< ପ୍ରଥମ ରାଜାବଳୀ 13 >
1 ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍ରେ ଉପସ୍ଥିତ ହେଲା।
Mtu wa Mungu alikuja tokea Yuda kwa neno la BWANA kule Betheli. Naye Yeroboamu alikuwa amesimama karibu na madhabahu ili kufukiza uvumba.
2 ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”
Akalia kinyume na zile madhabahu kwa neno la BWANA: “Ee madhabahu, madhabahu” hivi ndivyo asemavyo BWANA, 'Tazama, mwana aitwaye Yosia atazaliwa katika familia ya Daudi, na juu yenu atawachinja makuhani ambao sasa wanafukiza uvumba mahali hapa pa juu kwa ajili yako. Juu yako watachoma mifupa ya watu.'”
3 ଆହୁରି ସେ ଲୋକ ସେହି ଦିନ ଏକ ଚିହ୍ନ ଦେଇ କହିଲା, “ସଦାପ୍ରଭୁଙ୍କ କଥିତ ଚିହ୍ନ ଏହି; ଦେଖ, ଏହି ବେଦି ଫାଟିଯିବ ଓ ତହିଁ ଉପରିସ୍ଥ ଭସ୍ମ ଅଜାଡ଼ି ହୋଇ ପଡ଼ିବ।”
Kisha mtu wa Mungu akatoa ishara siku hiyohiyo, akisema, “Hii ndiyo isharaya kwamba BWANA amesema: 'Tazama, madhabahu zitavuunjika, na majivu yaliyo juu yatamwagika.”
4 ତହିଁରେ ପରମେଶ୍ୱରଙ୍କ ଲୋକ ବେଥେଲ୍ସ୍ଥିତ ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି ଯେଉଁ କଥା କହିଲା, ଯାରବୀୟାମ ରାଜା ତାହା ଶୁଣି ଯଜ୍ଞବେଦିଠାରୁ ହସ୍ତ ବଢ଼ାଇ କହିଲେ, “ତାହାକୁ ଧର।” ଏଥିରେ ସେ ତାହା ବିରୁଦ୍ଧରେ ଯେଉଁ ହସ୍ତ ବଢ଼ାଇ ଥିଲେ; ତାହା ଶୁଷ୍କ ହୋଇଗଲା, ତେଣୁ ସେ ତାହା ଆଉ ଫେରାଇ ପାରିଲେ ନାହିଁ।
Naye mfalme aliposikia kile mtu wa Mungu alichosema, kwamba amelia kinyume cha zile madhabahu kule Betheli, Yeroboamu akanyosha mkono wake kutoka madhabahuni, akisema, “mkamateni.” Ndipo ule mkono aliokuwa ameunyosha dhidi ya mtu wa Mungu ukakauka, kiasi kwamba hakuweza kuurudisha mwenyewe.
5 ମଧ୍ୟ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯେଉଁ ଚିହ୍ନ ଦେଇଥିଲା, ତଦନୁସାରେ ଯଜ୍ଞବେଦି ଫାଟିଗଲା ଓ ଯଜ୍ଞବେଦିରୁ ଭସ୍ମ ଅଜାଡ଼ି ହୋଇ ପଡ଼ିଲା।
Na ile madhabahu ikavunjika vipande vipande, na yale majivu yakamwagika kutoka madhabahuni, kama ilivyokuwa imefafanuliwa kuwa ndiyo ishara ya kwamba mtu wa Mungu alikuwa amepewa kwa neno la BWANA.
6 ସେତେବେଳେ ରାଜା ପରମେଶ୍ୱରଙ୍କ ଲୋକକୁ ଉତ୍ତର କରି କହିଲେ, “ଯେପରି ମୋହର ହସ୍ତ ପୂର୍ବ ପରି ହୁଏ, ଏଥିପାଇଁ ତୁମ୍ଭେ ଆପଣା ପରମେଶ୍ୱର ସଦାପ୍ରଭୁଙ୍କ ଅନୁଗ୍ରହ ନିବେଦନ କର ଓ ମୋʼ ପାଇଁ ପ୍ରାର୍ଥନା କର।” ତହିଁରେ ପରମେଶ୍ୱରଙ୍କ ଲୋକ ସଦାପ୍ରଭୁଙ୍କଠାରେ ନିବେଦନ କରନ୍ତେ, ରାଜାଙ୍କର ହସ୍ତ ସୁସ୍ଥ ହୋଇ ପୂର୍ବ ପରି ହୋଇଗଲା।
Mfalme Yeroboamu akajibu akimwambia mtu wa Mungu, “Msihi BWANA, Mungu wako akupe neema ili uniombee, ili kwamba mkono wangu urejee kwangu tena.” Kwa hiyo mtu wa Mungu akamwomba BWANA, na mkono wa mfalme ukarejea katika hali yake tena, na ukawa kama ulivyokuwa mwanzoni.
