< ପ୍ରଥମ ରାଜାବଳୀ 19 >

1 ଏଥିଉତ୍ତାରେ ଆହାବ ଏଲୀୟଙ୍କର କୃତ ସମସ୍ତ କର୍ମର ବୃତ୍ତାନ୍ତ ଓ ସେ କିପରି ଖଡ୍ଗରେ ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କୁ ବଧ କରିଥିଲେ, ତାହା ଈଷେବଲ୍‍କୁ ଜଣାଇଲେ।
וַיַּגֵּ֤ד אַחְאָב֙ לְאִיזֶ֔בֶל אֵ֛ת כָּל־אֲשֶׁ֥ר עָשָׂ֖ה אֵלִיָּ֑הוּ וְאֵ֨ת כָּל־אֲשֶׁ֥ר הָרַ֛ג אֶת־כָּל־הַנְּבִיאִ֖ים בֶּחָֽרֶב׃
2 ତହିଁରେ ଈଷେବଲ୍‍ ଏଲୀୟଙ୍କ ନିକଟକୁ ଦୂତ ପଠାଇ ଏହି କଥା କହିଲା, “ପ୍ରାୟ କାଲି ଏହି ସମୟକୁ ଯେବେ ମୁଁ ତୁମ୍ଭ ପ୍ରାଣକୁ ସେମାନଙ୍କ ଜଣକର ପ୍ରାଣ ତୁଲ୍ୟ ନ କରେ, ତେବେ ଦେବତାମାନେ ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।”
וַתִּשְׁלַ֤ח אִיזֶ֙בֶל֙ מַלְאָ֔ךְ אֶל־אֵלִיָּ֖הוּ לֵאמֹ֑ר כֹּֽה־יַעֲשׂ֤וּן אֱלֹהִים֙ וְכֹ֣ה יוֹסִפ֔וּן כִּֽי־כָעֵ֤ת מָחָר֙ אָשִׂ֣ים אֶֽת־נַפְשְׁךָ֔ כְּנֶ֖פֶשׁ אַחַ֥ד מֵהֶֽם׃
3 ତହୁଁ ଏଲୀୟ ଏହା ଦେଖି ଆପଣା ପ୍ରାଣ ସକାଶେ ଉଠିଯାଇ ଯିହୁଦାର ବେର୍‍ଶେବା ନଗରରେ ଉପସ୍ଥିତ ହେଲେ ଓ ସେଠାରେ ଆପଣା ଦାସକୁ ଛାଡ଼ିଲେ।
וַיַּ֗רְא וַיָּ֙קָם֙ וַיֵּ֣לֶךְ אֶל־נַפְשׁ֔וֹ וַיָּבֹ֕א בְּאֵ֥ר שֶׁ֖בַע אֲשֶׁ֣ר לִֽיהוּדָ֑ה וַיַּנַּ֥ח אֶֽת־נַעֲר֖וֹ שָֽׁם׃
4 ମାତ୍ର ସେ ଆପେ ପ୍ରାନ୍ତର ଭିତରକୁ ଦିନକର ପଥ ଯାଇ ଏକ ରେତମବୃକ୍ଷ ମୂଳରେ ଉପସ୍ଥିତ ହୋଇ ବସିଲେ ଓ ଆପଣା ମୃତ୍ୟୁୁ-ପ୍ରାର୍ଥନା କରି କହିଲେ, “ଯଥେଷ୍ଟ ହେଲାଣି; ଏବେ ହେ ସଦାପ୍ରଭୋ, ମୋର ପ୍ରାଣ ନିଅ; କାରଣ ମୁଁ ଆପଣା ପୂର୍ବପୁରୁଷମାନଙ୍କଠାରୁ ଭଲ ନୁହେଁ।”
