< ପ୍ରଥମ ରାଜାବଳୀ 2 >
1 ଏଥିଉତ୍ତାରେ ଦାଉଦଙ୍କର ମରଣକାଳ ସନ୍ନିକଟ ହୁଅନ୍ତେ, ସେ ଆପଣା ପୁତ୍ର ଶଲୋମନଙ୍କୁ ଆଜ୍ଞା ଦେଇ କହିଲେ,
Dawid rebewu no, ɔde adwuma hyɛɛ Salomo nsa sɛ:
2 “ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।
“Merekɔ faako a ɛsɛ sɛ da bi ɔteasefo biara kɔ, enti yɛ den na kyerɛ wo mmaninyɛ,
3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
na yɛ nea Awurade, wo Nyankopɔn, hwehwɛ sɛ woyɛ. Nantew nʼakwan so, na di ne mmara ne nʼahyɛde so sɛnea wɔakyerɛw wɔ Mose mmara no mu no, sɛnea ɛbɛyɛ a wobɛkɔ so wɔ biribiara a wobɛyɛ mu ne baabiara a wobɛkɔ nso.
4 ତହିଁରେ ସଦାପ୍ରଭୁ ମୋʼ ବିଷୟରେ ଯାହା କହିଅଛନ୍ତି, ଯଥା, ‘ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।’
Sɛ woyɛ eyi a na Awurade bedi ne bɔ a ɔhyɛɛ me no so se, ‘Sɛ wʼasefo hwɛ wɔn asetena, na wofi wɔn koma ne wɔn kra nyinaa mu nantew nokware mu wɔ mʼanim a, wɔn mu baako bɛtena Israel ahengua no so.’
5 ଆହୁରି ସରୁୟାର ପୁତ୍ର ଯୋୟାବ ମୋʼ ପ୍ରତି ଯାହା କରିଅଛି, ପୁଣି, ଇସ୍ରାଏଲର ଦୁଇ ସେନାପତି, ନେର୍ର ପୁତ୍ର ଅବ୍ନର ଓ ଯେଥରର ପୁତ୍ର ଅମାସା ପ୍ରତି ଯାହା କରିଅଛି, ତାହା ତୁମ୍ଭେ ଜାଣ; ସେ ସେମାନଙ୍କୁ ବଧ କରି ସନ୍ଧି ସମୟରେ ଯୁଦ୍ଧ ସମୟର ନ୍ୟାୟ ରକ୍ତପାତ କଲା ଓ ସେହି ଯୁଦ୍ଧଯୋଗ୍ୟ ରକ୍ତ ଆପଣା କଟିସ୍ଥିତ ବନ୍ଧନୀରେ ଓ ପାଦସ୍ଥିତ ପାଦୁକାରେ ଲଗାଇଲା।
“Wunim se Seruia babarima Yoab kum mʼakofo asahene baanu no a ɛyɛ Ner babarima Abner ne Yeter babarima Amasa no. Okunkum wɔn, hwiee wɔn mogya gui, asomdwoe bere mu a ɛnyɛ ɔko bere mu, na ɔde wɔn mogya kekaa nʼabɔso a ɛbɔ nʼasen mu ne ne mpaboa a ɛhyɛ ne nan so.
6 ଏହେତୁ ତୁମ୍ଭେ ଆପଣା ଜ୍ଞାନାନୁସାରେ ତାହା ପ୍ରତି ବ୍ୟବହାର କର ଓ ତାହାର ପକ୍ୱକେଶ-ମସ୍ତକକୁ ଶାନ୍ତିରେ ପାତାଳକୁ ଯିବା ପାଇଁ ନ ଦିଅ। (Sheol )
Wo ne no nni, na mma no mfa ne ti dwen nkɔ ɔda mu asomdwoe mu. (Sheol )
7 ମାତ୍ର, ଗିଲୀୟଦୀୟ ବର୍ସିଲ୍ଲୟର ପୁତ୍ରମାନଙ୍କ ପ୍ରତି ଦୟା ପ୍ରକାଶ କର, ଆଉ, ତୁମ୍ଭ ମେଜରେ ଭୋଜନକାରୀମାନଙ୍କ ମଧ୍ୟରେ ସେମାନଙ୍କୁ ସ୍ଥାନ ଦିଅ; କାରଣ, ମୁଁ ତୁମ୍ଭ ଭ୍ରାତା ଅବଶାଲୋମଠାରୁ ପଳାଇବା ସମୟରେ ସେମାନେ ସେପରି ମୋʼ ନିକଟକୁ ଆସିଥିଲେ।
“Na yɛ Barsilai a ofi Gilead no mmabarima adɔe, na ma wɔnka wɔn a wodidi wɔ wo didipon so no ho. Bere a miguan fii wo nuabarima Absalom ho no, wɔyɛɛ me adɔe.
