< ପ୍ରଥମ ରାଜାବଳୀ 15 >

1 ନବାଟର ପୁତ୍ର ଯାରବୀୟାମ ରାଜାଙ୍କର ରାଜତ୍ଵର ଅଠର ବର୍ଷରେ ଅବୀୟାମ ଯିହୁଦା ଉପରେ ରାଜତ୍ୱ କରିବାକୁ ଲାଗିଲେ।
καὶ ἐν τῷ ὀκτωκαιδεκάτῳ ἔτει βασιλεύοντος Ιεροβοαμ υἱοῦ Ναβατ βασιλεύει Αβιου υἱὸς Ροβοαμ ἐπὶ Ιουδα
2 ସେ ଯିରୂଶାଲମରେ ତିନି ବର୍ଷ ରାଜତ୍ୱ କଲେ ଓ ତାଙ୍କର ମାତାର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
καὶ ἓξ ἔτη ἐβασίλευσεν καὶ ὄνομα τῆς μητρὸς αὐτοῦ Μααχα θυγάτηρ Αβεσσαλωμ
3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
καὶ ἐπορεύθη ἐν ταῖς ἁμαρτίαις τοῦ πατρὸς αὐτοῦ αἷς ἐποίησεν ἐνώπιον αὐτοῦ καὶ οὐκ ἦν ἡ καρδία αὐτοῦ τελεία μετὰ κυρίου θεοῦ αὐτοῦ ὡς ἡ καρδία Δαυιδ τοῦ πατρὸς αὐτοῦ
4 ତଥାପି ଦାଉଦଙ୍କ ସକାଶୁ ତାଙ୍କ ଉତ୍ତାରେ ତାଙ୍କର ପୁତ୍ରକୁ ସ୍ଥାପନ କରିବା ପାଇଁ ଓ ଯିରୂଶାଲମକୁ ସୁସ୍ଥିର କରିବା ପାଇଁ ସଦାପ୍ରଭୁ ତାଙ୍କର ପରମେଶ୍ୱର ଯିରୂଶାଲମରେ ତାଙ୍କୁ ଏକ ପ୍ରଦୀପ ଦେଲେ।
ὅτι διὰ Δαυιδ ἔδωκεν αὐτῷ κύριος κατάλειμμα ἵνα στήσῃ τέκνα αὐτοῦ μετ’ αὐτὸν καὶ στήσῃ τὴν Ιερουσαλημ
5 କାରଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା ଦାଉଦ କରିଥିଲେ ଓ କେବଳ ହିତ୍ତୀୟ ଊରୀୟର କଥା ଛଡ଼ା ଆଉ କୌଣସି ବିଷୟରେ ସେ ଆପଣାର ଯାବଜ୍ଜୀବନ ତାହାଙ୍କର ଦତ୍ତ ଆଜ୍ଞାରୁ ବିମୁଖ ହୋଇ ନ ଥିଲେ।
ὡς ἐποίησεν Δαυιδ τὸ εὐθὲς ἐνώπιον κυρίου οὐκ ἐξέκλινεν ἀπὸ πάντων ὧν ἐνετείλατο αὐτῷ πάσας τὰς ἡμέρας τῆς ζωῆς αὐτοῦ
6 ଆଉ ଯାରବୀୟାମଙ୍କର ଯାବଜ୍ଜୀବନ ତାଙ୍କର ଓ ରିହବୀୟାମଙ୍କର ମଧ୍ୟରେ ଯୁଦ୍ଧ ଚାଲିଲା।
7 ପୁଣି, ଅବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କି ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ? ଆଉ ଅବୀୟାମ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଥିଲା।
καὶ τὰ λοιπὰ τῶν λόγων Αβιου καὶ πάντα ἃ ἐποίησεν οὐκ ἰδοὺ ταῦτα γεγραμμένα ἐπὶ βιβλίῳ λόγων τῶν ἡμερῶν τοῖς βασιλεῦσιν Ιουδα καὶ πόλεμος ἦν ἀνὰ μέσον Αβιου καὶ ἀνὰ μέσον Ιεροβοαμ
8 ପୁଣି, ଅବୀୟାମଙ୍କ ମୃତ୍ୟୁ ପରେ, ଲୋକମାନେ ତାହାଙ୍କୁ ଦାଉଦ-ନଗରରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆସା ତାହାଙ୍କ ପଦରେ ରାଜ୍ୟ କଲେ।
