< ୧ ଯୋହନ 5 >

1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
Tko god vjeruje: “Isus je Krist”, od Boga je rođen. I tko god ljubi roditelja, ljubi i rođenoga.
2 ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
Po ovom znamo da ljubimo djecu Božju: kad Boga ljubimo i zapovijedi njegove vršimo.
3 କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
Jer ljubav je Božja ovo: zapovijedi njegove čuvati. A zapovijedi njegove nisu teške.
4 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
Jer sve što je od Boga rođeno, pobjeđuje svijet. I ovo je pobjeda što pobijedi svijet: vjera naša.
5 ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
Ta tko to pobjeđuje svijet ako ne onaj tko vjeruje da je Isus Sin Božji?
6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
On, Isus Krist, dođe kroz vodu i krv. Ne samo u vodi nego - u vodi i krvi. I Duh je koji svjedoči jer Duh je istina.
7 ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
Jer troje je što svjedoči:
8 ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ।
Duh, voda i krv; i to je troje jedno.
9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।
Ako primamo svjedočanstvo ljudi, svjedočanstvo je Božje veće. Jer ovo je svjedočanstvo Božje, kojim je svjedočio za Sina svoga:
10 ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
Tko vjeruje u Sina Božjega, ima to svjedočanstvo Božje u sebi. Tko ne vjeruje Bogu, učinio ga je lašcem jer nije vjerovao u svjedočanstvo kojim je svjedočio Bog za Sina svoga.
11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। (aiōnios g166)
I ovo je svjedočanstvo: Bog nam je dao život vječni; i taj je život u Sinu njegovu. (aiōnios g166)
12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
Tko ima Sina, ima život; tko nema Sina Božjega, nema života.
13 ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। (aiōnios g166)
To napisah vama koji vjerujete u ime Sina Božjega da znate da imate život vječni. (aiōnios g166)
14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
I ovo je pouzdanje koje imamo u njega: ako što ištemo po volji njegovoj, uslišava nas.
15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
I znamo li da nas uslišava u svemu što ištemo, znamo da već imamo što smo od njega iskali.
16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।
Vidi li tko brata svojega gdje čini grijeh koji nije na smrt, neka ište i dat će mu život - onima koji čine grijeh što nije na smrt. Ima grijeh što je na smrt; za nj ne velim da moli.
17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।
Svaka je nepravda grijeh. A postoji grijeh koji nije na smrt.
18 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
Znamo: tko god je rođen od Boga, ne griješi; nego Rođeni od Boga čuva ga i Zli ga se ne dotiče.
19 ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
Znamo: od Boga smo, a sav je svijet pod Zlim.
20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍‍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି। (aiōnios g166)
Znamo: Sin je Božji došao i dao nam razum da poznamo Istinitoga. I mi smo u Istinitom, u Sinu njegovu, Isusu Kristu. On je Bog istiniti i Život vječni. (aiōnios g166)
21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।
Dječice, klonite se idola!

< ୧ ଯୋହନ 5 >