8 ଆଉ ଦେଖ, ତୁମ୍ଭ ନିକଟରେ ବିନ୍ୟାମୀନୀୟ ଗେରାର ପୁତ୍ର ବହୁରୀମ ନିବାସୀ ଶିମୀୟି ଅଛି; ମୁଁ ମହନୟିମକୁ ଯିବା ଦିନ ସେ ମୋତେ ଦାରୁଣ ଅଭିଶାପରେ ଅଭିଶାପ ଦେଇଥିଲା, ମାତ୍ର, ସେ ଯର୍ଦ୍ଦନ ନିକଟରେ ମୋତେ ଭେଟିବାକୁ ଆସିଥିଲା ଓ ମୁଁ ସଦାପ୍ରଭୁଙ୍କ ନାମରେ ଶପଥ କରି ତାହାକୁ କହିଥିଲି, ମୁଁ ତୁମ୍ଭକୁ ଖଡ୍ଗରେ ବଧ କରିବି ନାହିଁ।
“Kae Gera Benyaminni a ofi Bahurim no babarima Simei. Ɔdomee me denneennen, da a mereguan akɔ Mahanaim no. Na obehyiaa me wɔ Yordan no, mede Awurade din kaa ntam sɛ, Merenkum no.
9 ତୁମ୍ଭେ ତ ଜ୍ଞାନୀ ଲୋକ; ଏଣୁ ତାହାକୁ ନିରପରାଧ ମଣିବ ନାହିଁ; ଆଉ ତୁମ୍ଭର ତାହା ପ୍ରତି ଯାହା କର୍ତ୍ତବ୍ୟ, ତାହା ବୁଝିବ ଓ ତୁମ୍ଭେ ତାହାର ପକ୍ୱକେଶ-ମସ୍ତକ ରକ୍ତ ସହିତ ପାତାଳକୁ ଆଣିବ।” (Sheol )
Nanso ntam no mma onni bem. Woyɛ onyansafo na wubehu ɔkwan a wobɛfa so aka ne mogya agu.” (Sheol )
10 ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ କବର ପାଇଲେ।
Na Dawid wui, na wosiee no wɔ Dawid kurom.
11 ଦାଉଦ ଇସ୍ରାଏଲ ଉପରେ ଚାଳିଶ ବର୍ଷ ରାଜ୍ୟ କଲେ; ସେ ସାତ ବର୍ଷ ହିବ୍ରୋଣରେ ରାଜ୍ୟ କଲେ ଓ ତେତିଶ ବର୍ଷ ଯିରୂଶାଲମରେ ରାଜ୍ୟ କଲେ।
Odii hene wɔ Israel mfe aduanan a ne nkyerɛmu ne sɛ, odii Hebron so mfe ason na Yerusalem nso, odii ade mfe aduasa abiɛsa.
12 ଏଥିଉତ୍ତାରେ ଶଲୋମନ ଆପଣାର ପିତା ଦାଉଦଙ୍କର ସିଂହାସନରେ ଉପବିଷ୍ଟ ହେଲେ ଓ ତାଙ୍କର ରାଜ୍ୟ ଅତିଶୟ ଦୃଢ଼ ହେଲା।
Enti Salomo tenaa nʼagya Dawid ahengua so, na nʼadedi ase timii yiye.
13 ତହିଁରେ ହଗୀତର ପୁତ୍ର ଅଦୋନୀୟ ଶଲୋମନଙ୍କର ମାତା ବତ୍ଶେବା ନିକଟକୁ ଆସନ୍ତେ, ସେ ପଚାରିଲେ, “କୁଶଳରେ ଆସିଲ?” ସେ ଉତ୍ତର କଲା, “କୁଶଳରେ।”
Na Hagit babarima Adoniya kɔɔ Salomo ne na Batseba nkyɛn. Batseba bisaa no se, “Wobaa no asomdwoe so ana?” Obuaa no se, “Ɛyɛ asomdwoe so.”
