< କରିନ୍ଥୀୟ 12 >
1 ହେ ଭାଇମାନେ, ଆତ୍ମିକ ଦାନ ସମ୍ବନ୍ଧରେ ଯେ ତୁମ୍ଭେମାନେ ଅଜ୍ଞ ଥାଅ, ଏହା ମୋହର ଇଚ୍ଛା ନୁହେଁ।
Zvino maererano nezvipo zveMweya, hama, handidi kuti musaziva.
2 ତୁମ୍ଭେମାନେ ଜାଣ ଯେ, ଯେତେବେଳେ ତୁମ୍ଭେମାନେ ଅଣଯିହୁଦୀ ଥିଲ, ସେତେବେଳେ ଯେପରି ପରିଚାଳିତ ହେଉଥିଲ, ସେହିପରି ଭ୍ରାନ୍ତ ଭାବରେ ଚାଳିତ ହୋଇ ମୂକ ପ୍ରତିମାମାନଙ୍କ ଅନୁଗତ ଥିଲ।
Munoziva kuti maiva vahedheni muchikweverwa kuzvifananidzo mbeveve, sevanotungamirirwa.
3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଜଣାଉଅଛି, ଈଶ୍ବରଙ୍କ ଆତ୍ମା ପ୍ରାପ୍ତ ହୋଇ କଥା କହିବା କୌଣସି ଲୋକ “ଯୀଶୁ ଅଭିଶପ୍ତ” ବୋଲି କୁହେ ନାହିଁ, ପୁଣି, କୌଣସି ଲୋକ ପବିତ୍ର ଆତ୍ମା ପ୍ରାପ୍ତ ନ ହୋଇ “ଯୀଶୁ ପ୍ରଭୁ” ବୋଲି କହିପାରେ ନାହିଁ।
Saka ndinokuzivisai, kuti hakuna munhu anotaura neMweya waMwari anoti: Jesu ndichakatukwa; uye hakuna munhu angati: Jesu ndiIshe, kunze neMweya Mutsvene.
4 ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
Zvino kune marudzi akasiyana ezvipo, asi Mweya ndeumwe.
5 ସେବା ବିଭିନ୍ନ ପ୍ରକାର, ଆଉ, ପ୍ରଭୁ ଏକ;
Uye kune marudzi akasiyana eushumiri, asi Ishe mumwe.
6 କାର୍ଯ୍ୟ ବିଭିନ୍ନ ପ୍ରକାର, କିନ୍ତୁ ଈଶ୍ବର ଏକ, ସେ ସମସ୍ତଙ୍କଠାରେ ସମସ୍ତ ସାଧନ କରନ୍ତି।
Kune marudzi akasiyana emabasa, asi ndiMwari umwe, anobata zvese mune vese.
7 କିନ୍ତୁ ପ୍ରତ୍ୟେକ ଜଣକୁ ଆତ୍ମାଙ୍କ ଗୁଣପ୍ରକାଶକ ଦାନ ସାଧାରଣ ହିତ ନିମନ୍ତେ ପ୍ରଦତ୍ତ ହୁଏ।
Asi umwe neumwe anopiwa kuratidza kweMweya kune zvinobatsira.
8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
Nokuti kune umwe kunopiwa neMweya shoko reuchenjeri, nekune umwe shoko reruzivo, neMweya iwoyu;
9 ଅପର ଜଣକୁ ସେହି ଆତ୍ମାଙ୍କ ଦ୍ୱାରା ବିଶ୍ୱାସ, ଆଉ ଜଣକୁ ସେହି ଏକ ଆତ୍ମାଙ୍କ ଦ୍ୱାରା ଆରୋଗ୍ୟ କରିବାର ଶକ୍ତି,
nekune umwe rutendo, neMweya iwoyu, nekune umwe zvipo zvekuporesa, neMweya iwoyu;
10 ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।
nekune umwe kuita mabasa esimba, nekune umwe chiporofita, nekune umwe kupatsanura mweya, nekune umwe marudzi endimi, nekune umwe kududzira ndimi;
11 କିନ୍ତୁ ସେ ଏକମାତ୍ର ଆତ୍ମା ଆପଣା ଇଚ୍ଛାନୁସାରେ ପ୍ରତ୍ୟେକ ଜଣକୁ ଭିନ୍ନ ଭିନ୍ନ ରୂପେ ଦାନ ବିତରଣ କରି ଏହି ସମସ୍ତ କର୍ମ ସାଧନ କରନ୍ତି।
asi izvi zvese Mweya iwoyu umwe unozviita, unogovera umwe neumwe pachake sezvaanoda.