καὶ ἐκοιμήθη Αβιου μετὰ τῶν πατέρων αὐτοῦ ἐν τῷ εἰκοστῷ καὶ τετάρτῳ ἔτει τοῦ Ιεροβοαμ καὶ θάπτεται μετὰ τῶν πατέρων αὐτοῦ ἐν πόλει Δαυιδ καὶ βασιλεύει Ασα υἱὸς αὐτοῦ ἀντ’ αὐτοῦ
9 ଇସ୍ରାଏଲର ରାଜା ଯାରବୀୟାମଙ୍କର ରାଜତ୍ଵର କୋଡ଼ିଏ ବର୍ଷରେ ଆସା ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
ἐν τῷ ἐνιαυτῷ τῷ τετάρτῳ καὶ εἰκοστῷ τοῦ Ιεροβοαμ βασιλέως Ισραηλ βασιλεύει Ασα ἐπὶ Ιουδαν
10 ସେ ଯିରୂଶାଲମରେ ଏକଚାଳିଶ ବର୍ଷ ରାଜତ୍ୱ କଲେ, ଆଉ ତାଙ୍କର ମାତାମହୀର ନାମ ମାଖା, ସେ ଅବଶାଲୋମର କନ୍ୟା ଥିଲା।
καὶ τεσσαράκοντα καὶ ἓν ἔτος ἐβασίλευσεν ἐν Ιερουσαλημ καὶ ὄνομα τῆς μητρὸς αὐτοῦ Ανα θυγάτηρ Αβεσσαλωμ
11 ପୁଣି, ଆସା ଆପଣା ପୂର୍ବପୁରୁଷ ଦାଉଦଙ୍କର ନ୍ୟାୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ।
καὶ ἐποίησεν Ασα τὸ εὐθὲς ἐνώπιον κυρίου ὡς Δαυιδ ὁ πατὴρ αὐτοῦ
12 ଆଉ ସେ ଦେଶରୁ ସଦୋମୀମାନଙ୍କୁ ତଡ଼ିଦେଲେ ଓ ଆପଣା ପିତୃଗଣ ନିର୍ମିତ ଦେବତା ସମସ୍ତ ଦୂର କରିଦେଲେ।
καὶ ἀφεῖλεν τὰς τελετὰς ἀπὸ τῆς γῆς καὶ ἐξαπέστειλεν πάντα τὰ ἐπιτηδεύματα ἃ ἐποίησαν οἱ πατέρες αὐτοῦ
13 ମଧ୍ୟ ଆପଣା ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ଦେଲେ।
καὶ τὴν Ανα τὴν μητέρα αὐτοῦ μετέστησεν τοῦ μὴ εἶναι ἡγουμένην καθὼς ἐποίησεν σύνοδον ἐν τῷ ἄλσει αὐτῆς καὶ ἐξέκοψεν Ασα τὰς καταδύσεις αὐτῆς καὶ ἐνέπρησεν πυρὶ ἐν τῷ χειμάρρῳ Κεδρων
14 ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
τὰ δὲ ὑψηλὰ οὐκ ἐξῆρεν πλὴν ἡ καρδία Ασα ἦν τελεία μετὰ κυρίου πάσας τὰς ἡμέρας αὐτοῦ
15 ପୁଣି, ସେ ଆପଣା ପିତାଙ୍କର ପ୍ରତିଷ୍ଠିତ, ଆପଣାର ପ୍ରତିଷ୍ଠିତ ରୂପା, ସୁନା ଓ ପାତ୍ରସବୁ ସଦାପ୍ରଭୁଙ୍କ ଗୃହକୁ ଆଣିଲେ।
καὶ εἰσήνεγκεν τοὺς κίονας τοῦ πατρὸς αὐτοῦ καὶ τοὺς κίονας αὐτοῦ εἰσήνεγκεν εἰς τὸν οἶκον κυρίου ἀργυροῦς καὶ χρυσοῦς καὶ σκεύη
16 ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କ ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
