< ପ୍ରଥମ ରାଜାବଳୀ 21 >
1 ଏଉତ୍ତାରେ ଏହିପରି ଘଟିଲା; ଯିଷ୍ରିୟେଲରେ ଶମରୀୟାର ରାଜା ଆହାବଙ୍କର ଅଟ୍ଟାଳିକା ସନ୍ନିକଟରେ ଯିଷ୍ରିୟେଲୀୟ ନାବୋତର ଖଣ୍ଡେ ଦ୍ରାକ୍ଷାକ୍ଷେତ୍ର ଥିଲା।
Le ɣeyiɣi aɖewo megbe la, nya aɖe va dzɔ ku ɖe Nabɔt, Yezreltɔ ƒe waingble ŋuti. Waingble la nɔ Yezreel eye wòte ɖe Samaria fia, Ahab ƒe fiasã ŋu.
2 ଏଣୁ ଆହାବ ନାବୋତକୁ କହିଲେ, “ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ, ମୁଁ ତାହା ଶାକକ୍ଷେତ୍ର କରିବି, କାରଣ ତାହା ମୋʼ ଗୃହ ନିକଟରେ ଅଛି; ଆଉ ମୁଁ ତହିଁ ବଦଳେ ତୁମ୍ଭକୁ ତହିଁରୁ ଉତ୍ତମ ଏକ ଦ୍ରାକ୍ଷାକ୍ଷେତ୍ର ଦେବି; ଯଦି ତୁମ୍ଭକୁ ଭଲ ଦେଖାଯାଏ, ମୁଁ ରୂପା-ମୁଦ୍ରାରେ ତହିଁର ମୂଲ୍ୟ ତୁମ୍ଭକୁ ଦେବି।”
Gbe ɖeka la, Fia Ahab bia Nabɔt be wòadzra anyigba la na ye. Fia la ɖe eme nɛ be, “Medi be mawɔ abɔ aɖe ɖe anyigba sia dzi elabena ete ɖe nye fiasã la ŋu. Egblɔ be yeaxe ga ɖe eta gake ne elɔ̃ la, yeatsɔ anyigba bubu si nyo wu etɔ la aɖo eteƒe nɛ.”
3 ଏଥିରେ ନାବୋତ ଆହାବଙ୍କୁ କହିଲା, “ମୁଁ ଯେ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି, ଏହା ସଦାପ୍ରଭୁ ନ କରନ୍ତୁ।”
Ke Nabɔt ɖo eŋu be, “Anyigba sia nye tɔgbuinyigba na mí. Naneke mana maɖe asi le eŋu na wò o.”
4 ତହୁଁ ଆହାବ ଯିଷ୍ରିୟେଲୀୟ ନାବୋତର ଉକ୍ତ କଥା ସକାଶୁ ବିଷଣ୍ଣ ଓ ଅତୁଷ୍ଟ ହୋଇ ଆପଣା ଗୃହକୁ ଆସିଲେ; କାରଣ ନାବୋତ କହିଥିଲା ଯେ, “ମୁଁ ଆପଣା ପୈତୃକ ଅଧିକାର ଆପଣଙ୍କୁ ଦେବି ନାହିଁ।” ଏଣୁ ଆହାବ ଆପଣା ମୁଖ ଫେରାଇ ଶଯ୍ୟାରେ ପଡ଼ି ଭୋଜନ କରିବାକୁ ଅସମ୍ମତ ହେଲେ।
Ale Ahab tsɔ dɔmedzoe kple moyɔyɔ trɔ yi eƒe fiasã me. Egbe nuɖuɖu, eye wòɖamlɔ anyi hetrɔ mo ɖo ɖe gli ŋu!
5 ମାତ୍ର ତାଙ୍କ ଭାର୍ଯ୍ୟା ଈଷେବଲ୍ ତାଙ୍କ ନିକଟକୁ ଆସି କହିଲା, “ତୁମ୍ଭ ମନ କାହିଁକି ଏଡ଼େ ଦୁଃଖିତ ଯେ, ତୁମ୍ଭେ ଭୋଜନ କରୁ ନାହଁ?”
Srɔ̃a, Yezebel biae be, “Nya kae dzɔ ɖe dziwò? Nu kae na nètɔtɔ eye nèdo dɔmedzoe ale?”