14 ସେ ଆହୁରି କହିଲା, “ମୋହର ତୁମ୍ଭକୁ କିଛି କହିବାର ଅଛି।” ବତ୍ଶେବା କହିଲେ, “କୁହ।”
Na ɔka kaa ho se, “Mepɛ sɛ woyɛ me adɔe bi.” Na Batseba bisae se, “Adɔe bɛn.”
15 ତହୁଁ ସେ କହିଲା, “ତୁମ୍ଭେ ଜାଣ ଯେ, ରାଜ୍ୟ ମୋହର ଥିଲା ଓ ମୁଁ ରାଜ୍ୟ କରିବି ବୋଲି ସମଗ୍ର ଇସ୍ରାଏଲ ମୋʼ ପ୍ରତି ଅନାଇଥିଲେ; ଯାହାହେଉ, ରାଜ୍ୟ ବଦଳି ଯାଇ ମୋʼ ଭାଇଙ୍କର ହୋଇଅଛି; କାରଣ, ତାହା ସଦାପ୍ରଭୁଙ୍କ ଆଡ଼ୁ ତାଙ୍କର ଥିଲା।
Adoniya kae se, “Sɛnea wunim no, na ahemman no yɛ me dea. Na Israel nyinaa hwɛ me kwan sɛ wɔn hene. Nanso nneɛma sesae, na ahemman no kɔɔ me nuabarima nkyɛn, efisɛ Awurade pɛ no saa.
16 ଏଣୁ ଏବେ ମୁଁ ତୁମ୍ଭକୁ ଗୋଟିଏ ନିବେଦନ କରୁଅଛି, ମୋତେ ମନା ନ କର।” ବତ୍ଶେବା ତାହାକୁ କହିଲେ, “କୁହ।”
Mprempren, ade baako na mepɛ sɛ mesrɛ wo. Mfa nkame me.” Ɔkae se, “Wutumi ka.”
17 ତହୁଁ ସେ କହିଲା, “ତୁମ୍ଭେ ଅନୁଗ୍ରହ କରି ଶୁନେମୀୟା ଅବୀଶଗକୁ ମୋʼ ସଙ୍ଗେ ବିବାହ ଦେବା ପାଇଁ ଶଲୋମନ ରାଜାଙ୍କୁ କୁହ, ସେ ତ ତୁମ୍ଭକୁ ନାସ୍ତି କରିବେ ନାହିଁ।”
Na ɔtoaa so se, “Kɔsrɛ ɔhene Salomo ma me, na ɔremfa dekode no nkame wo. Ka na ɔmfa Abisag Sunamni no mma me sɛ me yere.”
18 ଏଥିରେ ବତ୍ଶେବା କହିଲେ, “ଭଲ; ମୁଁ ତୁମ୍ଭ ପାଇଁ ରାଜାଙ୍କୁ କହିବି।”
Na Batseba buae se, “Eye mɛka ho asɛm akyerɛ ɔhene ama wo.”
19 ଏହେତୁ ବତ୍ଶେବା ଅଦୋନୀୟ ନିମନ୍ତେ କହିବା ପାଇଁ ଶଲୋମନ ରାଜାଙ୍କ ନିକଟକୁ ଗଲେ। ତହୁଁ ରାଜା ତାଙ୍କୁ ଭେଟିବା ପାଇଁ ଉଠି ପ୍ରଣାମ କଲେ ଓ ଆପଣା ସିଂହାସନରେ ବସି ରାଜମାତାଙ୍କ ନିମନ୍ତେ ଆସନ ରଖାଇଲେ; ତହିଁରେ ସେ ତାଙ୍କର ଦକ୍ଷିଣ ପାଖରେ ବସିଲେ।
Enti Batseba kɔɔ ɔhene Salomo nkyɛn sɛ ɔrekɔkasa ama Adoniya. Ɔhene no sɔree sɛ ɔrebehyia no, bɔɔ ne mu ase ansa na ɔretena nʼahengua so. Na ɔhyɛɛ sɛ wɔmfa agua mmrɛ ɔhene na, na ɔtenaa ɔhene nifa so.
