< ପ୍ରଥମ ରାଜାବଳୀ 14 >
1 ସେହି ସମୟରେ ଯାରବୀୟାମଙ୍କର ପୁତ୍ର ଅବୀୟ ପୀଡ଼ିତ ହେଲା।
Во время оно разболеся Авиа сын Иеровоамль.
2 ତହୁଁ ଯାରବୀୟାମ ଆପଣା ଭାର୍ଯ୍ୟାକୁ କହିଲେ, “ମୁଁ ବିନୟ କରୁଅଛି, ଉଠ, ପୁଣି, ତୁମ୍ଭେ ଯାରବୀୟାମଙ୍କର ଭାର୍ଯ୍ୟା ବୋଲି ଯେପରି ଜଣା ନ ପଡ଼ିବ, ଏଥିପାଇଁ ଛଦ୍ମବେଶ ଧରି ଶୀଲୋକୁ ଯାଅ; ଦେଖ, ମୁଁ ଏହି ଲୋକଙ୍କ ଉପରେ ରାଜା ହେବି ବୋଲି ମୋʼ ବିଷୟରେ ଯେ କହିଥିଲା, ସେହି ଅହୀୟ ଭବିଷ୍ୟଦ୍ବକ୍ତା ସେଠାରେ ଅଛି।
И рече Иеровоам к жене своей: востани и измени ризы своя, да не познают, яко ты жена Иеровоамова, и иди в Силом: се бо, тамо Ахиа пророк: той глагола мне еже царствовати над людьми сими:
3 ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”
и возми в руце твои человеку Божию десять хлебов, и опресноки чадом его, и гроздие и сосуд меда, и иди к нему: той возвестит ти, что будет отрочати.
4 ଏଥିରେ ଯାରବୀୟାମଙ୍କର ଭାର୍ଯ୍ୟା ସେପରି କଲା ଓ ସେ ଉଠି ଶୀଲୋକୁ ଯାଇ ଅହୀୟର ଗୃହରେ ଉପସ୍ଥିତ ହେଲା। ସେହି ସମୟରେ ଅହୀୟ ଦେଖି ପାରୁ ନ ଥିଲା; କାରଣ ବୟସ ହେତୁରୁ ତାହାର ଚକ୍ଷୁ ସ୍ତବ୍ଧ ହୋଇଥିଲା।
И сотвори тако жена Иеровоамля: и воста и иде в Силом, и вниде в дом Ахиин: человек же стар бяше еже видети, и притупистася очи его от старости его.
5 ଏଥିମଧ୍ୟରେ ସଦାପ୍ରଭୁ ଅହୀୟଙ୍କୁ କହିଲେ, “ଦେଖ, ଯାରବୀୟାମଙ୍କର ଭାର୍ଯ୍ୟା ଆପଣା ପୁତ୍ର ବିଷୟ ପଚାରିବା ପାଇଁ ତୁମ୍ଭ ନିକଟକୁ ଆସୁଅଛି; କାରଣ ସେ ପୀଡ଼ିତ ଅଛି; ତାହାକୁ ତୁମ୍ଭେ ଏପରି ଏପରି କହିବ; କାରଣ ସେ ଆସିବା ବେଳେ ଆପଣାକୁ ଅନ୍ୟ ସ୍ତ୍ରୀ ପରି ଦେଖାଇବ।”
И рече Господь ко Ахии: се, жена Иеровоамова входит вопрошати тя о сыне своем, яко болезнует: по сему и по сему да глаголеши к ней. И бысть внегда внити ей, и она странноявляшеся.
