< କରିନ୍ଥୀୟ 7 >

1 ତୁମ୍ଭେମାନେ ଯେଉଁ ସବୁ ବିଷୟ ଲେଖିଅଛ, ସେହି ସବୁର ଉତ୍ତର ଏହି, ସ୍ତ୍ରୀଲୋକକୁ ସ୍ପର୍ଶ ନ କରିବା ପୁରୁଷ ପକ୍ଷରେ ଭଲ;
ולענים מה שכתבתם אלי הנה טוב לאדם שלא יגע באשה׃
2 କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
אך מפני הזנות תהי לכל איש אשתו ויהי לכל אשה בעלה׃
3 ସ୍ୱାମୀ ସ୍ତ୍ରୀକୁ ତାହାର ପ୍ରାପ୍ୟ ଦେଉ, ପୁଣି, ସେହି ପ୍ରକାରେ ମଧ୍ୟ ସ୍ତ୍ରୀ ସ୍ୱାମୀକୁ ତାହାର ପ୍ରାପ୍ୟ ଦେଉ।
האיש יקים חובת העונה לאשתו וכמו כן האשה לבעלה׃
4 ଭାର୍ଯ୍ୟାର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ସ୍ୱାମୀର ଅଛି; ସେହି ପ୍ରକାରେ ମଧ୍ୟ ସ୍ୱାମୀର ଆପଣା ଶରୀର ଉପରେ ଅଧିକାର ନାହିଁ, କିନ୍ତୁ ଭାର୍ଯ୍ୟାର ଅଛି।
האשה איננה שלטת על גופה כי אם בעלה וכמו כן גם האיש איננו שלט על גופו כי אם אשתו׃
5 ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ।
אל תמנעו את עצמכם זה מזה זולתי בהסכמת שניכם על זמן קבוע להיות פנוים לתענית ולתפלה ותשובו ותתאחדו פן ינסה אתכם השטן בעבור פריצות יצרכם׃
6 କିନ୍ତୁ ମୁଁ ଆଜ୍ଞା ଦେଲା ପରି ନ କହି ପରାମର୍ଶ ଦେଲା ପରି ଏହା କହେ।
ואני אמר זאת בדרך עצה ולא בדרך מצוה׃
7 ତଥାପି, ଯେପରି ସବୁ ଲୋକ ମୋହରି ପରି ହୁଅନ୍ତି, ଏହା ମୋହର ଇଚ୍ଛା। ମାତ୍ର କେହି ଏପ୍ରକାର, କେହି ସେପ୍ରକାର, ପ୍ରତ୍ୟେକ ଜଣ ଈଶ୍ବରଙ୍କଠାରୁ ଦାନ ପାଇଅଛି।
כי מי יתן והיה כל אדם כמני אך יש לכל איש מתנתו מאת האלהים זה בכה וזה בכה׃
8 କିନ୍ତୁ ମୁଁ ଅବିବାହିତ ଓ ବିଧବାମାନଙ୍କୁ କହେ, ସେମାନେ ମୋʼ ପରି ରହିଲେ ସେମାନଙ୍କ ପକ୍ଷରେ ଭଲ।
ואל הפנוים ואל האלמנות אמר אני כי טוב להם אם ישבו ככה כמו גם אני׃
9 ମାତ୍ର ଯଦି ସେମାନେ ଇନ୍ଦ୍ରିୟ ଦମନ କରି ନ ପାରନ୍ତି, ତେବେ ବିବାହ କରନ୍ତୁ କାରଣ କାମାନଳରେ ଦଗ୍ଧ ହେବା ଅପେକ୍ଷା ବିବାହ କରିବା ଭଲ।
אך אם לא יוכלו להנזר יתחברו בנשואין כי טוב להתחבר בנשואין מהיות בער בתאוה׃
10 କିନ୍ତୁ ବିବାହିତମାନଙ୍କୁ ମୁଁ ଆଜ୍ଞା ଦିଏ, ମୁଁ ନୁହେଁ, ମାତ୍ର ପ୍ରଭୁ ଆଜ୍ଞା ଦିଅନ୍ତି, ଭାର୍ଯ୍ୟା ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ,