7 ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋʼ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”
Yule mfalme akamwambia mtu wa Mungu, “twende nyumbani kwangu upate chakula, nami nitakupa zawadi.”
8 ଏଥିରେ ପରମେଶ୍ୱରଙ୍କ ଲୋକ ରାଜାଙ୍କୁ କହିଲା, “ଯେବେ ତୁମ୍ଭେ ଆପଣା ଗୃହର ଅର୍ଦ୍ଧେକ ମୋତେ ଦେବ, ତେବେ ହେଁ ମୁଁ ତୁମ୍ଭ ସଙ୍ଗେ ଯିବି ନାହିଁ କିଅବା ଏହି ସ୍ଥାନରେ ଅନ୍ନ ଭୋଜନ କି ଜଳ ପାନ କରିବି ନାହିଁ,
Yule mtu wa Mungu akamwambia mfalme, “Hata kama utanipa nusu ya miliki yako. staende na wewe, wala sitakula au kunywa maji mahali hapa,
9 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ ଏହି ଆଜ୍ଞା ଦିଆଯାଇଅଛି ଯେ, ତୁମ୍ଭେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେହି ପଥରେ ଫେରି ଆସିବ ନାହିଁ।”
kwa sababu BWANA ameniamuru kwa neno lake, 'hutakula mkate wala kunywa maji, wala kurudi kwa njia ulioijia.'”
10 ତହୁଁ ସେ ଅନ୍ୟ ପଥରେ ଗଲା, ଯେଉଁ ପଥରେ ବେଥେଲ୍କୁ ଆସିଥିଲା, ସେ ପଥରେ ସେ ଫେରିଲା ନାହିଁ।
Kwa hiyo mtu wa Mungu akaondoka na hakurudi nyumbani kwa njia aliyokuja nayo huko Betheli.
11 ସେହି ବେଥେଲ୍ରେ ଜଣେ ପ୍ରାଚୀନ ଭବିଷ୍ୟଦ୍ବକ୍ତା ବାସ କରୁଥିଲା; ଆଉ ତାହାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ତାହା ନିକଟକୁ ଆସି ସେହି ଦିନ ପରମେଶ୍ୱରଙ୍କ ଲୋକ ବେଥେଲ୍ରେ ଯାହା ଯାହା କରିଥିଲା, ତାହାସବୁ ତାହାକୁ ଜଣାଇଲା; ମଧ୍ୟ ରାଜାଙ୍କୁ ସେ ଯେଉଁ ଯେଉଁ କଥା କହିଥିଲା, ତାହା ସେମାନେ ଆପଣା ପିତାକୁ ଜଣାଇଲେ।
Sasa kulikuwa na nabii mwingine mzee aliyekuwa akiishi Betheli, na mmoja wa wana wake akaja kumwambia mambo yote ambayo mtu wa Mungu amefanya siku hiyo kule Betheli. Wana wake wakamwambia pia maneno ambayo Yule mtu wa Mungu alimwambia mfalme.
12 ତହିଁରେ ସେମାନଙ୍କ ପିତା ସେମାନଙ୍କୁ ପଚାରିଲା, “ସେ କେଉଁ ପଥରେ ଗଲା?” ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ ଯେଉଁ ପଥରେ ଯାଇଥିଲା, ତାହା ତାହାର ପୁତ୍ରମାନେ ଦେଖିଥିଲେ।
Baba yao akawaambia, “Alienda kwa njia gani?” Wale wanawe walikuwa wamemwona yule mtu wa Mungu kutoka Yuda njia aliyotumia kurudi.
13 ଏଥିରେ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ତାହା ପାଇଁ ଗଧ ସଜାନ୍ତେ, ସେ ତହିଁରେ ଚଢ଼ିଲା।
Kwa hiyo akawaambia wanawe, “Nitandikeni punda.” Kwa hiyo wakamtandikia punda naye akampanda.
