< କରିନ୍ଥୀୟ 11 >

1 ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।
내가 그리스도를 본받는 자 된 것같이 너희는 나를 본받는 자 되라
2 ତୁମ୍ଭେମାନେ ଯେ ସମସ୍ତ ବିଷୟରେ ମୋତେ ସ୍ମରଣ କରିଥାଅ ଏବଂ ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବିଧି ଦେଇଅଛି, ସେହିସବୁ ପାଳନ କରୁଅଛ, ଏଥିପାଇଁ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁଅଛି।
너희가 모든 일에 나를 기억하고 또 내가 너희에게 전하여 준 대로 그 유전을 너희가 지키므로 너희를 칭찬하노라
3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ବର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।
그러나 나는 너희가 알기를 원하노니 각 남자의 머리는 그리스도요, 여자의 머리는 남자요, 그리스도의 머리는 하나님이시라
4 ଯେକୌଣସି ପୁରୁଷ ଆପଣା ମସ୍ତକ ଆଚ୍ଛାଦନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ।
무릇 남자로서 머리에 무엇을 쓰고 기도나 예언을 하는 자는 그 머리를 욕되게 하는 것이요
5 କିନ୍ତୁ ଯେକୌଣସି ସ୍ତ୍ରୀ ଆପଣା ମସ୍ତକ ଆଚ୍ଛାଦନ ନ କରି ପ୍ରାର୍ଥନା କରେ କିମ୍ବା ଭାବବାଣୀ କହେ, ସେ ଆପଣା ମସ୍ତକର ଅପମାନ କରେ, ଯେଣୁ ତାହା ତାହାର ମସ୍ତକ ମୁଣ୍ଡନ ହେବା ସଙ୍ଗେ ସମାନ।
무릇 여자로서 머리에 쓴 것을 벗고 기도나 예언을 하는 자는 그 머리를 욕되게 하는 것이니 이는 머리민 것과 다름이 없음이니라
6 କାରଣ ଯଦି ସ୍ତ୍ରୀ ମସ୍ତକ ଆଚ୍ଛାଦନ ନ କରେ, ତେବେ ସେ କେଶ ମଧ୍ୟ କାଟିପକାଉ; କିନ୍ତୁ ଯଦି ସ୍ତ୍ରୀ ପକ୍ଷରେ କେଶ କାଟିବା ବା ମସ୍ତକ ମୁଣ୍ଡନ କରିବା ଲଜ୍ଜାଜନକ, ତାହାହେଲେ ସେ ମସ୍ତକ ଆଚ୍ଛାଦନ କରୁ।
만일 여자가 머리에 쓰지 않거든 깎을 것이요 만일 깎거나 미는 것이 여자에게 부끄러움이 되거든 쓸지니라
7 ପୁରୁଷ ଈଶ୍ବରଙ୍କ ପ୍ରତିମୂର୍ତ୍ତି ଓ ଗୌରବ ସ୍ୱରୂପ ହେବାରୁ ପ୍ରକୃତରେ ତାହାର ମସ୍ତକ ଆଚ୍ଛାଦନ କରିବା ଉଚିତ୍ ନୁହେଁ, କିନ୍ତୁ ସ୍ତ୍ରୀ ପୁରୁଷର ଗୌରବ ସ୍ୱରୂପ।
남자는 하나님의 형상과 영광이니 그 머리에 마땅히 쓰지 않거니와 여자는 남자의 영광이니라
8 କାରଣ ପୁରୁଷ ସ୍ତ୍ରୀଠାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ସ୍ତ୍ରୀ ପୁରୁଷଠାରୁ ଉତ୍ପନ୍ନ ହୋଇଅଛି।
남자가 여자에게서 난 것이 아니요 여자가 남자에게서 났으며
9 ଆଉ ସ୍ତ୍ରୀ ନିମନ୍ତେ ତ ପୁରୁଷର ସୃଷ୍ଟି ହେଲା ନାହିଁ; କିନ୍ତୁ ପୁରୁଷ ନିମନ୍ତେ ସ୍ତ୍ରୀର ସୃଷ୍ଟି ହେଲା।
또 남자가 여자를 위하여 지음을 받지 아니하고 여자가 남자를 위하여 지음을 받은 것이니
10 ଏଥିପାଇଁ ଦୂତମାନଙ୍କ ସକାଶେ ସ୍ତ୍ରୀର ଆପଣା ମସ୍ତକରେ ଅଧିକାରର ଚିହ୍ନ ଘେନିବା ଉଚିତ।
이러므로 여자는 천사들을 인하여 권세 아래 있는 표를 그 머리위에 둘지니라
11 ତଥାପି ପ୍ରଭୁଙ୍କଠାରେ ପୁରୁଷଠାରୁ ସ୍ତ୍ରୀ ସ୍ୱତନ୍ତ୍ର ନୁହେଁ କିମ୍ବା ସ୍ତ୍ରୀଠାରୁ ପୁରୁଷ ସ୍ୱତନ୍ତ୍ର ନୁହେଁ। କାରଣ ସ୍ତ୍ରୀ ଯେପରି ପୁରୁଷଠାରୁ ଉତ୍ପନ୍ନ,
그러나 주 안에는 남자 없이 여자만 있지 않고 여자 없이 남자만 있지 아니하니라
12 ପୁରୁଷ ମଧ୍ୟ ସେହିପରି ସ୍ତ୍ରୀ ଦ୍ୱାରା ଉତ୍ପନ୍ନ କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ଉତ୍ପନ୍ନ।
여자가 남자에게서 난 것같이 남자도 여자로 말미암아 났으나 모든 것이 하나님에게서 났느니라
13 ତୁମ୍ଭେମାନେ ନିଜେ ନିଜେ ବିଚାର କର, ମସ୍ତକ ଆଚ୍ଛାଦନ ନ କରି ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରିବା ସ୍ତ୍ରୀ ପକ୍ଷରେ କଅଣ ଉପଯୁକ୍ତ?
