< ପ୍ରଥମ ରାଜାବଳୀ 11 >

1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
سلێمان پاشا سەرەڕای کچەکەی فیرعەون زۆر ژنی دیکەی بێگانەی خۆشویست، لە مۆئابی و عەمۆنی و ئەدۆمی و سەیدائی و حیتییەکان،
2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ କହିଥିଲେ, “ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ;” ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।
لەو گەلانەی کە یەزدان بە نەوەی ئیسرائیلی فەرموو: «ژن و ژنخوازییان لەگەڵ مەکەن، نەوەک دڵتان بۆ لای خوداوەندەکانیان ڕابکێشن.» لەگەڵ ئەوەشدا سلێمان خۆشی ویستن و دڵی پێیانەوە بەند بوو.
3 ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।
حەوت سەد ژنی خانەدان و سێ سەد کەنیزەی هەبوو، جا ژنەکانی دڵیان هەڵگەڕاندەوە.
4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
ئەوە بوو لە تەمەنی پیری سلێمان، ژنەکانی دڵیان بەلای خوداوەندەکانی دیکەدا ڕاکێشا، دڵی وەک دڵی داودی باوکی لەگەڵ یەزدانی پەروەردگاری خۆی تەواو نەبوو.
5 ମାତ୍ର ଶଲୋମନ ସୀଦୋନୀୟମାନଙ୍କ ଦେବୀ ଅଷ୍ଟାରୋତ୍‍ର ଓ ଅମ୍ମୋନୀୟମାନଙ୍କ ମିଲ୍‍କମ୍‍ ନାମକ ଘୃଣାଯୋଗ୍ୟ ଦେବତାର ପଶ୍ଚାତ୍‍ଗାମୀ ହେଲେ।
ئیتر سلێمان دوای عەشتۆرەتی خواژنی سەیدائییەکان و دوای مۆلەخی خوداوەندی قێزەونی عەمۆنییەکان کەوت.
6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍‍ଗାମୀ ନୋହିଲେ।
سلێمان لەبەرچاوی یەزدان خراپەکاری کرد، بە پێچەوانەی داودی باوکی، بە تەواوی دوای یەزدان نەکەوت.
7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ-ସନ୍ତାନଗଣର ମୋଲକ୍‍ ନାମକ ଘୃଣାଯୋଗ୍ୟ ଦେବତା ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
لەو کاتەدا سلێمان لەسەر یەکێک لە کێوەکانی بەرامبەر ئۆرشەلیم لەلای ڕۆژهەڵاتی شارەکە نزرگەیەکی سەر بەرزایی بۆ کەمۆشی خوداوەندی قێزەونی مۆئابییەکان و هەروەها بۆ مۆلەخی خوداوەندی قێزەونی عەمۆنییەکان بنیاد نا.
8 ଏହିରୂପେ ତାଙ୍କର ଯେଉଁ ବିଦେଶୀୟା ପତ୍ନୀମାନେ ଆପଣା ଆପଣା ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇଲେ ଓ ବଳିଦାନ କଲେ, ସେହି ସମସ୍ତଙ୍କ ପାଇଁ ସେ ସେହିପରି କଲେ।
هەمان کاریشی بۆ هەموو ژنە بێگانەکانی کرد، کە بخووریان دەسووتاند و قوربانییان سەردەبڕی بۆ خوداوەندەکانیان.
9 ଏହେତୁ ସଦାପ୍ରଭୁ ଶଲୋମନଙ୍କ ପ୍ରତି କ୍ରୁଦ୍ଧ ହେଲେ, କାରଣ ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କଠାରୁ ବିମୁଖ ହୋଇଥିଲା; ସଦାପ୍ରଭୁ ତାଙ୍କୁ ଦୁଇ ଥର ଦର୍ଶନ ଦେଇଥିଲେ
یەزدان لە سلێمان تووڕە بوو، چونکە دڵی لە یەزدانی پەروەردگاری ئیسرائیل هەڵگەڕایەوە، ئەوەی دوو جار بۆی دەرکەوت.