6 ତହିଁରେ ସେ ତାହାକୁ କହିଲେ, “ମୁଁ ଯିଷ୍ରିୟେଲୀୟ ନାବୋତକୁ କହିଲି, ତୁମ୍ଭେ ରୂପା ମୁଦ୍ରା ନେଇ ମୋତେ ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଦିଅ; ଅବା ଯେବେ ତୁମ୍ଭର ସନ୍ତୋଷ ହୁଏ, ତେବେ ମୁଁ ତୁମ୍ଭକୁ ତହିଁ ବଦଳେ ଆଉ ଏକ ଦ୍ରାକ୍ଷାକ୍ଷେତ୍ର ଦେବି,” ମାତ୍ର ସେ ଉତ୍ତର କଲା, “ମୁଁ ତୁମ୍ଭକୁ ଆପଣା ଦ୍ରାକ୍ଷାକ୍ଷେତ୍ର ଦେବି ନାହିଁ।”
Ahab ɖo eŋu nɛ be, “Mebia Nabɔt be wòadzra eƒe anyigba nam alo wòaɖɔ lii kple tɔnye aɖe, ke egbe!”
7 ତହୁଁ ତାଙ୍କର ଭାର୍ଯ୍ୟା ଈଷେବଲ୍ ତାଙ୍କୁ କହିଲା, “ତୁମ୍ଭେ କʼଣ ଏବେ ଇସ୍ରାଏଲର ରାଜ୍ୟ ଉପରେ କର୍ତ୍ତୃତ୍ୱ କରୁ ନାହଁ? ଉଠ, ଭୋଜନ କର ଓ ତୁମ୍ଭ ମନ ଆନନ୍ଦିତ ହେଉ; ମୁଁ ତୁମ୍ଭକୁ ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଦେବି।”
Yezebel biae be, “Wòe nye Israel fia loo alo menye wòe o? Fɔ, nàɖu nu, mègatsi dzimaɖeɖi le nya sia ŋu kura o. Maxɔ Nabɔt ƒe waingble la na wò bɔbɔe!”
8 ତହୁଁ ସେ ଆହାବଙ୍କ ନାମରେ ପତ୍ର ଲେଖି ଓ ତାଙ୍କର ମୁଦ୍ରାରେ ମୁଦ୍ରାଙ୍କିତ କରି ନାବୋତର ନଗରସ୍ଥ ଓ ତାହାର ପ୍ରତିବାସୀ ପ୍ରାଚୀନ ଓ ପ୍ରଧାନ ଲୋକମାନଙ୍କ ନିକଟକୁ ସେହି ପତ୍ର ପଠାଇଲା।
Ale Yezebel ŋlɔ agbalẽwo ɖe Fia Ahab ƒe ŋkɔ me, tre enu kple Ahab ƒe ŋkɔsigɛ eye wòɖo wo ɖe Yezreel ƒe dumegã siwo nɔ teƒe ɖeka kple Nabɔt.
9 ପୁଣି, ସେହି ପତ୍ରରେ ସେ ଏହା ଲେଖିଥିଲା, ଯଥା, ଉପବାସର ଘୋଷଣା କର ଓ ଲୋକମାନଙ୍କ ମଧ୍ୟରେ ନାବୋତକୁ ଉଚ୍ଚସ୍ଥାନରେ ବସାଅ;
Eɖe gbe na wo le agbalẽawo me be, “Miƒo ƒu dua me tɔwo hena nutsitsidɔ kple gbedodoɖa. Emegbe la, miayɔ Nabɔt
10 ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
eye miadi ame vlo eve siwo aka aʋatso ɖe Nabɔt si, atso enu be eƒo fi de Mawu kple fia la. Ekema miakplɔe do goe le dua me eye miaƒu kpee wòaku.”
11 ତହୁଁ ନାବୋତର ନଗରସ୍ଥ ଲୋକମାନଙ୍କୁ, ଅର୍ଥାତ୍, ତାହାର ନଗର ନିବାସୀ ପ୍ରାଚୀନ ଓ ପ୍ରଧାନବର୍ଗଙ୍କୁ ଈଷେବଲ୍ ଯେପରି କହି ପଠାଇଥିଲା ଓ ତାହାର ପ୍ରେରିତ ପତ୍ରରେ ଯେପରି ଲେଖାଥିଲା, ତଦନୁସାରେ ସେମାନେ କର୍ମ କଲେ।
Dumegãwo kple bubume siwo le dua me la wɔ nu si Yezebel ŋlɔ ɖo ɖa wo be woawɔ la.
12 ସେମାନେ ଉପବାସର ଘୋଷଣା କଲେ ଓ ନାବୋତକୁ ଲୋକମାନଙ୍କ ମଧ୍ୟରେ ଉଚ୍ଚସ୍ଥାନରେ ବସାଇଲେ।
Woƒo ƒu ameawo eye wodrɔ̃ ʋɔnu Nabɔt.
