< ପ୍ରଥମ ରାଜାବଳୀ 16 >

1 ଏଥିଉତ୍ତାରେ ବାଶାଙ୍କ ବିରୁଦ୍ଧରେ ସଦାପ୍ରଭୁଙ୍କର ବାକ୍ୟ ହନାନିର ପୁତ୍ର ଯେହୂଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,
Then the word of the LORD came to Jehu son of Hanani against Baasha, saying:
2 “ଯେପରି ଆମ୍ଭେ ତୁମ୍ଭକୁ ଧୂଳିରୁ ଉଠାଇ ଆପଣା ଲୋକ ଇସ୍ରାଏଲ ଉପରେ ତୁମ୍ଭକୁ ରାଜା କଲୁ; ମାତ୍ର ତୁମ୍ଭେ ଯାରବୀୟାମର ପଥରେ ଚାଲିଅଛ ଓ ଆପଣା ଲୋକ ଇସ୍ରାଏଲକୁ ପାପ କରାଇଅଛ ଓ ସେମାନଙ୍କ ପାପ ଦ୍ୱାରା ଆମ୍ଭକୁ ବିରକ୍ତ କଲ;
“Even though I lifted you out of the dust and made you ruler over My people Israel, you have walked in the way of Jeroboam and have caused My people Israel to sin and to provoke Me to anger by their sins.
3 ଦେଖ, ଆମ୍ଭେ ବାଶାକୁ ଓ ତାହାର ଗୃହକୁ ନିଃଶେଷ ରୂପେ ବିନାଶ କରିବା ଓ ଆମ୍ଭେ ତୁମ୍ଭ ଗୃହକୁ ନବାଟର ପୁତ୍ର ଯାରବୀୟାମର ଗୃହ ତୁଲ୍ୟ କରିବା।
So now I will consume Baasha and his house, and I will make your house like that of Jeroboam son of Nebat:
4 ବାଶାର କେହି ନଗରରେ ମଲେ, କୁକ୍କୁରମାନେ ତାହାକୁ ଖାଇବେ ଓ ତାହାର କେହି କ୍ଷେତ୍ରରେ ମଲେ, ଆକାଶର ପକ୍ଷୀମାନେ ତାହାକୁ ଖାଇବେ।”
Anyone belonging to Baasha who dies in the city will be eaten by dogs, and anyone who dies in the field will be eaten by the birds of the air.”
5 ବାଶାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କ୍ରିୟା ଓ ପରାକ୍ରମ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
As for the rest of the acts of Baasha, along with his accomplishments and might, are they not written in the Book of the Chronicles of the Kings of Israel?
6 ଏଥିଉତ୍ତାରେ ବାଶାଙ୍କ ମୃତ୍ୟୁ ପରେ, ସେ ତିର୍ସାରେ କବର ପାଇଲେ ଓ ତାହାଙ୍କ ପୁତ୍ର ଏଲା ତାହାଙ୍କ ପଦରେ ରାଜ୍ୟ କଲେ।
And Baasha rested with his fathers and was buried in Tirzah, and his son Elah reigned in his place.
7 ତଥାପି ବାଶା ଓ ତାଙ୍କର ବଂଶ ବିରୁଦ୍ଧରେ ହନାନିର ପୁତ୍ର ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯେହେତୁ ସେ ଆପଣା ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ସବୁ କୁକର୍ମ କରି ଯାରବୀୟାମଙ୍କର ବଂଶ ତୁଲ୍ୟ ହୋଇଥିଲେ ଓ ତାହାକୁ ଉଚ୍ଛିନ୍ନ କରିଥିଲେ।
Moreover, the word of the LORD came through the prophet Jehu son of Hanani against Baasha and his house, because of all the evil he had done in the sight of the LORD, provoking Him to anger with the work of his hands and becoming like the house of Jeroboam, and also because Baasha had struck down the house of Jeroboam.
8 ଯିହୁଦାର ଆସା ରାଜାଙ୍କ ରାଜତ୍ଵର ଛବିଶ ବର୍ଷରେ ବାଶାଙ୍କର ପୁତ୍ର ଏଲା ତିର୍ସାରେ ଇସ୍ରାଏଲ ବଂଶ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଦୁଇ ବର୍ଷ ରାଜ୍ୟ କଲେ।
In the twenty-sixth year of Asa’s reign over Judah, Elah son of Baasha became king of Israel, and he reigned in Tirzah two years.
9 ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;
However, while Elah was in Tirzah getting drunk in the house of Arza the steward of his household there, Elah’s servant Zimri, the commander of half his chariots, conspired against him.
