< ପ୍ରଥମ ରାଜାବଳୀ 18 >

1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”
ויהי ימים רבים ודבר יהוה היה אל אליהו בשנה השלישית לאמר לך הראה אל אחאב ואתנה מטר על פני האדמה׃
2 ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
וילך אליהו להראות אל אחאב והרעב חזק בשמרון׃
3 ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
ויקרא אחאב אל עבדיהו אשר על הבית ועבדיהו היה ירא את יהוה מאד׃
4 ପୁଣି, ଯେଉଁ ସମୟରେ ଈଷେବଲ୍‍ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍‍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)
ויהי בהכרית איזבל את נביאי יהוה ויקח עבדיהו מאה נבאים ויחביאם חמשים איש במערה וכלכלם לחם ומים׃
5 ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
ויאמר אחאב אל עבדיהו לך בארץ אל כל מעיני המים ואל כל הנחלים אולי נמצא חציר ונחיה סוס ופרד ולוא נכרית מהבהמה׃
6 ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।
ויחלקו להם את הארץ לעבר בה אחאב הלך בדרך אחד לבדו ועבדיהו הלך בדרך אחד לבדו׃
7 ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”
ויהי עבדיהו בדרך והנה אליהו לקראתו ויכרהו ויפל על פניו ויאמר האתה זה אדני אליהו׃
8 ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”
ויאמר לו אני לך אמר לאדניך הנה אליהו׃
9 ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?
ויאמר מה חטאתי כי אתה נתן את עבדך ביד אחאב להמיתני׃
10 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।
חי יהוה אלהיך אם יש גוי וממלכה אשר לא שלח אדני שם לבקשך ואמרו אין והשביע את הממלכה ואת הגוי כי לא ימצאכה׃
11 ଏବେ ଆପଣ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।’
ועתה אתה אמר לך אמר לאדניך הנה אליהו׃
12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
והיה אני אלך מאתך ורוח יהוה ישאך על אשר לא אדע ובאתי להגיד לאחאב ולא ימצאך והרגני ועבדך ירא את יהוה מנערי׃
13 ଈଷେବଲ୍‍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍‍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍‍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
הלא הגד לאדני את אשר עשיתי בהרג איזבל את נביאי יהוה ואחבא מנביאי יהוה מאה איש חמשים חמשים איש במערה ואכלכלם לחם ומים׃
14 ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
ועתה אתה אמר לך אמר לאדניך הנה אליהו והרגני׃
15 ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
ויאמר אליהו חי יהוה צבאות אשר עמדתי לפניו כי היום אראה אליו׃
16 ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
וילך עבדיהו לקראת אחאב ויגד לו וילך אחאב לקראת אליהו׃
17 ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”
ויהי כראות אחאב את אליהו ויאמר אחאב אליו האתה זה עכר ישראל׃
18 ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍‍ ଦେବଗଣର ଅନୁଗାମୀ ହୋଇଅଛ।
ויאמר לא עכרתי את ישראל כי אם אתה ובית אביך בעזבכם את מצות יהוה ותלך אחרי הבעלים׃
19 ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍‍ର ମେଜରେ ଭୋଜନକାରୀ ବାଲ୍‍ର ଚାରି ଶହ ପଚାଶ ଭବିଷ୍ୟଦ୍‍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍‍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
ועתה שלח קבץ אלי את כל ישראל אל הר הכרמל ואת נביאי הבעל ארבע מאות וחמשים ונביאי האשרה ארבע מאות אכלי שלחן איזבל׃
20 ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
וישלח אחאב בכל בני ישראל ויקבץ את הנביאים אל הר הכרמל׃
21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍‍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
ויגש אליהו אל כל העם ויאמר עד מתי אתם פסחים על שתי הסעפים אם יהוה האלהים לכו אחריו ואם הבעל לכו אחריו ולא ענו העם אתו דבר׃
22 ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍‍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍‍ର ଭବିଷ୍ୟଦ୍‍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।
ויאמר אליהו אל העם אני נותרתי נביא ליהוה לבדי ונביאי הבעל ארבע מאות וחמשים איש׃
23 ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ।
