< ପ୍ରଥମ ରାଜାବଳୀ 15 >
1 ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।
And in the eighteenth year of king Jeroboam son of Nebat, reigned hath Abijam over Judah;
2 ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
three years he hath reigned in Jerusalem, and the name of his mother [is] Maachah daughter of Abishalom;
3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
and he walketh in all the sins of his father, that he did before him, and his heart hath not been perfect with Jehovah his God, as the heart of David his father;
4 ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
but for David's sake hath Jehovah his God given to him a lamp in Jerusalem, to raise up his son after him, and to establish Jerusalem,
5 କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
in that David did that which [is] right in the eyes of Jehovah, and turned not aside from all that He commanded him all days of his life — only in the matter of Uriah the Hittite;
6 ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
and war hath been between Rehoboam and Jeroboam all the days of his life.
7 ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
And the rest of the matters of Abijam, and all that he did, are they not written on the book of the Chronicles of the kings of Judah? And war hath been between Abijam and Jeroboam;
8 ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
and Abijam lieth with his fathers, and they bury him in the city of David, and reign doth Asa his son in his stead.
9 ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
And in the twentieth year of Jeroboam king of Israel reigned hath Asa over Judah,
10 ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
and forty and one years he hath reigned in Jerusalem, and the name of his mother [is] Maachah daughter of Abishalom.
11 ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
And Asa doth that which [is] right in the eyes of Jehovah, like David his father,
12 ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
and removeth the whoremongers out of the land, and turneth aside all the idols that his fathers made;
13 ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
and also Maachah his mother — he turneth her aside from being mistress, in that she made a horrible thing for a shrine, and Asa cutteth down her horrible thing, and burneth [it] by the brook Kidron;
14 ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
and the high places have not turned aside; only, the heart of Asa hath been perfect with Jehovah all his days,
15 ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
and he bringeth in the sanctified things of his father, and his own sanctified things, to the house of Jehovah, silver, and gold, and vessels.
16 ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
And war hath been between Asa and Baasha king of Israel all their days,
17 ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
and Baasha king of Israel goeth up against Judah, and buildeth Ramah, not to permit any one going out and coming in to Asa king of Judah.
18 ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍ହଦଦ୍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
And Asa taketh all the silver and the gold that are left in the treasures of the house of Jehovah, and the treasures of the house of the king, and giveth them into the hand of his servants, and king Asa sendeth them unto Ben-Hadad, son of Tabrimmon, son of Hezion king of Aram, who is dwelling in Damascus, saying,
19 “ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
'A covenant [is] between me and thee, between my father and thy father; lo, I have sent to thee a reward of silver and gold; go, break thy covenant with Baasha king of Israel, and he goeth up from off me.'
20 ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍, ଦାନ୍, ଆବେଲ୍-ବେଥ୍-ମାଖା, ସମୁଦାୟ କିନ୍ନେରତ୍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
And Ben-Hadad hearkeneth unto king Asa, and sendeth the heads of the forces that he hath against cities of Israel, and smiteth Ijon, and Dan, and Abel-Beth-Maachah, and all Chinneroth, besides all the land of Naphtali;
21 ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
and it cometh to pass at Baasha's hearing, that he ceaseth from building Ramah, and dwelleth in Tirzah.
22 ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
And king Asa hath summoned all Judah — there is none exempt — and they lift up the stones of Ramah, and its wood, that Baasha hath built, and king Asa buildeth with them Geba of Benjamin, and Mizpah.
23 ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
And the rest of all the matters of Asa, and all his might, and all that he did, and the cities that he built, are they not written on the book of the Chronicles of the kings of Judah? Only, at the time of his old age he was diseased in his feet;
24 ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍ ତାହାଙ୍କ ପଦରେ ରାଜ୍ୟ କଲେ।
and Asa lieth with his fathers, and is buried with his fathers in the city of David his father, and Jehoshaphat his son reigneth in his stead.
25 ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
And Nadab son of Jeroboam hath reigned over Israel, in the second year of Asa king of Judah, and he reigneth over Israel two years,
26 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
and doth the evil thing in the eyes of Jehovah, and goeth in the way of his father, and in his sin that he made Israel to sin.
27 ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
And conspire against him doth Baasha son of Ahijah, of the house of Issachar, and Baasha smiteth him in Gibbethon, which [is] to the Philistines — and Nadab and all Israel are laying siege against Gibbethon —
28 ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
yea, Baasha putteth him to death in the third year of Asa king of Judah, and reigneth in his stead.
29 ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
And it cometh to pass, at his reigning, he hath smitten the whole house of Jeroboam, he hath not left any breathing to Jeroboam till his destroying him, according to the word of Jehovah, that He spake by the hand of His servant Ahijah the Shilonite,
30 କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
because of the sins of Jeroboam that he sinned, and that he caused Israel to sin, by his provocation with which he provoked to anger Jehovah, God of Israel.
31 ଏହି ନାଦବ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
And the rest of the matters of Nadab, and all that he did, are they not written on the book of the Chronicles of the kings of Israel?
32 ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
And war hath been between Asa and Baasha king of Israel all their days.
33 ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।
In the third year of Asa king of Judah reigned hath Baasha son of Ahijah over all Israel in Tirzah, twenty and four years,
34 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।
and he doth the evil thing in the eyes of Jehovah, and walketh in the way of Jeroboam, and in his sin that he caused Israel to sin.