וְהֽוּא־הָלַ֤ךְ בַּמִּדְבָּר֙ דֶּ֣רֶךְ י֔וֹם וַיָּבֹ֕א וַיֵּ֕שֶׁב תַּ֖חַת רֹ֣תֶם אֶחָ֑ד וַיִּשְׁאַ֤ל אֶת־נַפְשׁוֹ֙ לָמ֔וּת וַיֹּ֣אמֶר ׀ רַ֗ב עַתָּ֤ה יְהוָה֙ קַ֣ח נַפְשִׁ֔י כִּֽי־לֹא־ט֥וֹב אָנֹכִ֖י מֵאֲבֹתָֽי׃
5 ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।”
וַיִּשְׁכַּב֙ וַיִּישַׁ֔ן תַּ֖חַת רֹ֣תֶם אֶחָ֑ד וְהִנֵּֽה־זֶ֤ה מַלְאָךְ֙ נֹגֵ֣עַ בּ֔וֹ וַיֹּ֥אמֶר ל֖וֹ ק֥וּם אֱכֽוֹל׃
6 ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନପାନ କରି ପୁନର୍ବାର ଶୟନ କଲେ।
וַיַּבֵּ֕ט וְהִנֵּ֧ה מְרַאֲשֹׁתָ֛יו עֻגַ֥ת רְצָפִ֖ים וְצַפַּ֣חַת מָ֑יִם וַיֹּ֣אכַל וַיֵּ֔שְׁתְּ וַיָּ֖שָׁב וַיִּשְׁכָּֽב׃
7 ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।”
וַיָּשָׁב֩ מַלְאַ֨ךְ יְהוָ֤ה ׀ שֵׁנִית֙ וַיִּגַּע־בּ֔וֹ וַיֹּ֖אמֶר ק֣וּם אֱכֹ֑ל כִּ֛י רַ֥ב מִמְּךָ֖ הַדָּֽרֶךְ׃
8 ତହୁଁ ସେ ଉଠି ଭୋଜନପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
וַיָּ֖קָם וַיֹּ֣אכַל וַיִּשְׁתֶּ֑ה וַיֵּ֜לֶךְ בְּכֹ֣חַ ׀ הָאֲכִילָ֣ה הַהִ֗יא אַרְבָּעִ֥ים יוֹם֙ וְאַרְבָּעִ֣ים לַ֔יְלָה עַ֛ד הַ֥ר הָאֱלֹהִ֖ים חֹרֵֽב׃
9 ଆଉ ସେ ସେଠାସ୍ଥିତ ଏକ ଗହ୍ୱରରେ ଉପସ୍ଥିତ ହୋଇ ରାତ୍ରି କ୍ଷେପଣ କଲେ; ସେତେବେଳେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ନିକଟରେ ଉପସ୍ଥିତ ହେଲା ଓ ସେ ତାଙ୍କୁ କହିଲେ, “ଏଲୀୟ, ତୁମ୍ଭେ ଏଠାରେ କʼଣ କରୁଅଛ?”
