< କରିନ୍ଥୀୟ 10 >

1 କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃ-ପୁରୁଷ ସମସ୍ତେ ମେଘ ତଳେ ଥିଲେ,
Nataka ninyi mjue kaka na dada zangu, ya kuwa baba zetu walikuwa chini ya wingu na wote walipita katika bahari.
2 ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,
Wote walibatizwa wawe wa Musa ndani ya wingu na ndani ya bahari,
3 ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ
na wote walikula chakula kile kile cha roho.
4 ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ),
Wote walikunywa kinywaji kile kile cha roho. Maana walikunywa kutoka katika mwamba wa roho uliowafuata, na mwamba ule ulikuwa ni Kristo.
5 ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ବରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ।
Lakini Mungu hakupendezwa sana na wengi wao, na maiti zao zilisambazwa jangwani.
6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥିନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।
Basi mambo haya yote yalikuwa mifano kwetu, ili sisi tusiwe watu wa kutamani mabaya kama na wao walivyofanya.
7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖାଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
Msiwe waabudu sanamu, kama wengine wao walivyokuwa. Hii ni kama ilivyoandikwa, “Watu walikaa chini wakila na kunywa, na waliinuka kucheza kwa tamaa za mapenzi.”
8 ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ।
Tusifanye uasherati kama wengi wao walivyofanya. Wakafa siku moja watu ishirini na tatu elfu kwa sababu hiyo.
9 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ।
Wala tusimjaribu Kristo, kama wengi wao walivyofanya na wakaharibiwa kwa nyoka.
10 ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ।
Na pia msinung'unike, kama wengi wao walivyonung'unika na kuharibiwa na malaika wa mauti.
11 ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହିସବୁ ଲେଖାଯାଇଅଛି। (aiōn g165)
Basi mambo hayo yalitendeka kama mifano kwetu. Yakaandikwa ili kutuonya sisi - tuliofikiliwa na miisho ya zamani. (aiōn g165)
12 ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥିନିମନ୍ତେ ସେ ସାବଧାନ ହେଉ।
Kwa hiyo kila ajionaye amesimama awe makini asije akaanguka.
13 ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
Hakuna jaribu lililowapata ninyi lisilo kawaida ya wanadamu. Ila Mungu ni mwaminifu. Hatawaacha mjaribiwe kupita uwezo wenu. Pamoja na jaribu yeye atawapa mlango wa kutokea, ili mweze kustahimili.
14 ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମାପୂଜାରୁ ପଳାୟନ କର।
Kwa hiyo, wapendwa wangu, ikimbieni ibada ya sanamu.
15 ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର।
Nasema nanyi kama watu wenye akili, ili muamue juu ya ninalosema.
16 ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ?
Kikombe cha baraka tubarikicho, si ushirika wa damu ya Kristo? Mkate ule tuumegao, si ushirika wa mwili wa Kristo?
17 କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।
Kwa kuwa mkate ni mmoja, sisi tulio wengi tu mwili mmoja. Sisi sote twapokea mkate mmoja kwa pamoja.
18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି?
Watazameni watu wa Israeli: Je! Wale wote walao dhabihu si washiriki katika madhabahu?
19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି?
Nasema nini basi? Ya kuwa sanamu ni kitu? Au ya kuwa chakula kilichotolewa sadaka kwa sanamu ni kitu?
20 ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୁଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହିସବୁ ସେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ।
Lakini nasema juu ya vitu vile wavitoavyo sadaka watu wapagani wa Mataifa, ya kuwa wanatoa vitu hivi kwa mapepo na sio kwa Mungu. Nami sitaki ninyi kushirikiana na mapepo!
21 ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରିପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇପାର ନାହିଁ।
Hamwezi kunywea kikombe cha Bwana na kikombe cha mapepo. Hamwezi kuwa na ushirika katika meza ya Bwana na katika meza ya mapepo.
22 ଅଥବା ଆମ୍ଭେମାନେ କଅଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ?
Au twamtia Bwana wivu? Tuna nguvu zaidi yake?
23 ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ।
“Vitu vyote ni halali,” lakini si vyote vifaavyo. “Vitu vyote ni halali,” lakini si vyote viwajengavyo watu.
24 କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ।
Hakuna hata mmoja angetafuta mazuri yake tu. Badala yake, kila mmoja angetafuta mazuri ya mwenzake.
25 ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର,
Mnaweza kula kila kitu kiuzwacho sokoni bila kuuliza -uliza kwa ajili ya dhamiri.
26 କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର।
Maana “dunia ni mali ya Bwana, na vyote viijazavyo.”
27 ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର।
Na mtu asiyeamini akiwaalika kula, na mnataka kwenda, kuleni chochote awapacho pasipo kuuliza maswali ya dhamiri.
28 କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ;
Lakini mtu akiwaambia, “Chakula hiki kimetokana na sadaka ya wapagani,” msile. Hii ni kwa ajili yake aliyewaambia, na kwa ajili ya dhamiri.
29 ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତାହାର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ?
Nami simaanishi dhamiri zenu, bali dhamiri ya yule mwingine. Maana kwanini uhuru wangu uhukumiwe na dhamiri ya mtu mwingine?
30 ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି?
Ikiwa mimi natumia chakula kwa shukrani, kwanini nitukanwe kwa kitu ambacho nimeshukuru kwacho?
31 ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ବରଙ୍କ ଗୌରବ ନିମନ୍ତେ ସବୁ କର।
Kwa hiyo, chochote mnachokula au kunywa, au chochote mfanyacho, fanyeni yote kwa ajili ya utukufu wa Mungu.
32 ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,
Msiwakoseshe Wayahudi au Wayunani, au kanisa la Mungu.
33 ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ।
Jaribuni kama mimi ninavyojaribu kuwapendeza watu wote kwa mambo yote. Sitafuti faida yangu mwenyewe, bali ya wengi. Nami nafanya hivi ili wapate kuokolewa.

< କରିନ୍ଥୀୟ 10 >