< ୧ ଯୋହନ 3 >
1 ଦେଖ, ପିତା ଈଶ୍ବର ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
Подивіться, яку дивовижну любов проявив до нас Отець, щоб ми були названі Божими дітьми! І ми [справді Його діти]! Світ не знає нас тому, що не пізнав Його.
2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କଅଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
Любі, тепер ми Божі діти. І те, ким станемо, ще не явилося, але ми знаємо, що коли Він з’явиться, то ми станемо подібними до Нього, тому що ми побачимо Його Таким, Яким Він є.
3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
Кожен, хто має цю надію в Христа, очищує себе, як і Він є чистий.
4 ଯେ କେହି ପାପ କରେ, ସେ ମଧ୍ୟ ବ୍ୟବସ୍ଥା ଲଙ୍ଘନ କରେ, କାରଣ ବ୍ୟବସ୍ଥା ଲଙ୍ଘନ ହିଁ ପାପ।
Кожен, хто чинить гріх, чинить і беззаконня, бо гріх є беззаконням.
5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
Ви знаєте, що Христос явився, щоб усунути наші гріхи, а в Ньому гріха немає.
6 ଯେ କେହି ତାହାଙ୍କଠାରେ ରହେ, ସେ ପାପ କରେ ନାହିଁ; ଯେ କେହି ପାପ କରେ, ସେ ତାହାଙ୍କୁ ଦେଖି ନାହିଁ, କିଅବା ତାହାଙ୍କୁ ଜାଣି ନାହିଁ।
Кожен, хто залишається в Ньому, не грішить. А кожен, хто грішить, не бачив Його й навіть не пізнав Його.
7 ହେ ବତ୍ସଗଣ, କେହି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରୁ; ଯେ ଧର୍ମାଚରଣ କରେ, ସେ ଯେପରି ଧାର୍ମିକ ଅଟନ୍ତି, ସେ ସେହିପରି ଧାର୍ମିକ ଅଟେ;
Діточки, нехай ніхто не вводить вас в оману. Хто чинить правду, той праведний, як і Він праведний.
8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
Хто чинить гріх, той від диявола, тому що диявол грішить від початку. Тому Син Божий і явився, щоб зруйнувати діла диявола.
9 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଈଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ବରଙ୍କଠାରୁ ଜାତ ହେବାରୁ ପାପ କରିପାରେ ନାହିଁ।
Кожен, хто народжений від Бога, не робить гріха, тому що Боже насіння перебуває в ньому. Він не може грішити, оскільки народжений від Бога.
10 ଏଥିରେ କିଏ ଈଶ୍ବରଙ୍କ ସନ୍ତାନ ଓ କିଏ ଶୟତାନର ସନ୍ତାନ, ଏହା ପ୍ରକାଶିତ ହୁଏ; ଯେ କେହି ଧର୍ମାଚରଣ କରେ ନାହିଁ, କିଅବା ଆପଣା ଭାଇକୁ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କଠାରୁ ଜାତ ନୁହେଁ।
Так можна виявити, хто є Божими дітьми і хто є дітьми диявола: кожен, хто не чинить праведності й не любить свого брата, – не від Бога.
11 କାରଣ ଆମ୍ଭମାନଙ୍କର ଯେ ପରସ୍ପରକୁ ପ୍ରେମ କରିବା କର୍ତ୍ତବ୍ୟ, ଏହି ବାଣୀ ତୁମ୍ଭେମାନେ ଆଦ୍ୟରୁ ଶୁଣିଅଛ;
Такою є звістка, яку ви чули від початку: ми повинні любити одне одного.
12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
Не так, як Каїн, який був від лукавого й вбив свого брата. А чому ж він його вбив? Тому що його діла були лихі, а діла його брата – праведні.
13 ହେ ଭାଇମାନେ, ଜଗତ ତୁମ୍ଭମାନଙ୍କୁ ଘୃଣା କଲେ, ଆଶ୍ଚର୍ଯ୍ୟଜ୍ଞାନ କର ନାହିଁ।
Брати, не дивуйтеся, якщо світ ненавидить вас.
14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧୀନରେ ଥାଏ।
Ми знаємо, що вже перейшли від смерті до життя, бо ми любимо братів, а той, хто не любить, залишається мертвим.
15 ଯେ କେହି ଆପଣା ଭାଇକୁ ଘୃଣା କରେ, ସେ ନରଘାତକ; ଆଉ ନରଘାତକଠାରେ ଯେ ଅନନ୍ତ ଜୀବନ ନ ଥାଏ, ଏହା ତୁମ୍ଭେମାନେ ଜାଣ। (aiōnios )
Кожен, хто ненавидить свого брата, є вбивцею, а ви знаєте, що жоден вбивця немає в собі вічного життя. (aiōnios )
16 ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ।
Отак ми пізнали любов: Христос віддав за нас своє життя. Тож і ми повинні віддавати своє життя за братів.
17 କିନ୍ତୁ ଯେ ସଂସାର ଅନୁସାରେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଈଶ୍ବରଙ୍କ ପ୍ରେମ କିପରି ରହିପାରେ?
Якщо хтось має багатства світу, дивиться на потребу свого брата та є байдужим до нього, то як Божа любов може залишатися в ньому?
18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।
Діточки, любімо не словом і язиком, але ділом і правдою.
19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,
Так ми розуміємо, що походимо від правди, і перед Ним заспокоїмо наше серце.
20 ପୁଣି, ଯେକୌଣସି ବିଷୟରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ସେ ବିଷୟରେ ତଦ୍ୱାରା ତାହାଙ୍କ ଛାମୁରେ ଆପଣାମାନଙ୍କର ହୃଦୟ ସୁସ୍ଥିର କରିପାରିବା; କାରଣ ଈଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।
Навіть якщо наше серце засуджує нас, Бог величніший за наше серце й знає все.
21 ହେ ପ୍ରିୟମାନେ, ଆମ୍ଭମାନଙ୍କ ହୃଦୟ ଯଦି ଆମ୍ଭମାନଙ୍କୁ ଦୋଷୀ ନ କରେ, ତାହାହେଲେ ଈଶ୍ବରଙ୍କ ଛାମୁରେ ଆମ୍ଭମାନଙ୍କର ସାହସ ଅଛି,
Любі, якщо наше серце [нас] не засуджує, то ми маємо сміливість перед Богом
22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହିସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
і чого тільки не попросимо [в Нього] – отримаємо, бо ми дотримуємося Його заповідей і робимо те, що Йому до вподоби.
23 ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
І це Його заповідь, щоб ми вірили в ім’я Його Сина, Ісуса Христа, і любили одне одного, як Він доручив нам.
24 ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ।
Той, хто дотримується Його заповідей, залишається в Бозі, а Бог – у ньому. І те, що Він залишається в нас, пізнаємо від Духа, Якого Він нам дав.