< ୧ ଯୋହନ 4 >
1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ବରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
I elskede! tror ikke enhver Ånd, men prøver Ånderne, om de ere af Gud; thi mange falske Profeter ere udgåede i Verden.
2 ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,
Derpå kende I Guds Ånd: enhver Ånd, der bekender Jesus som Kristus, kommen i Kød, er af Gud.
3 ଆଉ ଯେକୌଣସି ଆତ୍ମା ଯୀଶୁଙ୍କୁ ସ୍ୱୀକାର ନ କରେ, ସେ ଈଶ୍ବରଙ୍କଠାରୁ ଆଗତ ନୁହେଁ; ଏହା ଭଣ୍ଡଖ୍ରୀଷ୍ଟର ଆତ୍ମା, ଯାହାର ଆଗମନ କଥା ତୁମ୍ଭେମାନେ ଶୁଣିଅଛ, ପୁଣି, ତାହା ଏବେ ହେଁ ଜଗତରେ ଉପସ୍ଥିତ ହୋଇଅଛି।
Og enhver Ånd, der ikke bekender Jesus, er ikke af Gud; og dette er Antikrists Ånd, om hvilken I have hørt, at den kommer, og den er allerede nu i Verden.
4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ବରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
Mine Børn! I ere af Gud og have overvundet dem, fordi den, som er i eder, er større end den, som er i Verden.
5 ସେମାନେ ଜଗତରୁ ଉତ୍ପନ୍ନ, ଅତଏବ ସେମାନେ ଜାଗତିକ କଥା କହନ୍ତି, ଆଉ ଜଗତ ସେମାନଙ୍କ କଥା ଶୁଣେ।
De ere af Verden; derfor tale de af Verden, og Verden hører dem.
6 କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କଠାରୁ ଜାତ; ଯେ ଈଶ୍ବରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ବରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
Vi ere af Gud. Den, som kender Gud, hører os; den, som ikke er af
7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ବରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ବରଙ୍କଠାରୁ ଜାତ ଓ ଈଶ୍ବରଙ୍କୁ ଜାଣେ।
I elskede! lader os elske hverandre, thi Kærligheden er af Gud, og hver den, som elsker, er født at Gud og kender Gud.
8 ଯେ ପ୍ରେମ କରେ ନାହିଁ, ସେ ଈଶ୍ବରଙ୍କୁ ଜାଣେ ନାହିଁ, କାରଣ ଈଶ୍ବର ତ ପ୍ରେମ।
Den, som ikke elsker, kender ikke Gud, thi Gud er Kærlighed.
9 ଏଥିରେ ହିଁ ଈଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
Deri blev Guds Kærlighed åbenbaret iblandt os, at Gud har sendt sin Søn, den enbårne, til Verden, for at vi skulle leve ved ham.
10 ଆମ୍ଭେମାନେ ଯେ ଈଶ୍ବରଙ୍କୁ ପ୍ରେମ କଲୁ, ତାହା ନୁହେଁ, ମାତ୍ର ସେ ଆମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆପଣା ପୁତ୍ରଙ୍କୁ ଆମ୍ଭମାନଙ୍କ ପାପର ପ୍ରାୟଶ୍ଚିତ୍ତ ସ୍ୱରୂପ କରି ପଠାଇଲେ; ଏଥିରେ ତ ପ୍ରେମ ପ୍ରକାଶ ପାଏ।
Deri består Kærligheden: ikke at vi have elsket Gud, men at han har elsket os og udsendt sin Søn til en Forsoning for vore Synder.
11 ହେ ପ୍ରିୟମାନେ, ଈଶ୍ବର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
I elskede! har Gud således elsket os, da ere også vi skyldige at elske hverandre.
12 କେହି କେବେ ଈଶ୍ବରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ବର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
Ingen har nogen Sinde set Gud; dersom vi elske hverandre, bliver Gud i os, og hans Kærlighed er fuldkommet i os.
13 ଆମ୍ଭେମାନେ ଯେ ତାହାଙ୍କଠାରେ ଅଛୁ ଓ ସେ ଆମ୍ଭମାନଙ୍କଠାରେ ଅଛନ୍ତି, ଏହା ଆମ୍ଭେମାନେ ଜାଣୁ, କାରଣ ସେ ଆମ୍ଭମାନଙ୍କୁ ଆପଣା ଆତ୍ମାଙ୍କର ସହଭାଗିତା ଦାନ କରିଅଛନ୍ତି।
Derpå kende vi, at vi blive i ham, og han i os, at han har givet os af sin Ånd.
14 ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।
Og vi have skuet og vidne, at Faderen bar udsendt Sønnen til Frelser for Verden.
15 ଯେ କେହି ଯୀଶୁଙ୍କୁ ଈଶ୍ବରଙ୍କ ପୁତ୍ର ବୋଲି ସ୍ୱୀକାର କରେ, ଈଶ୍ବର ତାହାଠାରେ ଅଛନ୍ତି ଓ ସେ ଈଶ୍ବରଙ୍କଠାରେ ଅଛି।
Den, som bekender, at Jesus er Guds Søn, i ham bliver Gud, og han i Gud.
16 ପୁଣି, ଆମ୍ଭମାନଙ୍କ ପ୍ରତି ଈଶ୍ବରଙ୍କର ଯେଉଁ ପ୍ରେମ ଅଛି, ତାହା ଆମ୍ଭେମାନେ ଜାଣିଅଛୁ ଓ ବିଶ୍ୱାସ କରିଅଛୁ। ଈଶ୍ବର ତ ପ୍ରେମ; ଯେ ପ୍ରେମରେ ରହେ, ସେ ଈଶ୍ବରଙ୍କଠାରେ ରହେ ଓ ଈଶ୍ବର ତାହାଠାରେ ରହନ୍ତି।
Og vi have erkendt og troet den Kærlighed, som Gud har til os. Gud er Kærlighed, og den, som bliver i Kærligheden, bliver i Gud, og Gud i ham.
17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।
Deri er Kærligheden fuldkommet hos os, at vi have Frimodighed på Dommens Dag, fordi, ligesom han er, således ere også vi i denne Verden.
18 ପ୍ରେମରେ ଭୟ ନ ଥାଏ, କିନ୍ତୁ ସିଦ୍ଧ ପ୍ରେମ ଭୟକୁ ଦୂର କରେ, କାରଣ ଭୟ ଦଣ୍ଡ ସହିତ ସଂଯୁକ୍ତ, ଆଉ ଯେ ଭୟ କରେ, ସେ ପ୍ରେମରେ ସିଦ୍ଧ ନୁହେଁ।
Frygt er ikke i Kærligheden, men den fuldkomne Kærlighed driver Frygten ud; thi Frygt bringer Straf; men den, som frygter, er ikke fuldkommet i Kærligheden.
19 ସେ ପ୍ରଥମରେ ଆମ୍ଭମାନଙ୍କୁ ପ୍ରେମ କରିବାରୁ ଆମ୍ଭେମାନେ ପ୍ରେମ କରୁ।
Vi elske, fordi han elskede os først.
20 ଈଶ୍ବରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ବରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରିପାରେ ନାହିଁ।
Dersom nogen siger: "Jeg elsker Gud," og hader sin Broder, han er en Løgner; thi den, der ikke elsker sin Broder, som han har set, hvorledes kan han elske Gud, som han ikke har set?
21 ଯେ ଈଶ୍ବରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।
Og dette Bud have vi fra ham, at den, som elsker Gud, skal også elske sin Broder.