< କରିନ୍ଥୀୟ 15 >
1 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ନିକଟରେ ଯେଉଁ ସୁସମାଚାର ପ୍ରଚାର କରିଥିଲି, ଯାହା ତୁମ୍ଭେମାନେ ଗ୍ରହଣ କରିଥିଲ, ଯହିଁରେ ମଧ୍ୟ ସ୍ଥିର ହୋଇ ରହିଅଛ, ମୁଁ କେଉଁ ପ୍ରକାରେ ତୁମ୍ଭମାନଙ୍କ ନିକଟରେ ତାହା ପ୍ରଚାର କରିଥିଲି, ଏହା ତୁମ୍ଭମାନଙ୍କୁ ସ୍ମରଣ କରାଉଅଛି;
Sasa ninawakumbusha, akina kaka na akina dada, juu ya injili niliyowahubiria, ambayo mliipokea na kusimama kwayo.
2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।
Ni katika injili hii mmeokolewa, kama mkilishika imara neno nililowahubiri ninyi, isipokuwa mliamini bure.
3 କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,
Kama kwanza nilivyo ipokea kwa umuhimu niliileta kwenu kama ilivyo: kwamba kutokana na maandiko, Kristo alikufa kwa ajili ya dhambi zetu,
4 ସମାଧିପ୍ରାପ୍ତ ହେଲେ, ଶାସ୍ତ୍ର ଅନୁସାରେ ତୃତୀୟ ଦିବସରେ ଉତ୍ଥିତ ହେଲେ;
kutokana na maandiko alizikwa, na kwamba alifufuka siku ya tatu.
5 ସେ କୈଫାଙ୍କୁ, ଆଉ, ତାହା ପରେ ଦ୍ୱାଦଶଙ୍କୁ ଦର୍ଶନ ଦେଲେ;
Na kwamba alimtokea Kefa, kisha kwa wale kumi na wawili.
6 ଏଉତ୍ତାରେ ଏକାଥରେ ପାଞ୍ଚ ଶହଠାରୁ ଅଧିକ ଭାଇମାନଙ୍କୁ ଦର୍ଶନ ଦେଲେ; ସେମାନଙ୍କ ମଧ୍ୟରୁ ଅଧିକାଂଶ ଆଜି ପର୍ଯ୍ୟନ୍ତ ଜୀବିତ ଅଛନ୍ତି, କିନ୍ତୁ କେହି କେହି ମହାନିଦ୍ରାପ୍ରାପ୍ତ କରିଅଛନ୍ତି।
Kisha aliwatokea kwa wakati mmoja akina kaka na akina dada zaidi ya mia tano. Wengi wao bado wako hai, lakini baadhi yao wamelala usingizi.
7 ତତ୍ପରେ ସେ ଯାକୁବଙ୍କୁ, ଆଉ, ପରେ ସମସ୍ତ ପ୍ରେରିତମାନଙ୍କୁ ଦର୍ଶନ ଦେଲେ;
Kisha alimtokea Yakobo, kisha mitume wote.
8 ଅବଶେଷରେ ଅକାଳଜାତ ପରି ଜଣେ ଯେ ମୁଁ, ସେ ମୋତେ ମଧ୍ୟ ଦର୍ଶନ ଦେଲେ।
Mwisho wa yote, alinitokea mimi, kama vile kwa mtoto aliye zaliwa katika wakati usio sahihi.
9 କାରଣ ଈଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Kwa kuwa mimi ni mdogo kati ya mitume. Sistahili kuitwa mtume, kwa sababu nililitesa kanisa la Mungu.
10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
Lakini kwa neema ya Mungu nipo kama nilivyo, na neema yake kwangu haikuwa bure. Badala yake, nilifanya bidii kuliko wote. Lakini haikuwa mimi, bali neema ya Mungu iliyo ndani yangu.
11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।
Kwa hiyo kama ni mimi au wao, tuna hubiri hivyo na tunaamini hivyo.
12 ଏଣୁ ଖ୍ରୀଷ୍ଟ ଯେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି, ଏହା ଯଦି ପ୍ରଚାର କରାଯାଉଅଛି, ତେବେ ମୃତମାନଙ୍କର ପୁନରୁତ୍ଥାନ ନାହିଁ ବୋଲି ତୁମ୍ଭମାନଙ୍କ ମଧ୍ୟରେ କେହି କେହି କିପରି କହନ୍ତି?
Sasa kama Kristo alihubiriwa kama aliyefufuka kwa wafu, iweje baadhi yenu mseme hakuna ufufuo wa wafu?
