< କରିନ୍ଥୀୟ 6 >

1 ତୁମ୍ଭମାନଙ୍କ ମଧ୍ୟରୁ କାହାରି ଅନ୍ୟ ଜଣକ ବିରୁଦ୍ଧରେ କଥା ଥିଲେ ସେ କି ବିଚାର ନିମନ୍ତେ ସାଧୁମାନଙ୍କ ନିକଟକୁ ନ ଯାଇ ଅଧାର୍ମିକମାନଙ୍କ ନିକଟକୁ ଯିବା ପାଇଁ ସାହସ କରେ?
τολμα τις υμων πραγμα εχων προς τον ετερον κρινεσθαι επι των αδικων και ουχι επι των αγιων
2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏ କଥା କି ତୁମ୍ଭେମାନେ ଜାଣ ନାହିଁ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ?
ουκ οιδατε οτι οι αγιοι τον κοσμον κρινουσιν και ει εν υμιν κρινεται ο κοσμος αναξιοι εστε κριτηριων ελαχιστων
3 ଆମ୍ଭେମାନେ ଯେ ଦୂତମାନଙ୍କର ବିଚାର କରିବା, ଏହା କି ତୁମ୍ଭେମାନେ ଜାଣ ନାହିଁ?
ουκ οιδατε οτι αγγελους κρινουμεν μητι γε βιωτικα
4 ତେବେ ଐହିକ ଜୀବନର କଥା ବା କଅଣ? ଅତଏବ, ଯଦି ବିଚାର ନିମନ୍ତେ ତୁମ୍ଭମାନଙ୍କର ଐହିକ ଜୀବନ ସମ୍ବନ୍ଧୀୟ କୌଣସି ବିଷୟ ଥାଏ, ତେବେ ମଣ୍ଡଳୀରେ ଯେଉଁମାନେ ନଗଣ୍ୟ, ସେମାନଙ୍କୁ କଅଣ ବିଚାର କରିବା ନିମନ୍ତେ ନିଯୁକ୍ତ କର?
βιωτικα μεν ουν κριτηρια εαν εχητε τους εξουθενημενους εν τη εκκλησια τουτους καθιζετε
5 ମୁଁ ତୁମ୍ଭମାନଙ୍କୁ ଲଜ୍ଜା କରାଇବା ପାଇଁ ଏହା କହୁଅଛି। ଭାଇ ଭାଇ ମଧ୍ୟରେ ମୀମାଂସା କରିବାକୁ ସମର୍ଥ, ଏପରି କଅଣ ଜଣେ ବୋଲି ଜ୍ଞାନୀ ଲୋକ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ନାହିଁ?
προς εντροπην υμιν λεγω ουτως ουκ εστιν εν υμιν σοφος ουδε εις ος δυνησεται διακριναι ανα μεσον του αδελφου αυτου
6 ମାତ୍ର ଜଣେ ବିଶ୍ୱାସୀ ଭାଇ ଅନ୍ୟ ବିଶ୍ୱାସୀ ଭାଇ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ!
αλλα αδελφος μετα αδελφου κρινεται και τουτο επι απιστων
7 ତୁମ୍ଭେମାନେ ଯେ ପରସ୍ପର ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରୁଅଛ, ସେଥିରେ ତୁମ୍ଭେମାନେ ନିତାନ୍ତ ଦୋଷୀ। ବରଂ କାହିଁକି ଅନ୍ୟାୟ ସହୁ ନାହଁ? ବରଂ କାହିଁକି କ୍ଷତି ଅଙ୍ଗୀକାର କରୁ ନାହଁ?