ויתנו לנו שנים פרים ויבחרו להם הפר האחד וינתחהו וישימו על העצים ואש לא ישימו ואני אעשה את הפר האחד ונתתי על העצים ואש לא אשים׃
24 ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
וקראתם בשם אלהיכם ואני אקרא בשם יהוה והיה האלהים אשר יענה באש הוא האלהים ויען כל העם ויאמרו טוב הדבר׃
25 ଏଥିଉତ୍ତାରେ ଏଲୀୟ ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
ויאמר אליהו לנביאי הבעל בחרו לכם הפר האחד ועשו ראשנה כי אתם הרבים וקראו בשם אלהיכם ואש לא תשימו׃
26 ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍‍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍‍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
ויקחו את הפר אשר נתן להם ויעשו ויקראו בשם הבעל מהבקר ועד הצהרים לאמר הבעל עננו ואין קול ואין ענה ויפסחו על המזבח אשר עשה׃
27 ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
ויהי בצהרים ויהתל בהם אליהו ויאמר קראו בקול גדול כי אלהים הוא כי שיח וכי שיג לו וכי דרך לו אולי ישן הוא ויקץ׃
28 ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।
ויקראו בקול גדול ויתגדדו כמשפטם בחרבות וברמחים עד שפך דם עליהם׃
29 ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।
ויהי כעבר הצהרים ויתנבאו עד לעלות המנחה ואין קול ואין ענה ואין קשב׃
30 ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
ויאמר אליהו לכל העם גשו אלי ויגשו כל העם אליו וירפא את מזבח יהוה ההרוס׃
31 ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
ויקח אליהו שתים עשרה אבנים כמספר שבטי בני יעקב אשר היה דבר יהוה אליו לאמר ישראל יהיה שמך׃
32 ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
ויבנה את האבנים מזבח בשם יהוה ויעש תעלה כבית סאתים זרע סביב למזבח׃
33 ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”
ויערך את העצים וינתח את הפר וישם על העצים׃
34 ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।
ויאמר מלאו ארבעה כדים מים ויצקו על העלה ועל העצים ויאמר שנו וישנו ויאמר שלשו וישלשו׃
35 ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
וילכו המים סביב למזבח וגם את התעלה מלא מים׃
36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍‍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
ויהי בעלות המנחה ויגש אליהו הנביא ויאמר יהוה אלהי אברהם יצחק וישראל היום יודע כי אתה אלהים בישראל ואני עבדך ובדבריך עשיתי את כל הדברים האלה׃
37 ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।
ענני יהוה ענני וידעו העם הזה כי אתה יהוה האלהים ואתה הסבת את לבם אחרנית׃
38 ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
ותפל אש יהוה ותאכל את העלה ואת העצים ואת האבנים ואת העפר ואת המים אשר בתעלה לחכה׃
39 ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
וירא כל העם ויפלו על פניהם ויאמרו יהוה הוא האלהים יהוה הוא האלהים׃
40 ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍‍ର ଭବିଷ୍ୟଦ୍‍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍‍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
ויאמר אליהו להם תפשו את נביאי הבעל איש אל ימלט מהם ויתפשום ויורדם אליהו אל נחל קישון וישחטם שם׃
41 ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
ויאמר אליהו לאחאב עלה אכל ושתה כי קול המון הגשם׃
42 ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
ויעלה אחאב לאכל ולשתות ואליהו עלה אל ראש הכרמל ויגהר ארצה וישם פניו בין ברכו׃
43 ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
ויאמר אל נערו עלה נא הבט דרך ים ויעל ויבט ויאמר אין מאומה ויאמר שב שבע פעמים׃
44 ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
ויהי בשבעית ויאמר הנה עב קטנה ככף איש עלה מים ויאמר עלה אמר אל אחאב אסר ורד ולא יעצרכה הגשם׃
45 ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
ויהי עד כה ועד כה והשמים התקדרו עבים ורוח ויהי גשם גדול וירכב אחאב וילך יזרעאלה׃
46 ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।
ויד יהוה היתה אל אליהו וישנס מתניו וירץ לפני אחאב עד באכה יזרעאלה׃

< ପ୍ରଥମ ରାଜାବଳୀ 18 >