< କରିନ୍ଥୀୟ 16 >

1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।
To, game da tara kuɗi domin taimakon mutanen Allah, ku yi abin da na gaya wa ikkilisiyoyin Galatiyawa.
2 ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।
A ranar farko ta kowace mako, ya kamata kowannenku yă keɓe’yan kuɗi bisa ga abin da yake samu, yă ajiye, ba sai na zo kafin a tara taimakon ba.
3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
In kuwa na iso sai in ba da wasiƙun gabatarwa ga mutanen da kuka amince da su, in kuma aike su da taimakonku zuwa Urushalima.
4 ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।
In kuma ya dace in tafi, to, sai su tafi tare da ni.
5 କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
Bayan na zazzaga Makidoniya, zan zo wurinku, domin zan ratsa ta Makidoniya.
6 ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ।
Wataƙila zan ɗan jima a wajenku, ko ma in ci damina a can, domin ku yi mini rakiya a tafiyata, duk inda za ni.
7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।
Ba na so in gan ku yanzu in wuce kawai, ina fata zan yi’yan kwanaki tare da ku, in Ubangiji ya yarda.
8 କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;
Sai dai zan kasance a Afisa har lokacin Fentekos,
9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।
domin an buɗe mini wata hanya mai fāɗi don aiki mai amfani, ko da yake akwai mutane da yawa masu gāba da ni.
10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
In Timoti ya zo, ku tabbata ya sami sakewa a cikinku, domin aikin Ubangiji yake yi kamar yadda nake yi.
11 ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।
Kada fa wani yă ƙi karɓansa. Ku sallame shi lafiya, domin yă koma wurina. Ina duban hanyarsa tare da’yan’uwa.
12 କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
Batun ɗan’uwanmu Afollos kuwa, na roƙe shi sosai yă zo wurinku tare da’yan’uwa. Bai so zuwa yanzu ba, amma zai zo in ya sami zarafi.
13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
Ku zauna a faɗake; ku dāge cikin bangaskiya; ku zauna da ƙarfafawa; ku yi ƙarfi.
14 ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
Ku yi kome da ƙauna.
15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;
Kun san cewa iyalin gidan Istifanas ne suka fara tuba a Akayya. Sun kuma ba da kansu ga yi wa tsarkaka hidima. Ina roƙonku’yan’uwa,
16 ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।
ku ba da kanku ga irin waɗannan, ga kuma kowa da ya haɗa hannu a aikin, yana kuma faman a cikinsa.
17 ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
Na yi farin ciki da isowar Istifanas, Fortunatus da Akaikus, domin sun biya bukatar da ba ku iya biya ba.
18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।
Gama sun wartsake ruhuna da kuma naku. Ya kamata ku girmama irin waɗannan mutane.
19 ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Ikkilisiyoyin da suke a lardin Asiya suna gaisuwa. Akwila da Firiskila suna gaishe ku sosai cikin Ubangiji, haka ma ikkilisiyar da takan taru a gidansu.
20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
Dukan’yan’uwa a nan suna gaisuwa. Ku gai da juna da sumba mai tsarki.
21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।
Ni, Bulus nake rubuta wannan gaisuwa da hannuna.
22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
Duk wanda ba ya ƙaunar Ubangiji, la’ana ta zauna a kansa. Zo, ya Ubangiji!
23 ମାରାନାଥା। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;
Alherin Ubangiji Yesu yă kasance tare da ku.
24 ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ।
Ina gaishe ku duka, gaisuwar ƙaunata cikin Kiristi Yesu. Amin.

< କରିନ୍ଥୀୟ 16 >