καὶ πόλεμος ἦν ἀνὰ μέσον Ασα καὶ ἀνὰ μέσον Βαασα βασιλέως Ισραηλ πάσας τὰς ἡμέρας
17 ଆଉ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
καὶ ἀνέβη Βαασα βασιλεὺς Ισραηλ ἐπὶ Ιουδαν καὶ ᾠκοδόμησεν τὴν Ραμα τοῦ μὴ εἶναι ἐκπορευόμενον καὶ εἰσπορευόμενον τῷ Ασα βασιλεῖ Ιουδα
18 ତହିଁରେ ଆସା ସଦାପ୍ରଭୁଙ୍କ ଗୃହର ଭଣ୍ଡାରରୁ, ରାଜଗୃହର ଭଣ୍ଡାରରୁ ଅବଶିଷ୍ଟ ସବୁ ରୂପା ଓ ସୁନା ନେଇ ଆପଣା ଦାସମାନଙ୍କ ହସ୍ତରେ ସମର୍ପଣ କଲେ ଓ ଆସା ରାଜା ହିଷୀୟୋଣର ପୌତ୍ର ଟବ୍ରିମ୍ମୋଣର ପୁତ୍ର ବିନ୍‍ହଦଦ୍‍ ନାମକ ଦମ୍ମେଶକ ନିବାସୀ ଅରାମୀୟ ରାଜା ନିକଟକୁ ସେମାନଙ୍କୁ ପଠାଇ ଏହି କଥା କହିଲେ,
καὶ ἔλαβεν Ασα τὸ ἀργύριον καὶ τὸ χρυσίον τὸ εὑρεθὲν ἐν τοῖς θησαυροῖς τοῦ οἴκου τοῦ βασιλέως καὶ ἔδωκεν αὐτὰ εἰς χεῖρας παίδων αὐτοῦ καὶ ἐξαπέστειλεν αὐτοὺς ὁ βασιλεὺς Ασα πρὸς υἱὸν Αδερ υἱὸν Ταβερεμμαν υἱοῦ Αζιν βασιλέως Συρίας τοῦ κατοικοῦντος ἐν Δαμασκῷ λέγων
19 “ମୋର ଓ ତୁମ୍ଭ ମଧ୍ୟରେ, ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ନିୟମ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନାର ଭେଟି ପଠାଇଲି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
διάθου διαθήκην ἀνὰ μέσον ἐμοῦ καὶ ἀνὰ μέσον σοῦ καὶ ἀνὰ μέσον τοῦ πατρός μου καὶ τοῦ πατρός σου ἰδοὺ ἐξαπέσταλκά σοι δῶρα ἀργύριον καὶ χρυσίον δεῦρο διασκέδασον τὴν διαθήκην σου τὴν πρὸς Βαασα βασιλέα Ισραηλ καὶ ἀναβήσεται ἀπ’ ἐμοῦ
20 ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲର ନାନା ନଗର ବିରୁଦ୍ଧରେ ପଠାଇ ଇୟୋନ୍‍, ଦାନ୍, ଆବେଲ୍‍-ବେଥ୍-ମାଖା, ସମୁଦାୟ କିନ୍ନେରତ୍‍ ଓ ନପ୍ତାଲିର ସମସ୍ତ ଦେଶ ପରାସ୍ତ କଲା।
καὶ ἤκουσεν υἱὸς Αδερ τοῦ βασιλέως Ασα καὶ ἀπέστειλεν τοὺς ἄρχοντας τῶν δυνάμεων τῶν αὐτοῦ ταῖς πόλεσιν τοῦ Ισραηλ καὶ ἐπάταξεν τὴν Αιν καὶ τὴν Δαν καὶ τὴν Αβελμαα καὶ πᾶσαν τὴν Χεζραθ ἕως πάσης τῆς γῆς Νεφθαλι
21 ତହୁଁ ବାଶା ଏହି କଥା ଶୁଣି ରାମା ଦୃଢ଼କରଣରୁ କ୍ଷାନ୍ତ ହୋଇ ତିର୍ସାରେ ବାସ କଲେ।
καὶ ἐγένετο ὡς ἤκουσεν Βαασα καὶ διέλιπεν τοῦ οἰκοδομεῖν τὴν Ραμα καὶ ἀνέστρεψεν εἰς Θερσα