6 ଆଉ ସେ ଦ୍ୱାର ଦେଇ ଆସିବା ବେଳେ ଏପରି ହେଲା ଯେ, ଅହୀୟ ତାହାର ପାଦ-ଶବ୍ଦ ଶୁଣି କହିଲା, “ହେ ଯାରବୀୟାମଙ୍କର ଭାର୍ଯ୍ୟା, ତୁମ୍ଭେ ଭିତରକୁ ଆସ; କାହିଁକି ତୁମ୍ଭେ ଆପଣାକୁ ଅନ୍ୟ ପରି ଦେଖାଉଅଛ? ମୁଁ ଦୁଃସହନୀୟ ସମ୍ବାଦ ଦେବା ପାଇଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି।
И бысть егда услыша Ахиа шум ног ея, входящей ей во врата, и рече: вниди, жено Иеровоамова, почто ты тако странноявляешися? Аз бо есмь посланник к тебе жесток:
7 ତୁମ୍ଭେ ଯାଇ ଯାରବୀୟାମକୁ କୁହ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଆମ୍ଭେ ଲୋକମାନଙ୍କ ମଧ୍ୟରୁ ତୁମ୍ଭକୁ ଉନ୍ନତ କରି ଆମ୍ଭ ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ;
шедши рцы Иеровоаму: сия глаголет Господь Бог Израилев: понеже толико вознесох тя от среды людий, и дах тя вожда над людьми Моими Израилем,
8 ଓ ଦାଉଦ-ବଂଶଠାରୁ ରାଜ୍ୟ ଚିରି ନେଇ ତୁମ୍ଭକୁ ଦେଲୁ; ତଥାପି ଆମ୍ଭ ଦାସ ଦାଉଦ, ଯେ ଆମ୍ଭ ଆଜ୍ଞାସବୁ ପାଳନ କଲା ଓ ଆମ୍ଭ ଦୃଷ୍ଟିରେ ଯାହା ଭଲ, କେବଳ ତାହା କରିବା ପାଇଁ ଆପଣା ସର୍ବାନ୍ତଃକରଣ ସହିତ ଆମ୍ଭର ଅନୁଗତ ହେଲା, ତାହା ପରି ତୁମ୍ଭେ ହୋଇ ନାହଁ;
и раздрах царство от дому Давидова, и дах е тебе, ты же не был еси якоже раб Мой Давид, иже сохрани заповеди Моя, и иже хождаше вслед Мене всем сердцем своим, еже творити всякую правоту пред очима Моима,
9 ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
и излукавствовал еси, еже творити паче всех елицы быша пред лицем твоим, и пошел еси и сотворил еси себе боги чужды и слияны, еже раздражити Мя, и отвергл Мя еси назад себе:
10 ଏହେତୁ ଦେଖ, ଆମ୍ଭେ ଯାରବୀୟାମ-ବଂଶ ପ୍ରତି ଅମଙ୍ଗଳ ଘଟାଇବା, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଯାରବୀୟାମଠାରୁ ଲୋପ କରିବା ଓ ଯେପରି କୌଣସି ମନୁଷ୍ୟ ମଇଳା ସମ୍ପୂର୍ଣ୍ଣ ଯିବା ପର୍ଯ୍ୟନ୍ତ ଝାଡୁ କରେ, ସେପରି ଆମ୍ଭେ ଯାରବୀୟାମ ଗୃହକୁ ନିଃଶେଷରେ ବିନାଶ କରିବା।
сего ради се, Аз навожду злая на дом Иеровоамов, и потреблю Иеровоамля мочащаго к стене, держащагося и оставленаго во Израили, и истреблю дом Иеровоамов, якоже истребляется гной, дондеже скончатися ему:
11 ଯାରବୀୟାମର କେହି ନଗରରେ ମଲେ, କୁକ୍କୁରମାନେ ତାକୁ ଖାଇବେ ଓ କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାକୁ ଖାଇବେ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।’
умерших Иеровоамлих во граде снедят пси, и умершаго на селе снедят птицы небесныя, яко Господь глагола:
12 ଏନିମନ୍ତେ ତୁମ୍ଭେ ଉଠି ଆପଣା ଗୃହକୁ ଯାଅ; ନଗରରେ ତୁମ୍ଭ ପାଦ ପଡ଼ିଲା କ୍ଷଣେ ବାଳକ ମରିବ।
ты же воставши иди в дом твой: внегда входити ногама твоима во град, умрет детищь,
13 ପୁଣି, ତାହା ନିମନ୍ତେ ସମୁଦାୟ ଇସ୍ରାଏଲ ଶୋକ କରି ତାହାକୁ କବର ଦେବେ; ମାତ୍ର ଯାରବୀୟାମ ସମ୍ପର୍କୀୟର କେବଳ ସେ ହିଁ କବର ପାଇବ; କାରଣ ଯାରବୀୟାମ-ବଂଶ ମଧ୍ୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ତାହାରିଠାରେ କିଛି ସଦ୍ଭାବ ଦେଖାଯାଇଅଛି।
и восплачется по нем весь Израиль, и погребут его, яко той един внидет Иеровоаму во гроб, яко обретеся в нем глагол благ о Господе Бозе Израилеве в дому Иеровоамли:
14 ଆହୁରି ସଦାପ୍ରଭୁ ଆପଣା ପାଇଁ ଇସ୍ରାଏଲ ଉପରେ ଏକ ରାଜା ଉତ୍ପନ୍ନ କରିବେ, ସେ ସେହି ଦିନ ଯାରବୀୟାମ-ବଂଶକୁ ଉଚ୍ଛିନ୍ନ କରିବ; ମାତ୍ର କଅଣ? ଏବେ ତାହା ଘଟିବ।
и возставит Господь Себе царя над Израилем, иже поразит дом Иеровоамов в сей день: а что, и ныне?
15 କାରଣ ସଦାପ୍ରଭୁ ଜଳରେ ହଲିଲା ନଳ ପରି ଇସ୍ରାଏଲକୁ ଆଘାତ କରିବେ; ପୁଣି, ସେମାନଙ୍କ ପୂର୍ବପୁରୁଷମାନଙ୍କୁ ଏହି ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁରୁ ଇସ୍ରାଏଲକୁ ଉତ୍ପାଟନ କରି ନଦୀ ସେପାରିରେ ସେମାନଙ୍କୁ ଛିନ୍ନଭିନ୍ନ କରିବେ; ଯେହେତୁ ସେମାନେ ଆପଣାମାନଙ୍କର ଆଶେରା ମୂର୍ତ୍ତିମାନ ନିର୍ମାଣ କରି ସଦାପ୍ରଭୁଙ୍କୁ ବିରକ୍ତ କରିଅଛନ୍ତି।
И поразит Господь Бог Израиля, якоже колеблется трость на воде: и истребит Израиля свыше земли благия сея, юже даде отцем их, и завеет их за ону страну реки, понеже сотвориша дубравы своя, прогневляюще Господа,
16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହି ସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।”
и предаст Господь Израиля за грехи Иеровоамли, иже согреши и иже во грех введе Израиля.
17 ଏଉତ୍ତାରେ ଯାରବୀୟାମଙ୍କର ଭାର୍ଯ୍ୟା ଉଠି ଚାଲିଗଲା ଓ ତିର୍ସାରେ ଉପସ୍ଥିତ ହେଲା; ଆଉ ସେ ଗୃହର ଦ୍ୱାରବନ୍ଧ ନିକଟରେ ପହଞ୍ଚିଲା କ୍ଷଣେ ବାଳକ ମଲା।
И воста жена Иеровоамля и прииде во Сариру. И бысть егда вниде в преддверие дому, и детищь умре.
18 ତହିଁରେ ସଦାପ୍ରଭୁ ଆପଣା ଦାସ ଅହୀୟ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା ଯେପରି କହିଥିଲେ, ତଦନୁସାରେ ସମସ୍ତ ଇସ୍ରାଏଲ ତାହାକୁ କବର ଦେଲେ ଓ ତାହା ପାଇଁ ଶୋକ କଲେ।
И погребоша его, и плакашася его весь Израиль по словеси Господню, еже глагола рукою раба Своего Ахии пророка.
