< ପ୍ରଥମ ରାଜାବଳୀ 11 >
1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
Kralj je Salomon - uz kćer faraonovu - volio mnoge žene tuđinke: Moapke, Amonke, Edomke, Sidonke i Hetitkinje,
2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।
od svih naroda za koje je Jahve rekao Izraelcima: “Nećete odlaziti k njima i oni neće dolaziti k vama; oni će zacijelo okrenuti vaša srca svojim bogovima.” Njima se priklonio Salomon svojom ljubavlju.
3 ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।
Imao je sedam stotina kneževskih žena i tri stotine inoča. Njegove su žene zavodile njegovo srce.
4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
I kada je Salomon ostario, njegove su mu žene okrenule srce prema drugim bogovima, i srce njegovo nije više potpuno pripadalo Jahvi kao što je pripadalo srce njegova oca Davida.
5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍ର ଓ ଅମ୍ମୋନୀୟମାନଙ୍କ ମିଲ୍କମ୍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍ଗାମୀ ହେଲେ।
Salomon je išao za Aštartom, boginjom Sidonaca, i Milkomom, sramotom Amonaca.
6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ।
Činio je ono što ne bijaše pravo u očima Jahvinim i nije se sasvim pokoravao Jahvi kao što se pokoravao njegov otac David.
7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
Tako sagradi Salomon uzvišicu Kemošu, sramoti Moaba, na gori istočno od Jeruzalema, i Milkomu, sramoti Amonaca.
8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।
To učini za sve svoje žene tuđinke, koje su prinosile kad i žrtve svojim bogovima.
9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
Jahve se razgnjevi na Salomona jer je okrenuo srce svoje od Jahve, Boga Izraelova, koji mu se bio dvaput javio
10 ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।
i koji mu je baš tada zabranio štovati druge bogove, ali on nije održao te zapovijedi.
11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।
Tada Jahve reče Salomonu: “Kada je tako s tobom te ne držiš moga Saveza i naredaba koje sam ti dao, ja ću sigurno oduzeti od tebe kraljevstvo i dat ću ga jednom od tvojih slugu.
12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
Ali neću to učiniti za tvoga života, zbog oca tvojega Davida; uzet ću ga iz ruke tvoga sina.
13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”
Ipak neću od njega uzeti svega kraljevstva: ostavit ću jedno pleme tvome sinu, zbog sluge mojega Davida, zbog Jeruzalema koji izabrah.”
14 ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।
Tada diže Jahve protivnika Salomonu: Edomca Hadada, iz kraljevske kuće Edomaca.
15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
Jer kada je David tukao Edomce i kad je Joab, vojskovođa, otišao da pokopa ubijene i dao pogubiti sve muškarce u Edomu -
16 ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;
Joab i sav Izrael ostadoše ondje šest mjeseci dok nisu istrijebili sve muškarce u Edomu -
17 ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା।
Hadad je utekao u Egipat s Edomcima koji bijahu u službi njegova oca. Hadad je bio tada mladi dječak.
18 ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।
Otišli su iz Midjana i stigli u Paran. Poveli su sa sobom ljude iz Parana i otišli u Egipat pred faraona, kralja Egipta, koji mu dade kuću, odredi mu hranu i dodijeli zemlje.
19 ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;
Hadad je stekao veliku milost u faraona, koji mu dade sestru svoje žene, sestru velike kneginje Tafnese.
20 ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।
Sestra Tafnesina rodi mu sina Genubata, koga Tafnesa odgoji u kraljevskoj palači, i Genubat je ostao u palači među faraonovom djecom.
21 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”
Kada je Hadad doznao u Egiptu da je David počinuo kod svojih otaca i da je vojskovođa Joab umro, reče faraonu: “Dopusti mi da odem u svoju zemlju!”
