< କରିନ୍ଥୀୟ 10 >
1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,
Οὐ θέλω γὰρ ὑμᾶς ἀγνοεῖν, ἀδελφοί, ὅτι οἱ πατέρες ἡμῶν πάντες ὑπὸ τὴν νεφέλην ἦσαν καὶ πάντες διὰ τῆς θαλάσσης διῆλθον,
2 ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,
καὶ πάντες εἰς τὸν Μωυσῆν ἐβαπτίσαντο ἐν τῇ νεφέλῃ καὶ ἐν τῇ θαλάσσῃ,
3 ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ
καὶ πάντες τὸ αὐτὸ πνευματικὸν βρῶμα ἔφαγον,
4 ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
καὶ πάντες τὸ αὐτὸ πνευματικὸν ἔπιον πόμα, (ἔπινον γὰρ ἐκ πνευματικῆς ἀκολουθούσης πέτρας, ἡ πέτρα δὲ ἦν ὁ χριστός)·
5 ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।
ἀλλ᾽ οὐκ ἐν τοῖς πλείοσιν αὐτῶν ηὐδόκησεν ὁ θεός· κατεστρώθησαν γὰρ ἐν τῇ ἐρήμῳ.
6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।
ταῦτα δὲ τύποι ἡμῶν ἐγενήθησαν, εἰς τὸ μὴ εἶναι ἡμᾶς ἐπιθυμητὰς κακῶν, καθὼς κἀκεῖνοι ἐπεθύμησαν.
7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
μηδὲ εἰδωλολάτραι γίνεσθε, καθώς τινες αὐτῶν, ὥσπερ γέγραπται, Ἐκάθισεν ὁ λαὸς φαγεῖν καὶ πιεῖν, καὶ ἀνέστησαν παίζειν.
8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।
μηδὲ πορνεύωμεν, καθώς τινες αὐτῶν ἐπόρνευσαν, καὶ ἔπεσαν μιᾷ ἡμέρᾳ εἰκοσιτρεῖς χιλιάδες.
9 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।
μηδὲ ἐκπειράζωμεν τὸν κύριον, καθώς τινες αὐτῶν ἐπείρασαν, καὶ ὑπὸ τῶν ὄφεων ἀπώλλυντο.
10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
μηδὲ γογγύζετε, καθάπερ τινὲς αὐτῶν ἐγόγγυσαν, καὶ ἀπώλοντο ὑπὸ τοῦ ὀλοθρευτοῦ.
11 ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି। (aiōn )
ταῦτα δὲ τυπικῶς συνέβαινεν ἐκείνοις, ἐγράφη δὲ πρὸς νουθεσίαν ἡμῶν, εἰς οὓς τὰ τέλη τῶν αἰώνων κατήντηκεν. (aiōn )
12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।
ὥστε ὁ δοκῶν ἑστάναι βλεπέτω μὴ πέσῃ.
13 ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
πειρασμὸς ὑμᾶς οὐκ εἴληφεν εἰ μὴ ἀνθρώπινος· πιστὸς δὲ ὁ θεός, ὃς οὐκ ἐάσει ὑμᾶς πειρασθῆναι ὑπὲρ ὃ δύνασθε, ἀλλὰ ποιήσει σὺν τῷ πειρασμῷ καὶ τὴν ἔκβασιν, τοῦ δύνασθαι ὑπενεγκεῖν.
14 ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।
Διόπερ, ἀγαπητοί μου, φεύγετε ἀπὸ τῆς εἰδωλολατρείας.
15 ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।
ὡς φρονίμοις λέγω, κρίνατε ὑμεῖς ὅ φημι.
16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?