וַיָּבֹא־שָׁ֥ם אֶל־הַמְּעָרָ֖ה וַיָּ֣לֶן שָׁ֑ם וְהִנֵּ֤ה דְבַר־יְהוָה֙ אֵלָ֔יו וַיֹּ֣אמֶר ל֔וֹ מַה־לְּךָ֥ פֹ֖ה אֵלִיָּֽהוּ׃
10 ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
וַיֹּאמֶר֩ קַנֹּ֨א קִנֵּ֜אתִי לַיהוָ֣ה ׀ אֱלֹהֵ֣י צְבָא֗וֹת כִּֽי־עָזְב֤וּ בְרִֽיתְךָ֙ בְּנֵ֣י יִשְׂרָאֵ֔ל אֶת־מִזְבְּחֹתֶ֣יךָ הָרָ֔סוּ וְאֶת־נְבִיאֶ֖יךָ הָרְג֣וּ בֶחָ֑רֶב וָֽאִוָּתֵ֤ר אֲנִי֙ לְבַדִּ֔י וַיְבַקְשׁ֥וּ אֶת־נַפְשִׁ֖י לְקַחְתָּֽהּ׃
11 ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
וַיֹּ֗אמֶר צֵ֣א וְעָמַדְתָּ֣ בָהָר֮ לִפְנֵ֣י יְהוָה֒ וְהִנֵּ֧ה יְהוָ֣ה עֹבֵ֗ר וְר֣וּחַ גְּדוֹלָ֡ה וְחָזָ֞ק מְפָרֵק֩ הָרִ֨ים וּמְשַׁבֵּ֤ר סְלָעִים֙ לִפְנֵ֣י יְהוָ֔ה לֹ֥א בָר֖וּחַ יְהוָ֑ה וְאַחַ֤ר הָר֨וּחַ רַ֔עַשׁ לֹ֥א בָרַ֖עַשׁ יְהוָֽה׃
12 ଆଉ ଭୂମିକମ୍ପ ଉତ୍ତାରେ ଅଗ୍ନି ହେଲା; ମାତ୍ର ସଦାପ୍ରଭୁ ସେହି ଅଗ୍ନିରେ ନ ଥିଲେ; ପୁଣି, ଅଗ୍ନି ଉତ୍ତାରେ ଏକ ଶାନ୍ତ କ୍ଷୁଦ୍ର ରବ ହେଲା।
וְאַחַ֤ר הָרַ֙עַשׁ֙ אֵ֔שׁ לֹ֥א בָאֵ֖שׁ יְהוָ֑ה וְאַחַ֣ר הָאֵ֔שׁ ק֖וֹל דְּמָמָ֥ה דַקָּֽה׃
13 ତହୁଁ ଏଲୀୟ ତାହା ଶୁଣନ୍ତେ, ଆପଣା ବସ୍ତ୍ରରେ ମୁଖ ଆଚ୍ଛାଦନ କରି ବାହାରେ ଯାଇ ଗହ୍ୱର-ମୁଖ ନିକଟରେ ଠିଆ ହେଲେ। ତହିଁରେ ଦେଖ, ଏକ ରବ ତାଙ୍କ ନିକଟରେ ଉପସ୍ଥିତ ହୋଇ କହିଲା, “ଏଲୀୟ, ତୁମ୍ଭେ ଏଠାରେ କଅଣ କରୁଅଛ?”
וַיְהִ֣י ׀ כִּשְׁמֹ֣עַ אֵלִיָּ֗הוּ וַיָּ֤לֶט פָּנָיו֙ בְּאַדַּרְתּ֔וֹ וַיֵּצֵ֕א וַֽיַּעֲמֹ֖ד פֶּ֣תַח הַמְּעָרָ֑ה וְהִנֵּ֤ה אֵלָיו֙ ק֔וֹל וַיֹּ֕אמֶר מַה־לְּךָ֥ פֹ֖ה אֵלִיָּֽהוּ׃
14 ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”
