< ପ୍ରଥମ ରାଜାବଳୀ 18 >

1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”
Bayan dogon lokaci, a cikin shekara ta uku, maganar Ubangiji ta zo wa Iliya, ta ce, “Tafi, ka gabatar da kanka ga Ahab, zan kuwa aika da ruwan sama a ƙasar.”
2 ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
Saboda haka Iliya ya tafi ya gabatar da kansa ga Ahab. Yanzu dai yunwa ta tsananta a Samariya,
3 ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
Ahab kuma ya aika a kawo Obadiya, sarkin fadansa (Obadiya dai cikakken mai gaskata da Ubangiji ne.
4 ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)
Yayinda Yezebel tana kisan annabawan Ubangiji, Obadiya ya ɗauki annabawa ɗari ya ɓoye a kogwanni biyu, hamsin a kowanne, ya kuma tanada musu abinci da kuma ruwa.)
5 ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
Ahab ya ce wa Obadiya, “Ka ratsa ƙasar zuwa dukan maɓulɓulai da fadamu. Mai yiwuwa ka sami ciyawa mu ba dawakai da alfadarai don su rayu, don kada mu kashe dabbobinmu.”
6 ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।
Saboda haka suka raba ƙasar da za su ratsa, Ahab zai tafi gefe ɗaya, Obadiya kuma yă bi gefe ɗaya.
7 ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”
Yayinda Obadiya yana tafiya, sai Iliya ya sadu da shi. Obadiya ya gane shi, ya rusuna har ƙasa, ya ce, “Kai ne, shugabana, Iliya?”
8 ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”
Iliya ya amsa, ya ce, “I, je ka faɗa wa maigidanka cewa, ‘Iliya yana a nan.’”
9 ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?
Obadiya ya yi tambaya, “Me na yi da ba daidai ba, da kake miƙa bawanka ga Ahab don yă kashe?
10 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।
Na rantse da Ubangiji Allahnka, babu al’umma ko masarauta da mai girma sarki bai aika a nemo ka ba. In suka ce ba ka can, sai yă sa mulkin ko al’ummar su rantse, cewa ai, ba su same ka ba.
11 ଏବେ ଆପଣ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।’
Amma yanzu kana faɗa mini in tafi wurin mai girma in ce, ‘Iliya yana a nan.’
12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
Ban san inda Ruhun Ubangiji zai kai ka sa’ad da na bar ka ba. In na tafi na faɗa wa Ahab bai kuma same ka a nan ba, zai sa a kashe ni. Tuna fa, ni bawanka, na yi wa Ubangiji sujada tun ina saurayi.
13 ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
Ranka yă daɗe, ashe, ba a faɗa maka abin da na yi lokacin da Yezebel ta karkashe annabawan Ubangiji ba? Yadda na ɓoye annabawa ɗari, na sa su hamsin-hamsin a kogwanni biyu, na yi ta ba su abinci da ruwa.
14 ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
Yanzu fa, kana ce in tafi wurin mai girma sarki, in ce, ‘Iliya yana a nan.’ Ai, zai kashe ni!”
15 ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
Iliya ya ce, “Na rantse da Ubangiji Maɗaukaki, wanda nake bauta wa, tabbatacce zan gabatar da kaina ga Ahab a yau.”
16 ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
Saboda haka sai Obadiya ya tafi wurin Ahab ya faɗa masa, Ahab kuwa ya tafi wurin Iliya.
17 ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”
Sa’ad da Ahab ya ga Iliya, sai ya ce masa, “Kai ne wannan, kai mai tā-da-na-zaune-tsaye a Isra’ila?”
18 ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।
Iliya ya amsa, ya ce, “Ban tā-da-na-zaune-tsaye a Isra’ila ba. Amma kai da iyalin mahaifinka, ku kuka tā-da-na-zaune-tsaye. Ka ƙyale umarnai Ubangiji, ka bi Ba’al.
19 ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
Yanzu ka tara mutane daga dukan Isra’ila su sadu da ni a kan Dutsen Karmel. Ka kuma kawo annabawa ɗari huɗu da hamsin na Ba’al, da kuma annabawa ɗari huɗu na Ashera, waɗanda suke ci a teburin Yezebel.”
20 ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
Sai Ahab ya aika a duk fāɗin Isra’ila, ya kuma tattara annabawan a kan Dutsen Karmel.
21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
Iliya ya je gaban mutane ya ce, “Har yaushe za ku yi ta yawo tsakanin ra’ayoyi biyu? In Ubangiji ne Allah, ku bi shi; amma in Ba’al Allah ne, ku bi shi.” Mutane dai ba su ce uffam ba.
22 ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍‍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍‍ର ଭବିଷ୍ୟଦ୍‍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।
Sai Iliya ya ce musu, “Ni ne kaɗai annabin Ubangiji da ya rage, amma Ba’al yana da annabawa ɗari huɗu da hamsin.
23 ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ।
Ku samo mana bijimai biyu. Bari su zaɓa ɗaya wa kansu, bari kuma su yanka shi kucu-kucu su sa a itace, sai dai, kada su sa wuta a kansa. Ni kuwa zan shirya ɗaya bijimin in sa a kan itace, ni ma, ba zan sa wuta a kansa ba.
24 ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
Sa’an nan ku kira bisa sunan allahnku, ni kuwa zan kira bisa sunan Ubangiji. Duk allahn da ya amsa ta wurin wuta, shi ne Allah.” Sai dukan jama’a suka ce, “Abin nan da faɗa yana da kyau.”
