< ୧ ଯୋହନ 1 >
1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
太初より有りし所のもの、我等が聞きしところ、目にて見し所、つらつら視て手觸りし所のもの、即ち生命の言につきて、
2 ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ। (aiōnios )
――この生命すでに顯れ、われら之を見て證をなし、その曾て父と偕に在して、今われらに顯れ給へる永遠の生命を汝らに告ぐ―― (aiōnios )
3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
我らの見しところ聞きし所を汝らに告ぐ、これ汝 等をも我らの交際に與らしめん爲なり。我らは父および其の子イエス・キリストの交際に與るなり。
4 ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥିନିମନ୍ତେ ଆମ୍ଭେମାନେ ଏହିସବୁ ଲେଖୁଅଛୁ।
此 等のことを書き贈るは、我らの喜悦の滿ちん爲なり。
5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ବର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
我らが彼より聞きて、また汝らに告ぐる音信は是なり、即ち神は光にして少しの暗き所なし。
6 ତାହାଙ୍କ ସହିତ ଆମ୍ଭମାନଙ୍କର ସହଭାଗିତା ଅଛି, ଏହା କହି ଯଦି ଆମ୍ଭେମାନେ ଅନ୍ଧକାରରେ ଆଚରଣ କରୁ ତାହାହେଲେ ଆମ୍ଭେମାନେ ମିଥ୍ୟାବାଦୀ, ଆଉ ସତ୍ୟ ଆଚରଣ କରୁ ନ ଥାଉ।
もし神と交際ありと言ひて暗きうちを歩まば、我ら僞りて眞理を行はざるなり。
7 କିନ୍ତୁ ସେ ଯେପରି ଜ୍ୟୋତିର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
もし神の光のうちに在すごとく光のうちを歩まば、我ら互に交際を得、また其の子イエスの血、すべての罪より我らを潔む。
8 ଆମ୍ଭମାନଙ୍କର ପାପ ନାହିଁ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।
もし罪なしと言はば、是みづから欺けるにて眞理われらの中になし。
9 ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
もし己の罪を言ひあらはさば、神は眞實にして正しければ、我らの罪を赦し、凡ての不義より我らを潔め給はん。
10 ଆମ୍ଭେମାନେ ପାପ କରି ନାହୁଁ, ଏହା ଯଦି କହୁ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ମିଥ୍ୟାବାଦୀ କରୁ, ପୁଣି, ତାହାଙ୍କ ବାକ୍ୟ ଆମ୍ଭମାନଙ୍କଠାରେ ନାହିଁ।
もし罪を犯したる事なしといはば、これ神を僞 者とするなり、神の言われらの中になし。