20 ତେବେ ସେ କହିଲେ, “ତୁମ୍ଭଠାରେ ମୋହର ଏକ କ୍ଷୁଦ୍ର ନିବେଦନ ଅଛି; ମୋତେ ନାସ୍ତି ନ କର।” ତହୁଁ ରାଜା ତାଙ୍କୁ କହିଲେ, “ମୋହର ମାତା, କୁହ; କାରଣ, ମୁଁ ତୁମ୍ଭକୁ ନାସ୍ତି କରିବି ନାହିଁ।”
Ɔka kyerɛɛ ɔhene se, “Mewɔ ade ketewaa bi srɛ wo, na mfa nkame me.” Ɔhene no buaa no se, “Ka, me na. Meyɛ ama wo.”
21 ଏଥିରେ ସେ କହିଲେ, “ଶୁନେମୀୟା ଅବୀଶଗକୁ ତୁମ୍ଭ ଭାଇ ଅଦୋନୀୟ ସହିତ ବିବାହ ଦିଆଯାଉ।”
Enti ɔkae se, “Ma wɔmfa Sunamni Abisag mma wo nuabarima Adoniya aware.”
22 ତହୁଁ ଶଲୋମନ ରାଜା ଉତ୍ତର କରି ଆପଣା ମାତାଙ୍କୁ କହିଲେ, “ତୁମ୍ଭେ ଅଦୋନୀୟ ନିମନ୍ତେ ଶୁନେମୀୟା ଅବୀଶଗକୁ କାହିଁକି ମାଗୁଅଛ? ତାହା ପାଇଁ ରାଜ୍ୟ ମଧ୍ୟ ମାଗ, କାରଣ, ସେ ତ ମୋହର ବଡ଼ ଭାଇ; ହଁ ତାହା ପାଇଁ, ପୁଣି, ଅବୀୟାଥର ଯାଜକ ଓ ସରୁୟାର ପୁତ୍ର ଯୋୟାବ ପାଇଁ ମଧ୍ୟ ମାଗ।”
Ɔhene Salomo bisaa ne na se, “Adɛn nti na wopɛ sɛ Adoniya ware Sunamni Abisag? Ɛno de, sɛ wubebisa ahemman nso ama no. Wunim sɛ ɔyɛ me nua panyin na ɔsɔfo Abiatar ne Seruia babarima Yoab nso boa no!”
23 ସେତେବେଳେ ଶଲୋମନ ରାଜା ସଦାପ୍ରଭୁଙ୍କ ନାମରେ ଶପଥ କରି କହିଲେ, “ଯେବେ ଅଦୋନୀୟ ଏହି କଥା ଆପଣା ପ୍ରାଣ ବିରୁଦ୍ଧରେ କହି ନ ଥାଏ, ତେବେ ପରମେଶ୍ୱର ମୋତେ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ଦେଉନ୍ତୁ।
Na ɔhene Salomo de Awurade din kaa ntam se, “Sɛ Adoniya amfa ne nkwa antwa saa abisade yi so a, Onyankopɔn ne me nni no dennen so pa ara.
24 ଏହେତୁ ଯେଉଁ ସଦାପ୍ରଭୁ ନିଜ ପ୍ରତିଜ୍ଞାନୁସାରେ ମୋତେ ସୁସ୍ଥିର କରି ମୋʼ ପିତା ଦାଉଦଙ୍କ ସିଂହାସନରେ ମୋତେ ବସାଇ ଅଛନ୍ତି ଓ ଯେ ମୋʼ ଗୃହ ଦୃଢ଼ କରିଅଛନ୍ତି, ତାହାଙ୍କ ଜୀବିତ ଥିବା ପ୍ରମାଣେ ଅଦୋନୀୟ ନିଶ୍ଚୟ ଆଜି ହତ ହେବ।”
Na mprempren de, mmere dodow a Awurade te ase yi, ɔno a watim mʼase wɔ mʼagya Dawid ahengua so, na wabɔ me fie ahenni mu nnidiso atenase ama me, sɛnea ɔhyɛɛ me bɔ no, Adoniya de, twa ara na etwa sɛ owu nnɛ yi ara.”
25 ଏଉତ୍ତାରେ ଶଲୋମନ ରାଜା ଯିହୋୟାଦାର ପୁତ୍ର ବନାୟକୁ ପଠାଇଲେ; ତହୁଁ ସେ ତାହାକୁ ଆକ୍ରମଣ କରନ୍ତେ, ସେ ମଲା।
Enti, Salomo hyɛɛ Yehoiada babarima Benaia sɛ onkum no, na okum Adoniya.