10 ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।
هەرچەندە فەرمانی بە سلێمان کردبوو کە دوای خودای دیکە نەکەوێت، بەڵام ئەوەی یەزدان فەرمانی پێکرد، سلێمان گوێڕایەڵ نەبوو.
11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।
یەزدان بە سلێمانی فەرموو: «لەبەر ئەم هەڵوێستەت و گوێڕایەڵنەبوونت بۆ پەیمان و فەرزەکەی من کە فەرمانم پێ کردیت، پاشایەتییەکەت لێ پارچەپارچە دەکەم و دەیدەمە خزمەتکارەکەت،
12 ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
بەڵام لەبەر داودی باوکت لە ماوەی پاشایەتی خۆت نایکەم. لە دەستی کوڕەکەت پارچەپارچەی دەکەم،
13 ତଥାପି ସମୁଦାୟ ରାଜ୍ୟ ଚିରି ନେବା ନାହିଁ; ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଆମ୍ଭର ମନୋନୀତ ଯିରୂଶାଲମ ସକାଶୁ ଆମ୍ଭେ ତୁମ୍ଭ ପୁତ୍ରକୁ ଏକ ଗୋଷ୍ଠୀ ଦେବା।”
لەگەڵ ئەمەش هەموو پاشایەتییەکەی لێ ناستێنمەوە، بەڵکو هۆزێکی پێدەدەم، لەبەر داودی بەندەم و لەبەر ئۆرشەلیم کە هەڵمبژاردووە.»
14 ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।
ئینجا یەزدان دوژمنێکی لە سلێمان هەستاندەوە کە هەدەدی ئەدۆمی بوو، لە بنەماڵەی شاهانەی ئەدۆم بوو.
15 ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
کاتێک داود لە ئەدۆم بوو، یۆئابی فەرماندەی گشتی سوپا چوو بۆ ئەوەی کوژراوەکان بنێژێت و هەرچی نێر لە ئەدۆم ماوە بیانکوژێت.
16 ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;
یۆئاب و هەموو ئیسرائیل شەش مانگ لەوێدا مانەوە هەتا هەموو نێرێکیان لە ئەدۆم لەناوبرد.
17 ସେସମୟରେ ହଦଦ୍‍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍‍ ସାନ ବାଳକ ଥିଲା।
بەڵام هەدەد کە هێشتا مێردمنداڵێکی بچووک بوو، لەگەڵ چەند پیاوێکی ئەدۆمی لە خزمەتکارانی باوکی بۆ میسر هەڵاتن.
18 ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।
ئینجا لە میدیانەوە هەستان و چوونە پاران، چەند پیاوێکیان لە پارانەوە لەگەڵ خۆیاندا برد و چوونە میسر بۆ لای فیرعەونی پاشای میسر، ئەویش خانووی دایە هەدەد و فەرمانی دا خواردنی بدرێتێ و زەویشی پێدا.
19 ପୁଣି, ହଦଦ୍‍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍‍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;
هەدەد لەبەرچاوی فیرعەون پەسەند بوو، خوشکی تەحپەنێسی شاژنی دایێ ببێتە ژنی.
20 ଏଉତ୍ତାରେ ତହପନେଷ୍‍ର ଭଗିନୀ ତାହାର ଔରସରେ ଗନୁବତ୍‍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍‍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍‍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।
خوشکەکەی تەحپەنێس کوڕێکی لێی بوو بە ناوی گەنوڤەت، تەحپەنێس لەنێو ماڵی فیرعەون پەروەردەی کرد، لەنێو کوڕەکانی فیرعەون.
21 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍‍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”
هەدەد لە میسر بوو کاتێک بیستی کە داود لەگەڵ باوباپیرانی سەری ناوەتەوە و یۆئابی فەرماندەی گشتی سوپاش مردووە، ئینجا هەدەد بە فیرعەونی گوت: «ڕێم بدە با بچمەوە خاکەکەم.»