22 ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”
Faraon mu reče: “Što ti nedostaje u mene te želiš poći u svoju zemlju?” A on mu odgovori: “Ništa, ali me pusti da odem!” [25b] To je bilo zlo što ga je učinio Hadad: mrzio je Izraela i vladao je Edomom.
23 ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
Bog je protiv Salomona podigao protivnika mu Rezona, sina Elijadova, koji je pobjegao od svoga gospodara Hadadezera, kralja sopskoga;
24 ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
Rezon je skupio ljude oko sebe i postao im četovođa kada ih David ubijaše. Rezon zauze Damask, ondje se nastani i zavlada Damaskom.
25 ଆଉ ସେ ହଦଦ୍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
[25a] On je bio protivnik Izraelov za života Salomonova.
26 ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
Jeroboam bijaše sin Efraćanina Nebata, iz Sareda, a majka mu bijaše udovica imenom Serva. On je bio u službi Salomonovoj i podigao je ruku protiv kralja.
27 ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।
Evo razloga njegove pobune. Salomon je gradio Milo da zatrpa kosinu u gradu Davida, oca svoga.
28 ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
Taj Jeroboam bijaše valjan čovjek; Salomon opazi kako se mladi čovjek prihvaća posla i postavi ga nad svom rabotom kuće Josipove.
29 ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
Tada se dogodi te Jeroboam ode iz Jeruzalema, i na putu ga susrete prorok Ahija iz Šila, ogrnut novim plaštem; bijahu sami njih dvojica u polju.
30 ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।
Ahija uze novi plašt koji je imao na sebi i razdrije ga na dvanaest komada.
31 ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।
I reče Jeroboamu: “Uzmi sebi deset komada, jer ovako govori Jahve, Bog Izraelov: 'Evo ću istrgnuti kraljevstvo iz ruke Salomonove i dat ću tebi deset plemena.
32 ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
On će imati jedno pleme, zbog sluge mojega Davida i Jeruzalema, grada koji sam izabrao između svih plemena Izraelovih.
33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
To je zato što me ostavio i poklonio se Aštarti, boginji Sidonaca, Kemošu, bogu moapskom, i Milkomu, bogu Amonaca, i ne hodi više mojim putovima; ne čini što je pravo u mojim očima, niti izvršava moje zakone i naredbe kao što je činio njegov otac David.
34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
Ali mu neću iz ruke uzeti sve kraljevstvo, jer sam ga postavio knezom za sveg njegova života, zbog sluge svoga Davida, koga sam izabrao i koji je držao moje zapovijedi i moje zakone.
35 ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।
Ali ću uzeti kraljevstvo iz ruke njegova sina i tebi ću ga dati, to jest deset plemena.
36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
A njegovu ću sinu ostaviti jedno pleme da moj sluga David ima uvijek svjetiljku preda mnom u Jeruzalemu, gradu koji sam izabrao sebi da u njemu stoluje Ime moje.
37 ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।
Tebe ću uzeti da kraljuješ nad svim što budeš želio i da budeš kralj nad Izraelom.
38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
Ako budeš poslušao sve što ti zapovjedim i stupao budeš putovima mojim te činio što je pravedno u očima mojim držeći moje zakone i zapovijedi moje, kako je to činio moj sluga David, tada ću ja biti s tobom i sagradit ću ti trajan dom, kao što sam sagradio Davidu, i dat ću ti Izraela.
39 ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”
Ponizit ću potomke Davidove; ali ne zauvijek.'”
40 ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।
Salomon je zato tražio da ubije Jeroboama, ali on pobježe u Egipat k Šišaku i ostade u Egiptu do smrti Salomonove.
41 ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
Ostala povijest Salomonova, sve što je učinio i njegova mudrost, zar nije zapisana u knjizi Povijesti Salomonove?
42 ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
A kraljevaše Salomon u Jeruzalemu nad svim Izraelom četrdeset godina.
43 ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
Onda počinu Salomon kod otaca svojih i bi sahranjen u Davidovu gradu, a njegov sin Roboam zakralji se namjesto njega.