< ପ୍ରଥମ ରାଜାବଳୀ 13 >

1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।
Kwa neno la Bwana, mtu wa Mungu alifika Betheli kutoka Yuda wakati Yeroboamu alipokuwa amesimama kando ya madhabahu ili kutoa sadaka.
2 ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
Akapiga kelele dhidi ya madhabahu kwa neno la Bwana: “Ee madhabahu, madhabahu! Hivi ndivyo asemavyo Bwana: ‘Mwana aitwaye Yosia atazaliwa katika nyumba ya Daudi. Juu yako atawatoa dhabihu makuhani wa mahali pa juu pa kuabudia miungu wale ambao wanatoa sadaka hapa sasa, nayo mifupa ya wanadamu itachomwa juu yako.’”
3 ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
Siku iyo hiyo, mtu wa Mungu akatoa ishara: “Hii ndiyo ishara Bwana aliyotangaza: Madhabahu haya yatapasuka na majivu yaliyo juu yake yatamwagika.”
4 ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍‍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
Mfalme Yeroboamu aliposikia kile mtu wa Mungu alichosema, alipopiga kelele dhidi ya madhabahu huko Betheli, akanyoosha mkono wake kutoka madhabahuni na kusema, “Mkamate!” Lakini mkono aliokuwa ameunyoosha kumwelekea yule mtu ukasinyaa na kubaki hapo hapo, kiasi kwamba hakuweza kuurudisha.
5 ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।
Pia, madhabahu yalipasuka na majivu yakamwagika sawasawa na ishara iliyotolewa na mtu wa Mungu kwa neno la Bwana.
6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
Kisha mfalme akamwambia mtu wa Mungu, “Niombee kwa Bwana Mungu wako ili mkono wangu upate kupona.” Kwa hiyo mtu wa Mungu akamwombea kwa Bwana, nao mkono wa mfalme ukapona na kuwa kama ulivyokuwa hapo kwanza.
7 ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
Mfalme akamwambia yule mtu wa Mungu, “Twende nyumbani kwangu upate chakula, nami nitakupa zawadi.”
8 ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,
Lakini yule mtu wa Mungu akamjibu mfalme, “Hata kama ungenipa nusu ya mali zako, nisingekwenda pamoja na wewe, wala nisingekula mkate au kunywa maji hapa.
9 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”
Kwa kuwa niliagizwa kwa neno la Bwana: ‘Kamwe usile mkate wala usinywe maji au kurudi kwa njia uliyojia.’”
10 ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍‍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
Kwa hiyo akafuata njia nyingine na hakurudi kupitia njia ile ambayo alikuwa ameijia Betheli.
11 ସେହି ବେଥେଲ୍‍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହି ଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍‍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।
Basi kulikuwepo na nabii fulani mzee aliyekuwa anaishi Betheli, ambaye wanawe walikuja kumwambia yote ambayo mtu wa Mungu alikuwa ameyafanya pale siku ile. Pia wakamwambia baba yao yale aliyomwambia mfalme.
12 ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।
Baba yao akawauliza, “Ameelekea njia gani?” Nao wanawe wakamwonyesha ile njia yule mtu wa Mungu kutoka Yuda aliyopita.
13 ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
Hivyo akawaambia wanawe, “Nitandikieni punda.” Walipokwisha kumtandikia punda, akampanda
14 ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”
na kumfuatilia yule mtu wa Mungu. Akamkuta ameketi chini ya mwaloni na akamuuliza, “Je, wewe ndiwe mtu wa Mungu kutoka Yuda?” Akamjibu, “Mimi ndiye.”
15 ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
Basi nabii akamwambia, “Karibu nyumbani pamoja na mimi ule.”
16 ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
Yule mtu wa Mungu akasema, “Siwezi kurudi na kwenda nawe, wala siwezi kula mkate au kunywa maji pamoja nawe mahali hapa.
17 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”
Nimeambiwa kwa neno la Bwana: ‘Kamwe usile mkate au kunywa maji huko au kurudia njia uliyojia.’”
