< ପ୍ରଥମ ରାଜାବଳୀ 12 >

1 ଏଥିଉତ୍ତାରେ ରିହବୀୟାମ ଶିଖିମକୁ ଗଲେ; କାରଣ ସମୁଦାୟ ଇସ୍ରାଏଲ ତାଙ୍କୁ ରାଜା କରିବା ନିମନ୍ତେ ଶିଖିମରେ ଉପସ୍ଥିତ ହୋଇଥିଲେ।
And Rehoboam went to Shechem: for all Israel had come to Shechem to make him king.
2 ଏଥିମଧ୍ୟରେ ନବାଟର ପୁତ୍ର ସେହି ଯେ ଯାରବୀୟାମ ଶଲୋମନ ରାଜାଙ୍କର ଛାମୁରୁ ପଳାଇ ମିସରରେ ଏଯାଏ ଥିଲେ, ସେ ତାଙ୍କର ମୃତ୍ୟୁୁ ସମ୍ବାଦ ପାଇଲେ; ସେ ମିସରରେ ବାସ କରୁଥିବା ବେଳେ ଲୋକମାନେ ତାଙ୍କୁ ଡକାଇ ପଠାଇଲେ।
And it came to pass, when Jeroboam the son of Nebat, who was yet in Egypt, heard [of it], (for he had fled from the presence of king Solomon, and Jeroboam dwelt in Egypt; )
3 ତହିଁରେ ଯାରବୀୟାମ ଓ ଇସ୍ରାଏଲର ସମସ୍ତ ସମାଜ ରିହବୀୟାମଙ୍କ ନିକଟକୁ ଆସି ଏହି କଥା କହିଲେ,
That they sent and called him. And Jeroboam and all the congregation of Israel came, and spoke to Rehoboam, saying,
4 “ଆପଣଙ୍କ ପିତା ଆମ୍ଭମାନଙ୍କ ଯୁଆଳି ଅସହ୍ୟ କରିଥିଲେ; ଏହେତୁ ଆପଣଙ୍କ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଅସହ୍ୟ ଦାସ୍ୟକର୍ମର ଭାର ଓ ଭାରୀ ଯୁଆଳି ଦେଇଥିଲେ, ତାହା ଆପଣ ହାଲୁକା କରନ୍ତୁ; ତହିଁରେ ଆମ୍ଭେମାନେ ଆପଣଙ୍କ ସେବା କରିବୁ।”
Thy father made our yoke grievous: now therefore make thou the grievous service of thy father, and his heavy yoke which he put upon us, lighter, and we will serve thee.
5 ତହୁଁ ସେ ସେମାନଙ୍କୁ କହିଲେ, “ଏବେ ଯାଅ, ତିନି ଦିନ ଉତ୍ତାରେ ପୁନର୍ବାର ମୋʼ ନିକଟକୁ ଆସ।” ତହିଁରେ ଲୋକମାନେ ଚାଲିଗଲେ।
And he said to them, Depart yet [for] three days, then come again to me. And the people departed.
6 ଏଥିଉତ୍ତାରେ ରିହବୀୟାମ ରାଜା ଆପଣା ପିତା ଶଲୋମନଙ୍କର ଜୀବନ କାଳରେ ଯେଉଁ ପ୍ରାଚୀନମାନେ ତାଙ୍କ ସମ୍ମୁଖରେ ଛିଡ଼ା ହୋଇଥିଲେ, ସେମାନଙ୍କ ସହିତ ପରାମର୍ଶ କରି କହିଲେ, “ଏହି ଲୋକମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ମୋତେ କି ପରାମର୍ଶ ଦେଉଅଛ?”
And king Rehoboam consulted with the old men that stood before Solomon his father while he yet lived, and said, How do ye advise that I may answer this people?