22 ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”
فیرعەونیش پێی گوت: «لەلای من لە چیت کەمە هەتا داوای چوونەوە بکەیت بۆ خاکەکەت؟» هەدەدیش گوتی: «لە هیچ، تەنها ڕێم بدە.»
23 ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
خودا دوژمنێکی دیکەی لە سلێمان هەستاندەوە کە ڕەزۆنی کوڕی ئەلیاداع بوو، ئەوەی لەلای گەورەکەیەوە هەڵاتبوو، کە هەدەدعەزەری پاشای چۆڤا بوو.
24 ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
لە کاتی کوشتارەکەی داود لە دژی هێزی چۆڤا، پیاوی لە خۆی کۆکردەوە و بووە سەردەستەیەکی چەتە، چوونە دیمەشق و لەوێ نیشتەجێ بوون، لە دیمەشق فەرمانڕەوایەتییان کرد.
25 ଆଉ ସେ ହଦଦ୍‍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
جا ڕەزۆن لە سەردەمی سلێمان بووە دوژمنی ئیسرائیل، ئەمە سەرەڕای ئەو خراپەیەی کە هەدەد دەیکرد، ڕەزۆن بووە فەرمانڕەوای خاکی ئارام و ڕقی لە ئیسرائیل بووەوە.
26 ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
هەروەها یارۆڤعامی کوڕی نەڤات کە خەڵکی چەرێدا بوو لە ئەفرایم، یەکێک بوو لە کاربەدەستەکانی سلێمان، لە پاشا یاخی بوو. دایکیشی بێوەژنێک بوو بە ناوی چەروعا.
27 ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।
یاخیبوونەکەشی لە دژی پاشا بەم شێوەیە بوو: ئەوە بوو کە سلێمان تەلانەکەی دروستکرد و کەلێنەکانی شاری داودی باوکی چاککردەوە،
28 ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
بینی کە ئەم پیاوە پاڵەوان و بەهێزە، گەنجێکی کارامە و چالاکە، ئیتر یارۆڤعامی کرد بە سەرپەرشتیاری هەموو کاری بێگاری هۆزەکانی یوسف.
29 ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
ئەوە بوو کە یارۆڤعام لە ئۆرشەلیم دەهاتە دەرەوە، ئاحییای شیلۆنیی پێغەمبەر لە ڕێگادا تووشی بوو، کەوایەکی نوێی لەبەر بوو. بە تەنها هەردووکیان لە دەشتودەر بوون،
30 ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।
ئاحییاش کەوا نوێیەکەی کە لەبەریدا بوو دایکەند و کردی بە دوازدە پارچەوە.
31 ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।
بە یارۆڤعامی گوت: «دە پارچە بۆ خۆت ببە، چونکە یەزدانی پەروەردگاری ئیسرائیل ئەمە دەفەرموێت:”ئەوەتا من پاشایەتییەکە لە دەستی سلێمان پارچەپارچە دەکەم و دە هۆز بە تۆ دەدەم.
32 ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
یەک هۆزیش بۆ ئەو دەبێت لە هەموو هۆزەکانی ئیسرائیل، لەبەر داودی بەندەم و لەبەر ئۆرشەلیم ئەو شارەی کە هەڵمبژاردووە.
33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
ئەو کارە دەکەم، چونکە ئەوان وازیان لێ هێنام و کڕنۆشیان بۆ عەشتۆرەتی خواژنی سەیدائی و کەمۆشی خودای مۆئابی و مۆلەخی خودای عەمۆنییەکان برد. بە ڕێگای مندا نەڕۆیشتن هەتا وەک داودی باوکی سلێمان ئەوەی لەبەرچاوم ڕاستە بیکەن و فەرز و حوکمەکانم بەجێبهێنن.
34 ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
«”بەڵام هەموو پاشایەتییەکە لە دەستی سلێمان ناستێنمەوە، بەڵکو بە درێژایی ژیانی دەیکەمە پاشا، لەبەر داودی بەندەم ئەوەی کە هەڵمبژارد، ئەوەی فەرمان و فەرزەکانی منی بەجێهێنا.