26 ଏଥିଉତ୍ତାରେ ରାଜା ଅବୀୟାଥର ଯାଜକଙ୍କୁ କହିଲେ, “ତୁମ୍ଭେ ଅନାଥୋତ୍କୁ ଆପଣା କ୍ଷେତ୍ରକୁ ଯାଅ; କାରଣ, ତୁମ୍ଭେ ମୃତ୍ୟୁୁଯୋଗ୍ୟ; ମାତ୍ର, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବି ନାହିଁ, ଯେହେତୁ ତୁମ୍ଭେ ମୋʼ ପିତା ଦାଉଦଙ୍କ ସମ୍ମୁଖରେ ପ୍ରଭୁ ସଦାପ୍ରଭୁଙ୍କ ସିନ୍ଦୁକ ବହିଥିଲ, ଆହୁରି ମୋʼ ପିତାଙ୍କ ସମସ୍ତ ଦୁଃଖଭୋଗରେ ଦୁଃଖଭୋଗ କରିଥିଲ।”
Na ɔhene no ka kyerɛɛ ɔsɔfo Abiatar se, “San kɔ wo kurom Anatot. Wofata sɛ wuwu, nanso merenkum wo mprempren, efisɛ, wosoaa Awurade Tumfo Adaka no maa mʼagya, na wo ne no nyinaa na muhuu amane wɔ nʼabɛbrɛsɛ nyinaa mu.”
27 ଏନିମନ୍ତେ ସଦାପ୍ରଭୁ ଶୀଲୋରେ ଏଲିର ବଂଶ ବିଷୟରେ ଯାହା କହିଥିଲେ, ତାହାଙ୍କର ସେହି ବାକ୍ୟ ସିଦ୍ଧ କରିବା ପାଇଁ ଶଲୋମନ ଅବୀୟାଥରକୁ ସଦାପ୍ରଭୁଙ୍କ ଯାଜକ କର୍ମରୁ ଦୂର କରିଦେଲେ।
Enti Salomo nam so dii mmara a Awurade hyɛɛ wɔ Silo fa Eli asefo ho no so.
28 ଏଉତ୍ତାରେ ଯୋୟାବ ନିକଟରେ ସମ୍ବାଦ ଉପସ୍ଥିତ ହେଲା, କାରଣ ଯୋୟାବ ଯଦ୍ୟପି ଅବଶାଲୋମର ଅନୁଗାମୀ ହେବା ପାଇଁ ବିପଥଗାମୀ ହୋଇ ନ ଥିଲା, ତଥାପି ଅଦୋନୀୟର ଅନୁଗାମୀ ହେବା ପାଇଁ ବିପଥଗାମୀ ହେଲା। ସେଥିସକାଶୁ ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ଯଜ୍ଞବେଦିର ଶୃଙ୍ଗ ଧରିପକାଇଲା।
Ɛwɔ mu, mfiase no na onni Absalom akyi, nanso Yoab de ne ho kɔdɔm Adoniya atuatew no. Bere a Yoab tee Adoniya wu no, otuu mmirika kɔɔ Awurade ntamadan kronkron no mu, na okosusoo mmɛn a etuatua afɔremuka no ho no mu.
29 ଏଉତ୍ତାରେ ଦେଖ, “ଯୋୟାବ ସଦାପ୍ରଭୁଙ୍କ ତମ୍ବୁକୁ ପଳାଇ ବେଦି ନିକଟରେ ଅଛି,” ଏହି ସମ୍ବାଦ ଶଲୋମନ ରାଜାଙ୍କୁ ଦିଆଯାଆନ୍ତେ, ସେ ଯିହୋୟାଦାର ପୁତ୍ର ବନାୟକୁ ପଠାଇ କହିଲେ, ଯାଅ, ତାକୁ ଆକ୍ରମଣ କର।
Bere a ɔhene Salomo tee asɛm yi, ɔsomaa Yehoiada babarima Benaia sɛ onkokum no.