והנה את הנשואים אנכי מצוה ולא אנכי כי אם האדון אשר לא תפרש אשה מבעלה׃
11 (କିନ୍ତୁ ଯଦି ସେ ସ୍ୱାମୀଠାରୁ ପୃଥକ୍ ହୁଏ, ତେବେ ସେ ଆଉ ବିବାହ ନ କରୁ, ଅଥବା ଆପଣା ସ୍ୱାମୀ ସହିତ ମିଳିତ ହେଉ), ପୁଣି, ସ୍ୱାମୀ ଆପଣା ଭାର୍ଯ୍ୟାକୁ ପରିତ୍ୟାଗ ନ କରୁ।
ואם פרש תפרש ממנו תשב בלא איש או תתרצה לבעלה ואיש אל ישלח את אשתו׃
12 କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାହାକୁ ପରିତ୍ୟାଗ ନ କରୁ।
והנה אל האחרים אמר אנכי ולא האדון כי תהיה לאח אשה אשר איננה מאמנת ורצונה לשבת עמו לא יעזבנה׃
13 ପୁଣି, ଯେଉଁ ସ୍ତ୍ରୀର ଅବିଶ୍ୱାସୀ ସ୍ୱାମୀ ଥାଏ, ଆଉ ସେ ତାହାର ସହିତ ବାସ କରିବାକୁ ସମ୍ମତ ହୁଏ, ସେ ଆପଣା ସ୍ୱାମୀକୁ ପରିତ୍ୟାଗ ନ କରୁ।
ואשה כי יהיה לה בעל אשר איננו מאמין ורצונו לשבת עמה לא תעזבנו׃
14 କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ୱାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ୱାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅଶୁଚି ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର।
כי האיש אשר איננו מאמין מקדש הוא באשה והאשה אשר איננה מאמנת מקדשת היא באיש שאם לא כן יהיו בניכם טמאים אמנם עתה קדושים המה׃
15 ତଥାପି ଯଦି ଅବିଶ୍ୱାସୀ ପୃଥକ୍ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ବର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି।
אבל אם יפרש מי שאיננו מאמין יפרש והאח או האחות אינם משעבדים באלה כי לשלום קראנו האלהים׃
16 ଯେଣୁ ହେ ସ୍ତ୍ରୀ, ତୁମ୍ଭେ ଯେ ଆପଣା ସ୍ୱାମୀର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ? କିମ୍ବା ହେ ସ୍ୱାମୀ, ତୁମ୍ଭେ ଯେ ଆପଣା ଭାର୍ଯ୍ୟାର ପରିତ୍ରାଣର କାରଣ ହେବ, ଏହା କଅଣ ଜାଣ?
כי מה תדעי את האשה אם תושיעי את האיש ומה תדע אתה האיש אם תושיע את האשה׃
17 କେବଳ ପ୍ରଭୁ ଯାହାକୁ ଯେପରି ଦାନ ବିତରଣ କରିଅଛନ୍ତି, ଈଶ୍ବର ପ୍ରତ୍ୟେକକୁ ଯେଉଁ ଅବସ୍ଥାରେ ଆହ୍ୱାନ କରିଅଛନ୍ତି, ସେ ସେହିପରି ଆଚରଣ କରୁ। ମୁଁ ସମସ୍ତ ମଣ୍ଡଳୀରେ ଏହି ପ୍ରକାର ଆଦେଶ ଦିଏ।