13 ଯଦି ମୃତମାନଙ୍କର ପୁନରୁତ୍ଥାନ ନାହିଁ, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
Lakini kama hakuna ufufuo wa wafu, basi hata Kristo pia hakufufuka.
14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,
Na kama Kristo hakufufuka, hivyo mahubiri yetu ni bure, na imani yenu ni bure.
15 ପୁଣି, ଆମ୍ଭେମାନେ ଈଶ୍ବରଙ୍କ ସମ୍ବନ୍ଧରେ ଯେ ମିଥ୍ୟା ସାକ୍ଷୀ, ଏହା ପ୍ରକାଶ ପାଏ। କାରଣ ଆମ୍ଭେମାନେ ଈଶ୍ବରଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେଇଥାଆନ୍ତୁ ଯେ, ସେ ଖ୍ରୀଷ୍ଟଙ୍କୁ ଉଠାଇଅଛନ୍ତି ମାତ୍ର ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ସେ ତାହାଙ୍କୁ ଉଠାଇ ନାହାନ୍ତି;
Na tumepatikana kuwa mashahidi wa uongo kumuhusu Mungu, kwa sababu tulimshushuhudia Mungu kinyume, kusema alimfufua Kristo, wakati hakumfufua.
16 ଯେଣୁ ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଖ୍ରୀଷ୍ଟ ମଧ୍ୟ ଉତ୍ଥିତ ହୋଇ ନାହାନ୍ତି;
Kama ikiwa wafu hawafufuliwi, Yesu pia hakufufuliwa.
17 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାନ୍ତି, ତେବେ ତୁମ୍ଭମାନଙ୍କର ବିଶ୍ୱାସ ନିଷ୍ଫଳ, ଆଉ ତୁମ୍ଭେମାନେ ଏପର୍ଯ୍ୟନ୍ତ ଆପଣା ଆପଣା ପାପରେ ଅଛ।
Na kama Kristo hakufufuliwa, imani yenu ni bure na bado mko kwenye dhambi zenu.
18 ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ କରିଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି।
Hivyo hata wale waliokufa katika Kristo pia wameangamia.
19 ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ।
Ikiwa kwa maisha haya peke yake tunaujasiri kwa wakati ujao ndani ya Kristo, watu wote, sisi niwakuhurumiwa zaidi ya watu wote.
20 କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି।
Lakini sasa Kristo amefufuka kutoka kwa wafu, matunda ya kwanza ya wale waliokufa.
21 କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି।
Kwa kuwa kifo kilikuja kupitia mwanadamu, pia kupitia mwanadamu ufufuo wa wafu.
22 ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ।
Kwa kuwa kama katika Adam wote wanakufa, hivyo pia katika Kristo wote watafanywa hai.
23 କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;
Lakini kila moja katika mpango wake: Kristo, matunda ya kwanza, na kisha wale walio wa Kristo watafanywa hai wakati wa kuja kwake.
24 ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ।
Ndipo utakuwa mwisho, pale Kristo atakapo kabidhi ufalme kwa Mungu Baba. Hii ni pale atakapo komesha utawala wote na mamlaka yote na nguvu.
25 କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ।
Kwa kuwa lazima atawale mpaka atakapoweka maadui zake wote chini ya nyayo zake.
26 ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
Adui wa mwisho kuharibiwa ni kifo.
27 କାରଣ ସେ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କଲେ। ଯେତେବେଳେ ସେ କହନ୍ତି, ସମସ୍ତ ବିଷୟ ବଶୀଭୂତ କରାଯାଇଅଛି, ଏହା ସ୍ପଷ୍ଟ, ସମସ୍ତ ବିଷୟ ଯେ ତାହାଙ୍କର ବଶୀଭୂତ କଲେ, ସେ ସେହି ସବୁର ଅନ୍ତର୍ଗତ ନୁହଁନ୍ତି।
Kwa kuwa “ameweka kila kitu chini ya nyayo zake.” Lakini inaposema “ameweka kila kitu,” ni wazi kwamba hii haihusishi wale walioweka kila kitu chini yake mwenyewe.
28 ଆଉ ସମସ୍ତ ବିଷୟ ପୁତ୍ରଙ୍କ ବଶୀଭୂତ କରାଗଲା ଉତ୍ତାରେ, ଯେ ସମସ୍ତ ବିଷୟ ତାହାଙ୍କର ବଶୀଭୂତ କଲେ, ସ୍ୱୟଂ ପୁତ୍ର ମଧ୍ୟ ତାହାଙ୍କର ବଶୀଭୂତ ହେବେ, ଯେପରି ଈଶ୍ବର ସର୍ବେସର୍ବା ହୁଅନ୍ତି।
Wakati vitu vyote vimewekwa chini yake, kisha Mwana mwenyewe atawekwa chini kwake Yeye ambaye aliviweka vitu vyote chini yake. Hii itatokea ili kwamba Mungu Baba awe yote katika vyote.