וַיֹּאמֶר֩ קַנֹּ֨א קִנֵּ֜אתִי לַיהוָ֣ה ׀ אֱלֹהֵ֣י צְבָא֗וֹת כִּֽי־עָזְב֤וּ בְרִֽיתְךָ֙ בְּנֵ֣י יִשְׂרָאֵ֔ל אֶת־מִזְבְּחֹתֶ֣יךָ הָרָ֔סוּ וְאֶת־נְבִיאֶ֖יךָ הָרְג֣וּ בֶחָ֑רֶב וָאִוָּתֵ֤ר אֲנִי֙ לְבַדִּ֔י וַיְבַקְשׁ֥וּ אֶת־נַפְשִׁ֖י לְקַחְתָּֽהּ׃ ס
15 ସେତେବେଳେ ସଦାପ୍ରଭୁ ତାଙ୍କୁ କହିଲେ, “ଆପଣା ପଥରେ ଫେରି ଦମ୍ମେଶକ ପ୍ରାନ୍ତରକୁ ଯାଅ; ଆଉ ତୁମ୍ଭେ ସେଠାରେ ଉପସ୍ଥିତ ହେଲେ, ହସାୟେଲକୁ ଅରାମ ଉପରେ ରାଜାଭିଷିକ୍ତ କର;
וַיֹּ֤אמֶר יְהוָה֙ אֵלָ֔יו לֵ֛ךְ שׁ֥וּב לְדַרְכְּךָ֖ מִדְבַּ֣רָה דַמָּ֑שֶׂק וּבָ֗אתָ וּמָשַׁחְתָּ֧ אֶת־חֲזָאֵ֛ל לְמֶ֖לֶךְ עַל־אֲרָֽם׃
16 ଆଉ ନିମ୍‍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍‍-ମହୋଲା ନିବାସୀ ଶାଫଟ୍‍ର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍‍ବକ୍ତା କରି ଅଭିଷେକ କର।
וְאֵת֙ יֵה֣וּא בֶן־נִמְשִׁ֔י תִּמְשַׁ֥ח לְמֶ֖לֶךְ עַל־יִשְׂרָאֵ֑ל וְאֶת־אֱלִישָׁ֤ע בֶּן־שָׁפָט֙ מֵאָבֵ֣ל מְחוֹלָ֔ה תִּמְשַׁ֥ח לְנָבִ֖יא תַּחְתֶּֽיךָ׃
17 ତହିଁରେ ଯେଉଁ ଲୋକ ହସାୟେଲର ଖଡ୍ଗରୁ ବଞ୍ଚିବ, ଯେହୂ ତାହାଙ୍କୁ ବଧ କରିବ ଓ ଯେ ଯେହୂର ଖଡ୍ଗରୁ ବଞ୍ଚିବ, ତାହାକୁ ଇଲୀଶାୟ ବଧ କରିବ।
וְהָיָ֗ה הַנִּמְלָ֛ט מֵחֶ֥רֶב חֲזָאֵ֖ל יָמִ֣ית יֵה֑וּא וְהַנִּמְלָ֛ט מֵחֶ֥רֶב יֵה֖וּא יָמִ֥ית אֱלִישָֽׁע׃
18 ତଥାପି ଆମ୍ଭେ ଇସ୍ରାଏଲ ମଧ୍ୟରେ ଆପଣା ପାଇଁ ସାତ ସହସ୍ର ଲୋକ ଅବଶିଷ୍ଟ ରଖିବା, ଯେଉଁମାନଙ୍କର ଆଣ୍ଠୁ ବାଲ୍‍ ସମ୍ମୁଖରେ ନତ ହୋଇ ନାହିଁ ଓ ଯେଉଁମାନଙ୍କର ମୁଖ ତାହାକୁ ଚୁମ୍ବନ କରି ନାହିଁ।”
וְהִשְׁאַרְתִּ֥י בְיִשְׂרָאֵ֖ל שִׁבְעַ֣ת אֲלָפִ֑ים כָּל־הַבִּרְכַּ֗יִם אֲשֶׁ֤ר לֹֽא־כָֽרְעוּ֙ לַבַּ֔עַל וְכָ֨ל־הַפֶּ֔ה אֲשֶׁ֥ר לֹֽא־נָשַׁ֖ק לֽוֹ׃