35 ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍‍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।
پاشایەتی لە دەست کوڕەکەی دەستێنمەوە و دە هۆزی دەدەم بە تۆ.
36 ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
یەک هۆزیش دەدەمە کوڕەکەی، تاوەکو هەمیشە بۆ داودی بەندەم وەک چرایەک بێت لەبەردەممدا لە ئۆرشەلیم، ئەو شارەی بۆ خۆمم هەڵبژارد هەتا ناوم لەوێدا دابنێم.
37 ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।
تۆش دەبەم و فەرمانڕەوایەتی دەکەیت بەسەر هەموو ئەوەی دڵت ئارەزووی بکات و بەسەر ئیسرائیلدا دەبیت بە پاشا.
38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
ئەگەر بێت و گوێڕایەڵی هەموو ئەوە بیت کە فەرمانت پێدەدەم و بە ڕێگاکانمدا بڕۆیت و ئەوەی لەبەرچاوم ڕاستە بیکەیت و فەرز و فەرمانەکانم بەجێبهێنیت، وەک چۆن داودی بەندەم کردی، ئەوا لەگەڵتدا دەبم و بنەماڵەیەکی چەسپاوت بۆ بنیاد دەنێم وەک چۆن بۆ داودم بنیاد نا و ئیسرائیلت دەدەمێ.
39 ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”
نەوەی داودیش زەلیل دەکەم لەبەر ئەمە، بەڵام نەک بۆ هەتاهەتایە.“»
40 ଉକ୍ତ କାରଣରୁ ଶଲୋମନ ଯାରବୀୟାମଙ୍କୁ ବଧ କରିବାକୁ ଚେଷ୍ଟା କଲେ; ମାତ୍ର ଯାରବୀୟାମ ଉଠି ମିସରକୁ ମିସରୀୟ ରାଜା ଶୀଶକ୍‍ ନିକଟକୁ ପଳାଇଲେ ଓ ଶଲୋମନଙ୍କର ମରଣ ପର୍ଯ୍ୟନ୍ତ ମିସରରେ ରହିଲେ।
سلێمان هەوڵی کوشتنی یارۆڤعامی دا، بەڵام یارۆڤعام هەستا و هەڵات بۆ میسر بۆ لای شیشەقی پاشای میسر و هەتا کاتی مردنی سلێمان لە میسردا مایەوە.
41 ଶଲୋମନଙ୍କର ଅବଶିଷ୍ଟ ବିଷୟ ଓ ତାଙ୍କର ସମସ୍ତ କୃତ କର୍ମ ଓ ତାଙ୍କର ଜ୍ଞାନ କି ଶଲୋମନ ବିଷୟକ ପୁସ୍ତକରେ ଲିଖିତ ହୋଇ ନାହିଁ?
ڕووداوەکانی دیکەی پاشایەتی سلێمان و هەموو ئەوەی کردی و داناییەکەی لە پەڕتووکی کاروباری ڕۆژانەی سلێمان تۆمار کراون.
42 ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
سلێمان چل ساڵ لە ئۆرشەلیم پاشایەتی هەموو ئیسرائیلی کرد.
43 ତହିଁ ଉତ୍ତାରେ ଶଲୋମନ ମୃତ୍ୟୁବରଣ କଲେ ପୁଣି ଆପଣା ପିତୃଲୋକଙ୍କର ସହିତ ଆପଣା ପିତା ଦାଉଦ-ନଗରରେ କବର ପାଇଲେ; ତହୁଁ ତାଙ୍କ ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
پاشان سلێمان لەگەڵ باوباپیرانی سەری نایەوە و لە شارەکەی داودی باوکی نێژرا. ئیتر ڕەحەڤەعامی کوڕی لەدوای خۆی بوو بە پاشا.

< ପ୍ରଥମ ରାଜାବଳୀ 11 >