30 ତହିଁରେ ବନାୟ ସଦାପ୍ରଭୁଙ୍କ ତମ୍ବୁକୁ ଯାଇ ତାହାକୁ କହିଲା, “ରାଜା କହିଅଛନ୍ତି, ବାହାରକୁ ଆସ।” ମାତ୍ର ସେ କହିଲା, “ନା, ମୁଁ ଏଠାରେ ମରିବି।” ଏଥିରେ ବନାୟ ପୁଣି, ରାଜାଙ୍କ ନିକଟକୁ ସମ୍ବାଦ ଆଣି କହିଲା, “ଯୋୟାବ ଏପରି କହିଲା ଓ ମୋତେ ଏପରି ଉତ୍ତର ଦେଲା।”
Na Benaia kɔɔ Awurade ntamadan kronkron no mu kɔka kyerɛɛ Yoab se, “Ɔhene se fi adi.” Nanso Yoab buae se, “Dabi, mewu wɔ ha.” Enti Benaia san kɔɔ ɔhene no nkyɛn kɔkaa asɛm a Yoab aka no kyerɛɛ no.
31 ତେବେ ରାଜା ତାହାକୁ କହିଲେ, “ସେ ଯେପରି କହିଅଛି, ସେପରି କର, ତାହାକୁ ଆଘାତ କର ଓ ତାହାକୁ କବର ଦିଅ; ତହିଁରେ ଯୋୟାବ ଅକାରଣରେ ଯେଉଁ ରକ୍ତପାତ କରିଅଛି, ତହିଁର ଅପରାଧ ତୁମ୍ଭେ ମୋʼ ଠାରୁ ଓ ମୋʼ ପିତୃଗୃହରୁ ଦୂର କରିବ।
Ɔhene no tee asɛm a Yoab kae no, ɔka kyerɛɛ Benaia se, “Yɛ nea ɔkae no. Kum no wɔ afɔremuka no ho, na sie no. Eyi beyi adwenhare mogyahwiegu ho afɔdi afi me ne mʼagya fifo so.
32 ପୁଣି, ସଦାପ୍ରଭୁ ତାହାର ରକ୍ତପାତର ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତାଇବେ, କାରଣ, ସେ ମୋʼ ପିତା ଦାଉଦଙ୍କ ଅଜ୍ଞାତସାରରେ ଆପଣାଠାରୁ ଧାର୍ମିକ ଓ ଉତ୍ତମ, ଇସ୍ରାଏଲର ସେନାପତି ନେର୍ର ପୁତ୍ର ଅବ୍ନର ଓ ଯିହୁଦାର ସେନାପତି ଯେଥରର ପୁତ୍ର ଅମାସା, ଏ ଦୁଇ ଜଣଙ୍କୁ ଆକ୍ରମଣ କରି ଖଡ୍ଗରେ ବଧ କରିଥିଲା।
Na Awurade betua no kum a okum mmarima atreneefo ankasa baanu a na woye sen no no so ka. Na mʼagya nnim Ner babarima Abner a na ɔyɛ Israel asraafo so sahene ne Yeter babarima Amasa a na ɔno nso yɛ Yuda asraafo so sahene no wu ho hwee.
33 ତହୁଁ ସେମାନଙ୍କ ରକ୍ତପାତର ଅପରାଧ ଯୋୟାବର ମସ୍ତକରେ ଓ ସଦାକାଳ ତାହାର ବଂଶର ମସ୍ତକରେ ବର୍ତ୍ତିବ; ମାତ୍ର ଦାଉଦଙ୍କ ପ୍ରତି ଓ ତାଙ୍କ ବଂଶ ପ୍ରତି ଓ ତାଙ୍କ ଗୃହ ପ୍ରତି ଓ ତାଙ୍କ ସିଂହାସନ ପ୍ରତି, ସଦାପ୍ରଭୁଙ୍କଠାରୁ ସଦାକାଳ ଶାନ୍ତି ବର୍ତ୍ତିବ।”
Yoab ne nʼasefo de, saa awudi ahorow yi ho afɔdi ntena wɔn so, na Awurade mma Dawid ne nʼasefo ne nʼahengua asomdwoe afebɔɔ!”
34 ଏଉତ୍ତାରେ ଯିହୋୟାଦାର ପୁତ୍ର ବନାୟ ଯାଇ ତାହାକୁ ଆକ୍ରମଣ କରି ବଧ କଲା ଓ ପ୍ରାନ୍ତରସ୍ଥ ତାହାର ନିଜ ଗୃହରେ ତାହାକୁ କବର ଦିଆଗଲା।
Enti Yehoiada babarima Benaia san kɔɔ ntamadan kronkron no mu, kokum Yoab, na wosiee Yoab wɔ ne kurom wuram baabi.