14 ଏଉତ୍ତାରେ ସେ ପରମେଶ୍ୱରଙ୍କ ଲୋକର ପଛେ ପଛେ ଯାଇ ଏକ ଅଲୋନ ବୃକ୍ଷ ମୂଳେ ତାହାକୁ ବସିଥିବାର ଦେଖିଲା; ପୁଣି, ସେ ତାହାକୁ ପଚାରିଲା, “ତୁମ୍ଭେ କି ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକ?” ସେ କହିଲା, “ହଁ, ମୁଁ।”
Yule nabii mzee akamfuata yule mtu wa Mungu na akamkuta amekaa chini ya mti wa mwaloni; akamwambia, “Je, wewe ndiye mtu wa Mungu aliyetoka Yuda?” Naye akamjibu, “Mimi ndiye.”
15 ତେବେ ସେ ତାହାକୁ କହିଲା, “ମୋʼ ସଙ୍ଗେ ଗୃହକୁ ଆସ ଓ ଅନ୍ନ ଭୋଜନ କର।”
Kisha yule nabii mzee akamwambia, “twende nyumbani kwangu ukale chakula.”
16 ତହିଁରେ ସେ କହିଲା, “ମୁଁ ତୁମ୍ଭ ସଙ୍ଗେ ଫେରି ନ ପାରେ, କି ତୁମ୍ଭ ସଙ୍ଗେ ଗୃହକୁ ଯାଇ ନ ପାରେ; କିଅବା ଏହି ସ୍ଥାନରେ ତୁମ୍ଭ ସଙ୍ଗେ ମୁଁ ଅନ୍ନ ଭୋଜନ କରିବି ନାହିଁ, କି ଜଳ ପାନ କରିବି ନାହିଁ;
Yule mtu wa Mungu akamjibu, “Siwezi kurudi na wewe wala kuingia ndani na wewe, tena sitakula chakula wala kunywa maji pamoja na wewe mahali hapa,
17 କାରଣ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ମୋତେ କୁହାଯାଇଅଛି, ତୁମ୍ଭେ ସେସ୍ଥାନରେ ଅନ୍ନ ଭୋଜନ କରିବ ନାହିଁ, କି ଜଳ ପାନ କରିବ ନାହିଁ, କିଅବା ଯେଉଁ ପଥରେ ଯାଉଅଛ, ସେ ପଥରେ ଫେରି ଆସିବ ନାହିଁ।”
kwa sababu niliamuriwa hivyo kwa neno la BWANA, 'Hautakula chakula wala kunywa maji kule, wala kurudi kwa njia utakayokuja nayo.'”
18 ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।
Kwa hiyo yule nabii mzee akamwambia, “Mimi pia ni nabii kama ulivyo, na malaika amesema na mimi neno la BWANA, akisema, 'Mrudishe aje na wewe katika nyumba yako, ili aweze kula chakula na kunywa maji.'” Lakini alikuwa anamdanganya mtu wa Mungu.
19 ଏହେତୁ ସେ ତାହା ସଙ୍ଗେ ଫେରିଯାଇ ତାହା ଗୃହରେ ଅନ୍ନ ଭୋଜନ ଓ ଜଳ ପାନ କଲା।
Kwa hiyo yule mtu wa Mungu akarudi pamoja na yule nabii mzee na akala chakula nyumbani kwake na akanywa maji.
20 ଏଉତ୍ତାରେ ସେମାନେ ମେଜ ନିକଟରେ ବସିଥିବା ବେଳେ ଏପରି ହେଲା ଯେ, ଯେଉଁ ଭବିଷ୍ୟଦ୍ବକ୍ତା ତାହାକୁ ଫେରାଇ ଆଣିଥିଲା, ତାହା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା।
Walipokuwa wamekaa mezani, neno la BWANA likamjia yule nabii aliyemrudisha,
21 ଏଥିରେ ସେ ଯିହୁଦାରୁ ଆଗତ ପରମେଶ୍ୱରଙ୍କ ଲୋକକୁ ଉଚ୍ଚସ୍ୱରରେ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଅଛ, ପୁଣି, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯାହା ଆଜ୍ଞା କରିଥିଲେ, ତୁମ୍ଭେ ତାହା ପାଳନ କରି ନାହଁ;
naye akalia kwa mtu wa Mungu aliyetoka Yuda, akisema “BWANA anasema, 'Kwa kuwa umeshindwa kutii nenola BWANA na umeshindwa kuishika amri ya BWANA ambayo Mungu wako alikupa,
22 ମାତ୍ର ଫେରି ଆସିଅଛ, ପୁଣି, ଯେଉଁ ସ୍ଥାନରେ ଅନ୍ନ ଭୋଜନ ନ କର ଓ ଜଳ ପାନ ନ କର, ବୋଲି ସେ ତୁମ୍ଭକୁ କହିଥିଲେ, ‘ସେହି ସ୍ଥାନରେ ତୁମ୍ଭେ ଅନ୍ନ ଭୋଜନ କରିଅଛ ଓ ଜଳ ପାନ କରିଅଛ;’ ଏହେତୁ ତୁମ୍ଭ ଶବ ତୁମ୍ଭ ପିତୃଲୋକମାନଙ୍କ କବରରେ ପ୍ରବିଷ୍ଟ ନୋହିବ।”
bali umerudi na umekula chakula na kunywa maji mahali ambapo BWANA alikwambia usile chakula wala kunywa maji, basi mwili wako hautazikwa kwenye makaburi ya baba zako.'”
