< କରିନ୍ଥୀୟ 13 >

1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟା କିମ୍ବା ଝମ୍‍ ଝମ୍‍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
如果我能熟练讲述这世间甚至是天使的语言,但没有爱,我的语言也不过就像发出回响的锣,或者发出碰撞声的钹。
2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
如果我可以说出预言,知晓所有奥秘和所有的知识,拥有可以移动山峦的信心,但没有爱,我就一无是处。
3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।
我若把自己拥有的一切分给穷困之人,或如被焚烧的殉道者舍弃自己的生命,但没有爱,我什么也得不到。
4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
爱是耐心和善良。爱是不嫉妒、不吹嘘、不傲慢。
5 ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,
爱是不做错误之举,不会固守自己的方式。爱是不会轻易动怒,对他人的过错不记仇。
6 ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ;
爱不会因罪恶而喜悦,只喜欢真理。
7 ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।
爱是不放弃,是坚守信念,是保持信心,是时刻保持耐心。
8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହିସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
爱永生不息。预言终会结束,语言终将沉默,知识最终也会失去它的用途。
9 କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ।
我们对知识和语言的理解非常片面。
10 କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ।
等结束终将来临,这片面的理解也将消失。
11 ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି।
如果是孩子,其说话、思想和反应就要像个孩子。但孩子长大后,就要丢弃一切孩子气的行为。
12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା ଯେତେବେଳେ ଯୀଶୁ ପୁନର୍ବାର ଆସିବେ; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।
此刻我们就像窥视以免镜子模糊的反光,但很快,我们就要彼此相见了。我现在所知仅为一部分,到时候就会知晓一切,好像完全知道我一样。
13 ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ।
信任、希望和爱将永续存在,但最重要的仍然是爱。

< କରିନ୍ଥୀୟ 13 >