35 ପୁଣି, ରାଜା ତାହାର ପଦରେ ଯିହୋୟାଦାର ପୁତ୍ର ବନାୟକୁ ସେନାପତି କରି ନିଯୁକ୍ତ କଲେ ଓ ରାଜା ଅବୀୟାଥର ପଦରେ ସାଦୋକଙ୍କୁ ଯାଜକ କରି ନିଯୁକ୍ତ କଲେ।
Na ɔhene no yii Yehoiada babarima Benaia sɛ onsi Yoab anan sɛ ɔsahene. Na oyii ɔsɔfo Sadok de no sii Abiatar anan mu.
36 ଏଉତ୍ତାରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ କହିଲେ, “ଯିରୂଶାଲମରେ ଆପଣା ପାଇଁ ଏକ ଗୃହ ନିର୍ମାଣ କରି ସେଠାରେ ବାସ କର, ଆଉ ସେଠାରୁ ଅନ୍ୟ କୌଣସି ସ୍ଥାନକୁ ଯାଅ ନାହିଁ।
Ɔhene no soma ma wɔkɔfrɛɛ Simei ka kyerɛɛ no se, “Si ofi wɔ Yerusalem ha na tena mu. Na mfi kurow no mu nkɔ baabiara.
37 କାରଣ, ତୁମ୍ଭେ ଯେଉଁ ଦିନ ବାହାରି କିଦ୍ରୋଣ ନଦୀ ପାର ହେବ; ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ଏହା ନିଶ୍ଚୟ ଜାଣ; ତୁମ୍ଭ ରକ୍ତପାତର ଅପରାଧ ତୁମ୍ଭ ନିଜ ମସ୍ତକରେ ବର୍ତ୍ତିବ।”
Na da a wubetwa Kidron bon no, wubewu; na wo mogya begu wʼankasa wo ti so.”
38 ତହିଁରେ ଶିମୀୟି ରାଜାଙ୍କୁ କହିଲା, “ଏ ଉତ୍ତମ କଥା; ମୋʼ ପ୍ରଭୁ ମହାରାଜ ଯେପରି କହିଅଛନ୍ତି, ଆପଣଙ୍କ ଦାସ ସେପରି କରିବ।” ଏଣୁ ଶିମୀୟି ଅନେକ ଦିନ ଯିରୂଶାଲମରେ ବାସ କଲା।
Na Simei buae se, “Wʼatemmu no yɛ kronkron. Biribiara a me wura ɔhene bɛhyɛ sɛ menyɛ no, mɛyɛ.” Enti Simei tenaa Yerusalem kyɛe yiye.
39 ଏଥିଉତ୍ତାରେ ତିନି ବର୍ଷ ଶେଷରେ ଶିମୀୟିର ଦାସମାନଙ୍କ ମଧ୍ୟରୁ ଦୁଇ ଜଣ ମାଖାର ପୁତ୍ର ଗାଥୀୟ ରାଜା ଆଖୀଶ୍ ନିକଟକୁ ପଳାଇଲେ। ଏଥିରେ ଲୋକେ ଶିମୀୟିକୁ ଜଣାଇ କହିଲେ, “ଦେଖ, ତୁମ୍ଭ ଦାସମାନେ ଗାଥ୍ ନଗରରେ ଅଛନ୍ତି।”
Na mfe abiɛsa akyi no, Simei asomfo baanu guan kɔɔ Gathene Akis, Maaka babarima nkyɛn. Bere a Simei huu faako a wɔwɔ no,
40 ତହୁଁ ଶିମୀୟି ଉଠି ଗର୍ଦ୍ଦଭ ସଜାଇ ଆପଣା ଦାସମାନଙ୍କୁ ଅନ୍ୱେଷଣ କରିବା ପାଇଁ ଗାଥ୍ ନଗରକୁ ଆଖୀଶ୍ ନିକଟକୁ ଗଲା; ପୁଣି, ଶିମୀୟି ଯାଇ ଗାଥ୍ରୁ ଆପଣା ଦାସମାନଙ୍କୁ ଆଣିଲା।
ɔhyehyɛɛ nʼafurum, kɔɔ Gat, kɔhwehwɛɛ wɔn. Ohuu wɔn no, ɔde wɔn san baa Yerusalem.
