< କରିନ୍ଥୀୟ 16 >

1 ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର।
A gledé zbire za svete storite tudi vi tako, kakor sem naredil za Galatijske cerkve.
2 ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।
Prvi dan po sobotah naj vsak vas pri sebi deva na stran in spravlja, kolikor mu se dobro zdí, da ne bodo zbire ta krat, kedar pridem.
3 ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;
Kedar pa pridem, pošljem tiste, ktere za dobre za to spoznate po listih, da odnesó vaš blagoslov v Jeruzalem;
4 ପୁଣି, ଯଦି ମୋହର ମଧ୍ୟ ଯିବାର ଉପଯୁକ୍ତ ହୁଏ, ତେବେ ସେମାନେ ମୋʼ ସାଙ୍ଗରେ ଯିବେ।
Ko bi pa vredno bilo, da tudi jaz grem, pojdejo z menoj.
5 କିନ୍ତୁ ମୁଁ ମାକିଦନିଆ ଅଞ୍ଚଳ ଦେଇ ଯାତ୍ରା କରିବା ପରେ ତୁମ୍ଭମାନଙ୍କ ନିକଟକୁ ଯିବି; ଯେଣୁ ମୁଁ ମାକିଦନିଆ ଦେଇ ଯିବି,
Prišel bom pa k vam, kedar Macedonijo prejdem, (kajti šel bom skozi Macedonijo).
6 ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ।
A pri vas se more biti pomudim, ali pa tudi črez zimo ostanem, da me vi spremite, kedar bom hodil.
7 କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।
Kajti ne čem vas le mimo gredé videti, a upam nekoliko časa pri vas ostati, če Gospod ukrene,
8 କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;
Ostal pa bom v Efezu noter do binkošti.
9 କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।
Kajti vrata so mi odprta velika in široka in nasprotnikov je mnogo.
10 ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,
Če pa pride Timotej, glejte, da bo brez straha pri vas; kajti opravlja Gospodovo delo kakor jaz.
11 ଏଣୁ କେହି ତାହାଙ୍କୁ ତୁଚ୍ଛଜ୍ଞାନ ନ କରୁ। କିନ୍ତୁ ସେ ଯେପରି ମୋʼ ନିକଟକୁ ଆସି ପାରନ୍ତି, ଏଥିପାଇଁ ତାହାଙ୍କୁ ଶାନ୍ତିରେ ବାଟ ବଳାଇଦିଅ; କାରଣ ସେ ଭାଇମାନଙ୍କ ସହିତ ଆସିବେ ବୋଲି ମୁଁ ଅପେକ୍ଷାରେ ଅଛି।
Nikdor naj ga torej ne zaničuje, a odpošljite ga v miru, da pride k meni, ker ga pričakujem z brati.
12 କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାହାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ।
Gledé brata Apola pa: mnogo sem ga prosil, da bi prišel k vam z brati, in nikakor ga ni bila volja sedaj priti, a prišel bo, kedar utegne.
13 ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ।
Čujte, stojte v veri, možki se držite, trdni bodite.
14 ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ।
Vse vaše naj se v ljubezni godi.
15 ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;
Prosim vas pa, bratje: veste za Štefanov dom, da je prvina v Ahaji, in da so se na služenje svetim odločili;
16 ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି।
Da se tudi vi podlagate takim in vsakemu, kteri ž njimi dela in se trudi.
17 ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି,
Veselim se pa prihoda Stefanovega in Fortunatovega in Ahajikovega, ker so mi nadomestili, da nisem vas pogrešal;
18 ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର।
Zakaj spokojili so mojega duha in vašega. Spoštujte torej take.
19 ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
Pozdravljajo vas cerkve Azijske; pozdravljata vas v Gospodu mnogo Akvila in Priscila s cerkvijo v njunem domu.
20 ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
Pozdravljajo vas bratje vsi; pozdravite eden drugega v svetem poljubku.
21 ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।
Pozdrav z mojo, Pavlovo roko.
22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
Če kdo ne ljubi Gospoda Jezusa Kristusa, preklet bodi, maràn athà!
23 ମାରାନାଥା। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;
Milost Gospoda Jezusa Kristusa z vami!
24 ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ।
Moja ljubezen z vami vsemi v Kristusu Jezusu! Amen. Korinčanom prvi list pisan iz mesta Filipov a poslan po Štefanu in Fortunatu in Ahajiku in Timoteji.

< କରିନ୍ଥୀୟ 16 >