< କରିନ୍ଥୀୟ 15 >
1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
Γνωρίζω δὲ ὑμῖν, ἀδελφοί, τὸ εὐαγγέλιον ὃ εὐηγγελισάμην ὑμῖν, ὃ καὶ παρελάβετε, ἐν ᾧ καὶ ἑστήκατε,
2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।
δι᾿ οὗ καὶ σώζεσθε· τίνι λόγῳ εὐηγγελισάμην ὑμῖν, εἰ κατέχετε, ἐκτὸς εἰ μὴ εἰκῇ ἐπιστεύσατε.
3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
Παρέδωκα γὰρ ὑμῖν ἐν πρώτοις, ὃ καὶ παρέλαβον, ὅτι Χριστὸς ἀπέθανεν ὑπὲρ τῶν ἁμαρτιῶν ἡμῶν κατὰ τὰς γραφάς·
4 ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;
καὶ ὅτι ἐτάφη· καὶ ὅτι ἐγήγερται τῇ τρίτῃ ἡμέρᾳ κατὰ τὰς γραφάς·
5 ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;
καὶ ὅτι ὤφθη Κηφᾷ, εἶτα τοῖς δώδεκα·
6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।
ἔπειτα ὤφθη ἐπάνω πεντακοσίοις ἀδελφοῖς ἐφάπαξ, ἐξ ὧν οἱ πλείους μένουσιν ἕως ἄρτι, τινὲς δὲ καὶ ἐκοιμήθησαν·
7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;
ἔπειτα ὤφθη Ἰακώβῳ, εἶτα τοῖς ἀποστόλοις πᾶσιν·
8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।
ἔσχατον δὲ πάντων, ὡσπερεὶ τῷ ἐκτρώματι, ὤφθη κἀμοί.
9 କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Ἐγὼ γάρ εἰμι ὁ ἐλάχιστος τῶν ἀποστόλων, ὃς οὐκ εἰμὶ ἱκανὸς καλεῖσθαι ἀπόστολος, διότι ἐδίωξα τὴν ἐκκλησίαν τοῦ Θεοῦ.
10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
Χάριτι δὲ Θεοῦ εἰμι ὅ εἰμι, καὶ ἡ χάρις αὐτοῦ ἡ εἰς ἐμὲ οὐ κενὴ ἐγενήθη, ἀλλὰ περισσότερον αὐτῶν πάντων ἐκοπίασα, οὐκ ἐγὼ δέ, ἀλλ᾿ ἡ χάρις τοῦ Θεοῦ ἡ σὺν ἐμοί.
11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।
Εἴτε οὖν ἐγώ, εἴτε ἐκεῖνοι, οὕτω κηρύσσομεν καὶ οὕτως ἐπιστεύσατε.
12 ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
Εἰ δὲ Χριστὸς κηρύσσεται ὅτι ἐκ νεκρῶν ἐγήγερται, πῶς λέγουσί τινες ἐν ὑμῖν ὅτι ἀνάστασις νεκρῶν οὐκ ἔστιν;
13 ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
Εἰ δὲ ἀνάστασις νεκρῶν οὐκ ἔστιν, οὐδὲ Χριστὸς ἐγήγερται·
14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,
εἰ δὲ Χριστὸς οὐκ ἐγήγερται, κενὸν ἄρα τὸ κήρυγμα ἡμῶν, κενὴ δὲ καὶ ἡ πίστις ὑμῶν.
15 ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;
Εὑρισκόμεθα δὲ καὶ ψευδομάρτυρες τοῦ Θεοῦ, ὅτι ἐμαρτυρήσαμεν κατὰ τοῦ Θεοῦ ὅτι ἤγειρε τὸν Χριστόν, ὃν οὐκ ἤγειρεν, εἴπερ ἄρα νεκροὶ οὐκ ἐγείρονται.
16 ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
Εἰ γὰρ νεκροὶ οὐκ ἐγείρονται, οὐδὲ Χριστὸς ἐγήγερται·
17 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ।
εἰ δὲ Χριστὸς οὐκ ἐγήγερται, ματαία ἡ πίστις ὑμῶν· ἔτι ἐστὲ ἐν ταῖς ἁμαρτίαις ὑμῶν.
18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।
Ἄρα καὶ οἱ κοιμηθέντες ἐν Χριστῷ ἀπώλοντο.
19 ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ।
Εἰ ἐν τῇ ζωῇ ταύτῃ ἠλπικότες ἐσμὲν ἐν Χριστῷ μόνον, ἐλεεινότεροι πάντων ἀνθρώπων ἐσμέν.
20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
Νυνὶ δὲ Χριστὸς ἐγήγερται ἐκ νεκρῶν, ἀπαρχὴ τῶν κεκοιμημένων ἐγένετο.