41 ତହୁଁ ଶଲୋମନଙ୍କୁ ସମ୍ବାଦ ଦିଆଗଲା ଯେ, “ଶିମୀୟି ଯିରୂଶାଲମରୁ ଗାଥ୍କୁ ଯାଇଥିଲା, ପୁଣି, ଫେରି ଆସିଅଛି।”
Salomo tee sɛ Simei afi Yerusalem akɔ Gat asan aba no,
42 ଏଥିରେ ରାଜା ଲୋକ ପଠାଇ ଶିମୀୟିକୁ ଡକାଇ ତାହାକୁ କହିଲେ, “ତୁମ୍ଭେ ଯେଉଁ ଦିନ ବାହାରି ଅନ୍ୟ କୌଣସି ସ୍ଥାନରେ ଭ୍ରମଣ କରିବ, ସେହି ଦିନ ତୁମ୍ଭେ ନିତାନ୍ତ ମରିବ, ‘ଏହା ନିଶ୍ଚୟ ଜାଣ, ମୁଁ ସଦାପ୍ରଭୁଙ୍କ ନାମରେ ତୁମ୍ଭକୁ ଶପଥ କରାଇ ତୁମ୍ଭ ବିପକ୍ଷରେ କʼଣ ଏହି ସାକ୍ଷ୍ୟ ଦେଇ ନାହିଁ?’ ଆଉ ତୁମ୍ଭେ ମୋତେ କହିଥିଲ, ‘ମୁଁ ଯେଉଁ କଥା ଶୁଣିଲି, ତାହା ଉତ୍ତମ।’
ɔsoma ma wɔkɔfrɛɛ Simei bae, na obisaa no se, “Mamma woanka ntam Awurade din mu sɛ, worenkɔ baabiara, na sɛ anyɛ saa a, wubewu? Na wubuae se, ‘Atemmu no yɛ kronkron; na medi asɛm a woaka no so.’
43 ତେବେ ତୁମ୍ଭେ ସଦାପ୍ରଭୁଙ୍କ ଶପଥ ଓ ତୁମ୍ଭକୁ ଦତ୍ତ ମୋହର ଆଜ୍ଞା କାହିଁକି ପାଳନ ନ କଲ?”
Adɛn nti na woanni wo ntam no so amma Awurade, na woanyɛ mʼahyɛde?”
44 ରାଜା ଆହୁରି ଶିମୀୟିକୁ କହିଲେ, “ମୋହର ପିତା ଦାଉଦଙ୍କ ପ୍ରତି ତୁମ୍ଭର କୃତ ଯେସକଳ ଦୁଷ୍ଟତା ବିଷୟ ତୁମ୍ଭ ମନ ପ୍ରମାଣ ଦିଏ, ତାହା ତୁମ୍ଭେ ଜାଣୁଅଛ; ଏହେତୁ ସଦାପ୍ରଭୁ ତୁମ୍ଭ ଦୁଷ୍ଟତା ତୁମ୍ଭ ନିଜ ମସ୍ତକରେ ବର୍ତ୍ତାଇବେ।
Na ɔhene no ka kaa ho se, “Akyinnye biara nni ho sɛ wokae amumɔyɛ a woyɛɛ mʼagya, ɔhene Dawid. Awurade bɛtwe wʼaso wɔ ho.
45 ମାତ୍ର, ଶଲୋମନ ରାଜା ଆଶୀର୍ବାଦ ପ୍ରାପ୍ତ ହେବ ଓ ସଦାପ୍ରଭୁଙ୍କ ସମ୍ମୁଖରେ ଦାଉଦଙ୍କ ସିଂହାସନ ଅନନ୍ତକାଳ ସ୍ଥିରୀକୃତ ହେବ।”
Na me de, menya Awurade nhyira, na daa Dawid aseni atena ahengua no so.”
46 ଏଉତ୍ତାରେ ରାଜା ଯିହୋୟାଦାର ପୁତ୍ର ବନାୟକୁ ଆଜ୍ଞା କରନ୍ତେ, ସେ ଯାଇ ତାହାକୁ ଆକ୍ରମଣ କଲା, ତହୁଁ ସେ ମଲା। ଏହିରୂପେ ଶଲୋମନଙ୍କ ହସ୍ତରେ ରାଜ୍ୟ ଦୃଢ଼ ହେଲା।
Na ɔhene no hyɛɛ Yehoiada babarima Benaia ma ɔfaa Simei de no fii adi kokum no. Enti ahemman no tim wɔ Salomo nsam.