< କରିନ୍ଥୀୟ 2 >

1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଆସିଥିଲି, ସେତେବେଳେ ଈଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।
형제들아 내가 너희에게 나아가 하나님의 증거를 전할 때에 말과 지혜의 아름다운 것으로 아니하였나니
2 କାରଣ ଯୀଶୁ ଖ୍ରୀଷ୍ଟ, ଅର୍ଥାତ୍‍ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ବିନା ତୁମ୍ଭମାନଙ୍କ ମଧ୍ୟରେ ଆଉ କୌଣସି ବିଷୟ ନ ଜାଣିବାକୁ ମୁଁ ମନସ୍ଥ କଲି।
내가 너희 중에서 예수 그리스도와 그의 십자가에 못 박히신 것 외에는 아무 것도 알지 아니하기로 작정하였음이라
3 ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;
내가 너희 가운데 거할 때에 약하며 두려워하며 심히 떨었노라
4 ତୁମ୍ଭମାନଙ୍କ ବିଶ୍ୱାସ ଯେପରି ମନୁଷ୍ୟର ଜ୍ଞାନ ଉପରେ ସ୍ଥାପିତ ନ ହୋଇ ଈଶ୍ବରଙ୍କ ଶକ୍ତି ଉପରେ ସ୍ଥାପିତ ହୁଏ,
내 말과 내 전도함이 지혜의 권하는 말로 하지 아니하고 다만 성령의 나타남과 능력으로 하여
5 ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣଯୁକ୍ତ ହୋଇଥିଲା।
너희 믿음이 사람의 지혜에 있지 아니하고 다만 하나님의 능력에 있게 하려 하였노라
6 ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ, (aiōn g165)
그러나 우리가 온전한 자들 중에서 지혜를 말하노니 이는 이 세상의 지혜가 아니요 또 이 세상의 없어질 관원의 지혜도 아니요 (aiōn g165)
7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ବର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ। (aiōn g165)
오직 비밀한 가운데 있는 하나님의 지혜를 말하는 것이니 곧 감취었던 것인데 하나님이 우리의 영광을 위하사 만세 전에 미리 정하신 것이라 (aiōn g165)
8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାନ୍ତି, କାରଣ ଯଦି ସେମାନେ ଈଶ୍ବରଙ୍କ ଜ୍ଞାନକୁ ଜାଣିଥାଆନ୍ତେ, ତେବେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ; (aiōn g165)
이 지혜는 이 세대의 관원이 하나도 알지 못하였나니 만일 알았더면 영광의 주를 십자가에 못 박지 아니하였으리라 (aiōn g165)
9 କିନ୍ତୁ ଯେପରି ଲେଖାଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ବର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
기록된 바 하나님이 자기를 사랑하는 자들을 위하여 예비하신 모든 것은 눈으로 보지 못하고 귀로도 듣지 못하고 사람의 마음으로도 생각지 못하였다 함과 같으니라
10 କିନ୍ତୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ବରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।
오직 하나님이 성령으로 이것을 우리에게 보이셨으니 성령은 모든 것 곧 하나님의 깊은 것이라도 통달하시느니라
11 କାରଣ ମନୁଷ୍ୟର ବିଷୟସବୁ ମନୁଷ୍ୟଠାରେ ଥିବା ଆତ୍ମା ବିନା ଆଉ କିଏ ଜାଣେ? ସେହିପରି ମଧ୍ୟ ଈଶ୍ବରଙ୍କ ବିଷୟସବୁ ଈଶ୍ବରଙ୍କ ଆତ୍ମା ବିନା ଆଉ କେହି ଜାଣେ ନାହିଁ।
사람의 사정을 사람의 속에 있는 영 외에는 누가 알리요 이와 같이 하나님의 사정도 하나님의 영 외에는 아무도 알지 못하느니라
12 ଯେପରି ଈଶ୍ବରଙ୍କ ଦ୍ୱାରା ଆମ୍ଭମାନଙ୍କୁ ଅନୁଗ୍ରହରେ ଦିଆଯାଇଥିବା ବିଷୟଗୁଡ଼ିକ ଆମ୍ଭେମାନେ ଜାଣି ପାରୁ, ଏଥିପାଇଁ ଆମ୍ଭେମାନେ ଜଗତର ଆତ୍ମା ନ ପାଇ ଈଶ୍ବରଙ୍କ ଆତ୍ମା ପାଇଅଛୁ।
우리가 세상의 영을 받지 아니하고 오직 하나님께로 온 영을 받았으니 이는 우리로 하여금 하나님께서 우리에게 은혜로 주신 것들을 알게 하려 하심이라
13 ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।
우리가 이것을 말하거니와 사람의 지혜의 가르친 말로 아니하고 오직 성령의 가르치신 것으로 하니 신령한 일은 신령한 것으로 분별하느니라
14 କିନ୍ତୁ ସାଂସାରିକ ମନୁଷ୍ୟ ଈଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହିସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହିସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।
육에 속한 사람은 하나님의 성령의 일을 받지 아니하나니 저희에게는 미련하게 보임이요 또 깨닫지도 못하나니 이런 일은 영적으로라야 분변함이니라
15 ମାତ୍ର ଯେ ଆତ୍ମିକମନା, ସେ ସମସ୍ତ ବିଷୟ ବିଚାର କରେ, ତଥାପି କେହି ତାହାର ବିଚାର କରେ ନାହିଁ।
신령한 자는 모든 것을 판단하나 자기는 아무에게도 판단을 받지 아니하느니라
16 ଯେପରି ପବିତ୍ର ଶାସ୍ତ୍ରରେ ଲେଖାଅଛି, “କାରଣ, କିଏ ପ୍ରଭୁଙ୍କ ମନ ଜାଣିଅଛି ଯେ, ସେ ତାହାଙ୍କୁ ଶିକ୍ଷା ଦେଇ ପାରେ?” କିନ୍ତୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ମନ ପାଇଅଛୁ।
누가 주의 마음을 알아서 주를 가르치겠느냐 그러나 우리가 그리스도의 마음을 가졌느니라

< କରିନ୍ଥୀୟ 2 >