22 ତେବେ ଆସା ରାଜା ସମୁଦାୟ ଯିହୁଦା ନିକଟରେ ଘୋଷଣା କଲେ; କାହାକୁ ହିଁ ଛାଡ଼ିଲେ ନାହିଁ; ତହୁଁ ବାଶା ଯେଉଁ ପ୍ରସ୍ତର ଓ କାଷ୍ଠ ନେଇ ରାମା ନଗର ନିର୍ମାଣ କରିଥିଲେ, ତାହାସବୁ ସେମାନେ ବହି ନେଇଗଲେ। ତହିଁରେ ଆସା ରାଜା ବିନ୍ୟାମୀନ୍‍ର ଗେବା ଓ ମିସ୍ପା ନଗର ଦୃଢ଼ କଲେ।
καὶ ὁ βασιλεὺς Ασα παρήγγειλεν παντὶ Ιουδα εἰς Αινακιμ καὶ αἴρουσιν τοὺς λίθους τῆς Ραμα καὶ τὰ ξύλα αὐτῆς ἃ ᾠκοδόμησεν Βαασα καὶ ᾠκοδόμησεν ἐν αὐτοῖς ὁ βασιλεὺς Ασα πᾶν βουνὸν Βενιαμιν καὶ τὴν σκοπιάν
23 ଏହି ଆସାଙ୍କର ଅବଶିଷ୍ଟ ସମସ୍ତ ବୃତ୍ତାନ୍ତ ଓ ତାଙ୍କର ସମସ୍ତ ପରାକ୍ରମ ଓ ସମସ୍ତ କ୍ରିୟା, ପୁଣି, ଯେ ଯେ ନଗର ସେ ଦୃଢ଼ କରିଥିଲେ, ସେହି ସବୁ କଥା କି ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? ମାତ୍ର ବୃଦ୍ଧାବସ୍ଥାରେ ତାଙ୍କର ପାଦରେ ରୋଗ ହୋଇଥିଲା।
καὶ τὰ λοιπὰ τῶν λόγων Ασα καὶ πᾶσα ἡ δυναστεία αὐτοῦ ἣν ἐποίησεν οὐκ ἰδοὺ ταῦτα γεγραμμένα ἐστὶν ἐπὶ βιβλίῳ λόγων τῶν ἡμερῶν τοῖς βασιλεῦσιν Ιουδα πλὴν ἐν τῷ καιρῷ τοῦ γήρως αὐτοῦ ἐπόνεσεν τοὺς πόδας αὐτοῦ
24 ଏଥିଉତ୍ତାରେ ଆସାଙ୍କ ମୃତ୍ୟୁ ପରେ, ସେ ଆପଣା ପିତା ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ, ପୁଣି, ତାଙ୍କର ପୁତ୍ର ଯିହୋଶାଫଟ୍‍ ତାହାଙ୍କ ପଦରେ ରାଜ୍ୟ କଲେ।
καὶ ἐκοιμήθη Ασα καὶ θάπτεται μετὰ τῶν πατέρων αὐτοῦ ἐν πόλει Δαυιδ καὶ βασιλεύει Ιωσαφατ υἱὸς αὐτοῦ ἀντ’ αὐτοῦ
25 ଯିହୁଦାର ଆସା ରାଜାଙ୍କର ରାଜତ୍ଵର ଦ୍ୱିତୀୟ ବର୍ଷରେ ଯାରବୀୟାମଙ୍କର ପୁତ୍ର ନାଦବ୍‍ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
καὶ Ναδαβ υἱὸς Ιεροβοαμ βασιλεύει ἐπὶ Ισραηλ ἐν ἔτει δευτέρῳ τοῦ Ασα βασιλέως Ιουδα καὶ ἐβασίλευσεν ἐπὶ Ισραηλ ἔτη δύο
26 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଆପଣା ପିତାଙ୍କର ପଥରେ ଓ ତାଙ୍କର ପିତା ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ସେହି ପାପରେ ଚାଲିଲେ।
καὶ ἐποίησεν τὸ πονηρὸν ἐνώπιον κυρίου καὶ ἐπορεύθη ἐν ὁδῷ τοῦ πατρὸς αὐτοῦ καὶ ἐν ταῖς ἁμαρτίαις αὐτοῦ αἷς ἐξήμαρτεν τὸν Ισραηλ
