< ପ୍ରଥମ ରାଜାବଳୀ 2 >

1 ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
Davut'un ölümü yaklaşınca, oğlu Süleyman'a şunları söyledi:
2 “ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।
“Herkes gibi ben de yakında bu dünyadan ayrılacağım. Güçlü ve kararlı ol.
3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
Tanrın RAB'bin verdiği görevleri yerine getir. Onun yollarında yürü ve Musa'nın yasasında yazıldığı gibi Tanrı'nın kurallarına, buyruklarına, ilkelerine ve öğütlerine uy ki, yaptığın her şeyde ve gittiğin her yerde başarılı olasın.
4 ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’
O zaman RAB bana verdiği şu sözü yerine getirecektir: ‘Eğer soyun nasıl yaşadığına dikkat eder, candan ve yürekten bana bağlı kalarak yollarımda yürürse, İsrail tahtından senin soyunun ardı arkası kesilmeyecektir.’
5 ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍‍ର ପୁତ୍ର ଅବ୍‍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।
“Seruya oğlu Yoav'ın bana ve İsrail ordusunun iki komutanı Ner oğlu Avner'le Yeter oğlu Amasa'ya neler yaptığını biliyorsun. Sanki savaş varmış gibi onları öldürerek barış döneminde kan döktü. Belindeki kemerle ayağındaki çarıklara kan bulaştırdı.
6 ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ। (Sheol h7585)
Sen aklına uyanı yap, ama onun ak saçlı başının esenlik içinde ölüler diyarına gitmesine izin verme. (Sheol h7585)
7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।
“Gilatlı Barzillay'ın oğullarına iyi davran, sofranda yemek yiyenlerin arasında onlara da yer ver. Çünkü ben ağabeyin Avşalom'un önünden kaçtığım zaman onlar bana yardım etmişlerdi.
8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।
“Mahanayim'e gittiğim gün beni çok ağır biçimde lanetleyen Benyamin oymağından Bahurimli Gera'nın oğlu Şimi de yanında. Beni Şeria Irmağı kıyısında karşılamaya geldiğinde, ‘Seni kılıçla öldürmeyeceğim’ diye RAB'bin adıyla ona ant içmiştim.
9 ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।” (Sheol h7585)
Ama sen sakın onu cezasız bırakma. Ona ne yapacağını bilecek kadar akıllısın. Onun ak saçlı başını ölüler diyarına kanlar içinde gönder.” (Sheol h7585)
10 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
Davut ölüp atalarına kavuşunca, kendi adıyla bilinen kentte gömüldü.
11 ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
Yedi yıl Hevron'da, otuz üç yıl Yeruşalim'de olmak üzere toplam kırk yıl İsrail'de krallık yaptı.
12 ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
Babası Davut'un tahtına geçen Süleyman'ın krallığı çok sağlam temellere oturmuştu.
13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍‍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”
Hagit oğlu Adoniya, Süleyman'ın annesi Bat-Şeva'nın yanına gitti. Bat-Şeva ona, “Dostça mı geldin?” diye sordu. Adoniya, “Dostça” diye karşılık verdi.
14 ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍‍ଶେବା କହିଲେ, “କୁହ।”
Ve ekledi: “Sana söyleyeceklerim var.” Bat-Şeva, “Söyle!” dedi.
15 ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।
Adoniya, “Bildiğin gibi, daha önce krallık benim elimdeydi” dedi, “Bütün İsrail benim kral olmamı bekliyordu. Ancak her şey değişti ve krallık kardeşimin eline geçti. Çünkü RAB'bin isteği buydu.
16 ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର।” ବତ୍‍ଶେବା ତାହାକୁ କହିଲେ, “କୁହ।”
Ama benim senden bir dileğim var. Lütfen geri çevirme.” Bat-Şeva, “Söyle!” dedi.
17 ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”
Adoniya, “Kral Süleyman seni kırmaz” dedi, “Lütfen ona söyle, Şunemli Avişak'ı bana eş olarak versin.”
18 ଏଥିରେ ବତ୍‍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
Bat-Şeva, “Peki, senin için kralla konuşacağım” diye karşılık verdi.
19 ଏହେତୁ ବତ୍‍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।
Bat-Şeva, Adoniya'nın dileğini iletmek üzere Kral Süleyman'ın yanına gitti. Süleyman annesini karşılamak için ayağa kalkıp önünde eğildikten sonra tahtına oturdu. Annesi için de sağ tarafına bir taht koydurdu.
20 ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”
Tahtına oturan annesi, “Senden küçük bir dileğim var, lütfen beni boş çevirme” dedi. Kral, “Söyle anne, seni kırmam” diye karşılık verdi.
21 ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”
Bat-Şeva, “Şunemli Avişak ağabeyin Adoniya'ya eş olarak verilsin” dedi.
22 ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।”
Kral Süleyman, “Neden Şunemli Avişak'ın Adoniya'ya verilmesini istiyorsun?” dedi, “Krallığı da ona vermemi iste bari! Ne de olsa o benim büyüğüm. Üstelik Kâhin Aviyatar'la Seruya oğlu Yoav da ondan yana.”
23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।
Bu olay üzerine Kral Süleyman RAB'bin adıyla ant içti: “Eğer Adoniya bu dileğini hayatıyla ödemezse, Tanrı bana aynısını, hatta daha kötüsünü yapsın!
24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।”
Beni güçlendirip babam Davut'un tahtına oturtan, verdiği sözü tutup bana bir hanedan kuran, yaşayan RAB'bin adıyla ant içerim ki, Adoniya bugün öldürülecek!”