너희는 스스로 판단하라 여자가 쓰지 않고 하나님께 기도하는 것이 마땅하냐
14 ପ୍ରକୃତି ନିଜେ କି ତୁମ୍ଭମାନଙ୍କୁ ଶିକ୍ଷା ଦିଏ ନାହିଁ ଯେ, ପୁରୁଷ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଅପମାନଜନକ,
만일 남자가 긴 머리가 있으면 자기에게 욕되는 것을 본성이 너희에게 가르치지 아니하느냐
15 କିନ୍ତୁ ସ୍ତ୍ରୀ ଦୀର୍ଘ କେଶ ରଖିଲେ ତାହା ପକ୍ଷରେ ତାହା ଗୌରବଜନକ? କାରଣ ଆବରଣ ସ୍ୱରୂପେ ତାହାର କେଶ ତାହାକୁ ଦିଆଯାଇଅଛି।
만일 여자가 긴 머리가 있으면 자기에게 영광이 되나니 긴 머리는 쓰는 것을 대신하여 주신 연고니라
16 କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ବରଙ୍କ ମଣ୍ଡଳୀ-ସମୂହର ମଧ୍ୟ ନାହିଁ।
변론하려는 태도를 가진 자가 있을지라도 우리에게나 하나님의 모든 교회에는 이런 규례가 없느니라
17 କିନ୍ତୁ ତୁମ୍ଭମାନଙ୍କର ସମାଗମ ଯେ ହିତକର ନ ହୋଇ ବରଂ ଅହିତକର ହେଉଅଛି, ଏଥିରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରି ନ ପାରି ଏହି ଆଦେଶ ଦେଉଅଛି।
내가 명하는 이 일에 너희를 칭찬하지 아니하나니 이는 저희의 모임이 유익이 못되고 도리어 해로움이라
18 କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି।
첫째는 너희가 교회에 모일 때에 너희 중에 분쟁이 있다 함을 듣고 대강 믿노니
19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
너희 중에 편당이 있어야 너희 중에 옳다 인정함을 받은 자들이 나타나게 되리라
20 ତୁମ୍ଭମାନଙ୍କର ସମାଗମ ହେବା ସମୟରେ ତୁମ୍ଭେମାନେ ପ୍ରଭୁଭୋଜ ପାଳନ କରି ନ ଥାଅ;
그런즉 너희가 함께 모여서 주의 만찬을 먹을 수 없으니
21 କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ।
이는 먹을 때에 각각 자기의 만찬을 먼저 갖다 먹으므로 어떤 이는 시장하고 어떤 이는 취함이라
22 କଅଣ? ତୁମ୍ଭମାନଙ୍କର କି ଭୋଜନପାନ କରିବା ନିମନ୍ତେ ଘର ନାହିଁ? କିମ୍ବା ତୁମ୍ଭେମାନେ କଅଣ ଈଶ୍ବରଙ୍କ ମଣ୍ଡଳୀକୁ ଅବଜ୍ଞା କରୁଅଛ, ପୁଣି, ଯେଉଁମାନଙ୍କର ନାହିଁ, ସେମାନଙ୍କୁ ଲଜ୍ଜା ଦେଉଅଛ? ମୁଁ ତୁମ୍ଭମାନଙ୍କୁ କଅଣ କହିବି? କଅଣ ତୁମ୍ଭମାନଙ୍କର ପ୍ରଶଂସା କରିବି? ଏହି ବିଷୟରେ ମୁଁ ତୁମ୍ଭମାନଙ୍କର ପ୍ରଶଂସା କରୁ ନାହିଁ।
너희가 먹고 마실 집이 없느냐 너희가 하나님의 교회를 업신여기고 빈궁한 자들을 부끄럽게 하느냐 내가 너희에게 무슨 말을 하랴 너희를 칭찬하랴 이것으로 칭찬하지 않노라
23 କାରଣ ମୁଁ ପ୍ରଭୁଙ୍କଠାରୁ ପ୍ରାପ୍ତ ଯେଉଁ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଅଛି, ତାହା ଏହି, ଶତ୍ରୁ ହସ୍ତରେ ସମର୍ପିତ ହେବା ରାତ୍ରିରେ ପ୍ରଭୁ ଯୀଶୁ ରୁଟି ଘେନି ଧନ୍ୟବାଦ ଦେଇ ତାହା ଭାଙ୍ଗି କହିଲେ,
내가 너희에게 전한 것은 주께 받은 것이니 곧 주 예수께서 잡히시던 밤에 떡을 가지사