27 ଏଥିଉତ୍ତାରେ ଇଷାଖର ବଂଶୀୟ ଅହୀୟର ପୁତ୍ର ବାଶା ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ପୁଣି, ବାଶା ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ନଗର ନିକଟରେ ତାଙ୍କୁ ବଧ କଲେ; କାରଣ ନାଦବ୍‍ ଓ ସମସ୍ତ ଇସ୍ରାଏଲ ସେସମୟରେ ଗିବ୍ବଥୋନ ଅବରୋଧ କରୁଥିଲେ।
καὶ περιεκάθισεν αὐτὸν Βαασα υἱὸς Αχια ἐπὶ τὸν οἶκον Βελααν καὶ ἐπάταξεν αὐτὸν ἐν Γαβαθων τῇ τῶν ἀλλοφύλων καὶ Ναδαβ καὶ πᾶς Ισραηλ περιεκάθητο ἐπὶ Γαβαθων
28 ଯିହୁଦାର ଆସା ରାଜାଙ୍କ ରାଜତ୍ଵର ତୃତୀୟ ବର୍ଷରେ ବାଶା ନାଦବ୍‍କୁ ବଧ କରି ତାଙ୍କ ପଦରେ ରାଜ୍ୟ କଲେ।
καὶ ἐθανάτωσεν αὐτὸν Βαασα ἐν ἔτει τρίτῳ τοῦ Ασα υἱοῦ Αβιου βασιλέως Ιουδα καὶ ἐβασίλευσεν
29 ପୁଣି, ସେ ରାଜା ହେବାକ୍ଷଣେ ଯାରବୀୟାମଙ୍କର ସମୁଦାୟ ବଂଶକୁ ଉଚ୍ଛିନ୍ନ କଲେ; ସଦାପ୍ରଭୁ ଆପଣା ଦାସ ଶୀଲୋନୀୟ ଅହୀୟ ହସ୍ତରେ ଯେଉଁ କଥା କହିଥିଲେ, ତଦନୁସାରେ ବାଶା ଯାରବୀୟାମଙ୍କର ଏକ ପ୍ରାଣୀକୁ ହିଁ ଅବଶିଷ୍ଟ ରଖିଲେ ନାହିଁ, ସମସ୍ତଙ୍କୁ ସଂହାର କଲେ।
καὶ ἐγένετο ὡς ἐβασίλευσεν καὶ ἐπάταξεν τὸν οἶκον Ιεροβοαμ καὶ οὐχ ὑπελίπετο πᾶσαν πνοὴν τοῦ Ιεροβοαμ ἕως τοῦ ἐξολεθρεῦσαι αὐτὸν κατὰ τὸ ῥῆμα κυρίου ὃ ἐλάλησεν ἐν χειρὶ δούλου αὐτοῦ Αχια τοῦ Σηλωνίτου
30 କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।
περὶ τῶν ἁμαρτιῶν Ιεροβοαμ ὡς ἐξήμαρτεν τὸν Ισραηλ καὶ ἐν τῷ παροργισμῷ αὐτοῦ ᾧ παρώργισεν τὸν κύριον θεὸν τοῦ Ισραηλ
31 ଏହି ନାଦବ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
καὶ τὰ λοιπὰ τῶν λόγων Ναδαβ καὶ πάντα ἃ ἐποίησεν οὐκ ἰδοὺ ταῦτα γεγραμμένα ἐστὶν ἐν βιβλίῳ λόγων τῶν ἡμερῶν τοῖς βασιλεῦσιν Ισραηλ
32 ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।
33 ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।
καὶ ἐν τῷ ἔτει τῷ τρίτῳ τοῦ Ασα βασιλέως Ιουδα βασιλεύει Βαασα υἱὸς Αχια ἐπὶ Ισραηλ ἐν Θερσα εἴκοσι καὶ τέσσαρα ἔτη
34 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।
καὶ ἐποίησεν τὸ πονηρὸν ἐνώπιον κυρίου καὶ ἐπορεύθη ἐν ὁδῷ Ιεροβοαμ υἱοῦ Ναβατ καὶ ἐν ταῖς ἁμαρτίαις αὐτοῦ ὡς ἐξήμαρτεν τὸν Ισραηλ

< ପ୍ରଥମ ରାଜାବଳୀ 15 >