< ପ୍ରଥମ ରାଜାବଳୀ 17 >

1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”
ויאמר אליהו התשבי מתשבי גלעד אל אחאב חי יהוה אלהי ישראל אשר עמדתי לפניו אם יהיה השנים האלה טל ומטר כי אם לפי דברי׃
2 ଏଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ויהי דבר יהוה אליו לאמר׃
3 ଯଥା, “ତୁମ୍ଭେ ଏଠାରୁ ଯାଇ ପୂର୍ବ ଦିଗକୁ ଫେରି ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟରେ ଆପଣାକୁ ଲୁଚାଅ।
לך מזה ופנית לך קדמה ונסתרת בנחל כרית אשר על פני הירדן׃
4 ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।”
והיה מהנחל תשתה ואת הערבים צויתי לכלכלך שם׃
5 ତହିଁରେ ସେ ଯାଇ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କଲେ; ସେ ଯର୍ଦ୍ଦନ ସମ୍ମୁଖସ୍ଥ କରୀତ୍‍ ନଦୀ ନିକଟକୁ ଯାଇ ବାସ କଲେ।
וילך ויעש כדבר יהוה וילך וישב בנחל כרית אשר על פני הירדן׃
6 ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।
והערבים מביאים לו לחם ובשר בבקר ולחם ובשר בערב ומן הנחל ישתה׃
7 ପୁଣି, ଦେଶରେ ବୃଷ୍ଟି ନୋହିବାରୁ କିଛି କାଳ ଉତ୍ତାରେ ନଦୀ ଶୁଷ୍କ ହୋଇଗଲା।
ויהי מקץ ימים וייבש הנחל כי לא היה גשם בארץ׃
8 ଏଥିଉତ୍ତାରେ ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ויהי דבר יהוה אליו לאמר׃
9 ଯଥା, “ଉଠ, ସୀଦୋନର ସାରିଫତ୍‍କୁ ଯାଇ ସେଠାରେ ବାସ କର। ଦେଖ, ଆମ୍ଭେ ସେଠାସ୍ଥିତ ଏକ ବିଧବା ସ୍ତ୍ରୀକୁ ତୁମ୍ଭକୁ ପ୍ରତିପୋଷଣ କରିବା ପାଇଁ ଆଜ୍ଞା ଦେଇଅଛୁ।”
קום לך צרפתה אשר לצידון וישבת שם הנה צויתי שם אשה אלמנה לכלכלך׃
10 ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।”
ויקם וילך צרפתה ויבא אל פתח העיר והנה שם אשה אלמנה מקששת עצים ויקרא אליה ויאמר קחי נא לי מעט מים בכלי ואשתה׃
11 ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।”
ותלך לקחת ויקרא אליה ויאמר לקחי נא לי פת לחם בידך׃
12 ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।”
ותאמר חי יהוה אלהיך אם יש לי מעוג כי אם מלא כף קמח בכד ומעט שמן בצפחת והנני מקששת שנים עצים ובאתי ועשיתיהו לי ולבני ואכלנהו ומתנו׃
13 ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର।
ויאמר אליה אליהו אל תיראי באי עשי כדברך אך עשי לי משם עגה קטנה בראשנה והוצאת לי ולך ולבנך תעשי באחרנה׃
14 କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।”
כי כה אמר יהוה אלהי ישראל כד הקמח לא תכלה וצפחת השמן לא תחסר עד יום תתן יהוה גשם על פני האדמה׃
15 ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ।
ותלך ותעשה כדבר אליהו ותאכל הוא והיא וביתה ימים׃
16 ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।
כד הקמח לא כלתה וצפחת השמן לא חסר כדבר יהוה אשר דבר ביד אליהו׃
17 ଏହିସବୁ ଘଟଣା ଉତ୍ତାରେ ଗୃହର କର୍ତ୍ତ୍ରୀ ସେହି ସ୍ତ୍ରୀର ପୁତ୍ର ପୀଡ଼ିତ ହେଲା; ପୁଣି, ତାହାର ପୀଡ଼ା ଏପରି ପ୍ରବଳ ହେଲା ଯେ, ତାହାଠାରେ ଶ୍ୱାସବାୟୁ ରହିଲା ନାହିଁ।
ויהי אחר הדברים האלה חלה בן האשה בעלת הבית ויהי חליו חזק מאד עד אשר לא נותרה בו נשמה׃
18 ତହିଁରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ହେ ପରମେଶ୍ୱରଙ୍କ ଲୋକ, ତୁମ୍ଭ ସଙ୍ଗେ ମୋହର କଅଣ ଅଛି? ତୁମ୍ଭେ ମୋହର ପାପ ସ୍ମରଣ କରାଇବାକୁ ଓ ମୋʼ ପୁତ୍ରକୁ ବଧ କରିବାକୁ ଆସିଅଛ!”