21 କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।
Ἐπειδὴ γὰρ δι᾿ ἀνθρώπου ὁ θάνατος, καὶ δι᾿ ἀνθρώπου ἀνάστασις νεκρῶν.
22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
Ὥσπερ γὰρ ἐν τῷ Ἀδὰμ πάντες ἀποθνῄσκουσιν, οὕτω καὶ ἐν τῷ Χριστῷ πάντες ζῳοποιηθήσονται.
23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
Ἕκαστος δὲ ἐν τῷ ἰδίῳ τάγματι· ἀπαρχὴ Χριστός, ἔπειτα οἱ Χριστοῦ ἐν τῇ παρουσίᾳ αὐτοῦ.
24 ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।
Εἶτα τὸ τέλος, ὅταν παραδῷ τὴν βασιλείαν τῷ Θεῷ καὶ πατρί, ὅταν καταργήσῃ πᾶσαν ἀρχὴν καὶ πᾶσαν ἐξουσίαν καὶ δύναμιν.
25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
Δεῖ γὰρ αὐτὸν βασιλεύειν, ἄχρις οὗ ἂν θῇ πάντας τοὺς ἐχθροὺς ὑπὸ τοὺς πόδας αὐτοῦ.
26 ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
Ἔσχατος ἐχθρὸς καταργεῖται ὁ θάνατος.
27 କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।
Πάντα γὰρ ὑπέταξεν ὑπὸ τοὺς πόδας αὐτοῦ. Ὅταν δὲ εἴπῃ ὅτι Πάντα ὑποτέτακται, δῆλον ὅτι ἐκτὸς τοῦ ὑποτάξαντος αὐτῷ τὰ πάντα.
28 ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ବର ସର୍ବେସର୍ବା ହୁଅନ୍ତି।
Ὅταν δὲ ὑποταγῇ αὐτῷ τὰ πάντα, τότε καὶ αὐτὸς ὁ υἱὸς ὑποταγήσεται τῷ ὑποτάξαντι αὐτῷ τὰ πάντα, ἵνα ᾖ ὁ Θεὸς τὰ πάντα ἐν πᾶσιν.
29 ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
Ἐπεὶ τί ποιήσουσιν οἱ βαπτιζόμενοι ὑπὲρ τῶν νεκρῶν; Εἰ ὅλως νεκροὶ οὐκ ἐγείρονται, τί καὶ βαπτίζονται ὑπὲρ τῶν νεκρῶν;
30 ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?
Τί καὶ ἡμεῖς κινδυνεύομεν πᾶσαν ὥραν;
31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।
Καθ᾿ ἡμέραν ἀποθνῄσκω, νὴ τὴν ὑμετέραν καύχησιν, ἣν ἔχω ἐν Χριστῷ Ἰησοῦ τῷ Κυρίῳ ἡμῶν.
32 ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
Εἰ κατὰ ἄνθρωπον ἐθηριομάχησα ἐν Ἐφέσῳ, τί μοι τὸ ὄφελος, εἰ νεκροὶ οὐκ ἐγείρονται; Φάγωμεν καὶ πίωμεν, αὔριον γὰρ ἀποθνῄσκομεν.
33 ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
Μὴ πλανᾶσθε· Φθείρουσιν ἤθη χρησθ᾿ ὁμιλίαι κακαί.
34 ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
Ἐκνήψατε δικαίως καὶ μὴ ἁμαρτάνετε· ἀγνωσίαν γὰρ Θεοῦ τινὲς ἔχουσι· πρὸς ἐντροπὴν ὑμῖν λέγω.
35 କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?
Ἀλλ᾿ ἐρεῖ τις, Πῶς ἐγείρονται οἱ νεκροί; Ποίῳ δὲ σώματι ἔρχονται;
36 ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,
Ἄφρον, σὺ ὃ σπείρεις, οὐ ζῳοποιεῖται ἐὰν μὴ ἀποθάνῃ·
37 ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ।
καὶ ὃ σπείρεις, οὐ τὸ σῶμα τὸ γενησόμενον σπείρεις, ἀλλὰ γυμνὸν κόκκον, εἰ τύχοι, σίτου ἤ τινος τῶν λοιπῶν·
38 କିନ୍ତୁ ଈଶ୍ବର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦେଇଥାଆନ୍ତି।
ὁ δὲ Θεὸς αὐτῷ δίδωσι σῶμα καθὼς ἠθέλησε, καὶ ἑκάστῳ τῶν σπερμάτων τὸ ἴδιον σῶμα.
39 ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର।
Οὐ πᾶσα σὰρξ ἡ αὐτὴ σάρξ· ἀλλὰ ἄλλη μὲν σὰρξ ἀνθρώπων, ἄλλη δὲ σὰρξ κτηνῶν, ἄλλη δὲ ἰχθύων, ἄλλη δὲ πτηνῶν.