12 କାରଣ ଯେପରି ଶରୀର ଏକ, ଆଉ ସେଥିର ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀରର ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅନେକ ହେଲେ ହେଁ ଏକ ଶରୀର ଅଟେ, ସେହିପରି ମଧ୍ୟ ଖ୍ରୀଷ୍ଟ।
Nokuti muviri sezvauri umwe, uye une mitezo mizhinji, nemitezo yese yemuviri uyu umwe, kunyange iri mizhinji, muviri ndeumwe; wakadarowo Kristu.
13 ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ।
Nokutiwo neMweya umwe isu tese takabhabhatidzirwa mumuviri umwe, kana VaJudha kana VaGiriki, kana varanda kana vakasununguka; tesewo takanwiswa paMweya umwe.
14 କାରଣ ଶରୀର ତ ଏକ ଅଙ୍ଗ ନୁହେଁ, ମାତ୍ର ଅନେକ।
Nokutiwo muviri hausi mutezo umwe asi mizhinji.
15 ପାଦ ଯଦି କହେ, ମୁଁ ହାତ ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।
Kana rutsoka rukati: Nokuti handisi ruoko, handisi wemuviri; zvisinei naizvozvi harwusi rwemuviri here?
16 ପୁଣି, କାନ ଯଦି କହେ, ମୁଁ ଆଖି ନୁହେଁ, ତେଣୁ ଶରୀରର ଅଙ୍ଗ ନୁହେଁ, ତେବେ ଏଥିସକାଶେ ତାହା ଯେ ଶରୀରର ଅଙ୍ଗ ନୁହେଁ, ତାହା ନୁହେଁ।
Nenzeve kana ikati: Nokuti handisi ziso, handisi wemuviri; zvisinei naizvozvi haisi yemuviri here?
17 ସମସ୍ତ ଶରୀର ଯଦି ଚକ୍ଷୁ ହୁଏ, ତେବେ ଶ୍ରବଣ କେଉଁଠାରେ? ସମସ୍ତ ଶରୀର ଯଦି କର୍ଣ୍ଣ ହୁଏ, ତେବେ ଶୁଂଘିବା କେଉଁଠାରେ?
Dai muviri wese waiva ziso, kunzwa kwaivepi? Kana wese waiva kunzwa, kunhuhwidza kungadai kuripi?
18 କିନ୍ତୁ ଈଶ୍ବର ଅଙ୍ଗପ୍ରତ୍ୟଙ୍ଗକୁ ଗୋଟି ଗୋଟି କରି ଶରୀରରେ ଆପଣା ଇଚ୍ଛାନୁସାରେ ଖଞ୍ଜିଅଛନ୍ତି।
Asi zvino Mwari wakagadza mitezo, umwe neumwe wayo, pamuviri, sezvaakada.
19 ଆଉ, ଯଦି ସେ ସମସ୍ତ ଗୋଟିଏ ଅଙ୍ଗ ହୋଇଥାଆନ୍ତା, ତେବେ ଶରୀର କେଉଁଠାରେ?
Asi kana yese yaiva mutezo umwe, muviri ungadai uri kupi?
20 କିନ୍ତୁ ପ୍ରକୃତରେ ଅଙ୍ଗପ୍ରତ୍ୟଙ୍ଗ ଅନେକ, ମାତ୍ର ଶରୀର ଏକ।
Asi zvino mitezo mizhinji, asi muviri umwe.
21 ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ଆଖି ହାତକୁ କହିପାରେ ନାହିଁ, କିଅବା ତୋʼଠାରେ ମୋହର ପ୍ରୟୋଜନ ନାହିଁ ବୋଲି ମସ୍ତକ ପାଦକୁ କହିପାରେ ନାହିଁ।
Uye ziso harigoni kuti kuruoko: Handinei newe; kanazve musoro kutsoka: Handinei newe.
