< କରିନ୍ଥୀୟ 4 >
1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
Οὕτως ἡμᾶς λογιζέσθω ἄνθρωπος, ὡς ὑπηρέτας χριστοῦ καὶ οἰκονόμους μυστηρίων θεοῦ.
2 ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ।
ὧδε λοιπὸν ζητεῖται ἐν τοῖς οἰκονόμοις ἵνα πιστός τις εὑρεθῇ.
3 କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋʼ ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ।
ἐμοὶ δὲ εἰς ἐλάχιστόν ἐστιν ἵνα ὑφ᾽ ὑμῶν ἀνακριθῶ ἢ ὑπὸ ἀνθρωπίνης ἡμέρας· ἀλλ᾽ οὐδὲ ἐμαυτὸν ἀνακρίνω.
4 କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ।
(οὐδὲν γὰρ ἐμαυτῷ σύνοιδα· ἀλλ᾽ οὐκ ἐν τούτῳ δεδικαίωμαι)· ὁ δὲ ἀνακρίνων με κύριός ἐστιν.
5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ପ୍ରଶଂସା ପାଇବ।
ὥστε μὴ πρὸ καιροῦ τι κρίνετε, ἕως ἂν ἔλθῃ ὁ κύριος, ὃς καὶ φωτίσει τὰ κρυπτὰ τοῦ σκότους καὶ φανερώσει τὰς βουλὰς τῶν καρδιῶν· καὶ τότε ὁ ἔπαινος γενήσεται ἑκάστῳ ἀπὸ τοῦ θεοῦ.
6 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହିସବୁ କଥା ମୋʼ ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ, ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।
Ταῦτα δέ, ἀδελφοί, μετεσχημάτισα εἰς ἐμαυτὸν καὶ Ἀπολλὼν δι᾽ ὑμᾶς, ἵνα ἐν ἡμῖν μάθητε τὸ μὴ ὑπὲρ ἃ γέγραπται, ἵνα μὴ εἷς ὑπὲρ τοῦ ἑνὸς φυσιοῦσθε κατὰ τοῦ ἑτέρου.
7 କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କଅଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ?
τίς γάρ σε διακρίνει; τί δὲ ἔχεις ὃ οὐκ ἔλαβες; εἰ δὲ καὶ ἔλαβες, τί καυχᾶσαι ὡς μὴ λαβών;
8 ଇତିମଧ୍ୟରେ ତୁମ୍ଭେମାନେ କଅଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କଅଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରିପାରିଥାଆନ୍ତୁ।
ἤδη κεκορεσμένοι ἐστέ, ἤδη ἐπλουτήσατε, χωρὶς ἡμῶν ἐβασιλεύσατε· καὶ ὄφελόν γε ἐβασιλεύσατε, ἵνα καὶ ἡμεῖς ὑμῖν συμβασιλεύσωμεν.
9 କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ।
δοκῶ γάρ, ὁ θεὸς ἡμᾶς τοὺς ἀποστόλους ἐσχάτους ἀπέδειξεν ὡς ἐπιθανατίους, ὅτι θέατρον ἐγενήθημεν τῷ κόσμῳ καὶ ἀγγέλοις καὶ ἀνθρώποις.
10 ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ।
ἡμεῖς μωροὶ διὰ χριστόν, ὑμεῖς δὲ φρόνιμοι ἐν χριστῷ· ἡμεῖς ἀσθενεῖς, ὑμεῖς δὲ ἰσχυροί· ὑμεῖς ἔνδοξοι, ἡμεῖς δὲ ἄτιμοι.
11 ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
ἄχρι τῆς ἄρτι ὥρας καὶ πεινῶμεν καὶ διψῶμεν καὶ γυμνιτεύομεν, καὶ κολαφιζόμεθα καὶ ἀστατοῦμεν,
12 ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
καὶ κοπιῶμεν ἐργαζόμενοι ταῖς ἰδίαις χερσίν· λοιδορούμενοι εὐλογοῦμεν, διωκόμενοι ἀνεχόμεθα,
13 ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ।
βλασφημούμενοι παρακαλοῦμεν, ὡς περικαθάρματα τοῦ κόσμου ἐγενήθημεν, πάντων περίψημα ἕως ἄρτι.
14 ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି।
οὐκ ἐντρέπων ὑμᾶς γράφω ταῦτα, ἀλλὰ ὡς τέκνα μου ἀγαπητὰ νουθετῶ.
15 କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି।
ἐὰν γὰρ μυρίους παιδαγωγοὺς ἔχητε ἐν χριστῷ, ἀλλ᾽ οὐ πολλοὺς πατέρας· ἐν γὰρ χριστῷ Ἰησοῦ διὰ τοῦ εὐαγγελίου ἐγὼ ὑμᾶς ἐγέννησα.
16 ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।
Παρακαλῶ οὖν ὑμᾶς, μιμηταί μου γίνεσθε.
17 ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ସନ୍ତାନ; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ।
διὰ τοῦτο ἔπεμψα ὑμῖν Τιμόθεον, ὅς ἐστίν μου τέκνον ἀγαπητὸν καὶ πιστὸν ἐν κυρίῳ, ὃς ὑμᾶς ἀναμνήσει τὰς ὁδούς μου τὰς ἐν χριστῷ, καθὼς πανταχοῦ ἐν πάσῃ ἐκκλησίᾳ διδάσκω.
18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।
ὡς μὴ ἐρχομένου δέ μου πρὸς ὑμᾶς ἐφυσιώθησάν τινες·
19 କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!
ἐλεύσομαι δὲ ταχέως πρὸς ὑμᾶς, ἐὰν ὁ κύριος θελήσῃ, καὶ γνώσομαι οὐ τὸν λόγον τῶν πεφυσιωμένων, ἀλλὰ τὴν δύναμιν.
20 କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।
οὐ γὰρ ἐν λόγῳ ἡ βασιλεία τοῦ θεοῦ, ἀλλ᾽ ἐν δυνάμει.
21 ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି?
τί θέλετε; ἐν ῥάβδῳ ἔλθω πρὸς ὑμᾶς, ἢ ἐν ἀγάπῃ πνεύματί τε πραΰτητος;