10 ଏପରି ସମୟରେ ସିମ୍ରି ଭିତରକୁ ଯାଇ ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ତାଙ୍କୁ ଆଘାତ କରି ବଧ କଲେ ଓ ତାଙ୍କର ପଦରେ ରାଜ୍ୟ କଲେ।
So in the twenty-seventh year of Asa’s reign over Judah, Zimri went in, struck Elah down, and killed him. And Zimri reigned in his place.
11 ପୁଣି, ସେ ରାଜ୍ୟ କରିବାକୁ ଆରମ୍ଭ କରି ଆପଣା ସିଂହାସନରେ ବସିବା ମାତ୍ର ସେ ବାଶାଙ୍କର ସମୁଦାୟ ବଂଶକୁ ସଂହାର କଲେ; ସେ ତାଙ୍କର କି ତାଙ୍କ ଜ୍ଞାତିମାନଙ୍କର କି ତାଙ୍କ ମିତ୍ରମାନଙ୍କର କାହାରି ଗୋଟିଏ ପୁଂସନ୍ତାନ ଅବଶିଷ୍ଟ ରଖିଲେ ନାହିଁ।
As soon as Zimri began to reign and was seated on the throne, he struck down the entire household of Baasha. He did not leave a single male, whether a kinsman or friend.
12 ଏହି ପ୍ରକାରେ ସଦାପ୍ରଭୁ ଯେହୂ ଭବିଷ୍ୟଦ୍‍ବକ୍ତାଙ୍କ ଦ୍ୱାରା ବାଶାଙ୍କ ବିରୁଦ୍ଧରେ ଯେଉଁ କଥା କହିଥିଲେ, ତଦନୁସାରେ ସିମ୍ରି ବାଶାଙ୍କର ସମଗ୍ର ବଂଶ ଉଚ୍ଛିନ୍ନ କଲେ;
So Zimri destroyed the entire household of Baasha, according to the word that the LORD had spoken against Baasha through Jehu the prophet.
13 ବାଶା ଓ ତାଙ୍କର ପୁତ୍ର ଏଲା ଆପଣାମାନଙ୍କ ଅସାରତା ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ଯେଉଁ ପାପ କଲେ ଓ ଇସ୍ରାଏଲକୁ ପାପ କରାଇଲେ, ବାଶାଙ୍କର ସେହି ସମସ୍ତ ପାପ ଓ ତାଙ୍କର ପୁତ୍ର ଏଲାଙ୍କର ପାପ ଏଥିର କାରଣ।
This happened because of all the sins Baasha and his son Elah had committed and had caused Israel to commit, provoking the LORD, the God of Israel, to anger with their worthless idols.
14 ଏଲାଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କି ଇସ୍ରାଏଲ-ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
As for the rest of the acts of Elah, along with all his accomplishments, are they not written in the Book of the Chronicles of the Kings of Israel?
15 ଯିହୁଦା-ରାଜା ଆସାଙ୍କ ରାଜତ୍ଵର ସତାଇଶ ବର୍ଷରେ ସିମ୍ରି ତିର୍ସାରେ ସାତ ଦିନ ରାଜତ୍ୱ କଲେ। ସେହି ସମୟରେ ଲୋକମାନେ ପଲେଷ୍ଟୀୟମାନଙ୍କ ଗିବ୍ବଥୋନ ବିରୁଦ୍ଧରେ ଛାଉଣି ସ୍ଥାପନ କରିଥିଲେ।
In the twenty-seventh year of Asa’s reign over Judah, Zimri reigned in Tirzah for seven days. Now the troops were encamped against Gibbethon of the Philistines,
16 ଏଥିମଧ୍ୟରେ ଛାଉଣି ସ୍ଥାପନ କରିଥିବା ଲୋକମାନେ ଶୁଣିଲେ ଯେ, ସିମ୍ରି ଚକ୍ରାନ୍ତ କରିଅଛନ୍ତି, ମଧ୍ୟ ରାଜାଙ୍କୁ ବଧ କରିଅଛନ୍ତି; ଏହେତୁ ସମସ୍ତ ଇସ୍ରାଏଲ ସେହି ଦିନ ଛାଉଣି ମଧ୍ୟରେ ଅମ୍ରି ନାମକ ସେନାପତିଙ୍କୁ ଇସ୍ରାଏଲ ଉପରେ ରାଜା କଲେ।
and the people in the camp heard that Zimri had not only conspired but had also struck down the king. So there in the camp that very day, all Israel proclaimed Omri, the commander of the army, king over Israel.