29 ମୃତମାନଙ୍କ ଉତ୍ଥାନ ନ ହେଲେ, ଯେଉଁମାନେ ମୃତମାନଙ୍କ ନିମନ୍ତେ ବାପ୍ତିଜିତ ହୁଅନ୍ତି, ସେମାନେ କଅଣ କରିବେ? ଯଦି ମୃତମାନେ ଆଦୌ ଉତ୍ଥିତ ନ ହୁଅନ୍ତି, ତେବେ ସେମାନଙ୍କ ନିମନ୍ତେ ସେମାନେ କାହିଁକି ବାପ୍ତିଜିତ ହୁଅନ୍ତି?
Au pia watafanya nini wale waliobatizwa kwa ajili ya wafu? Kama wafu hawafufuliwi kabisa, kwa nini tena wanabatizwa kwa ajili yao?
30 ଆମ୍ଭେମାନେ ମଧ୍ୟ କାହିଁକି ପ୍ରତ୍ୟେକ ଦଣ୍ଡରେ ବିପଦର ସମ୍ମୁଖୀନ ହେଉ?
Na kwa nini tuko katika hatari kila saa?
31 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ବିଷୟରେ ମୁଁ ଯେଉଁ ଦର୍ପ କରିଥାଏ, ସେଥିର ଶପଥ କରି କହୁଅଛି, ମୁଁ ପ୍ରତିଦିନ ମୃତ୍ୟୁଭୋଗ କରୁଅଛି।
Kaka na dada zangu, kupitia kujisifu kwangu katika ninyi, ambayo ninayo katika Kristo Yesu Bwana wetu, natangaza hivi: nakufa kila siku.
32 ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ-ପଶୁମାନଙ୍କ ସଦୃଶ ଲୋକମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କଅଣ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
Inanifaidia nini, katika mtazamo wa wanadamu, kama nilipigana na wanyama wakali huko Efeso, kama wafu hawafufuliwi? “Acha basi tule na kunywa, kwa kuwa kesho tunakufa.”
33 ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
Msidanganywe: “Makundi mabaya huharibu tabia njema.
34 ଯଥାର୍ଥ ରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଈଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
“Muwe na kiasi! muishi katika haki! msiendelee kutenda dhambi. Kwa kuwa baadhi yenu hamna maarifa ya Mungu. Nasema hivi kwa aibu yenu.
35 କିନ୍ତୁ କେହି କହିବ, ମୃତମାନେ କିପରି ଉତ୍ଥିତ ହୁଅନ୍ତି? କି ପ୍ରକାର ଶରୀରରେ ସେମାନେ ଆସନ୍ତି?
Lakini mtu mwingine atasema, “Jinsi gani wafu wanafufuliwa? Nao watakuja na aina gani ya mwili?”
36 ହେ ନିର୍ବୋଧ, ତୁମ୍ଭେ ନିଜେ ଯାହା ବୁଣ, ତାହା ନ ମଲେ ସଜୀବ ହୁଏ ନାହିଁ,
Wewe ni mjinga sana! Kile ulichopanda hakiwezi kuanza kukua isipokuwa kimekufa.
37 ଆଉ, ଯାହା ତୁମ୍ଭେ ବୁଣ, ତାହା ଶରୀର ନୁହେଁ ଯାହା ଉତ୍ପନ୍ନ ହେବ, କିନ୍ତୁ ତାହା କେବଳ ଦାନାମାତ୍ର ଅଟେ, ତାହା ଗହମ ହେଉ ବା ଅନ୍ୟ କୌଣସି ଶସ୍ୟ ହେଉ।
Na kile unachopanda sio mwili ambao utakuwa, bali ni mbegu iliyochipua. Inaweza kuwa ngano au kitu kingine.
38 କିନ୍ତୁ ଈଶ୍ବର ଆପଣା ଇଚ୍ଛାନୁସାରେ ତାହାକୁ ଶରୀର ଦିଅନ୍ତି, ଆଉ ସମସ୍ତ ବୀଜ ମଧ୍ୟରୁ ପ୍ରତ୍ୟେକକୁ ତାହାର ନିଜ ଶରୀର ଦେଇଥାଆନ୍ତି।
Lakini Mungu ataipa mwili kama apendavyo, na katika kila mbengu mwili wake mwenyewe.
