< ୧ ଯୋହନ 3 >

1 ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
Oneni ni pendo la namna gani ametupatia Baba, kwamba tunaitwa watoto wa Mungu, na hivi ndivyo tulivyo. Kwa sababu hii ulimwengu haututambui kwa kuwa haukumtambua yeye.
2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
Wapendwa sisi sasa ni watoto wa Mungu, na haijadhihirika bado jinsi tutakavyokuwa. Twajua kwamba Kristo atakapoonekana, tutafanana naye, kwani tutamuona kama alivyo.
3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
Na kila mmoja ambaye ana ujasiri huu kuhusu wakati ujao ulioelekezwa kwake, hujitakasa mwenyewe kama yeye alivyo mtakatifu.
4 ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।
Kila mtu anayeendelea kutenda dhambi huvunja sheria. Kwa sababu dhambi ni uvunjaji sheria.
5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
Mnajua Kristo alidhihilishwa ili kuziondoa dhambi kabisa. Na ndani yake hamna dhambi.
6 ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ।
Hakuna hata mmoja adumue ndani yake na kuendelea kutenda dhambi. Hakuna mtu hata mmoja adumuye katika dhambi ikiwa amemuona au kumfahamu yeye.
7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
Watoto wapendwa, msikubali kupotoshwa na mtu yeyote. Atendaye haki ni mwenye haki, kama vile Kristo naye alivyo mwenye haki.
8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
Atendaye dhambi ni wa ibilisi, kwa sababu ibilisi ni mtenda dhambi tangu mwanzo. Kwa sababu hii Mwana wa Mungu alidhihilishwa ili aweze kuziharibu kazi za ibilisi.
9 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।
Yeyote aliyezaliwa na Mungu hatendi dhambi, kwa sababu mbegu ya Mungu hukaa ndani yake. Hawezi kuendelea kutenda dhambi kwa sababu amezaliwa na Mungu.
10 ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।
Katika hili watoto wa Mungu na watoto wa ibilisi wanafahamika. Yeyote asiyetenda kilicho cha haki, siyo wa Mungu, wala yule ambaye hawezi kumpenda ndugu yake.
11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
Kwani huu ndio ujumbe mliousikia kutoka mwanzo, kwamba tunapaswa kupendana sisi kwa sisi,
12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
siyo kama Kaini ambaye alikuwa wa mwovu na alimuua ndugu yake. Na kwa nini alimuua? Kwa sababu matendo yake yalikuwa maovu, na yale ya ndugu yake yalikuwa ya haki.
13 ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ।
Ndugu zangu, msishangae, endapo ulimwengu utawachukia.
14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।
Twajua tumekwisha toka mautini na kuingia uzimani, kwa sababu tunawapenda ndugu. Yeyote ambaye hana upendo hudumu katika mauti.
15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ। (aiōnios g166)
Mtu yeyote anaye mchukia ndugu yake ni muuaji. Na mnajua kuwa uzima wa milele haukai ndani ya muuaji. (aiōnios g166)
16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।
Katika hili tunalijua pendo, kwa sababu kristo aliutoa uhai wake kwa ajili yetu. Nasi yatupasa kuyatoa maisha yetu kwa ajili ya ndugu.
17 କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?
Lakini yeyote aliye na vitu, na anamuona ndugu yake mwenye uhitaji, lakini huuzuia moyo wake wa huruma kwa ajili yake; je, upendo wa Mungu unakaaje ndani yake?
18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
Watoto wangu wapenzi, tusipende kwa midomo wala kwa maneno matupu bali katika vitendo na kweli.
19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,
Katika hili tunajua kwamba sisi tuko katika kweli, na mioyo yetu inathibitika katika yeye.
20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
Ikiwa kama mioyo yetu yatuhukumu, Mungu ni mkuu kuliko mioyo yetu, na yeye hujua mambo yote.
21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
Wapenzi, kama mioyo yetu haituhukumu, tunao ujasiri kwa Mungu.
22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
Na chochote tuombacho tutakipokea kutoka kwake, kwa sababu tunazishika amri zake na tunafanya mambo yanayopendeza mbele zake.
23 ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
Na hii ndiyo amri yake- ya kwamba yatupasa kuamini katika jina la Mwanaye Yesu Kristo na kupendana sisi kwa sisi-kama alivyotupatia amri yake.
24 ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।
Anayezitii amri zake hudumu ndani yake, na Mungu hukaa ndani yake. Na kwa sababu hii twajua kuwa hukaa ndani yetu, Kwa yule Roho aliyetupa.

< ୧ ଯୋହନ 3 >