< ପ୍ରଥମ ରାଜାବଳୀ 13 >
1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।
Kaluwore gi wach Jehova Nyasaye, ngʼat Nyasaye nobiro koa Juda modhi Bethel e kinde mane Jeroboam ochungʼ e but kendo mar misango mondo ochiw misango.
2 ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
Noywak kokwongʼo kendo misangono kaluwore gi wach Jehova Nyasaye: “Yaye kendo mar misango! Yaye kendo mar misango! Ma e gima Jehova Nyasaye wacho, ‘Wuowi miluongo ni Josia ibiro nywol e od Daudi. Kuomi e nochiwe jodolo mag kuonde motingʼore makoro chiwo misengini kuomi, kendo choke dhano ibiro wangʼ kuomi.’”
3 ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
Chiengʼ nogono ngʼat Nyasayeno nochiwo ranyisi: “Ma e ranyisi ma Jehova Nyasaye osechiwo: Kendo mar misango biro barore diere ariyo kendo buru man kuome biro pukore oko.”
4 ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
Kane ruoth Jeroboam owinjo kaka ngʼat Nyasayeno noywak kokwongʼo kendo mar misango man Bethel norieyo bade kowuok e kendo mar misango kowacho niya, “Makeuru!” To bade mane orieyono kochomo ngʼat Nyasayeno notal mane ok onyal dole.
5 ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।
Kendo mar misangono bende nobarore diere ariyo kendo buru mage nopukore oko kaluwore gi ranyisi mane ochiw gi ngʼat Nyasaye kod Wach Jehova Nyasaye.
6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
Eka ruoth nowacho ni ngʼat Nyasayeno niya, “Kwana Jehova Nyasaye ma Nyasachi kendo lamna mondo lweta odog kare.” Kamano ngʼat Nyasayeno nokwayone Jehova Nyasaye kendo lwet ruoth nodok kare kaka ne en.
7 ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
Ruoth nowacho ni ngʼat Nyasayeno niya, “Wadhi oda mondo iyud gimoro icham kendo abiro miyi mich.”
8 ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,
To ngʼat Nyasaye nodwoko ruoth niya, “Kata ne bed mana ni inyalo miya nus mwanduni duto ok anadhi kodi kata chamo chiemo kata modho pi ka.
9 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”
Nimar nochika gi wach Jehova Nyasaye ni, ‘Kik ichiem kata modho pi kata dok gi yo mane ibirogo.’”
10 ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
Kamano nokawo yo machielo mine ok odok gi yo mane obirogo Bethel.
11 ସେହି ବେଥେଲ୍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହି ଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।
Koro ne nitie janabi moro moti mane odak Bethel ma yawuote nobiro mowachone duto mane ngʼat Nyasayeno otimo kanyo chiengʼno, bende neginyiso wuon-gi gima nowacho ni ruoth.
12 ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।
Wuon-gi nopenjogi niya, “Noluwo yo mane?” To yawuote nonyise yo mane ngʼat Nyasaye moa Juda noluwo.
13 ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
Kamano nowacho ni yawuote niya, “Gawnauru punda.” Kane gisegawone punda, noidhe
14 ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”
mi noluwo bangʼ ngʼat Nyasayeno. Noyude kobet e tiend yiend ober mopenje niya, “In e ngʼat Nyasaye mane oa Juda?” Nodwoke niya, “Ee en an.”
15 ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
Kamano janabi nowachone niya, “Wadhi dala mondo ichiem.”
16 ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
Ngʼat Nyasayeno nowacho niya, “Ok anyal lokora ma adog kodi dala kata chiemo kata modho pi kodi ka.
17 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”
Osenyisa kaluwore gi wach Jehova Nyasaye ni, ‘Kik ichiem kata kik imodh pi kanyo kata idog gi yo mane ibirogo.’”
18 ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।
To janabi motino nodwoke niya, “An bende an janabi mana kaka in. Kendo malaika nowuoyo koda gi wach Jehova Nyasaye kawachona ni, ‘Duog kode e odi mondo mi ochiem kendo omodh pi.’” To kata kamano nowuonde.
19 ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।
Kamano ngʼat Nyasaye noduogo kode mochiemo kendo metho e ode.
20 ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।
Kane gibedo e mesa gichiemo, wach Jehova Nyasaye nobiro ni janabi moticha mane odwogo chien.
21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
Noywak ne ngʼat Nyasaye mane oa Juda mowacho niya, “Ma e gima Jehova Nyasaye wacho: ‘Isedagi winjo wach Jehova Nyasaye kendo ok iserito chik mane Jehova Nyasaye ma Nyasachi omiyi.
22 ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”
Nidwogo chien mi ichamo makati kendo imodho pi kama nowachoni ni kik ichiemie kata modhoe pi. Omiyo ringri ok enoyiki e kar yiko mar kwereni.’”
23 ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍ବକ୍ତା ପାଇଁ ଗଧ ସଜାଇଲା।
Kane ngʼat Nyasayeno otieko chiemo kendo metho, janabi mane odwoge chienno nogawone pundane.
24 ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
Kane en e yore odhi, sibuor noromo kode e yo monege kendo ringe nowit piny e yo, ka punda kod sibuor ochungʼ bute.
25 ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
Jomoko mane kadho machiegni noneno ringreno kowit piny kanyo, ka sibuor ochungʼ but ringruokno kendo negidhi mi gilando wachno e dala mane janabi moticha odakie.
26 ଏଥିରେ ଯେଉଁ ଭବିଷ୍ୟଦ୍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
Kane janabi mane odwoge chien e wuodhe owinjo ma nowacho niya, “En ngʼat Nyasaye mane ochayo wach Nyasaye. Jehova Nyasaye osechiwe ni sibuor mosekidhe kendo onege mana kaka wach Jehova Nyasaye nosesieme.”
27 ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।
Janabi nowachone yawuote niya, “Gawnauru punda kendo negitimo kamano.”
28 ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
Eka nowuok modhi oyudo ringruokno kowit piny e yo ka punda gi sibuor ochungʼ bute. Sibuor ne ok ochamo ngʼatno kata kidho punda.
29 ପୁଣି, ସେ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
Kamano janabino nokawo ringre ngʼat Nyasayeno mokete e ngʼe punda kendo nodwoge e dalane mondo oywage kendo oike.
30 ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।
Eka noketo ringreno e kar bure owuon mi giywage kagiwacho niya, “Yaye, owadwa!”
31 ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
Bangʼ yike nowacho ni yawuote niya, “Katho to ikauru e bur kama oyikie ngʼat Nyasayeni; keturu chokena but chokene.
32 କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
Nikech wach mane owacho kuluworegi wach Jehova Nyasaye kuom kendo mar misango man Bethel kendo kwongʼ mane okwongʼogo kuonde duto motingʼore malo mitimoe misango manie dala man Samaria biro chopo kare.”
33 ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
Kata mana bangʼ ma, Jeroboam ne ok oloko yorene maricho to nomedo yiero jodolo koa kuom ji mopogore opogore mondo oti kuonde motingʼore. Ngʼato angʼata mane dwaro bedo jadolo nowalo ni kuonde motingʼore.
34 ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।
Ma e richo mar od Jeroboam mane omiyo opodho kendo kelone kethruok e wangʼ piny.