7 ତେବେ ସେମାନେ ତାଙ୍କୁ କହିଲେ, “ତୁମ୍ଭେ ଯେବେ ଆଜି ଏହି ଲୋକମାନଙ୍କର ସେବକ ହେବ ଓ ସେମାନଙ୍କର ସେବା କରି ସେମାନଙ୍କୁ ଉତ୍ତର ଦେବ ଓ ସେମାନଙ୍କୁ ଉତ୍ତମ ବାକ୍ୟ କହିବ, ତେବେ ସେମାନେ ସର୍ବଦା ତୁମ୍ଭର ଦାସ ହୋଇ ରହିବେ।”
And they spoke to him, saying, If thou wilt be a servant to this people this day, and wilt serve them, and answer them, and speak good words to them, then they will be thy servants for ever.
8 ମାତ୍ର ସେ ସେହି ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ଯେଉଁ ଯୁବାମାନେ ତାଙ୍କ ସଙ୍ଗେ ବଢ଼ି ତାଙ୍କ ସମ୍ମୁଖରେ ଛିଡ଼ା ହେଉଥିଲେ, ସେମାନଙ୍କ ସଙ୍ଗେ ପରାମର୍ଶ କଲେ।
But he forsook the counsel of the old men, which they had given him, and consulted with the young men that had grown up with him, [and] who stood before him:
9 ପୁଣି, ସେ ସେମାନଙ୍କୁ କହିଲେ, “ଏହି ଲୋକମାନେ ମୋତେ କହୁଛନ୍ତି, ‘ତୁମ୍ଭ ପିତା ଆମ୍ଭମାନଙ୍କ ଉପରେ ଯେଉଁ ଯୁଆଳି ଥୋଇଅଛନ୍ତି, ତାହା ହାଲୁକା କର; ସେମାନଙ୍କୁ ଉତ୍ତର ଦେବା ପାଇଁ ତୁମ୍ଭେମାନେ ଆମ୍ଭଙ୍କୁ କି ପରାମର୍ଶ ଦେଉଅଛ?’”
And he said to them, What counsel give ye that we may answer this people, who have spoken to me, saying, Make the yoke which thy father did put upon us lighter?
10 ତହିଁରେ ତାଙ୍କ ସଙ୍ଗେ ବଢ଼ିଥିବା ଯୁବାମାନେ ତାଙ୍କୁ କହିଲେ, “ତୁମ୍ଭ ପିତା ଆମ୍ଭମାନଙ୍କ ଯୁଆଳି ଭାରୀ କରିଅଛନ୍ତି, ‘ତୁମ୍ଭେ ଆମ୍ଭମାନଙ୍କ ପାଇଁ ତାହା ହାଲୁକା କର ବୋଲି କହୁଛନ୍ତି ଏହି ଯେଉଁ ଲୋକମାନେ, ସେମାନଙ୍କୁ ତୁମ୍ଭେ ଏପରି କହିବ; ମୋର କନିଷ୍ଠ ଅଙ୍ଗୁଳି ମୋʼ ପିତାଙ୍କ କଟିଠାରୁ ମୋଟ।
And the young men that had grown up with him spoke to him, saying, Thus shalt thou speak to this people who spoke to thee, saying, Thy father made our yoke heavy, but make thou [it] lighter to us; thus shalt thou say to them, My little [finger] shall be thicker than my father's loins.
11 ଏଥିପାଇଁ ମୋʼ ପିତା ଯେଉଁ ଭାରୀ ଯୁଆଳି ତୁମ୍ଭମାନଙ୍କ ଉପରେ ଥୋଇଅଛନ୍ତି, ମୁଁ ତାହା ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।’”
And now whereas my father burdened you with a heavy yoke, I will add to your yoke: my father hath chastised you with whips, but I will chastise you with scorpions.
12 ତୃତୀୟ ଦିନରେ ମୋʼ ନିକଟକୁ ପୁଣି, ଆସ ବୋଲି ରାଜା ଯେଉଁ ଆଜ୍ଞା ଦେଇଥିଲେ, ତଦନୁସାରେ ଯାରବୀୟାମ ଓ ସମସ୍ତ ଲୋକ ରିହବୀୟାମଙ୍କ ନିକଟକୁ ଆସିଲେ।
So Jeroboam and all the people came to Rehoboam the third day, as the king had appointed, saying, Come to me again the third day.
