< ପ୍ରଥମ ରାଜାବଳୀ 18 >
1 ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, “ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା।”
Poslije mnogo vremena, treæe godine, doðe rijeè Gospodnja Iliji govoreæi: idi, pokaži se Ahavu, i pustiæu dažd na zemlju.
2 ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା।
I otide Ilija da se pokaže Ahavu, a bijaše velika glad u Samariji.
3 ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
I Ahav dozva Avdiju, koji bijaše upravitelj dvora njegova; a Avdija se bojaše Gospoda veoma.
4 ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକ ଶହ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା।)
Jer kad Jezavelja ubijaše proroke Gospodnje, uze Avdija sto proroka, i sakri ih, po pedeset u jednu peæinu, i hrani ih hljebom i vodom.
5 ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।”
I reèe Ahav Avdiji: poði po zemlji na izvore i na potoke, eda bismo našli trave da saèuvamo u životu konje i mazge, da nam ne izgine stoka.
6 ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟଆଡ଼େ ଗଲା।
I podijeliše meðu se zemlju kuda æe iæi; Ahav otide jednijem putem sam, a Avdija otide drugim putem sam.
7 ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କʼଣ ମୋʼ ପ୍ରଭୁ ଏଲୀୟ?”
A kad Avdija bijaše na putu, gle, srete ga Ilija; i on ga pozna, i pade nièice, i reèe: jesi li ti, gospodaru moj Ilija?
8 ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ‘ଦେଖ, ଏଲୀୟ ଏଠାରେ ଅଛନ୍ତି।’”
A on mu reèe: ja sam; idi, kaži gospodaru svojemu: evo Ilije.
9 ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?
A on reèe: šta sam zgriješio, da slugu svojega predaš u ruke Ahavu da me pogubi?
10 ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋʼ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ‘ସେ ଏଠାରେ ନାହିଁ’ ବୋଲି ସେମାନେ କହିଲେ, ସେ ସେହି ରାଜ୍ୟ ଓ ଗୋଷ୍ଠୀକୁ ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।
Tako da je živ Gospod Bog tvoj, nema naroda ni carstva kuda nije slao gospodar moj da te traže: i rekoše: nema ga. A on zakle carstva i narode da te ne mogu da naðu.
11 ଏବେ ଆପଣ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।’
A ti sada kažeš: idi, kaži gospodaru svojemu: evo Ilije.
12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲା କ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
A kad ja otidem od tebe, duh æe te Gospodnji odnijeti, a ja neæu znati kuda; pa da otidem i prokažem Ahavu, a on da te ne naðe, ubiæe me; a sluga se tvoj boji Gospoda od mladosti svoje.
13 ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କʼଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ?
Nije li kazano gospodaru mojemu šta sam uèinio kad Jezavelja ubijaše proroke Gospodnje? kako sakrih stotinu proroka Gospodnjih, po pedeset u jednu peæinu, i hranih ih hljebom i vodom.
14 ତଥାପି ଆପଣ ଏବେ କହୁଅଛନ୍ତି, ‘ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି;’ ତହିଁରେ ସେ ମୋତେ ବଧ କରିବେ।”
A ti sada kažeš: idi, kaži gospodaru svojemu: evo Ilije. Ubiæe me.
15 ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।”
A Ilija reèe: tako da je živ Gospod nad vojskama, pred kojim stojim, danas æu mu se pokazati.
16 ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ।
Tada otide Avdija pred Ahava, i kaza mu; i Ahav otide pred Iliju.
17 ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କʼଣ ତୁମ୍ଭେ?”
A kad vidje Ahav Iliju, reèe mu Ahav: jesi li ti onaj što nesreæu donosiš na Izrailja?
18 ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ।
A on reèe: ne donosim ja nesreæe na Izrailja, nego ti i dom oca tvojega ostavivši zapovijesti Gospodnje i pristavši za Valima.
19 ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରି ଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରି ଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋʼ ନିକଟରେ ଏକତ୍ର କର।”
Nego sada pošlji i saberi k meni svega Izrailja na goru Karmilsku, i èetiri stotine i pedeset proroka Valovijeh i èetiri stotine proroka iz luga, koji jedu za stolom Jezaveljinim.
20 ତହିଁରେ ଆହାବ ସମସ୍ତ ଇସ୍ରାଏଲ-ସନ୍ତାନଗଣଙ୍କ ନିକଟକୁ ଲୋକ ପଠାଇଲେ ଓ ଭବିଷ୍ୟଦ୍ବକ୍ତାମାନଙ୍କୁ କର୍ମିଲ ପର୍ବତରେ ଏକତ୍ର କଲେ।
I posla Ahav k svijem sinovima Izrailjevijem, i sabra one proroke na goru Karmilsku.
21 ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ।
Tada pristupi Ilija ka svemu narodu i reèe: dokle æete hramati na obje strane? Ako je Gospod Bog, idite za njim; ako li je Val, idite za njim. Ali narod ne odgovori mu ni rijeèi.