22 ବରଂ ଅନ୍ୟ ପକ୍ଷରେ ଶରୀରର ଯେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ଅଧିକ ଦୁର୍ବଳ ବୋଲି ବୋଧ ହୁଏ, ସେହିସବୁ ଏକାନ୍ତ ପ୍ରୟୋଜନୀୟ;
Asi zvikuru kwazvo mitezo iyo yemuviri inoonekwa seisina simba zvikuru, inodikanwa;
23 ପୁଣି, ଶରୀରର ଯେଉଁ ସବୁ ଅଙ୍ଗ ଅଧିକ ଆଦରହୀନ ବୋଲି ଆମ୍ଭମାନଙ୍କୁ ବୋଧ ହୁଏ, ସେହିସବୁ ଅଙ୍ଗକୁ ଆମ୍ଭେମାନେ ଅଧିକତର ସମାଦରରେ ଭୂଷିତ କରୁ; ଆଉ ଆମ୍ଭମାନଙ୍କ ଅନାଦର ଅଙ୍ଗଗୁଡ଼ିକ ଅଧିକତର ଶୋଭାଯୁକ୍ତ ହୁଏ,
naiyo yemuviri yatinofunga kuti haikudzwi, ndiyo yatinopa rukudzo zvakawedzerwa; nemitezo iyo yedu isina kunaka ine runako rwakawedzerwa;
24 କିନ୍ତୁ ଆମ୍ଭମାନଙ୍କର ସୁନ୍ଦର ଅଙ୍ଗଗୁଡ଼ିକର ଶୋଭାଯୁକ୍ତ ହେବା ପ୍ରୟୋଜନ ନାହିଁ।
asi yedu ine runako haishaiwi; asi Mwari wakabatanidza muviri pamwe, apa rukudzo rukuru kune yaishayiwa,
25 ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ବର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି।
kuti parege kuva nekupatsanurana pamuviri; asi mitezo ichengetane zvakaenzana.
26 ଆଉ, ଗୋଟିଏ ଅଙ୍ଗ ଦୁଃଖଭୋଗ କଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଦୁଃଖଭୋଗ କରନ୍ତି, କିମ୍ବା ଗୋଟିଏ ଅଙ୍ଗ ଗୌରବପ୍ରାପ୍ତ ହେଲେ ସମସ୍ତ ଅଙ୍ଗପ୍ରତ୍ୟଙ୍ଗ ତାହାର ସହିତ ଆନନ୍ଦ କରନ୍ତି।
Uye kana mutezo umwe uchitambudzika, mitezo yese inotambudzika pamwe nawo; kana mutezo umwe uchikudzwa, mitezo yese inofara pamwe nawo.
27 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।
Zvino imwi muri muviri waKristu, nemitezo, umwe neumwe.
28 ପୁଣି, ଈଶ୍ବର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
Uye Mwari wakagadza vamwe pakereke, kutanga vaapositori, kechipiri vaporofita, kechitatu vadzidzisi, kozouya mabasa esimba, tevere zvipo zvekuporesa, mabasa erubatsiro, utungamiriri, ndimi dzakasiyana-siyana.
29 ସମସ୍ତେ କି ପ୍ରେରିତ? ସମସ୍ତେ କି ଭାବବାଦୀ? ସମସ୍ତେ କି ଶିକ୍ଷକ? ସମସ୍ତେ କି ଶକ୍ତିର କାର୍ଯ୍ୟସାଧକ?
Vese vaapositori here? Vese vaporofita here? Vese vadzidzisi here? Vese vanoita mabasa esimba here?
30 ସମସ୍ତେ କି ଆରୋଗ୍ୟ କରିବାର ଶକ୍ତି ପାଇଅଛନ୍ତି? ସମସ୍ତେ କି ପରଭାଷାରେ କଥା କହନ୍ତି? ସମସ୍ତେ କି ଭାଷାର ଅର୍ଥ କରନ୍ତି?
Vese vane zvipo zvekuporesa here? Vese vanotaura nendimi here? Vese vanodudzira here?
31 କିନ୍ତୁ ଶ୍ରେଷ୍ଠ ଦାନସମସ୍ତ ପାଇବା ନିମନ୍ତେ ଏକାନ୍ତ ଚେଷ୍ଟା କର। ଅଧିକନ୍ତୁ ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉତ୍କୃଷ୍ଟତର ପଥ ଦେଖାଉଅଛି।
Asi shuvai zvipo zvakanakisisa. Uye ndichiri kukuratidzai nzira yakanakisisa zvikuru.