13 ତହିଁରେ ପ୍ରାଚୀନମାନଙ୍କ ଦତ୍ତ ପରାମର୍ଶ ତ୍ୟାଗ କରି ରାଜା ଲୋକମାନଙ୍କୁ କଟୁ ଉତ୍ତର ଦେଲେ;
And the king answered the people roughly, and forsook the old men's counsel that they gave him;
14 ପୁଣି, ଯୁବାମାନଙ୍କ ପରାମର୍ଶନୁସାରେ ଲୋକମାନଙ୍କୁ କହିଲେ, “ମୋʼ ପିତା ତୁମ୍ଭମାନଙ୍କ ଉପରେ ଭାରୀ ଯୁଆଳି ଥୋଇଥିଲେ, ମାତ୍ର ମୁଁ ତୁମ୍ଭମାନଙ୍କ ଯୁଆଳି ଆହୁରି ଭାରୀ କରିବି; ମୋʼ ପିତା କୋରଡ଼ାରେ ତୁମ୍ଭମାନଙ୍କୁ ଶାସ୍ତି ଦେଇଥିଲେ, ମାତ୍ର ମୁଁ ବିଚ୍ଛାରେ ତୁମ୍ଭମାନଙ୍କୁ ଶାସ୍ତି ଦେବି।”
And spoke to them after the counsel of the young men, saying, My father made your yoke heavy, and I will add to your yoke: my father [also] chastised you with whips, but I will chastise you with scorpions.
15 ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।
Wherefore the king hearkened not to the people; for the cause was from the LORD, that he might perform his saying, which the LORD spoke by Ahijah the Shilonite to Jeroboam the son of Nebat.
16 ଯେତେବେଳେ ସମଗ୍ର ଇସ୍ରାଏଲ ଦେଖିଲେ ଯେ, ରାଜା ସେମାନଙ୍କ କଥା ଶୁଣିଲେ ନାହିଁ, ସେତେବେଳେ ଲୋକମାନେ ରାଜାଙ୍କୁ ଉତ୍ତର କରି କହିଲେ, “ଦାଉଦଙ୍କଠାରେ ଆମ୍ଭମାନଙ୍କର କି ଅଂଶ ଅଛି? ଏଣିକି ଯିଶୀର ପୁତ୍ରଠାରେ; ଆମ୍ଭମାନଙ୍କର ଅଧିକାର ନାହିଁ; ହେ ଇସ୍ରାଏଲ, ଆପଣା ଆପଣା ତମ୍ବୁକୁ ଯାଅ; ହେ ଦାଉଦ, ତୁମ୍ଭେ ଏବେ ଆପଣା ଘର କଥା ବୁଝ। ତହୁଁ ଇସ୍ରାଏଲୀୟମାନେ ଆପଣା ଆପଣା ତମ୍ବୁକୁ ଚାଲିଗଲେ।”
So when all Israel saw that the king hearkened not to them, the people answered the king, saying, What portion have we in David? neither [have we] inheritance in the son of Jesse: to your tents, O Israel: now see to thy own house, David. So Israel departed to their tents.
17 ତଥାପି ଇସ୍ରାଏଲର ଯେଉଁ ସନ୍ତାନମାନେ ଯିହୁଦାର ନାନା ନଗରରେ ବାସ କଲେ, ସେମାନଙ୍କ ଉପରେ ରିହବୀୟାମ ରାଜ୍ୟ କଲେ।
But [as for] the children of Israel who dwelt in the cities of Judah, Rehoboam reigned over them.
18 ଏଥିଉତ୍ତାରେ ରିହବୀୟାମ ରାଜା ବେଠିକର୍ମାଧ୍ୟକ୍ଷ ଅଦୋନୀରାମ୍‍କୁ ପଠାଇଲେ; ମାତ୍ର ସମୁଦାୟ ଇସ୍ରାଏଲ ତାହାକୁ ପ୍ରସ୍ତରାଘାତ କରନ୍ତେ, ସେ ମଲା। ତହିଁରେ ରିହବୀୟାମ ରାଜା ଯିରୂଶାଲମକୁ ପଳାଇବା ପାଇଁ ଶୀଘ୍ର ରଥ ଉପରେ ଚଢ଼ିଲେ।
Then king Rehoboam sent Adoram, who [was] over the tribute; and all Israel stoned him with stones, that he died. Therefore king Rehoboam made speed to enter his chariot, to flee to Jerusalem.