13 ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
Ame eve aɖe siwo si dzitsinya nyui menɔ o la ka aʋatso ɖe Nabɔt si be eƒo fi de Mawu kple fia la. Ale wohee yi dua godo eye woƒu kpee wòku.
14 ତହିଁ ଉତ୍ତାରେ ସେମାନେ ଈଷେବଲ୍ ନିକଟକୁ କହି ପଠାଇଲେ, ନାବୋତ ପ୍ରସ୍ତରାଘାତରେ ମରିଅଛି।
Le esia megbe la, dumegãwo ɖo du ɖe Yezebel be Nabɔt ku.
15 ଏଥିରେ ଈଷେବଲ୍, ପ୍ରସ୍ତରାଘାତରେ ନାବୋତର ମରିଥିବା ବିଷୟ ଶୁଣନ୍ତେ, ଈଷେବଲ୍ ଆହାବଙ୍କୁ କହିଲା, “ଉଠ, ଯିଷ୍ରିୟେଲୀୟ ନାବୋତ ରୂପା-ମୁଦ୍ରାରେ ତୁମ୍ଭକୁ ଯେଉଁ ଦ୍ରାକ୍ଷାକ୍ଷେତ୍ର ଦେବାକୁ ମନା କଲା, ତାହା ଅଧିକାରରେ ଆଣ; କାରଣ ନାବୋତ ଜୀବିତ ନାହିଁ, ମାତ୍ର ମଲାଣି।”
Esi Yezebel se be Nabɔt ku la, egblɔ na Ahab be, “Waingble si Nabɔt gbe be yemadzra na wò o la, fifia àte ŋu axɔe azɔ; Nabɔt ku!”
16 ସେତେବେଳେ ଆହାବ ନାବୋତର ମରଣ କଥା ଶୁଣନ୍ତେ, ଆହାବ ଉଠି ଯିଷ୍ରିୟେଲୀୟ ନାବୋତର ଦ୍ରାକ୍ଷାକ୍ଷେତ୍ର ଅଧିକାରରେ ଆଣିବା ପାଇଁ ଗଲେ।
Ale Ahab yi waingble la me be yeaxɔe wòazu ye tɔ.
17 ଏଥିଉତ୍ତାରେ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା, ଯଥା,
Ke Yehowa gblɔ na Eliya, Tisbitɔ be,
18 ଉଠ, ଶମରୀୟା-ନିବାସୀ ଇସ୍ରାଏଲର ରାଜା ଆହାବ ସଙ୍ଗେ ସାକ୍ଷାତ କରିବାକୁ ଯାଅ; ଦେଖ, ସେ ନାବୋତର ଦ୍ରାକ୍ଷାକ୍ଷେତ୍ରରେ ଅଛି, ସେ ତାହା ଅଧିକାରରେ ଆଣିବା ପାଇଁ ସେସ୍ଥାନକୁ ଯାଇଅଛି।
“Yi Fia Ahab gbɔ le Samaria. Anɔ Nabɔt ƒe wainbɔ me, axɔe abe etɔe ene.
19 ଏହେତୁ ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ କି ବଧ କରିଅଛ ଓ ଅଧିକାର ମଧ୍ୟ ଆତ୍ମସାତ୍ କରିଅଛ?” ଆହୁରି ତୁମ୍ଭେ ତାହାକୁ କହିବ, “ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସ୍ଥାନରେ କୁକ୍କୁରମାନେ ନାବୋତର ରକ୍ତ ଚାଟି ଖାଇଲେ, ସେହି ସ୍ଥାନରେ କୁକ୍କୁରମାନେ ତୁମ୍ଭର ରକ୍ତ ମଧ୍ୟ ଚାଟି ଖାଇବେ।”
Gblɔ nye nya siawo nɛ be, ‘Nabɔt wuwu mesɔ gbɔ na wò oa? Ɖe wòle be nàda adzoe hã? Esi nèwɔ esia ta la, avuwo ano wò ʋu le dua godo abe ale si wono Nabɔt tɔ ene!’”
20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କʼଣ ମୋତେ ପାଇଲ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରି କରିଅଛ।
Ahab gblɔ na Eliya be, “Oo nye futɔ, èke ɖe ŋunye!” Eliya ɖo eŋu nɛ be, “Meke ɖe ŋuwò elabena ètsɔ ɖokuiwò dzra na nu vɔ̃ɖi wɔwɔ le Yehowa ŋkume.