25 ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
Böylece Kral Süleyman Yehoyada oğlu Benaya'yı Adoniya'yı öldürmekle görevlendirdi. Benaya da gidip Adoniya'yı öldürdü.
26 ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍‍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”
Kral, Kâhin Aviyatar'a, “Anatot'taki tarlana dön” dedi, “Aslında ölümü hak ettin. Ama seni şimdi öldürmeyeceğim. Çünkü sen babam Davut'un önünde Egemen RAB'bin Antlaşma Sandığı'nı taşıdın ve babamın çektiği bütün sıkıntıları onunla paylaştın.”
27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
Eli'nin ailesi hakkında RAB'bin Şilo'da söylediği sözün gerçekleşmesi için, Süleyman Aviyatar'ı RAB'bin kâhinliğinden uzaklaştırdı.
28 ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
Haber Yoav'a ulaştı. Yoav daha önce ayaklanan Avşalom'u desteklemediği halde Adoniya'yı destekledi. Bu nedenle RAB'bin Çadırı'na kaçtı ve sunağın boynuzlarına sarıldı.
29 ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।
Yoav'ın RAB'bin Çadırı'na kaçıp sunağın yanında olduğu Kral Süleyman'a bildirildi. Süleyman, Yehoyada oğlu Benaya'ya, “Git, onu vur!” diye buyruk verdi.
30 ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।”
Benaya RAB'bin Çadırı'na gitti ve Yoav'a, “Kral dışarı çıkmanı buyuruyor!” dedi. Yoav, “Hayır, burada ölmek istiyorum” karşılığını verdi. Benaya gidip Yoav'ın kendisini nasıl yanıtladığını krala bildirdi.
31 ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।
Kral, “Onun istediği gibi yap” dedi, “Onu orada öldür ve göm. Yoav'ın boş yere döktüğü kanın sorumluluğunu benim ve babamın soyu üstünden kaldırmış olursun.
32 ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍‍ର ପୁତ୍ର ଅବ୍‍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।
RAB döktüğü kandan ötürü onu cezalandıracaktır. Çünkü Yoav babam Davut'un bilgisi dışında, kendisinden daha iyi ve doğru olan iki kişiyi –İsrail ordusunun komutanı Ner oğlu Avner'le Yahuda ordusunun komutanı Yeter oğlu Amasa'yı– kılıçla öldürdü.
33 ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”
Böylece dökülen kanlarının sorumluluğu sonsuza dek Yoav'ın ve soyunun üstünde kalacaktır. Ama RAB, Davut'a, soyuna, ailesine ve tahtına sonsuza dek esenlik verecektir.”
34 ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
Yehoyada oğlu Benaya gidip Yoav'ı öldürdü. Onu ıssız bir bölgede bulunan kendi evine gömdüler.
35 ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।
Kral, Yoav'ın yerine Yehoyada oğlu Benaya'yı ordu komutanı yaptı. Aviyatar'ın yerine de Kâhin Sadok'u atadı.
36 ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।
Sonra kral haber gönderip Şimi'yi çağırttı. Ona, “Yeruşalim'de kendine bir ev yap ve orada otur” dedi, “Hiçbir yere gitme.
37 କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”
Oradan ayrılıp Kidron Vadisi'nden öteye geçtiğin gün bil ki öleceksin. Sorumluluk sana ait.”
38 ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା।
Şimi krala, “Efendim kral, peki” diye karşılık verdi, “Kulun olarak söylediklerini aynen yapacağım.” Şimi Yeruşalim'de uzun süre yaşadı.
39 ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍‍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍‍ ନଗରରେ ଅଛନ୍ତି।”
Aradan üç yıl geçmişti, Şimi'nin iki kölesi Gat Kralı Maaka oğlu Akiş'in yanına kaçtı. Kölelerin Gat'a kaçtığını Şimi'ye haber verdiler.
40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍‍ ନଗରକୁ ଆଖୀଶ୍‍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍‍ରୁ ଆପଣା ଦାସମାନଙ୍କୁ ଆଣିଲା।
Bunun üzerine Şimi kalkıp eşeğine palan vurdu ve kölelerini aramak üzere Gat'a Akiş'in yanına gitti. Kölelerini bulup Gat'tan geri getirdi.
41 ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍‍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”
Şimi'nin Yeruşalim'den Gat'a gidip döndüğü Süleyman'a anlatılınca,
42 ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’
Süleyman Şimi'yi çağırttı. “Sana RAB'bin adıyla ant içirmedim mi?” dedi, “‘Kalkıp herhangi bir yere gittiğin gün öleceğini bil!’ diye seni uyarmadım mı? Sen de bana: ‘Peki, sözünü dinleyeceğim’ demedin mi?
43 ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”
Öyleyse neden RAB'bin adına içtiğin anda ve buyruğuma uymadın?”
44 ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।
Kral, Şimi'ye karşı sözlerini şöyle sürdürdü: “Babam Davut'a yaptığın bütün kötülükleri çok iyi biliyorsun. Bu yaptıklarından dolayı RAB seni cezalandıracak.
45 ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତକାଳ ସ୍ଥିରୀକୃତ ହେବ।”
Ama Kral Süleyman kutsanacak ve Davut'un tahtı RAB'bin önünde sonsuza dek kurulu kalacaktır.”
46 ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।
Kral, Yehoyada oğlu Benaya'ya buyruk verdi. O da gidip Şimi'yi öldürdü. Böylece Süleyman'ın krallığı iyice pekişti.

< ପ୍ରଥମ ରାଜାବଳୀ 2 >