19 ଏହିରୂପେ ଇସ୍ରାଏଲ ଆଜି ପର୍ଯ୍ୟନ୍ତ ଦାଉଦ-ବଂଶର ବିଦ୍ରୋହୀ ହେଲେ।
So Israel rebelled against the house of David to this day.
20 ଏଉତ୍ତାରେ ଯାରବୀୟାମ ଫେରି ଆସିଅଛନ୍ତି ବୋଲି ସମୁଦାୟ ଇସ୍ରାଏଲ ଶୁଣନ୍ତେ, ସେମାନେ ଲୋକ ପଠାଇ ତାଙ୍କୁ ମଣ୍ଡଳୀକୁ ଡକାଇଲେ ଓ ସମୁଦାୟ ଇସ୍ରାଏଲ ଉପରେ ତାଙ୍କୁ ରାଜା କଲେ; କେବଳ ଯିହୁଦା-ଗୋଷ୍ଠୀ ଛଡ଼ା କେହି ଦାଉଦ-ବଂଶର ଅନୁଗାମୀ ହେଲା ନାହିଁ।
And it came to pass when all Israel heard that Jeroboam had come again, that they sent and called him to the congregation, and made him king over all Israel: there was none that followed the house of David, but the tribe of Judah only.
21 ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ଯିହୁଦାର ସମସ୍ତ ବଂଶର ଓ ବିନ୍ୟାମୀନ୍ ଗୋଷ୍ଠୀର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ ଓ ଶଲୋମନଙ୍କର ପୁତ୍ର ରିହବୀୟାମଙ୍କର ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଇସ୍ରାଏଲ ବଂଶ ସହିତ ଯୁଦ୍ଧ ହେଲା।
And when Rehoboam had come to Jerusalem, he assembled all the house of Judah, with the tribe of Benjamin, a hundred and eighty thousand chosen men, who were warriors, to fight against the house of Israel, to bring the kingdom again to Rehoboam the son of Solomon.
22 ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ପରମେଶ୍ୱରଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
But the word of God came to Shemaiah the man of God, saying,
23 “ଯିହୁଦାର ରାଜା ଶଲୋମନର ପୁତ୍ର ରିହବୀୟାମକୁ, ପୁଣି, ଯିହୁଦା ଓ ବିନ୍ୟାମୀନ୍‍ର ସମସ୍ତ ବଂଶକୁ ଓ ଅବଶିଷ୍ଟ ସମସ୍ତ ଲୋକଙ୍କୁ କୁହ:
Speak to Rehoboam the son of Solomon king of Judah, and to all the house of Judah and Benjamin, and to the remnant of the people, saying,
24 ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।
Thus saith the LORD, Ye shall not go up, nor fight against your brethren the children of Israel: return every man to his house; for this thing is from me. They hearkened therefore to the word of the LORD, and returned to depart, according to the word of the LORD.
25 ଏହି ସମୟରେ ଯାରବୀୟାମ ଇଫ୍ରୟିମର ପର୍ବତମୟ ଦେଶରେ ଶିଖିମ ନିର୍ମାଣ କରି ତହିଁରେ ବାସ କଲେ; ପୁଣି, ସେ ସେଠାରୁ ଯାଇ ପନୂୟେଲ ନିର୍ମାଣ କଲେ।
Then Jeroboam built Shechem in mount Ephraim, and dwelt in it, and went out from thence, and built Penuel.