τὸ ποτήριον τῆς εὐλογίας ὃ εὐλογοῦμεν, οὐχὶ κοινωνία ἐστιν τοῦ αἵματος τοῦ χριστοῦ, τὸν ἄρτον ὃν κλῶμεν, οὐχὶ κοινωνία τοῦ σώματος τοῦ χριστοῦ ἐστιν;
17 କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।
ὅτι εἷς ἄρτος ἓν σῶμα οἱ πολλοί ἐσμεν· οἱ γὰρ πάντες ἐκ τοῦ ἑνὸς ἄρτου μετέχομεν.
18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?
βλέπετε τὸν Ἰσραὴλ κατὰ σάρκα· οὐχὶ οἱ ἐσθίοντες τὰς θυσίας, κοινωνοὶ τοῦ θυσιαστηρίου εἰσίν,
19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?
τί οὖν φημι; ὅτι εἰδωλόθυτόν τί ἐστιν; ἢ ὅτι εἴδωλόν τί ἐστιν;
20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
ἀλλ᾽ ὅτι ἃ θύουσιν τὰ ἔθνη, δαιμονίοις καὶ οὐ θεῷ θύουσιν, οὐ θέλω δὲ ὑμᾶς κοινωνοὺς τῶν δαιμονίων γίνεσθαι.
21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।
οὐ δύνασθε ποτήριον κυρίου πίνειν καὶ ποτήριον δαιμονίων· οὐ δύνασθε τραπέζης κυρίου μετέχειν καὶ τραπέζης δαιμονίων.
22 ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
ἢ παραζηλοῦμεν τὸν κύριον; μὴ ἰσχυρότεροι αὐτοῦ ἐσμεν;
23 ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।
πάντα ἔξεστιν, ἀλλ᾽ οὐ πάντα συμφέρει· πάντα ἔξεστιν, ἀλλ᾽ οὐ πάντα οἰκοδομεῖ.
24 କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।
μηδεὶς τὸ ἑαυτοῦ ζητείτω, ἀλλὰ τὸ τοῦ ἑτέρου.
25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,
πᾶν τὸ ἐν μακέλλῳ πωλούμενον ἐσθίετε, μηδὲν ἀνακρίνοντες διὰ τὴν συνείδησιν·
26 କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।
τοῦ κυρίου γὰρ ἡ γῆ καὶ τὸ πλήρωμα αὐτῆς.
27 ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।
εἴ τις καλεῖ ὑμᾶς τῶν ἀπίστων καὶ θέλετε πορεύεσθαι, πᾶν τὸ παρατιθέμενον ὑμῖν ἐσθίετε, μηδὲν ἀνακρίνοντες διὰ τὴν συνείδησιν·
28 କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
ἐὰν δέ τις ὑμῖν εἴπῃ, Τοῦτο ἱερόθυτόν ἐστιν, μὴ ἐσθίετε δι᾽ ἐκεῖνον τὸν μηνύσαντα καὶ τὴν συνείδησιν·
29 ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ?
συνείδησιν δὲ λέγω οὐχὶ τὴν ἑαυτοῦ, ἀλλὰ τὴν τοῦ ἑτέρου. ἵνα τί γὰρ ἡ ἐλευθερία μου κρίνεται ὑπὸ ἄλλης συνειδήσεως;
30 ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
εἰ ἐγὼ χάριτι μετέχω, τί βλασφημοῦμαι ὑπὲρ οὗ ἐγὼ εὐχαριστῶ;
31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
εἴτε οὖν ἐσθίετε εἴτε πίνετε εἴτε τι ποιεῖτε, πάντα εἰς δόξαν θεοῦ ποιεῖτε.
32 ଯିହୁଦୀ ବା ଗ୍ରୀକ୍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
ἀπρόσκοποι καὶ Ἰουδαίοις γίνεσθε καὶ Ἕλλησιν καὶ τῇ ἐκκλησίᾳ τοῦ θεοῦ,
33 ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।
καθὼς κἀγὼ πάντα πᾶσιν ἀρέσκω, μὴ ζητῶν τὸ ἐμαυτοῦ σύμφορον, ἀλλὰ τὸ τῶν πολλῶν, ἵνα σωθῶσιν.