רק יתהלך איש איש כפי מה שחלק לו האלהים וכפי מה שקרא אתו האדון וכן מתקן אנכי בכל הקהלות׃
18 କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି? ସେ ସୁନ୍ନତି ନ ହେଉ।
אם נמול האיש המקרא אל ימשך את ערלתו ואם ערל הוא אל ימול׃
19 ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।
אין המילה נחשבה ואין הערלה נחשבה כי אם שמירת מצות האלהים׃
20 ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ସେଥିରେ ଥାଉ।
איש איש במשמרתו אשר נקרא בה שם יעמד׃
21 ତୁମ୍ଭେ କି ଦାସ ହୋଇ ଆହୂତ ହୋଇଅଛ? ଚିନ୍ତା କର ନାହିଁ; ମାତ୍ର ଯେବେ ମୁକ୍ତ ହୋଇପାର, ତେବେ ବରଂ ସୁଯୋଗ ଅବଲମ୍ବନ କର।
אם נקראת בהיותך עבד אל ירע בעיניך אלא אם תשיג ידך לצאת לחפשי בחר בזה׃
22 କାରଣ ଯେ ଦାସ ହୋଇ ପ୍ରଭୁଙ୍କଠାରେ ଆହୂତ ହୋଇଅଛି, ସେ ପ୍ରଭୁଙ୍କ ମୁକ୍ତ ଲୋକ; ସେହି ପ୍ରକାରେ ଯେ ମୁକ୍ତ ହୋଇ ଅାହୂତ ହୋଇଅଛି, ସେ ଖ୍ରୀଷ୍ଟଙ୍କ ଦାସ।
כי הקרוא באדון בהיותו עבד משחרר הוא לאדון וככה גם הקרוא בהיותו חפשי עבד הוא למשיח׃
23 ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି, ସେଥିପାଇଁ ମନୁଷ୍ୟର ଦାସ ହୁଅ ନାହିଁ।
במחיר נקניתם אל תהיו עבדי בני אדם׃
24 ହେ ଭାଇମାନେ, ପ୍ରତ୍ୟେକ ଜଣ ଯେଉଁ ଅବସ୍ଥାରେ ଆହୂତ ହୋଇଅଛି, ସେ ଈଶ୍ବରଙ୍କ ସହଭାଗିତାରେ ସେହି ଅବସ୍ଥାରେ ଥାଉ।
איש איש במשמרת אשר נקרא בה אחי בזאת יעמד לפני האלהים׃
25 କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଦୟାରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।
ועל דבר הבתולות אין לי מצוה מאת האדון רק אודיע את עצתי אחרי אשר חנני האדון להיות נאמן׃
26 ମୁଁ ମନେ କରେ ଯେ, ମନୁଷ୍ୟ ଯେପରି ଅଛି, ଆସନ୍ନ ଦୁର୍ଦ୍ଦଶା ହେତୁ ସେହିପରି ରହିବା ଭଲ।
הנני חשב כי טוב לאדם מפני הצרה הקרובה כי טוב לו להיות כמו שהוא׃
27 ତୁମ୍ଭେ କି ଭାର୍ଯ୍ୟା ସହିତ ଆବଦ୍ଧ? ତେବେ ମୁକ୍ତ ହେବା ପାଇଁ ଚେଷ୍ଟା କର ନାହିଁ। ତୁମ୍ଭେ କି ଭାର୍ଯ୍ୟାଠାରୁ ମୁକ୍ତ? ତେବେ ଭାର୍ଯ୍ୟା ପାଇବାକୁ ଚେଷ୍ଟା କର ନାହିଁ।
