< ପ୍ରଥମ ରାଜାବଳୀ 21 >

1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
這事以後,又有一事。耶斯列人拿伯在耶斯列有一個葡萄園,靠近撒馬利亞王亞哈的宮。
2 ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
亞哈對拿伯說:「你將你的葡萄園給我作菜園,因為是靠近我的宮;我就把更好的葡萄園換給你,或是你要銀子,我就按着價值給你。」
3 ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
拿伯對亞哈說:「我敬畏耶和華,萬不敢將我先人留下的產業給你。」
4 ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
亞哈因耶斯列人拿伯說「我不敢將我先人留下的產業給你」,就悶悶不樂地回宮,躺在床上,轉臉向內,也不吃飯。
5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍‍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”
王后耶洗別來問他說:「你為甚麼心裏這樣憂悶,不吃飯呢?」
6 ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”
他回答說:「因我向耶斯列人拿伯說:『你將你的葡萄園給我,我給你價銀,或是你願意,我就把別的葡萄園換給你』;他卻說:『我不將我的葡萄園給你。』」
7 ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍‍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
王后耶洗別對亞哈說:「你現在是治理以色列國不是?只管起來,心裏暢暢快快地吃飯,我必將耶斯列人拿伯的葡萄園給你。」
8 ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
於是託亞哈的名寫信,用王的印印上,送給那些與拿伯同城居住的長老貴冑。
9 ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;
信上寫着說:「你們當宣告禁食,叫拿伯坐在民間的高位上,
10 ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
又叫兩個匪徒坐在拿伯對面,作見證告他說:『你謗瀆上帝和王了』;隨後就把他拉出去用石頭打死。」
11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍‍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍‍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
那些與拿伯同城居住的長老貴冑得了耶洗別的信,就照信而行,
12 ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ବସାଇଲେ।
宣告禁食,叫拿伯坐在民間的高位上。
13 ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
有兩個匪徒來,坐在拿伯的對面,當着眾民作見證告他說:「拿伯謗瀆上帝和王了!」眾人就把他拉到城外,用石頭打死。
14 ତହିଁ ଉତ୍ତାରେ ସେମାନେ ଈଷେବଲ୍‍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।
於是打發人去見耶洗別,說:「拿伯被石頭打死了。」
15 ଏଥିରେ ଈଷେବଲ୍‍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍‍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”
耶洗別聽見拿伯被石頭打死,就對亞哈說:「你起來得耶斯列人拿伯不肯為價銀給你的葡萄園吧!現在他已經死了。」
16 ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।
亞哈聽見拿伯死了,就起來,下去要得耶斯列人拿伯的葡萄園。
17 ଏଥିଉତ୍ତାରେ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
耶和華的話臨到提斯比人以利亞說:
18 ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
「你起來,去見住撒馬利亞的以色列王亞哈,他下去要得拿伯的葡萄園,現今正在那園裏。
19 ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍‍ କରିଅଛ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”
你要對他說:『耶和華如此說:你殺了人,又得他的產業嗎?』又要對他說:『耶和華如此說:狗在何處舔拿伯的血,也必在何處舔你的血。』」
20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।
亞哈對以利亞說:「我仇敵啊,你找到我嗎?」他回答說:「我找到你了;因為你賣了自己,行耶和華眼中看為惡的事。
21 ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ବିନାଶ କରିବି, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି।
耶和華說:『我必使災禍臨到你,將你除盡。凡屬你的男丁,無論困住的、自由的,都從以色列中剪除。
22 ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।
我必使你的家像尼八的兒子耶羅波安的家,又像亞希雅的兒子巴沙的家;因為你惹我發怒,又使以色列人陷在罪裏。』
23 ଆଉ ଈଷେବଲ୍‍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍‍କୁ ଖାଇବେ।”
論到耶洗別,耶和華也說:『狗在耶斯列的外郭必吃耶洗別的肉。
24 ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
凡屬亞哈的人,死在城中的必被狗吃,死在田野的必被空中的鳥吃。』」 (
25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍‍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
從來沒有像亞哈的,因他自賣,行耶和華眼中看為惡的事,受了王后耶洗別的聳動;
26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
就照耶和華在以色列人面前所趕出的亞摩利人,行了最可憎惡的事,信從偶像。)
27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
亞哈聽見這話,就撕裂衣服,禁食,身穿麻布,睡臥也穿着麻布,並且緩緩而行。
28 ତହୁଁ ତିଶ୍‍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
耶和華的話臨到提斯比人以利亞說:
29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”
「亞哈在我面前這樣自卑,你看見了嗎?因他在我面前自卑,他還在世的時候,我不降這禍;到他兒子的時候,我必降這禍與他的家。」

< ପ୍ରଥମ ରାଜାବଳୀ 21 >