22 ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରି ଶହ ପଚାଶ ଜଣ ଅଛନ୍ତି।
A Ilija reèe narodu: ja sam sam ostao prorok Gospodnji; a proroka Valovijeh ima èetiri stotine i pedeset.
23 ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ।
Dajte nam dva junca, i neka oni izberu sebi jednoga, i neka ga isijeku na komade i metnu na drva, ali ognja da ne podmeæu; a ja æu prigotoviti drugoga junca, i metnuæu ga na drva, ali ognja neæu podmetati.
24 ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।”
Tada prizovite ime svojih bogova, a ja æu prizvati ime Gospodnje, pa koji se Bog odzove ognjem onaj neka je Bog. I sav narod odgovori i reèe: dobro reèe.
25 ଏଥିଉତ୍ତାରେ ଏଲୀୟ ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।”
Potom reèe Ilija prorocima Valovijem: izaberite sebi jednoga junca i prigotovite ga prvo, jer je vas više; i prizovite ime bogova svojih, ali ognja ne podmeæite.
26 ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ।
I uzeše junca, kojega im dade, i prigotoviše, i stadoše prizivati ime Valovo od jutra do podne govoreæi: Vale, usliši nas! Ali ni kaka glasa ni koga da odgovori. I skakahu oko oltara, koji naèiniše.
27 ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।”
A kad bi u podne, stade im se rugati Ilija govoreæi: vièite veæma; jer je on bog! valjada se nešto zamislio, ili je u poslu, ili na putu, ili može biti spava, da se probudi.
28 ପୁଣି, ସେମାନେ ଉଚ୍ଚସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ।
A oni stadoše vikati iza glasa, i parati se nožima i šilima po svom obièaju, dokle ih krv ne obli.
29 ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ।
A kad proðe podne, stadoše prorokovati dokle doðe vrijeme da se prinese dar; ali ni kaka glasa ni koga da odgovori, ni koga da èuje.
30 ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋʼ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ।
Tada reèe Ilija svemu narodu: pristupite k meni. I pristupi k njemu sav narod. Tada on opravi oltar Gospodnji koji bješe razvaljen.
31 ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।
I uze Ilija dvanaest kamena prema broju plemena sinova Jakova, kojemu doðe rijeè Gospodnja govoreæi: Izrailj æe ti biti ime.
32 ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ।
I naèini od toga kamenja oltar u ime Gospodnje, i oko oltara iskopa opkop širok da bi se mogle posijati dvije mjere žita.
33 ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।”
I namjesti drva, i junca isjeèena na komade metnu na drva.
34 ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ।
I reèe: napunite èetiri vijedra vode, i izlijte na žrtvu i na drva. Pa opet reèe: uèinite još jednom. I uèiniše još jednom. Pa opet reèe: uèinite i treæom. I uèiniše treæom,
35 ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ।
Te voda poteèe oko oltara, i napuni se opkop vode.
36 ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୋ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।”
A kad bi vrijeme da se prinese žrtva, pristupi Ilija prorok i reèe: Gospode Bože Avramov, Isakov i Izrailjev, neka danas poznadu da si ti Bog u Izrailju i ja da sam tvoj sluga, i da sam po tvojoj rijeèi uèinio sve ovo.
37 ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋʼ କଥା ଶୁଣ, ହେ ସଦାପ୍ରଭୋ, ମୋʼ କଥା ଶୁଣ।
Usliši me, Gospode, usliši me, da bi poznao ovaj narod da si ti Gospode Bog, kad opet obratiš srca njihova.
38 ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା।
Tada pade oganj Gospodnji i spali žrtvu paljenicu i drva i kamen i prah, i vodu u opkopu popi.
39 ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।”
A narod kad to vidje sav popada nièice, i rekoše: Gospod je Bog, Gospod je Bog.
40 ତହୁଁ ଏଲୀୟ ସେମାନଙ୍କୁ କହିଲେ, “ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ।
Tada im reèe Ilija: pohvatajte te proroke Valove da nijedan ne uteèe. I pohvataše ih, i Ilija ih odvede na potok Kison, i pokla ih ondje.
41 ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠିଯାଇ ଭୋଜନପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।”
I reèe Ilija Ahavu: idi, jedi i pij, jer uji veliki dažd.
42 ତହୁଁ ଆହାବ ଭୋଜନପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ।
I otide Ahav da jede i pije; a Ilija se pope na vrh Karmila, i saže se k zemlji i metnu lice svoje meðu koljena svoja.
43 ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ର ଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।”
A momku svojemu reèe: idi, pogledaj put mora. A on otišav pogleda, pa reèe: nema ništa. I reèe mu: idi opet sedam puta.
44 ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।”
A kad bi sedmi put, reèe: eno, mali oblak kao dlan èovjeèji diže se od mora. Tada reèe: idi, reci Ahavu: preži i idi, da te ne uhvati dažd.
45 ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ।
Utom se zamraèi nebo od oblaka i vjetra, i udari velik dažd. A Ahav sjedavši na kola otide u Jezrael.
46 ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ।
A ruka Gospodnja doðe nad Iliju, i on opasavši se otrèa pred Ahavom dokle doðe u Jezrael.