파를 사로잡아 할라와 하볼과 하라와 고산 하숫가에 옮긴지라 저희가 오늘날까지 거기 있으니라

< ପ୍ରଥମ ବଂଶାବଳୀ 5 >