אם נקשרת באשה אל תבקש להפטר ואם נפטרת אל תבקש אשה׃
28 କିନ୍ତୁ ଯଦି ତୁମ୍ଭେ ବିବାହ କରିଅଛ, ତାହାହେଲେ ସୁଦ୍ଧା ପାପ କରି ନାହଁ; ଆଉ ଯଦି କୁମାରୀ ବିବାହ କରିଅଛି, ତାହାହେଲେ ସେ ପାପ କରି ନାହିଁ। ତଥାପି ଏପରି ଲୋକେ ଶରୀରରେ କ୍ଳେଶ ଭୋଗିବେ ଆଉ ତୁମ୍ଭେମାନେ ଯେପରି ସେଥିରୁ ରକ୍ଷା ପାଅ, ଏହା ମୋହର ଇଚ୍ଛା।
וגם כי תקח אשה אינך חטא והבתולה כי תהיה לאיש איננה חטאת אך יבאום צרות בבשרם והנני חס עליכם׃
29 କିନ୍ତୁ ହେ ଭାଇମାନେ, ମୋʼ କଥାର ଭାବ ଏହି, ସମୟ ଅତି ଅଳ୍ପ, ଏଣୁ ଯେଉଁମାନଙ୍କର ଭାର୍ଯ୍ୟା ଅଛି, ସେମାନେ ଭାର୍ଯ୍ୟା ନ ଥିଲା ପରି ହୁଅନ୍ତୁ।
וזאת אני אמר אחי כי השעה דחוקה למען מעתה יהיו הנשואים כאלו אין להם נשים׃
30 ଆଉ, ଯେଉଁମାନେ ରୋଦନ କରନ୍ତି, ସେମାନେ ରୋଦନ ନ କରିବା ଲୋକ ପରି ହୁଅନ୍ତୁ; ପୁଣି, ଯେଉଁମାନେ ଆନନ୍ଦ କରନ୍ତି, ସେମାନେ ଆନନ୍ଦ ନ କରିବା ଲୋକ ପରି ହୁଅନ୍ତୁ; ଯେଉଁମାନେ କ୍ରୟ କରନ୍ତି, ସେମାନେ ଅନଧିକାରୀ ଲୋକ ପରି ହୁଅନ୍ତୁ;
והבכים כאינם בכים והשמחים כאינם שמחים והקונים כאלו אין קנין בידם׃
31 ଆଉ, ଯେଉଁମାନେ ଜଗତର ବିଷୟ ଭୋଗ କରନ୍ତି, ସେମାନେ ଭୋଗ ନ କରିବା ଲୋକ ପରି ହୁଅନ୍ତୁ; କାରଣ ଏହି ଜଗତର ରୂପ ପରିବର୍ତ୍ତିତ ହେଉଅଛି।
והנהנים מן העולם הזה כאלו אין להם הנאה ממנו כי עבור יעבר תאר העולם הזה׃
32 କିନ୍ତୁ ତୁମ୍ଭେମାନେ ଯେପରି ଚିନ୍ତିତ ନ ହୁଅ, ଏହା ମୋହର ଇଚ୍ଛା। ଯେ ଅବିବାହିତ, ସେ କିପରି ପ୍ରଭୁଙ୍କର ସନ୍ତୋଷପାତ୍ର ହେବ, ଏଥିପାଇଁ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଏ;
ואני חפצתי שתהיו בלי דאגה מי שאין לו אשה דאג לאשר לאדון איך ייטב בעיני האדון׃
33 କିନ୍ତୁ ଯେ ବିବାହିତ, ସେ କିପରି ଆପଣା ଭାର୍ଯ୍ୟାର ସନ୍ତୋଷପାତ୍ର ହେବ, ସେଥିପାଇଁ ସେ ସଂସାର ବିଷୟ ଘେନି ଚିନ୍ତିତ ହୁଏ, ଆଉ ତାହାର ମନ ବିଭକ୍ତ ହୁଏ।
ומי שיש לו אשה דאג הוא לעניני העולם איך ייטב בעיני האשה׃
34 ଅବିବାହିତ ସ୍ତ୍ରୀ ଓ କୁମାରୀ ଶରୀର ଓ ଆତ୍ମାରେ ପବିତ୍ର ହେବା ନିମନ୍ତେ ପ୍ରଭୁଙ୍କ ବିଷୟ ଘେନି ଚିନ୍ତିତ ହୁଅନ୍ତି; କିନ୍ତୁ ଯେ ବିବାହିତା, ସେ କିପରି ଆପଣା ସ୍ୱାମୀର ସନ୍ତୋଷପାତ୍ର ହେବ, ସେଥିପାଇଁ ସଂସାର ବିଷୟ ଘେନି ଚିନ୍ତିତ ହୁଏ।
