< ପ୍ରଥମ ବଂଶାବଳୀ 9 >

1 ଏହି ପ୍ରକାରେ ସମଗ୍ର ଇସ୍ରାଏଲ ବଂଶାବଳୀ କ୍ରମେ ଲିଖିତ ହେଲେ; ଦେଖ, ତାହା ଇସ୍ରାଏଲ ରାଜାମାନଙ୍କ ପୁସ୍ତକରେ ଲିଖିତ ଅଛି; ଏଥିଉତ୍ତାରେ ଯିହୁଦା ଆପଣାମାନଙ୍କ ଅବିଶ୍ଵସ୍ତତା ସକାଶୁ ବନ୍ଦୀ ହୋଇ ବାବିଲକୁ ନୀତ ହେଲେ।
So all Israel was recorded in the genealogies written in the Book of the Kings of Israel. But Judah was exiled to Babylon because of their unfaithfulness.
2 ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।
Now the first to resettle their own property in their cities were Israelites, priests, Levites, and temple servants.
3 ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
These were some of the descendants of Judah, Benjamin, Ephraim, and Manasseh who lived in Jerusalem:
4 ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
Uthai son of Ammihud, the son of Omri, the son of Imri, the son of Bani, a descendant of Perez son of Judah.
5 ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।
From the Shilonites: Asaiah the firstborn and his sons.
6 ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।
From the Zerahites: Jeuel and 690 relatives.
7 ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;
From the Benjamites: Sallu son of Meshullam, the son of Hodaviah, the son of Hassenuah;
8 ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;
Ibneiah son of Jeroham; Elah son of Uzzi, the son of Michri; Meshullam son of Shephatiah, the son of Reuel, the son of Ibnijah;
9 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଆପଣା ଆପଣା ବଂଶାବଳୀ ଅନୁସାରେ ନଅ ଶହ ଛପନ ଜଣ ଥିଲେ। ଏସମସ୍ତେ ଆପଣା ଆପଣା ପିତୃବଂଶାନୁସାରେ ପିତୃବଂଶର ପ୍ରଧାନ ଲୋକ ଥିଲେ।
and 956 of their relatives according to their genealogy. All these men were heads of their families.
10 ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍‍, ଯାଖୀନ୍‍
From the priests: Jedaiah, Jehoiarib, and Jachin;
11 ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍‍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍‍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍‍ର ପୌତ୍ର ହିଲ୍‍କୀୟର ପୁତ୍ର ଅସରୀୟ,
Azariah son of Hilkiah, the son of Meshullam, the son of Zadok, the son of Meraioth, the son of Ahitub, the chief official of God’s temple;
12 ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
Adaiah son of Jeroham, the son of Pashhur, the son of Malchijah; Maasai son of Adiel, the son of Jahzerah, the son of Meshullam, the son of Meshillemith, the son of Immer;
13 ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।
and 1,760 of their relatives, the heads of their families, able men for the work of the service of the house of God.
14 ଆଉ ଲେବୀୟମାନଙ୍କ ମଧ୍ୟରେ ମରାରି-ବଂଶଜାତ ହଶବୀୟର ପ୍ରପୌତ୍ର ଅସ୍ରୀକାମର ପୌତ୍ର ହଶୂବର ପୁତ୍ର ଶମୟୀୟ;
From the Levites: Shemaiah son of Hasshub, the son of Azrikam, the son of Hashabiah, a descendant of Merari;
15 ଆଉ ବକ୍‍ବକର, ହେରଶ୍‍, ଗାଲଲ୍‍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ
Bakbakkar, Heresh, Galal, and Mattaniah son of Mica, the son of Zichri, the son of Asaph;
16 ଓ ଯିଦୂଥୂନ୍‍‍ର ପ୍ରପୌତ୍ର ଗାଲଲ୍‍ର ପୌତ୍ର ଶମୟୀୟର ପୁତ୍ର ଓବଦୀୟ; ଆଉ ନଟୋଫାତୀୟମାନଙ୍କ ଗ୍ରାମବାସୀ ଇଲ୍‍କାନାର ପୌତ୍ର ଆସାର ପୁତ୍ର ବେରିଖୀୟ।
Obadiah son of Shemaiah, the son of Galal, the son of Jeduthun; and Berechiah son of Asa, the son of Elkanah, who lived in the villages of the Netophathites.
17 ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।
These were the gatekeepers: Shallum, Akkub, Talmon, Ahiman, and their relatives. Shallum was their chief;
18 ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।
he was previously stationed at the King’s Gate on the east side. These were the gatekeepers from the camp of the Levites.