19 ଏଥିରେ ଏଲୀୟ ଏଠାରୁ ପ୍ରସ୍ଥାନ କରି ଶାଫଟ୍‍ର ପୁତ୍ର ଇଲୀଶାୟଙ୍କର ସନ୍ଧାନ ପାଇଲେ। ସେସମୟରେ ସେ ହଳ ବୁଲାଉଥିଲେ, ତାଙ୍କ ଆଗରେ ବାର ହଳ ବଳଦ ଥିଲେ, ପୁଣି, ସେ ଦ୍ୱାଦଶ ହଳରେ ଥିଲେ; ତହିଁରେ ଏଲୀୟ ତାଙ୍କ ନିକଟକୁ ଯାଇ ଆପଣା ବସ୍ତ୍ର ତାଙ୍କ ଉପରେ ପକାଇଲେ।
וַיֵּ֣לֶךְ מִ֠שָּׁם וַיִּמְצָ֞א אֶת־אֱלִישָׁ֤ע בֶּן־שָׁפָט֙ וְה֣וּא חֹרֵ֔שׁ שְׁנֵים־עָשָׂ֤ר צְמָדִים֙ לְפָנָ֔יו וְה֖וּא בִּשְׁנֵ֣ים הֶעָשָׂ֑ר וַיַּעֲבֹ֤ר אֵלִיָּ֙הוּ֙ אֵלָ֔יו וַיַּשְׁלֵ֥ךְ אַדַּרְתּ֖וֹ אֵלָֽיו׃
20 ତହିଁରେ ସେ ବଳଦ ଛାଡ଼ି ଏଲୀୟଙ୍କ ପଛେ ଦୌଡ଼ି ତାଙ୍କୁ କହିଲେ, “ବିନୟ କରୁଅଛି, ମୋʼ ପିତା ଓ ମାତାଙ୍କୁ ଚୁମ୍ବନ ଦେବା ପାଇଁ ଅନୁମତି ଦେଉନ୍ତୁ, ତହିଁ ଉତ୍ତାରେ ମୁଁ ଆପଣଙ୍କ ପଛେ ଯିବି।” ତହୁଁ ଏଲୀୟ ତାଙ୍କୁ କହିଲେ, “ଫେରିଯାଅ; କିନ୍ତୁ ଚିନ୍ତା କର ଆମ୍ଭେ ତୁମ୍ଭର କଅଣ କଲୁ।”
וַיַּעֲזֹ֣ב אֶת־הַבָּקָ֗ר וַיָּ֙רָץ֙ אַחֲרֵ֣י אֵֽלִיָּ֔הוּ וַיֹּ֗אמֶר אֶשְּׁקָה־נָּא֙ לְאָבִ֣י וּלְאִמִּ֔י וְאֵלְכָ֖ה אַחֲרֶ֑יךָ וַיֹּ֤אמֶר לוֹ֙ לֵ֣ךְ שׁ֔וּב כִּ֥י מֶה־עָשִׂ֖יתִי לָֽךְ׃
21 ତହିଁରେ ସେ ତାଙ୍କ ପଶ୍ଚାତ୍‍ଗମନରୁ ଫେରିଗଲେ ଓ ସେହି ବଳଦ ହଳକ ନେଇ ବଧ କରି ଯୁଆଳି କାଠରେ ସେହି ମାଂସ ସିଦ୍ଧ କରି ଲୋକମାନଙ୍କୁ ଦିଅନ୍ତେ, ସେମାନେ ଭୋଜନ କଲେ। ତହୁଁ ସେ ଉଠି ଏଲୀୟଙ୍କର ପଶ୍ଚାତ୍‍ଗମନ କରି ତାଙ୍କର ପରିଚର୍ଯ୍ୟା କଲେ।
וַיָּ֨שָׁב מֵאַחֲרָ֜יו וַיִּקַּ֣ח אֶת־צֶ֧מֶד הַבָּקָ֣ר וַיִּזְבָּחֵ֗הוּ וּבִכְלִ֤י הַבָּקָר֙ בִּשְּׁלָ֣ם הַבָּשָׂ֔ר וַיִּתֵּ֥ן לָעָ֖ם וַיֹּאכֵ֑לוּ וַיָּ֗קָם וַיֵּ֛לֶךְ אַחֲרֵ֥י אֵלִיָּ֖הוּ וַיְשָׁרְתֵֽהוּ׃ פ

< ପ୍ରଥମ ରାଜାବଳୀ 19 >