39 ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର।
Miili yote haifanani. Isipokuwa, kuna mwili mmoja wa wanadamu, na mwili mwingine wa wanyama, na wili mwingine wa ndege, na mwingine kwa ajili ya samaki.
40 ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ।
Pia kuna miili ya mbinguni na miili ya duniani. Lakini utukufu wa miili ya mbinguni ni aina moja na utukufu wa duniani ni mwingine.
41 ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ।
Kuna utukufu mmoja wa jua, na utukufu mwingine wa mwezi, na utukufu mwingine wa nyota. Kwa kuwa nyota moja inatofautiana na nyota nyingine katika utukufu.
42 ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;
Hivyo ndivyo ulivyo pia ufufuo wa wafu. Kinacho pandwa kinaharibika, na kinacho ota hakiharibiki.
43 ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ;
Kimepandwa katika matumizi ya kawaida, kinaoteshwa katika utukufu. Kimepandwa katika udhaifu, kinaoteshwa katika nguvu.
44 ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି।
Kimepandwa katika mwili wa asili, kinaoteshwa katika mwili wa kiroho. Kama kuna mwili wa asili, kuna mwili wa kiroho pia.
45 ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
Hivyo pia imeandikwa, “Mtu wa kwanza Adamu alifanyika roho inayo ishi.” Adamu wa mwisho alifanyika roho itoayo uhai.
46 ମାତ୍ର ଯାହା ଆତ୍ମିକ, ତାହା ପ୍ରଥମ ନୁହେଁ, କିନ୍ତୁ ଯାହା ପ୍ରାକୃତିକ, ତାହା ପ୍ରଥମ, ପରେ ଆତ୍ମିକ।
Lakini wa kiroho hakuja kwanza bali wa asili, na kisha wa kiroho.
47 ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ।
Mtu wa kwanza ni wa dunia, alitengenezwa kwa mavumbi. Mtu wa pili anatoka mbinguni.
48 ଯେଉଁମାନେ ମୃତ୍ତିକାରେ ନିର୍ମିତ, ସେମାନେ ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟ ତୁଲ୍ୟ, ପୁଣି, ଯେଉଁମାନେ ସ୍ୱର୍ଗୀୟ, ସେମାନେ ସ୍ୱର୍ଗରୁ ଆଗତ ସେହି ବ୍ୟକ୍ତି ତୁଲ୍ୟ।
Kama vile yule aliyetengenezwa kwa mavumbi, hivyo pia wale waliotengenezwa kwa mavumbi. Kama vile mtu wa mbinguni alivyo, hivyo pia wale wa mbinguni.
49 ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।
Kama ambavyo tumebeba mfano wa mtu wa mavumbi, tutabeba pia mfano wa mtu wa mbinguni.
50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତ-ମାଂସ ଈଶ୍ବରଙ୍କ ରାଜ୍ୟ ଅଧିକାର କରିପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
Sasa nawaambia, kaka na dada zangu, kwamba mwili na damu haviwezi kuurithi ufalme wa Mungu. Wala wakuharibika kurithi wakutoharibika.
51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
Tazama! Nawaambia ninyi siri ya kweli: Hatutakufa wote, bali wote tutabadilishwa.
52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।
Tutabadilishwa katika wakati, katika kufumba na kufumbua kwa jicho, katika tarumbeta ya mwisho. Kwa kuwa tarumbeta italia, na wafu watafufuliwa na hali ya kutoharibika, na tutabadilishwa.
53 କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ।
Kwani huu wa kuharibika lazima uvae wa kutoharibika, na huu wa kufa lazima uvae wa kutokufa.
54 କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,
Lakini wakati huu wa kuharibika ukivikwa wa kutokuharibika, na huu wa kufa ukivaa wa kutokufa, ndipo utakuja msemo ambao umeandikwa, “Kifo kimemezwa katika ushindi.”
55 “ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?” (Hadēs )
“Kifo, ushindi wako uko wapi? Kifo, uko wapi uchungu wako?” (Hadēs )
56 ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା;
Uchungu wa kifo ni dhambi, na nguvu ya dhambi ni sheria.
57 କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।
Lakini shukurani kwa Mungu, atupaye sisi ushindi kupitia Bwana wetu Yesu Kristo!
58 ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ।
Kwa hiyo, wapendwa kaka na dada zangu, iweni imara na msitikisike. Daima itendeni kazi ya Bwana, kwa sababu mnajua kuwa kazi yenu katika Bwana siyo bure.