< ୧ ଯୋହନ 5 >
1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ବରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
Každý, kdož věří, že Ježíš jest Kristus, z Boha se narodil; a každý, kdož miluje toho, kterýž zplodil, milujeť i toho, kterýž zplozen jest z něho.
2 ଆମ୍ଭେମାନେ ଯେତେବେଳେ ଈଶ୍ବରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଈଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
Po tomť poznáváme, že milujeme syny Boží, když Boha milujeme, a přikázaní jeho ostříháme.
3 କାରଣ ଈଶ୍ବରଙ୍କୁ ପ୍ରେମ କରିବାର ଅର୍ଥ, ତାହାଙ୍କ ଆଜ୍ଞା ପାଳନ କରିବା, ଆଉ ତାହାଙ୍କ ଆଜ୍ଞାସବୁ ଭାର ସ୍ୱରୂପ ନୁହେଁ।
Nebo toť je láska Boží, abychom přikázaní jeho ostříhali; a přikázaní jeho nejsou těžká.
4 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
Všecko zajisté, což se narodilo z Boha, přemáhá svět; a toť jest to vítězství, kteréž přemáhá svět, víra naše.
5 ଯୀଶୁ ଈଶ୍ବରଙ୍କ ପୁତ୍ର, ଏହା ଯେ ବିଶ୍ୱାସ କରେ, ତାହା ଛଡ଼ା ଆଉ କିଏ ଜଗତକୁ ଜୟ କରେ?
Kdo jest, ješto přemáhá svět, jediné, kdož věří, že Ježíš jest Syn Boží?
6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ;
Toť jest ten, kterýž přišel skrze vodu a krev, Ježíš Kristus, ne u vodě toliko, ale u vodě a ve krvi. A Duch jest, kterýž svědectví vydává, že Duch jest pravda.
7 ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
Nebo tři jsou, kteříž svědectví vydávají na nebi: Otec, Slovo, a Duch svatý, a ti tři jedno jsou.
8 ଆତ୍ମା, ଜଳ ଓ ରକ୍ତ, ଏହି ତିନି ସାକ୍ଷ୍ୟ ଦିଅନ୍ତି, ପୁଣି ତିନିର ସାକ୍ଷ୍ୟ ଏକ।
A tři jsou, kteříž svědectví vydávají na zemi: Duch, a voda, a krev, a ti tři jedno jsou.
9 ଆମ୍ଭେମାନେ ଯଦି ମନୁଷ୍ୟର ସାକ୍ଷ୍ୟ ଗ୍ରହଣ କରୁ, ତେବେ ଈଶ୍ବରଙ୍କ ସାକ୍ଷ୍ୟ ତାହାଠାରୁ ଶ୍ରେଷ୍ଠ, ଆଉ ଈଶ୍ବରଙ୍କ ସାକ୍ଷ୍ୟ ଏହା ଯେ, ସେ ଆପଣାର ପୁତ୍ରଙ୍କ ସମ୍ବନ୍ଧରେ ସାକ୍ଷ୍ୟ ଦେଇଅଛନ୍ତି।
Poněvadž svědectví lidské přijímáme, svědectvíť Boží větší jest. Nebo totoť svědectví jest Boží, kteréž vysvědčil o Synu svém.
10 ଯେ ଈଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଈଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ବର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
Kdož věří v Syna Božího, máť svědectví sám v sobě. Kdož nevěří Bohu, lhářem jej učinil; nebo neuvěřil tomu svědectví, kteréž vysvědčil Bůh o Synu svém.
11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ବର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି। (aiōnios )
A totoť jest svědectví to, že život věčný dal nám Bůh, a ten život v Synu jeho jest. (aiōnios )
12 ଯେ ପୁତ୍ରଙ୍କୁ ପାଇଅଛି, ସେ ଜୀବନ ପାଇଅଛି; ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପାଇ ନାହିଁ, ସେ ଜୀବନ ହିଁ ପାଇ ନାହିଁ।
Kdožť má Syna, máť život; kdož nemá Syna Božího, života nemá.
13 ଈଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି। (aiōnios )
Tyto věci psal jsem vám věřícím ve jménu Syna Božího, abyste věděli, že máte věčný život, a abyste věřili ve jméno Syna Božího. (aiōnios )
14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
A totoť jest to smělé doufání, kteréž máme k němu, že zač bychom koli prosili podlé vůle jeho, slyší nás.
15 ଆଉ ଆମ୍ଭେମାନେ ତାହାଙ୍କ ନିକଟରେ ଯାହା କିଛି ପ୍ରାର୍ଥନା କରୁ, ତାହା ସେ ଶୁଣନ୍ତି ବୋଲି ଯଦି ଆମ୍ଭେମାନେ ଜାଣୁ, ତେବେ ତାହାଙ୍କ ଛାମୁରେ ଯାହା ପ୍ରାର୍ଥନା କରିଅଛୁ, ସେହିସବୁ ଯେ ପାଇଅଛୁ, ଏହା ମଧ୍ୟ ଜାଣୁ।
Že pak víme, že nás slyší, prosili-li bychom zač, podlé toho víme, že máme prosby naplněné, kteréž jsme předkládali jemu.
16 କେହି ଯେବେ ଭାଇକୁ ପାପ କରୁଥିବା ଦେଖେ, ଆଉ ସେହି ପାପ ମୃତ୍ୟୁଜନକ ହୋଇ ନ ଥାଏ, ତେବେ ସେ ପ୍ରାର୍ଥନା କରୁ, ଆଉ ଈଶ୍ବର ଯେଉଁପରି ମୃତ୍ୟୁଜନକ ପାପ ନ କରିଥିବା ଲୋକମାନଙ୍କୁ ଜୀବନ ଦାନ କରନ୍ତି, ସେହିପରି ତାହାକୁ ମଧ୍ୟ ଜୀବନ ଦାନ କରିବେ। ମୃତ୍ୟୁଜନକ ପାପ ଅଛି; ସେଥିପାଇଁ ସେ ପ୍ରାର୍ଥନା କରୁ ବୋଲି ମୁଁ କହୁ ନାହିଁ।
Viděl-li by kdo bratra svého hřešícího hříchem ne k smrti, modliž se za něj, a dá jemu Bůh život, totiž hřešícím ne k smrti. Jestiť hřích k smrti; ne za ten, pravím, aby se modlil.
17 ସମସ୍ତ ଅଧର୍ମ ହିଁ ପାପ, କିନ୍ତୁ ଏପରି ପାପ ଅଛି, ଯାହା ମୃତ୍ୟୁଜନକ ନୁହେଁ।
Každá nepravost jestiť hřích, ale jestiť hřích ne k smrti.
18 ଯେ କେହି ଈଶ୍ବରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ବରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
Víme, že každý, kdož se narodil z Boha, nehřeší; ale ten, kdož narozen jest z Boha, ostříhá sebe samého, a ten zlostník se ho nedotýká.
19 ଆମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।
Víme, že z Boha jsme, ale svět všecken ve zlém leží.
20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଈଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ବର ଓ ଅନନ୍ତ ଜୀବନ ଅଟନ୍ତି। (aiōnios )
A vímeť, že Syn Boží přišel a dal nám smysl, abychom poznali toho pravého, a jsmeť v tom pravém, i v Synu jeho Ježíši Kristu. Onť jest ten pravý Bůh a život věčný. (aiōnios )
21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।
Synáčkové, vystříhejte se modl. Amen.