ηδη μεν ουν ολως ηττημα εν υμιν εστιν οτι κριματα εχετε μεθ εαυτων διατι ουχι μαλλον αδικεισθε διατι ουχι μαλλον αποστερεισθε
8 କିନ୍ତୁ ତୁମ୍ଭେମାନେ ନିଜେ ନିଜେ ଅନ୍ୟାୟ ଓ କ୍ଷତି କରୁଅଛ, ପୁଣି, ତାହା ଭାଇମାନଙ୍କ ପ୍ରତି କରୁଅଛ।
αλλα υμεις αδικειτε και αποστερειτε και ταυτα αδελφους
9 ଅବା, ଅଧାର୍ମିକମାନେ ଯେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍‍ ଆଚାରୀ
η ουκ οιδατε οτι αδικοι βασιλειαν θεου ου κληρονομησουσιν μη πλανασθε ουτε πορνοι ουτε ειδωλολατραι ουτε μοιχοι ουτε μαλακοι ουτε αρσενοκοιται
10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
ουτε κλεπται ουτε πλεονεκται ουτε μεθυσοι ου λοιδοροι ουχ αρπαγες βασιλειαν θεου ου κληρονομησουσιν
11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
και ταυτα τινες ητε αλλα απελουσασθε αλλα ηγιασθητε αλλ εδικαιωθητε εν τω ονοματι του κυριου ιησου και εν τω πνευματι του θεου ημων
12 ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
παντα μοι εξεστιν αλλ ου παντα συμφερει παντα μοι εξεστιν αλλ ουκ εγω εξουσιασθησομαι υπο τινος
13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ବର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
τα βρωματα τη κοιλια και η κοιλια τοις βρωμασιν ο δε θεος και ταυτην και ταυτα καταργησει το δε σωμα ου τη πορνεια αλλα τω κυριω και ο κυριος τω σωματι
14 ଈଶ୍ବର ପ୍ରଭୁଙ୍କୁ ଉଠାଇଲେ, ପୁଣି, ଆପଣା ଶକ୍ତି ଦ୍ୱାରା ଆମ୍ଭମାନଙ୍କୁ ମଧ୍ୟ ଉଠାଇବେ।
ο δε θεος και τον κυριον ηγειρεν και ημας εξεγερει δια της δυναμεως αυτου
15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି? ତାହା କେବେ ହେଁ ନ ହେଉ।
ουκ οιδατε οτι τα σωματα υμων μελη χριστου εστιν αρας ουν τα μελη του χριστου ποιησω πορνης μελη μη γενοιτο
16 କିମ୍ବା ଯେ ବେଶ୍ୟା ସହିତ ସଂଯୁକ୍ତ ହୁଏ, ସେ ତାହା ସହିତ ଏକ ଶରୀର ହୁଏ, ଏହା କି ତୁମ୍ଭେମାନେ ଜାଣ ନାହିଁ? କାରଣ ଉକ୍ତ ଅଛି, “ସେ ଦୁହେଁ ଏକାଙ୍ଗ ହେବେ।”
η ουκ οιδατε οτι ο κολλωμενος τη πορνη εν σωμα εστιν εσονται γαρ φησιν οι δυο εις σαρκα μιαν
17 କିନ୍ତୁ ଯେ ପ୍ରଭୁଙ୍କ ସହିତ ସଂଯୁକ୍ତ ହୁଏ, ସେ ତାହାଙ୍କ ସହିତ ଏକ ଆତ୍ମା ହୁଏ।
ο δε κολλωμενος τω κυριω εν πνευμα εστιν
18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
φευγετε την πορνειαν παν αμαρτημα ο εαν ποιηση ανθρωπος εκτος του σωματος εστιν ο δε πορνευων εις το ιδιον σωμα αμαρτανει
19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ବରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କଅଣ ଜାଣ ନାହିଁ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
η ουκ οιδατε οτι το σωμα υμων ναος του εν υμιν αγιου πνευματος εστιν ου εχετε απο θεου και ουκ εστε εαυτων
20 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।
ηγορασθητε γαρ τιμης δοξασατε δη τον θεον εν τω σωματι υμων και εν τω πνευματι υμων ατινα εστιν του θεου

< କରିନ୍ଥୀୟ 6 >