17 ତହୁଁ ଅମ୍ରି ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଗିବ୍ବଥୋନରୁ ଯାତ୍ରା କରି ତିର୍ସା ଅବରୋଧ କଲେ।
Then Omri and all the Israelites marched up from Gibbethon and besieged Tirzah.
18 ତହିଁରେ ସିମ୍ରି ନଗର ହସ୍ତଗତ ହେବାର ଦେଖି ରାଜଗୃହର ଦୁର୍ଗକୁ ଯାଇ ଆପଣା ଉପରେ ରାଜଗୃହରେ ଅଗ୍ନି ଲଗାଇ ତାହା ଦଗ୍ଧ କଲେ;
When Zimri saw that the city was captured, he entered the citadel of the royal palace and burned it down upon himself. So he died
19 ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କରିବାରେ, ଯାରବୀୟାମଙ୍କର ପଥରେ ଚାଲିବାରେ ଓ ଇସ୍ରାଏଲକୁ ପାପ କରାଇବାରେ ଆପେ ଯେଉଁ ପାପ କଲେ, ତାଙ୍କ କୃତ ସେହି ପାପ ସକାଶୁ ମଲେ।
because of the sins he had committed, doing evil in the sight of the LORD and following the example of Jeroboam and the sin he had committed and had caused Israel to commit.
20 ସିମ୍ରିଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କ କୃତ ରାଜଦ୍ରୋହ ବିଷୟ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
As for the rest of the acts of Zimri and the treason he committed, are they not written in the Book of the Chronicles of the Kings of Israel?
21 ସେସମୟରେ ଇସ୍ରାଏଲ ଲୋକମାନେ ଦୁଇ ଭାଗରେ ବିଭକ୍ତ ହେଲେ; ଅର୍ଦ୍ଧେକ ଲୋକ ଗୀନତର ପୁତ୍ର ତିବ୍ନିକୁ ରାଜା କରିବା ପାଇଁ ତାହାର ଅନୁଗାମୀ ହେଲେ ଓ ଅର୍ଦ୍ଧେକ ଅମ୍ରିଙ୍କର ଅନୁଗାମୀ ହେଲେ।
At that time the people of Israel were divided: Half of the people supported Tibni son of Ginath as king, and half supported Omri.
22 ମାତ୍ର ଅମ୍ରିଙ୍କର ଅନୁଗାମୀ ଲୋକମାନେ ଗୀନତର ପୁତ୍ର ତିବ୍ନିର ଅନୁଗାମୀ ଲୋକମାନଙ୍କୁ ପରାସ୍ତ କଲେ; ତିବ୍ନି ମଲା ଓ ଅମ୍ରି ରାଜ୍ୟ କଲେ।
But the followers of Omri proved stronger than those of Tibni son of Ginath. So Tibni died and Omri became king.
23 ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଏକତିରିଶ ବର୍ଷରେ ଅମ୍ରି ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ; ତିର୍ସାରେ ସେ ଛଅ ବର୍ଷ ରାଜ୍ୟ କଲେ।
In the thirty-first year of Asa’s reign over Judah, Omri became king of Israel, and he reigned twelve years, six of them in Tirzah.
24 ପୁଣି, ସେ ଦୁଇ ତାଳନ୍ତ ରୂପାରେ ଶେମରଠାରୁ ଶମିରୋଣ୍‍ ପର୍ବତ କ୍ରୟ କଲେ ଓ ସେହି ପର୍ବତ ଉପରେ ଏକ ନଗର ନିର୍ମାଣ କରି ସେହି ପର୍ବତର ଅଧିକାରୀ ଶେମରର ନାମାନୁସାରେ ଆପଣା ନିର୍ମିତ ନଗରର ନାମ ଶମରୀୟା ରଖିଲେ।
He bought the hill of Samaria from Shemer for two talents of silver and built a city there, calling it Samaria after the name of Shemer, who had owned the hill.
25 ଆଉ ଅମ୍ରି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ତାଙ୍କର ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ଅଧିକ ଦୁଷ୍ଟାଚରଣ କଲେ।
But Omri did evil in the sight of the LORD and acted more wickedly than all who were before him.
26 କାରଣ ସେ ନବାଟର ପୁତ୍ର ଯାରବୀୟାମଙ୍କର ସକଳ ପଥରେ ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ଆପଣାମାନଙ୍କ ଅସାରତା ଦ୍ୱାରା ବିରକ୍ତ କରିବା ପାଇଁ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପ-ପଥରେ ଅମ୍ରି ଚାଲିଲେ।
For he walked in all the ways of Jeroboam son of Nebat and in his sins, which he caused Israel to commit, provoking the LORD, the God of Israel, to anger with their worthless idols.