25 ଏଥିଉତ୍ତାରେ ଏଲୀୟ ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
Iliya ya ce wa annabawan Ba’al, “Ku ku fara zaɓi bijimi ɗaya, ku shirya, da yake kuna da yawa. Ku kira a bisa sunan allahnku, amma kada ku ƙuna wuta.”
26 ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
Sai suka ɗauki bijimin da aka ba su suka shirya shi. Sa’an nan suka kira bisa sunan Ba’al daga safe har tsakar rana. Suna ihu, “Ya Ba’al, ka amsa mana!” Amma babu wata amsa, babu wani da ya amsa. Suka yi ta rawa kewaye da bagaden da suka yi.
27 ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
Da tsakar rana, Iliya ya fara yin musu ba’a. Ya ce, “Ku yi ihu da ƙarfi, tabbatacce shi allah ne! Mai yiwuwa yana cikin zurfin tunani, ko dai aiki ya yi masa yawa, ko ya yi tafiya. Mai yiwuwa yana barci ne, dole a tashe shi.”
28 ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।
Sai suka yi ta ihu da ƙarfi suna tsattsaga kansu da takuba da māsu, yadda al’adarsu take, sai da jininsu ya yi ta zuba.
29 ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।
Tsakar rana ta wuce, suka ci gaba da ƙoƙari, suna annabci har lokacin miƙa hadayar yamma ya yi. Amma babu wani da ya tanƙa, babu wani da ya amsa, babu wanda ya kula.
30 ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
Sa’an nan Iliya ya ce wa dukan mutane, “Ku zo nan wurina.” Suka zo wurinsa, ya kuma shirya bagaden Ubangiji, da ya riga ya zama kufai.
31 ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
Iliya ya ɗauki duwatsu goma sha biyu, ɗaya don kowace kabila zuriyar Yaƙub, wanda maganar Ubangiji ta zo masa, cewa, “Sunanka zai zama Isra’ila.”
32 ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
Da waɗannan duwatsun ya gina bagade cikin sunan Ubangiji, ya kuma haƙa wuriya kewaye da shi, isashe da zai ci garwa biyu na irin ƙwayar gyada.
33 ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”
Ya shirya itace, ya yayyanka bijimin kucu-kucu, ya shimfiɗa shi a itacen. Sa’an nan ya ce musu, “Ku cika manyan tuluna da ruwa, ku zuba a kan hadayar da kuma a kan itacen.” Suka zuba.
34 ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।
Ya ce, “Ku sāke yin haka,” sai suka sāke yin haka. Ya umarta, “Ku yi haka sau na uku,” suka kuma yi haka sau na uku.
35 ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
Ruwan ya gangara kewaye da bagaden har ma ya cika wuriyar.
36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
A lokacin hadaya, sai annabi Iliya ya zo gaba ya yi addu’a, ya ce, “Ya Ubangiji Allah na Ibrahim, na Isra’ila da kuma na Yaƙub, bari a sani a yau cewa kai Allah ne a cikin Isra’ila, a kuma san cewa ni bawanka ne, na kuma yi dukan waɗannan abubuwa bisa umarninka.
37 ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।
Ka amsa mini, ya Ubangiji, ka amsa mini, saboda waɗannan mutane su san cewa kai, ya Ubangiji, kai ne Allah, su kuma san cewa kana sāke juye zukatansu zuwa gare ka.”
38 ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
Sai wutar Ubangiji ya fāɗo, ya cinye hadayar, itacen, duwatsun da kuma ƙasar, ya lashe ruwan da yake cikin wuriyar.
39 ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
Sa’ad da mutane suka ga wannan, sai suka rusuna, suka sunkuyar da kai suka ce, “Ubangiji, shi ne Allah! Ubangiji, shi ne Allah!”
40 ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
Sa’an nan Iliya ya umarce su, ya ce, “Ku kama annabawan Ba’al, kada ku bar waninsu yă tsere!” Suka kama su, Iliya kuwa ya sa aka gangara da su zuwa Kwarin Kishon, aka yayyanka su a can.
41 ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
Sai Iliya ya ce wa Ahab, “Ka haura gida, ka ci, ka sha, gama ina jin motsin ruwan sama mai yawa.”
42 ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
Sai Ahab ya ruga don yă ci, yă sha, amma Iliya ya hau kan ƙwanƙolin Karmel, ya rusuna ƙasa, ya sa fuska a tsakanin gwiwarsa.
43 ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
Ya ce wa bawansa, “Tafi ka dubi wajen teku.” Sai bawan ya haura ya duba. Ya ce, “Ba kome a can.” Sau bakwai Iliya ya ce, “Koma.”
44 ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
Sau na bakwai, bawan ya ce, “Wani girgije ƙarami kamar hannun mutum yana tasowa daga teku.” Sai Iliya ya ce, “Je ka faɗa wa Ahab, ‘Shirya keken yaƙinka, ka gangara kafin ruwan sama yă tare ka.’”
45 ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
Ana cikin haka, sarari ya ƙara duhunta da girgije, iska ta taso, sai ruwan sama kamar da bakin kwarya ya sauko, Ahab kuwa ya hau zuwa Yezireyel.
46 ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।
Ikon Ubangiji ya sauko a kan Iliya, ya sha ɗamara, ya ruga a guje a gaban Ahab har zuwa Yezireyel.

< ପ୍ରଥମ ରାଜାବଳୀ 18 >