24 “ଏହା ତୁମ୍ଭମାନଙ୍କ ନିମନ୍ତେ ମୋହର ଶରୀର; ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
축사하시고 떼어 가라사대 이것은 너희를 위하는 내 몸이니 이것을 행하여 나를 기념하라 하시고
25 ସେହିପରି ଭୋଜନ ଉତ୍ତାରେ ସେ ପାନପାତ୍ର ମଧ୍ୟ ଘେନି କହିଲେ, “ଏହି ପାନପାତ୍ର ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ; ତୁମ୍ଭେମାନେ ଯେତେ ଥର ଏଥିରୁ ପାନ କର, ସେତେ ଥର ମୋତେ ସ୍ମରଣ କରିବା ନିମନ୍ତେ ଏହା କର।”
식후에 또한 이와 같이 잔을 가지시고 가라사대 이 잔은 내 피로 세운 새 언약이니 이것을 행하여 마실 때마다 나를 기념하라 하셨으니
26 କାରଣ ଯେତେ ଥର ତୁମ୍ଭେମାନେ ଏହି ରୁଟି ଭୋଜନ କର ଓ ଏହି ପାନପାତ୍ରରୁ ପାନ କର, ସେତେ ଥର ତୁମ୍ଭେମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ତାହାଙ୍କ ମୃତ୍ୟୁ ପ୍ରଚାର କରୁଅଛ।
너희가 이 떡을 먹으며 이 잔을 마실 때마다 주의 죽으심을 오실 때까지 전하는 것이니라
27 ଅତଏବ, ଯେ କେହି ଅଯୋଗ୍ୟ ଭାବରେ ପ୍ରଭୁଙ୍କର ଏହି ରୁଟି ଭୋଜନ କରେ କିମ୍ବା ଏହି ପାତ୍ରରୁ ପାନ କରେ, ସେ ପ୍ରଭୁଙ୍କ ଶରୀରର ଓ ରକ୍ତର ଦାୟୀ ହେବ।
그러므로 누구든지 주의 떡이나 잔을 합당치 않게 먹고 마시는 자는 주의 몸과 피를 범하는 죄가 있느니라
28 କିନ୍ତୁ ମନୁଷ୍ୟ ଆପଣାକୁ ପରୀକ୍ଷା କରୁ, ଆଉ ସେହିପରି ଭାବେ ଏହି ରୁଟି ଭୋଜନ କରୁ ଓ ଏହି ପାତ୍ରରୁ ପାନ କରୁ।
사람이 자기를 살피고 그 후에야 이 떡을 먹고 이 잔을 마실지니
29 କାରଣ ଯେ ପ୍ରଭୁଙ୍କ ଶରୀରକୁ ବିଶେଷ ନ ଜାଣି ଭୋଜନ କରେ ଓ ପାନ କରେ, ସେ ଆପଣା ଦଣ୍ଡ ନିମନ୍ତେ ଭୋଜନ କରେ ଓ ପାନ କରେ।
주의 몸을 분변치 못하고 먹고 마시는 자는 자기의 죄를 먹고 마시는 것이니라
30 ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି।
이러므로 너희 중에 약한 자와 병든 자가 많고 잠자는 자도 적지 아니하니
31 କିନ୍ତୁ ଯଦି ଆମ୍ଭେମାନେ ଆପଣା ଆପଣାର ବିଚାର କରନ୍ତୁ, ତେବେ ବିଚାରିତ ହେଉ ନ ଥାଆନ୍ତୁ।
우리가 우리를 살폈으면 판단을 받지 아니하려니와
32 ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥିନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ।
우리가 판단을 받는 것은 주께 징계를 받는 것이니 이는 우리로 세상과 함께 죄 정함을 받지 않게 하려 하심이라
33 ଅତଏବ, ମୋହର ଭାଇମାନେ, ତୁମ୍ଭେମାନେ ଭୋଜନ କରିବା ନିମନ୍ତେ ସମବେତ ହେବା ସମୟରେ ପରସ୍ପର ପାଇଁ ଅପେକ୍ଷା କର।
그런즉 내 형제들아 먹으러 모일 때에 서로 기다리라
34 ତୁମ୍ଭମାନଙ୍କ ସମାଗମ ଯେପରି ଦଣ୍ଡ ନିମନ୍ତେ ନ ହୁଏ, ଏଥିପାଇଁ ଯଦି କେହି କ୍ଷୁଧିତ, ତେବେ ସେ ଘରେ ଭୋଜନ କରୁ, ଅବଶିଷ୍ଟ ସମସ୍ତ ବିଷୟ ମୁଁ ଗଲେ ବୁଝିବି।
만일 누구든지 시장하거든 집에서 먹을지니 이는 너희의 판단 받는 모임이 되지 않게 하려 함이라 그 남은 것은 내가 언제든지 갈 때에 귀정(歸正)하리라

< କରିନ୍ଥୀୟ 11 >