23 ଏଥିରେ ସେ ଅନ୍ନ ଭୋଜନ ଓ ଜଳ ପାନ କଲା ଉତ୍ତାରେ ତାହା ପାଇଁ, ଅର୍ଥାତ୍, ସେ ଯାହାକୁ ଫେରାଇ ଆଣିଥିଲା, ସେହି ଭବିଷ୍ୟଦ୍ବକ୍ତା ପାଇଁ ଗଧ ସଜାଇଲା।
Baada ya kula chakula na kunywa maji, Yule nabii akatandika punda wa mtu wa Mungu, yule mtu aliyerudi naye.
24 ତହୁଁ ସେ ଯାତ୍ରା କରନ୍ତେ, ପଥ ମଧ୍ୟରେ ଏକ ସିଂହ ତାହାକୁ ଭେଟି ବଧ କଲା। ପୁଣି, ପଥ ମଧ୍ୟରେ ତାହାର ଶବ ପଡ଼ି ରହିଲା ଓ ଗଧ ତାହା ନିକଟରେ ଠିଆ ହେଲା; ସିଂହ ମଧ୍ୟ ସେହି ଶବ ନିକଟରେ ଠିଆ ହେଲା।
Baada ya mtu wa Mungu kuondoka, akakutana na simba njiani na kumwua barabarani, na mwili wake uliachwa barabarani. Na yule punda akasimama pembeni yake, na yule simba naye akasimama pembeni ya ule mwili.
25 ଏଉତ୍ତାରେ ଦେଖ, ଲୋକମାନେ ଯାଉ ଯାଉ ପଥ ମଧ୍ୟରେ ଶବ ପଡ଼ିଥିବାର ଓ ଶବ ପାଖରେ ସିଂହ ଠିଆ ହୋଇଥିବାର ଦେଖିଲେ; ତହୁଁ ସେମାନେ ଆସି ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତାର ନିବାସ-ନଗରରେ ତାହା ଜଣାଇଲେ।
Watu walipopita na kuuona ule mwili umeachwa barabarani, na yule simba akisimama karibu na ule mwili, walikuja wakaeleza habari hiyo mjini kule ambako yule nabii mzee aliishi.
26 ଏଥିରେ ଯେଉଁ ଭବିଷ୍ୟଦ୍ବକ୍ତା ତାହାଙ୍କୁ ପଥରୁ ଫେରାଇ ଆଣିଥିଲା, ସେ ସେହି କଥା ଶୁଣି କହିଲା, “ଯେ ସଦାପ୍ରଭୁଙ୍କ ବାକ୍ୟର ବିରୁଦ୍ଧାଚରଣ କରିଥିଲା, ଏ ପରମେଶ୍ୱରଙ୍କ ସେହି ଲୋକ; ଏହେତୁ ତାହା ପ୍ରତି କଥିତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତାହାକୁ ସିଂହ ହସ୍ତରେ ସମର୍ପଣ କରନ୍ତେ, ସେ ତାହାକୁ ବିଦୀର୍ଣ୍ଣ କରି ବଧ କରିଅଛି।”
Yule nabii aliyemrudisha toka njiani aliposikia, akasema, “Yeye mtu wa Muugu ndiye aliyeshindwa kutii neno la BWANA. Kwa hiyo BWANA alimtoa kwa simba, ambaye amemrarua katika vipande vipande na kumwua, kama vile neno la BWANA lilivyokuwa limemwonya.”
27 ଏଣୁ ସେ ଆପଣା ପୁତ୍ରମାନଙ୍କୁ କହିଲା, “ମୋʼ ପାଇଁ ଗଧ ସଜାଅ।” ତହୁଁ ସେମାନେ ଗଧ ସଜାଇଲେ।
Kwa hiyo yule nabii mzee akawaamnbia wanawe, akisema, “Tandikeni punda wangu,” nao wakamtandikia.