ותאמר אל אליהו מה לי ולך איש האלהים באת אלי להזכיר את עוני ולהמית את בני׃
19 ତହୁଁ ଏଲୀୟ ତାହାକୁ କହିଲେ, “ମୋତେ ତୁମ୍ଭ ପୁତ୍ରକୁ ଦିଅ।” ତହିଁରେ ସେ ତାହା କୋଳରୁ ବାଳକକୁ ନେଇ ଆପଣା ରହିବା ଉପର କୋଠରିକୁ ଘେନିଯାଇ ଆପଣା ଶଯ୍ୟାରେ ତାହାକୁ ଶୁଆଇଲେ।
ויאמר אליה תני לי את בנך ויקחהו מחיקה ויעלהו אל העליה אשר הוא ישב שם וישכבהו על מטתו׃
20 ପୁଣି, ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ଯେଉଁ ବିଧବାର ଗୃହରେ ପ୍ରବାସ କରୁଅଛି, ତୁମ୍ଭେ ତାହାର ପୁତ୍ରକୁ ବଧ କରି ତାହା ପ୍ରତି ହିଁ କʼଣ ଅମଙ୍ଗଳ ଘଟାଇଲ?”
ויקרא אל יהוה ויאמר יהוה אלהי הגם על האלמנה אשר אני מתגורר עמה הרעות להמית את בנה׃
21 ତହୁଁ ବାଳକ ଉପରେ ସେ ତିନି ଥର ଆପଣାକୁ ଲମ୍ବାଇଲେ, ଆଉ ସେ ସଦାପ୍ରଭୁଙ୍କୁ ଡାକି କହିଲେ, “ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ମୁଁ ବିନୟ କରୁଅଛି, ଏହି ବାଳକର ପ୍ରାଣ ତାହା ମଧ୍ୟକୁ ଫେରିଆସୁ।”
ויתמדד על הילד שלש פעמים ויקרא אל יהוה ויאמר יהוה אלהי תשב נא נפש הילד הזה על קרבו׃
22 ଏଥିରେ ସଦାପ୍ରଭୁ ଏଲୀୟଙ୍କର ରବରେ କର୍ଣ୍ଣପାତ କଲେ; ପୁଣି, ବାଳକର ପ୍ରାଣ ପୁନର୍ବାର ତାହା ମଧ୍ୟକୁ ଆସନ୍ତେ, ସେ ପୁନର୍ଜୀବିତ ହେଲା।
וישמע יהוה בקול אליהו ותשב נפש הילד על קרבו ויחי׃
23 ତହୁଁ ଏଲୀୟ ବାଳକକୁ ନେଇ କୋଠରିରୁ ଓହ୍ଲାଇ ଗୃହକୁ ଆଣି ତାହାର ମାତାର ହସ୍ତରେ ତାହାକୁ ସମର୍ପଣ କଲେ; ପୁଣି, ଏଲୀୟ କହିଲେ, “ଏହି ଦେଖ, ତୁମ୍ଭର ପୁତ୍ର ଜୀବିତ ହେଲା।”
ויקח אליהו את הילד וירדהו מן העליה הביתה ויתנהו לאמו ויאמר אליהו ראי חי בנך׃
24 ଏଥିରେ ସେ ସ୍ତ୍ରୀ ଏଲୀୟଙ୍କୁ କହିଲା, “ତୁମ୍ଭେ ଯେ ପରମେଶ୍ୱରଙ୍କ ଲୋକ ଓ ତୁମ୍ଭ ମୁଖରେ ସଦାପ୍ରଭୁଙ୍କ ବାକ୍ୟ ଯେ ସତ୍ୟ, ଏହା ଏବେ ମୁଁ ଜାଣିଲି।”
ותאמר האשה אל אליהו עתה זה ידעתי כי איש אלהים אתה ודבר יהוה בפיך אמת׃

< ପ୍ରଥମ ରାଜାବଳୀ 17 >