26 ତହୁଁ ଯାରବୀୟାମ ଆପଣା ମନେ ମନେ କହିଲେ, “ଏବେ ରାଜ୍ୟ ପୁନର୍ବାର ଦାଉଦ-ବଂଶର ଅଧୀନ ହେବ;
And Jeroboam said in his heart, Now shall the kingdom return to the house of David:
27 ଯେବେ ଏହି ଲୋକମାନେ ଯିରୂଶାଲମରେ ସଦାପ୍ରଭୁଙ୍କ ଗୃହରେ ବଳିଦାନ କରିବାକୁ ଯିବେ, ତେବେ ଏହି ଲୋକମାନଙ୍କର ଅନ୍ତଃକରଣ ଆପଣାମାନଙ୍କ ପ୍ରଭୁ ଯିହୁଦାର ରାଜା ରିହବୀୟାମ ପ୍ରତି ଫେରିବ; ତହିଁରେ ସେମାନେ ମୋତେ ବଧ କରି ଯିହୁଦାର ରାଜା ରିହବୀୟାମ ନିକଟକୁ ଫେରିଯିବେ।”
If this people go up to perform sacrifice in the house of the LORD at Jerusalem, then shall the heart of this people turn again to their lord, [even] to Rehoboam king of Judah, and they shall kill me, and return to Rehoboam king of Judah.
28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
Upon which the king took counsel, and made two calves [of] gold, and said to them, It is too much for you to go up to Jerusalem: behold thy gods, O Israel, which brought thee out of the land of Egypt.
29 ତହୁଁ ସେ ଗୋଟିକୁ ବେଥେଲ୍‍ରେ ଓ ଅନ୍ୟଟିକୁ ଦାନ୍‍ରେ ସ୍ଥାପନ କଲେ।
And he set the one in Beth-el, and the other he placed in Dan.
30 ଏହି କର୍ମ ପାପର କାରଣ ହେଲା; କାରଣ ଲୋକମାନେ ଗୋଟିକର ପୂଜା କରିବା ନିମନ୍ତେ ଦାନ୍ ପର୍ଯ୍ୟନ୍ତ ସୁଦ୍ଧା ଗଲେ।
And this thing became a sin: for the people went [to worship] before the one, [even] to Dan.
31 ଏଉତ୍ତାରେ ସେ ଉଚ୍ଚସ୍ଥଳୀର ଗୃହମାନ ନିର୍ମାଣ କଲେ ଓ ଯେଉଁମାନେ ଲେବୀ-ସନ୍ତାନ ନୁହନ୍ତି, ଏପରି ସମୁଦାୟ ଲୋକଙ୍କ ମଧ୍ୟରୁ ଯାଜକ କଲେ।
And he made a house of high places, and made priests of the lowest of the people, who were not of the sons of Levi.
32 ପୁଣି, ଯାରବୀୟାମ ଅଷ୍ଟମ ମାସରେ, ମାସର ପଞ୍ଚଦଶ ଦିନରେ ଯିହୁଦାର ପର୍ବ ତୁଲ୍ୟ ଏକ ପର୍ବ ନିରୂପଣ କଲେ ଓ ଯଜ୍ଞବେଦିକୁ ଗଲେ; ଏହିରୂପେ ସେ ସ୍ୱନିର୍ମିତ ଗୋବତ୍ସ ଉଦ୍ଦେଶ୍ୟରେ ବେଥେଲ୍‍ରେ ବଳିଦାନ କଲେ; ପୁଣି, ସେ ଆପଣାର କୃତ ଉଚ୍ଚସ୍ଥଳୀର ଯାଜକମାନଙ୍କୁ ବେଥେଲ୍‍ରେ ସ୍ଥାପନ କଲେ।
And Jeroboam ordained a feast in the eighth month, on the fifteenth day of the month, like the feast that [is] in Judah, and he offered upon the altar. So did he in Beth-el, sacrificing to the calves that he had made: and he placed in Beth-el the priests of the high places which he had made.
33 ଏହିପରି ସେ ଅଷ୍ଟମ ମାସର ପଞ୍ଚଦଶ ଦିନରେ, ଅର୍ଥାତ୍‍, ଆପଣା ମନର ସଂକଳ୍ପିତ ମାସରେ ବେଥେଲ୍‍ସ୍ଥିତ ସ୍ୱନିର୍ମିତ ଯଜ୍ଞବେଦିକୁ ଗଲେ ଓ ସେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ପର୍ବ ନିରୂପଣ କରି ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦିକୁ ଗଲେ।
So he offered upon the altar which he had made in Beth-el the fifteenth day of the eighth month, [even] in the month which he had devised of his own heart; and ordained a feast to the children of Israel: and he offered upon the altar, and burnt incense.

< ପ୍ରଥମ ରାଜାବଳୀ 12 >