יש הבדל בין אשת איש לבתולה כי האשה אשר לא היתה לאיש דאגת לאשר לאדון ולהיות קדושה גם בגופה גם ברוחה ובעולת בעל דאגת היא לעניני העולם איך תיטב בעיני בעלה׃
35 ଏହି କଥା ମୁଁ ତୁମ୍ଭମାନଙ୍କ ନିଜ ହିତ ନିମନ୍ତେ କହୁଅଛି, ତୁମ୍ଭମାନଙ୍କୁ ବନ୍ଧନରେ ଆବଦ୍ଧ କରିବାକୁ କହୁ ନାହିଁ, ମାତ୍ର ତୁମ୍ଭେମାନେ ଯେପରି ଶିଷ୍ଟାଚରଣ କରି ଏକାଗ୍ର ମନରେ ପ୍ରଭୁଙ୍କଠାରେ ନିବିଷ୍ଟ ଥାଅ, ଏଥିପାଇଁ କହୁଅଛି।
וזאת אני אמר לתועלתכם ולא להשליך עליכם פח כי אם להנהגה טובה ולהיותכם נכונים תמיד לפני האדון באין מנע׃
36 କିନ୍ତୁ, ଯଦି କୌଣସି ଲୋକ ବିବାହ ପାଇଁ ନିଜ ବାଗ୍‌ଦତ୍ତା କନ୍ୟାର ଯୌବନାବସ୍ଥା ଗତ ହୋଇଅଛି, ଆଉ ସେ ତାହା ପ୍ରତି ଅନୁଚିତ ବ୍ୟବହାର କରୁଅଛି ବୋଲି ମନେ କରେ, ତେବେ ଆବଶ୍ୟକ ବୋଧ କଲେ ସେ ଯାହା ଇଚ୍ଛା, ତାହା କରୁ; ସେଥିରେ ପାପ ନାହିଁ; ସେମାନେ ବିବାହ କରନ୍ତୁ।
וכי יחשב איש למעשה שלא כהגן לבתולתו אם תעבר פרקה ודבר חובה הוא אז יעשה כאשר עם לבבו איננו חוטא ישיאנה׃
37 କିନ୍ତୁ ଯେ ହୃଦୟରେ ସ୍ଥିର ଥାଏ, ଆଉ ଆବଶ୍ୟକତା ବୋଧ ନ କରେ, ପୁଣି, ଯାହାର ଆପଣା ଇଚ୍ଛାନୁସାରେ କରିବାକୁ ଅଧିକାର ଥାଏ, ଆଉ ଯେ ଆପଣା କନ୍ୟାକୁ କୁମାରୀ ରଖିବା ନିମନ୍ତେ ହୃଦୟରେ ସ୍ଥିର କରିଥାଏ, ସେ ଭଲ କରେ।
ומי שהוא נכון בלבו ואיננו מכרח ויוכל לעשות כרצונו ויגמר זאת בלבו לשמר את בתולתו טוב עשה׃
38 ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ।
לכן המשיא אתה טוב הוא עשה ואשר איננו משיא עשה טוב ממנו׃
39 ସ୍ୱାମୀ ଜୀବିତ ଥିବା ପର୍ଯ୍ୟନ୍ତ ଭାର୍ଯ୍ୟା ଆବଦ୍ଧ ଥାଏ; କିନ୍ତୁ ଯଦି ସ୍ୱାମୀ ମୃତ, ତେବେ ଭାର୍ଯ୍ୟା ପ୍ରଭୁଙ୍କଠାରେ ବିଶ୍ୱାସୀ ଯାହାକୁ ଇଚ୍ଛା, ତାହାକୁ ବିବାହ କରିବା ପାଇଁ ସ୍ୱାଧୀନ।
האשה קשורה לבעלה על פי התורה כל עת שהוא חי וכי מת בעלה אזי מתרת היא להנשא למי שתרצה ובלבד שתהיה באדון׃
40 କିନ୍ତୁ ସେ ଅବିବାହିତ ହୋଇ ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ।
אבל אשריה יותר אם תעמד פנויה זאת דעתי ואחשב גם אני כי רוח אלהים בי׃

< କରିନ୍ଥୀୟ 7 >