19 ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ସେ କିପରି ଯୁଦ୍ଧ କଲେ ଓ କିପରି ରାଜ୍ୟ କଲେ, ଦେଖ, ଏସବୁ ଇସ୍ରାଏଲୀୟ ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖାଅଛି।
И останок словес Иеровоамовых, елика ратоваше и елика царствоваше, се, сия написана в книзе словес дний царей Израилевых.
20 ପୁଣି, ଯାରବୀୟାମଙ୍କର ରାଜତ୍ୱକାଳ ବାଇଶ ବର୍ଷ; ତହିଁ ଉତ୍ତାରେ ସେ ମୃତ୍ୟୁବରଣ କଲା ପରେ ଆପଣା ପିତୃଗଣ ସହିତ କବର ପାଇଲେ ଓ ତାଙ୍କର ପୁତ୍ର ନାଦବ୍ ତାଙ୍କର ପଦରେ ରାଜ୍ୟ କଲେ।
И дние, в нихже царствова Иеровоам, двадесять два лета: и успе со отцы своими, и воцарися Нават сын его вместо его.
21 ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ।
Ровоам же сын Соломонов царствова над Иудою: бе четыредесяти и единаго лета, егда нача царствовати, и седмьнадесять лет царствова во Иерусалиме граде, егоже избра Господь положити имя Свое тамо от всех племен Израилевых. И имя матере его Наама Амманитяныня.
22 ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।
И сотвори Ровоам лукавое пред Господем: и раздражи Его о всех, яже сотвориша отцы их, о гресех их, имиже согрешиша:
23 କାରଣ ସେମାନେ ମଧ୍ୟ ପ୍ରତ୍ୟେକ ଉଚ୍ଚ ପର୍ବତରେ ଓ ପ୍ରତ୍ୟେକ ହରିଦ୍ବର୍ଣ୍ଣ ବୃକ୍ଷ ମୂଳେ ଆପଣାମାନଙ୍କ ପାଇଁ ଉଚ୍ଚସ୍ଥଳୀ, ସ୍ତମ୍ଭ ଓ ଆଶେରା ମୂର୍ତ୍ତିମାନ ନିର୍ମାଣ କଲେ;
и создаша сии себе высокая, и столпы, и капища на всяцем холме высоцем и под всяцем древом сеновным:
24 ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।
и смешение бе в земли их, и сотвориша от всех мерзостей языческих, яже отя Господь от лица сынов Израилевых.
25 ଆଉ ରିହବୀୟାମ ରାଜାଙ୍କର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
И бысть в лето пятое царствующаго Ровоама, взыде Сусаким царь Египетский на Иерусалим
26 ପୁଣି, ସେ ସଦାପ୍ରଭୁଙ୍କ ଗୃହର ଧନ ଓ ରାଜଗୃହର ଧନ ନେଇଗଲା; ସେ ସମସ୍ତ ପଦାର୍ଥ ନେଇଗଲା; ଆହୁରି ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲ ନେଇଗଲା।
и взя вся сокровища дому Господня и сокровища дому царева, и копия златая, яже взя Давид из руки отроков Адраазара царя Сувскаго и внесе я во Иерусалим: вся сия взя, и щиты златыя, яже сотвори Соломон, и внесе я во Египет.
27 ଏଥିରେ ରିହବୀୟାମ ରାଜା ସେସବୁର ବଦଳେ ପିତ୍ତଳ-ଢାଲ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।
И сотвори царь Ровоам щиты медяныя вместо тех, и постави над ними властели от предходящих пред ним, иже храняху врата дому царева:
28 ପୁଣି, ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ତାହା ନେଇଗଲେ, ଆଉ ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।
и бысть егда вхождаше царь в дом Господень, и ношаху оныя предходящии, и паки возвращаху тыя во оружехранилище предходящих.
29 ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?
Прочая же словес Ровоамлих, и вся яже сотвори, не се ли, сия писана суть в книзе словес дний царства Иудина?
30 ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା।
И брань бе между Ровоамом и между Иеровоамом во вся дни.
31 ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।
И успе Ровоам со отцы своими, и погребен бысть со отцы своими во граде Давидове. И воцарися Авиа сын его вместо его.