28 ଏଥିରେ ସେ ଯାଇ ପଥ ମଧ୍ୟରେ ତାହାର ଶବ ପଡ଼ିଥିବାର, ପୁଣି, ଗଧ ଓ ସିଂହ ଶବ ନିକଟରେ ଠିଆ ହୋଇଥିବାର ଦେଖିଲା; ସିଂହ ଶବ ଖାଇ ନ ଥିଲା, କି ଗଧକୁ ବିଦୀର୍ଣ୍ଣ କରି ନ ଥିଲା।
Akaenda akaukuta mwili umeachwa barabarani, punda na simba wamesimama pembeni ya ule mwili. Yule simba hakuula ule mwili, wala hakumshambulia yule punda.
29 ପୁଣି, ସେ ଭବିଷ୍ୟଦ୍ବକ୍ତା ପରମେଶ୍ୱରଙ୍କ ଲୋକର ଶବ ଉଠାଇ ନେଇ ଗଧ ଉପରେ ଥୋଇ ତାହା ଫେରାଇ ଆଣିଲା; ଆଉ ସେହି ପ୍ରାଚୀନ ଭବିଷ୍ୟଦ୍ବକ୍ତା ଶୋକ କରିବା ପାଇଁ ଓ ତାହାକୁ କବର ଦେବା ପାଇଁ ଆପଣା ନଗରକୁ ଆସିଲା।
Yule nabii akauchukua ule mwili wa mtu wa Mungu, akaulaza juu ya punda, na akaurudisha. Akaja kwenye mji wake kuomboleza na kuuzika.
30 ପୁଣି, ସେ ଆପଣା କବରରେ ତାହାର ଶବ ଥୋଇଲା; ତହୁଁ ସେମାନେ, “ହାୟ, ମୋହର ଭାଇ!” ବୋଲି ତାହା ଲାଗି ବିଳାପ କଲେ।
Akaulaza mwili kwenye kaburi lake, nao wakamwombolezea, wakisema, “Aa! ndugu yangu!”
31 ଆଉ ସେ ତାହାକୁ କବର ଦେଲା ଉତ୍ତାରେ ଆପଣା ପୁତ୍ରମାନଙ୍କୁ କହିଲା, “ମୁଁ ମଲେ, ଯେଉଁ କବରରେ ପରମେଶ୍ୱରଙ୍କ ଏହି ଲୋକ କବର ପାଇଅଛି, ତହିଁରେ ମୋତେ କବର ଦେଇ ତାହାର ଅସ୍ଥି ପାଖରେ ମୋହର ଅସ୍ଥି ରଖିବ।
Kisha baada ya kumzika, yule nabii mzee akawaambia wanawe, akasema, “Nitakapokufa, mtanizika kwenye kaburi ambalo tumemzika mtu wa Mungu. Mtalaza mifupa yangu pembeni mwa mifupa yake.
32 କାରଣ ସେ ବେଥେଲ୍ସ୍ଥ ଯଜ୍ଞବେଦି ବିରୁଦ୍ଧରେ ଓ ଶମରୀୟାର ନାନା ନଗରସ୍ଥିତ ଉଚ୍ଚସ୍ଥଳୀର ସମସ୍ତ ଗୃହ ବିରୁଦ୍ଧରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଉଚ୍ଚସ୍ୱରରେ ଯାହା କହିଅଛି, ତାହା ନିଶ୍ଚୟ ସଫଳ ହେବ।”
Kwa kuwa ule ujumbe uliosemwa na BWANA, dhidi ya madhabahu kule Betheli na dhidi ya nyumba zote za mahali pa juu katika mji wa Samaria, hakika yatatokea.
33 ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
Baada ya haya Yeroboamu hakuuacha uovu wake, aliendelea kuchagua makuhani wa kawaida kwa ajili ya mahali pa juu kutoka kwa watu wa kila aina. Yeyote ambaye angeweza kutumika alimtakasa kuwa kuhani.
34 ମାତ୍ର ଏହି କାର୍ଯ୍ୟ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବା ପାଇଁ ଓ ପୃଥିବୀରୁ ଲୁପ୍ତ କରିବା ପାଇଁ ତହିଁ ପ୍ରତି ପାପର କାରଣ ହେଲା।
Jambo hili likawa dhambi kwenye familia ya Yeroboamu na kusababisha familia yake kuangamizwa na kuondolewa kabisa katika uso wa dunia.