27 ଅମ୍ରିଙ୍କର ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ ଓ ତାଙ୍କ ପ୍ରକାଶିତ ପରାକ୍ରମସବୁ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
As for the rest of the acts of Omri, along with his accomplishments and the might he exercised, are they not written in the Book of the Chronicles of the Kings of Israel?
28 ଅମ୍ରିଙ୍କ ମୃତ୍ୟୁ ପରେ, ସେ ଶମରୀୟାରେ କବରପ୍ରାପ୍ତ ହେଲେ; ପୁଣି, ତାଙ୍କର ପୁତ୍ର ଆହାବ ତାହାଙ୍କ ପଦରେ ରାଜ୍ୟ କଲେ।
And Omri rested with his fathers and was buried in Samaria, and his son Ahab reigned in his place.
29 ଯିହୁଦାର ରାଜା ଆସାଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଅମ୍ରିଙ୍କର ପୁତ୍ର ଆହାବ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ଅମ୍ରିଙ୍କ ପୁତ୍ର ଆହାବ ଶମରୀୟାରେ ଇସ୍ରାଏଲ ଉପରେ ବାଇଶ ବର୍ଷ ରାଜ୍ୟ କଲେ।
In the thirty-eighth year of Asa’s reign over Judah, Ahab son of Omri became king of Israel, and he reigned in Samaria twenty-two years.
30 ପୁଣି, ଅମ୍ରିଙ୍କ ପୁତ୍ର ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତଙ୍କ ଅପେକ୍ଷା ସଦାପ୍ରଭୁଙ୍କ ଦୃଷ୍ଟିରେ ଅଧିକ କୁକର୍ମ କଲେ।
However, Ahab son of Omri did evil in the sight of the LORD, more than all who were before him.
31 ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍‍ବାଲ ରାଜାର କନ୍ୟା ଈଷେବଲ୍‍କୁ ବିବାହ କଲେ ଓ ଯାଇ ବାଲ୍‍ର ସେବା କରି ତାହାକୁ ପ୍ରଣାମ କଲେ।
And as if it were not enough for him to walk in the sins of Jeroboam son of Nebat, he even married Jezebel the daughter of Ethbaal king of the Sidonians, and he then proceeded to serve and worship Baal.
32 ଆଉ ସେ ଶମରୀୟାସ୍ଥିତ ଆପଣା ନିର୍ମିତ ବାଲ୍‍ର ଗୃହରେ ବାଲ୍‍ ପାଇଁ ଏକ ଯଜ୍ଞବେଦି ନିର୍ମାଣ କଲେ।
First, Ahab set up an altar for Baal in the temple of Baal that he had built in Samaria.
33 ଆଉ ଆହାବ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆହାବ ଆପଣା ପୂର୍ବବର୍ତ୍ତୀ ସମସ୍ତ ଇସ୍ରାଏଲ ରାଜାଙ୍କ ଅପେକ୍ଷା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଆହୁରି ଅଧିକ ବିରକ୍ତିଜନକ କର୍ମ କଲେ।
Then he set up an Asherah pole. Thus Ahab did more to provoke the LORD, the God of Israel, to anger than all the kings of Israel before him.
34 ତାଙ୍କର ସମୟରେ ବେଥେଲୀୟ ହୀୟେଲ ଯିରୀହୋ ନଗର ପୁନର୍ବାର ନିର୍ମାଣ କଲେ; ସଦାପ୍ରଭୁ ନୂନର ପୁତ୍ର ଯିହୋଶୂୟଙ୍କ ଦେଇ ଯାହା କହିଥିଲେ; ସେହି ବାକ୍ୟାନୁସାରେ ସେ ଆପଣା ଜ୍ୟେଷ୍ଠ ପୁତ୍ର ଅବୀରାମର ମୃତ୍ୟୁୁ ସହିତ ନଗରର ଭିତ୍ତିମୂଳ ସ୍ଥାପନ କଲେ ଓ ଆପଣା କନିଷ୍ଠ ପୁତ୍ର ସଗୂବର ମୃତ୍ୟୁୁ ସହିତ ତହିଁର ଦ୍ୱାରମାନ ସ୍ଥାପନ କଲେ।
In Ahab’s days, Hiel the Bethelite rebuilt Jericho. At the cost of Abiram his firstborn he laid its foundation, and at the cost of Segub his youngest he set up its gates, according to the word that the LORD had spoken through Joshua son of Nun.

< ପ୍ରଥମ ରାଜାବଳୀ 16 >