18 ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।
Yule nabii mzee akajibu, “Mimi pia ni nabii, kama wewe. Naye malaika alisema nami kwa neno la Bwana: ‘Mrudishe aje katika nyumba yako ili apate kula mkate na kunywa maji.’” (Lakini alikuwa akimwambia uongo.)
19 ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।
Hivyo mtu wa Mungu akarudi pamoja naye na akala na kunywa katika nyumba yake.
20 ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍‍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।
Wakati walipokuwa wameketi mezani, neno la Bwana likamjia yule nabii mzee aliyemrudisha huyo mtu wa Mungu.
21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
Akampazia sauti yule mtu wa Mungu aliyekuwa ametoka Yuda, “Hivi ndivyo asemavyo Bwana: ‘Umeasi neno la Bwana na hukushika amri uliyopewa na Bwana Mungu wako,
22 ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”
bali ulirudi na ukala mkate na kunywa maji mahali ambapo alikuambia usile wala usinywe. Kwa hiyo maiti yako haitazikwa katika kaburi la baba zako.’”
23 ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍‍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍‍ବକ୍ତା ପାଇଁ ଗଧ ସଜାଇଲା।
Wakati huyo mtu wa Mungu alipomaliza kula na kunywa, nabii aliyekuwa amemrudisha akamtandikia punda wake.
24 ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
Alipokuwa akienda akakutana na simba njiani, akamuua na maiti yake ikabwagwa barabarani, yule punda wake na simba wakiwa wamesimama karibu yake.
25 ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
Baadhi ya watu waliopita pale waliona maiti imebwagwa pale chini, simba akiwa amesimama kando ya maiti, wakaenda na kutoa habari katika mji ambao nabii mzee aliishi.
26 ଏଥିରେ ଯେଉଁ ଭବିଷ୍ୟଦ୍‍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
Yule nabii aliyekuwa amemrudisha kutoka safari yake aliposikia habari hii akasema, “Ni yule mtu wa Mungu ambaye aliasi neno la Bwana. Bwana amemtoa kwa simba, ambaye amemrarua na kumuua, sawasawa na neno la Bwana lilivyokuwa limemwonya.”
27 ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।
Nabii akawaambia wanawe, “Nitandikieni punda,” nao wakafanya hivyo.
28 ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
Kisha akatoka akaenda akakuta maiti imebwagwa chini barabarani, punda na simba wakiwa wamesimama kando yake. Simba hakuwa amekula ile maiti wala kumrarua punda.
29 ପୁଣି, ସେ ଭବିଷ୍ୟଦ୍‍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍‍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
Basi yule nabii mzee akachukua maiti ya mtu wa Mungu, akailaza juu ya punda na akairudisha katika mji wake, ili amwombolezee na kumzika.
30 ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।
Kisha akailaza ile maiti katika kaburi lake huyo nabii mzee, nao wakaomboleza juu yake na kusema, “Ee ndugu yangu!”
31 ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
Baada ya kumzika, akawaambia wanawe, “Wakati nitakapokufa, mnizike kwenye kaburi alimozikwa huyu mtu wa Mungu; lazeni mifupa yangu kando ya mifupa yake.
32 କାରଣ ସେ ବେଥେଲ୍‍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
Kwa maana ujumbe alioutangaza kwa neno la Bwana dhidi ya madhabahu huko Betheli na dhidi ya madhabahu yote katika mahali pa juu pa kuabudia miungu katika miji ya Samaria, hakika yatatokea kweli.”
33 ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
Hata baada ya haya, Yeroboamu hakubadili njia zake mbaya, lakini mara nyingine tena akaweka makuhani kwa ajili ya mahali pa juu pa kuabudia miungu kutoka watu wa aina zote. Yeyote aliyetaka kuwa kuhani alimweka wakfu kwa ajili ya mahali pa juu pa kuabudia miungu.
34 ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।
Hii ilikuwa ndiyo dhambi ya nyumba ya Yeroboamu ambayo iliisababishia kuanguka na kuangamia kwake hadi kutoweka kwenye uso wa dunia.

< ପ୍ରଥମ ରାଜାବଳୀ 13 >