40 ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ।
Καὶ σώματα ἐπουράνια, καὶ σώματα ἐπίγεια· ἀλλ᾿ ἑτέρα μὲν ἡ τῶν ἐπουρανίων δόξα, ἑτέρα δὲ ἡ τῶν ἐπιγείων.
41 ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।
Ἄλλη δόξα ἡλίου, καὶ ἄλλη δόξα σελήνης, καὶ ἄλλη δόξα ἀστέρων· ἀστὴρ γὰρ ἀστέρος διαφέρει ἐν δόξῃ.
42 ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;
Οὕτω καὶ ἡ ἀνάστασις τῶν νεκρῶν. Σπείρεται ἐν φθορᾷ, ἐγείρεται ἐν ἀφθαρσίᾳ·
43 ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ;
σπείρεται ἐν ἀτιμίᾳ, ἐγείρεται ἐν δόξῃ· σπείρεται ἐν ἀσθενείᾳ, ἐγείρεται ἐν δυνάμει·
44 ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି।
σπείρεται σῶμα ψυχικόν, ἐγείρεται σῶμα πνευματικόν. Ἔστι σῶμα ψυχικόν, καὶ ἔστι σῶμα πνευματικόν.
45 ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
Οὕτω καὶ γέγραπται, Ἐγένετο ὁ πρῶτος ἄνθρωπος Ἀδὰμ εἰς ψυχὴν ζῶσαν. Ὁ ἔσχατος Ἀδὰμ εἰς πνεῦμα ζῳοποιοῦν.
46 ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।
Ἀλλ᾿ οὐ πρῶτον τὸ πνευματικόν, ἀλλὰ τὸ ψυχικόν, ἔπειτα τὸ πνευματικόν.
47 ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।
Ὁ πρῶτος ἄνθρωπος ἐκ γῆς, χοϊκός· ὁ δεύτερος ἄνθρωπος ὁ Κύριος ἐξ οὐρανοῦ.
48 ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ।
Οἷος ὁ χοϊκός, τοιοῦτοι καὶ οἱ χοϊκοί, καὶ οἷος ὁ ἐπουράνιος, τοιοῦτοι καὶ οἱ ἐπουράνιοι·
49 ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।
καὶ καθὼς ἐφορέσαμεν τὴν εἰκόνα τοῦ χοϊκοῦ, φορέσομεν καὶ τὴν εἰκόνα τοῦ ἐπουρανίου.
50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
Τοῦτο δέ φημι, ἀδελφοί, ὅτι σὰρξ καὶ αἷμα βασιλείαν Θεοῦ κληρονομῆσαι οὐ δύνανται, οὐδὲ ἡ φθορὰ τὴν ἀφθαρσίαν κληρονομεῖ.
51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
Ἰδού, μυστήριον ὑμῖν λέγω· πάντες μὲν οὐ κοιμηθησόμεθα, πάντες δὲ ἀλλαγησόμεθα,
52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।
ἐν ἀτόμῳ, ἐν ῥιπῇ ὀφθαλμοῦ, ἐν τῇ ἐσχάτῃ σάλπιγγι· σαλπίσει γάρ, καὶ οἱ νεκροὶ ἐγερθήσονται ἄφθαρτοι, καὶ ἡμεῖς ἀλλαγησόμεθα.
53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।
Δεῖ γὰρ τὸ φθαρτὸν τοῦτο ἐνδύσασθαι ἀφθαρσίαν, καὶ τὸ θνητὸν τοῦτο ἐνδύσασθαι ἀθανασίαν.
54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,
Ὅταν δὲ τὸ φθαρτὸν τοῦτο ἐνδύσηται ἀφθαρσίαν, καὶ τὸ θνητὸν τοῦτο ἐνδύσηται ἀθανασίαν, τότε γενήσεται ὁ λόγος ὁ γεγραμμένος, Κατεπόθη ὁ θάνατος εἰς νῖκος.
55 “ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?” (Hadēs )
Ποῦ σου, Θάνατε, τὸ κέντρον; Ποῦ σου, ᾍδη, τὸ νῖκος; (Hadēs )
56 ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;
Τὸ δὲ κέντρον τοῦ θανάτου ἡ ἁμαρτία· ἡ δὲ δύναμις τῆς ἁμαρτίας ὁ νόμος·
57 କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
τῷ δὲ Θεῷ χάρις τῷ διδόντι ἡμῖν τὸ νῖκος διὰ τοῦ Κυρίου ἡμῶν Ἰησοῦ Χριστοῦ.
58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
Ὥστε, ἀδελφοί μου ἀγαπητοί, ἑδραῖοι γίνεσθε, ἀμετακίνητοι, περισσεύοντες ἐν τῷ ἔργῳ τοῦ Κυρίου πάντοτε, εἰδότες ὅτι ὁ κόπος ὑμῶν οὐκ ἔστι κενὸς ἐν Κυρίῳ.