19 ଏହି ଶଲ୍ଲୁମ୍‍ କୋରହର ପ୍ରପୌତ୍ର ଅବୀୟାସଫର ପୌତ୍ର କୋରିର ପୁତ୍ର; ଏ ଓ ଏହାର ପିତୃବଂଶଜ କୋରହୀୟ ଭ୍ରାତୃଗଣ ସେବାକର୍ମରେ ନିଯୁକ୍ତ ଓ ତମ୍ବୁଦ୍ୱାରସବୁର ରକ୍ଷକ ଥିଲେ। ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ଛାଉଣିରେ ନିଯୁକ୍ତ ଓ ପ୍ରବେଶ ସ୍ଥାନର ରକ୍ଷକ ଥିଲେ।
Shallum son of Kore, the son of Ebiasaph, the son of Korah, and his relatives from the Korahites were assigned to guard the thresholds of the Tent, just as their fathers had been assigned to guard the entrance to the dwelling of the LORD.
20 ପୂର୍ବକାଳରେ ଇଲୀୟାସରର ପୁତ୍ର ପୀନହସ୍‍ ସେମାନଙ୍କର ଅଧ୍ୟକ୍ଷ ଥିଲା, ଆଉ ସଦାପ୍ରଭୁ ତାହାର ସହବର୍ତ୍ତୀ ଥିଲେ।
In earlier times Phinehas son of Eleazar had been in charge of the gatekeepers, and the LORD was with him.
21 ମଶେଲିମୀୟର ପୁତ୍ର ଜିଖରୀୟ ସମାଗମ-ତମ୍ବୁର ଦ୍ୱାରପାଳ।
Zechariah son of Meshelemiah was the gatekeeper at the entrance to the Tent of Meeting.
22 ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।
The number of those chosen to be gatekeepers at the thresholds was 212. They were registered by genealogy in their villages. David and Samuel the seer had appointed them to their positions of trust.
23 ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
So they and their descendants were assigned to guard the gates of the house of the LORD—the house called the Tent.
24 ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।
The gatekeepers were stationed on the four sides: east, west, north, and south.
25 ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
Their relatives came from their villages at fixed times to serve with them for seven-day periods.
26 କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।
But the four chief gatekeepers, who were Levites, were entrusted with the rooms and the treasuries of the house of God.
27 ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
They would spend the night stationed around the house of God, because they were responsible for guarding it and opening it every morning.
28 ଆଉ ସେମାନଙ୍କର କେତେକ ଲୋକ ସେବାର୍ଥକ ପାତ୍ରସବୁ ରକ୍ଷା କରିବାକୁ ନିଯୁକ୍ତ ଥିଲେ; କାରଣ ସେହି ପାତ୍ରସବୁ ସଂଖ୍ୟାନୁସାରେ ଭିତରକୁ ଅଣାଗଲା ଓ ବାହାରକୁ ନିଆଗଲା।
Some of them were in charge of the articles used in worship, to count them whenever they were brought in or taken out.
29 ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।
Others were put in charge of the furnishings and other articles of the sanctuary, as well as the fine flour, wine, oil, frankincense, and spices.
30 ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।
And some of the sons of the priests mixed the spices.
31 ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍‍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।
A Levite named Mattithiah, the firstborn son of Shallum the Korahite, was entrusted with baking the bread.
32 ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।
Some of their Kohathite brothers were responsible for preparing the rows of the showbread every Sabbath.
33 ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।
Those who were musicians, the heads of Levite families, stayed in the temple chambers and were exempt from other duties because they were on duty day and night.
34 ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
All these were heads of Levite families, chiefs according to their genealogies, and they lived in Jerusalem.
35 ଆଉ ଗିବୀୟୋନ୍‍ର ପିତା ଯିୟୀୟେଲ୍‍ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା;
Jeiel the father of Gibeon lived in Gibeon. His wife’s name was Maacah.
36 ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,
Abdon was his firstborn son, then Zur, Kish, Baal, Ner, Nadab,
37 ଗଦୋର, ଅହୀୟୋ, ଜିଖରୀୟ ଓ ମିକ୍ଲୋତ୍‍।
Gedor, Ahio, Zechariah, and Mikloth.
38 ମିକ୍ଲୋତ୍‍ ଶିମୀୟାମକୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
Mikloth was the father of Shimeam. They too lived alongside their relatives in Jerusalem.
39 ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
Ner was the father of Kish, Kish was the father of Saul, and Saul was the father of Jonathan, Malchishua, Abinadab, and Esh-baal.
40 ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।
The son of Jonathan: Merib-baal, who was the father of Micah.
41 ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତହରେୟ ଓ ଆହସ୍‌।
The sons of Micah: Pithon, Melech, Tahrea, and Ahaz.
42 ଆହସ୍‌ ଯାରହକୁ ଜାତ କଲା, ଯାରହ ଆଲେମତ୍‍, ଅସ୍ମାବତ୍‍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା
Ahaz was the father of Jarah; Jarah was the father of Alemeth, Azmaveth, and Zimri; and Zimri was the father of Moza.
43 ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।
Moza was the father of Binea. Rephaiah was his son, Elasah his son, and Azel his son.
44 ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍ସେଲର ସନ୍ତାନ।
And Azel had six sons, and these were their names: Azrikam, Bocheru, Ishmael, Sheariah, Obadiah, and Hanan. These were the sons of Azel.

< ପ୍ରଥମ ବଂଶାବଳୀ 9 >