21 ଦେଖ, ମୁଁ ତୁମ୍ଭ ପ୍ରତି ଅମଙ୍ଗଳ ଘଟାଇବି ଓ ତୁମ୍ଭକୁ ନିଃଶେଷ ରୂପେ ବିନାଶ କରିବି, ପୁଣି, ଇସ୍ରାଏଲ ମଧ୍ୟରେ ବଦ୍ଧ ବା ମୁକ୍ତ ପ୍ରତ୍ୟେକ ପୁଂସନ୍ତାନକୁ ଆହାବଠାରୁ ଉଚ୍ଛିନ୍ନ କରିବି।
Mahe dzɔgbevɔ̃e ava dziwò, matsrɔ̃ wò dzidzimeviwo eye maɖe ŋutsu ɖe sia ɖe ɖa le Ahab ŋu le Israel, eɖanye ablɔɖevi alo kluvi o.
22 ପୁଣି, ତୁମ୍ଭେ ଯେଉଁ ବିରକ୍ତିଜନକ କର୍ମ ଦ୍ୱାରା ମୋତେ ବିରକ୍ତ କରିଅଛ ଓ ଇସ୍ରାଏଲକୁ ପାପ କରାଇଅଛ, ତହିଁ ନିମନ୍ତେ ମୁଁ ତୁମ୍ଭ ବଂଶକୁ ନବାଟର ପୁତ୍ର ଯାରବୀୟାମର ବଂଶ ତୁଲ୍ୟ ଓ ଅହୀୟର ପୁତ୍ର ବାଶାର ବଂଶ ତୁଲ୍ୟ କରିବି।
Mawɔ wò aƒe abe Yeroboam, Nebat ƒe vi tɔ ene eye abe Baasa, Ahiya ƒe vi tɔ ene elabena èdo dziku nam eye nèna Israel ge ɖe nu vɔ̃ me.
23 ଆଉ ଈଷେବଲ୍ ବିଷୟରେ ମଧ୍ୟ ସଦାପ୍ରଭୁ କହୁଅଛନ୍ତି, ଯିଷ୍ରିୟେଲର ଗଡ଼-ପାଚେରୀ ନିକଟରେ କୁକ୍କୁରମାନେ ଈଷେବଲ୍କୁ ଖାଇବେ।”
“Azɔ la, Yehowa gblɔ nam ku ɖe Yezebel ŋuti be, ‘Avuwo aɖu Yezebel ƒe kukua le Yezreel ƒe gliwo gbɔ.’
24 ଆହାବର ଯେଉଁ ଲୋକ ନଗରରେ ମରିବ, କୁକ୍କୁରମାନେ ତାହାକୁ ଖାଇବେ; ପୁଣି, ଯେଉଁ ଲୋକ କ୍ଷେତ୍ରରେ ମରିବ, ଆକାଶର ପକ୍ଷୀଗଣ ତାହାକୁ ଖାଇବେ।
“Avuwo aɖu Ahab ƒe aƒemetɔ siwo aku ɖe dua me eye dziƒoxeviwo aɖu esiwo aku ɖe gbedzi.”
25 ଯେପରି ଏହି ଆହାବ ଆପଣା ଭାର୍ଯ୍ୟା ଈଷେବଲ୍ ଦ୍ୱାରା ପ୍ରବର୍ତ୍ତିତ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ଆପଣାକୁ ବିକ୍ରୟ କଲେ, ସେପରି ଆଉ କେହି କରିବ ନାହିଁ।
Ame aɖeke meganɔ anyi kpɔ abe Ahab ene, ame si tsɔ eɖokui dzra na nu vɔ̃ɖi wɔwɔ le Yehowa ŋkume o elabena srɔ̃a Yezebel ye do ŋusẽe.
26 ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।
Ewɔ ŋunyɔnu geɖewo to legbawo yomedzedze me abe Amoritɔ siwo Yehowa nya le Israel ŋgɔ la ene.
27 ଆହାବ ଏହିସବୁ କଥା ଶୁଣନ୍ତେ, ଆପଣା ବସ୍ତ୍ର ଚିରିଲେ ଓ ଆପଣା ଦେହରେ ଅଖା ପିନ୍ଧି ଉପବାସ କରି ଅଖାରେ ଶୋଇଲେ, ପୁଣି, ଧୀରେ ଧୀରେ ଚାଲିଲେ।
Esi Ahab se nya siawo la, edze eƒe awuwo heta akpanya eye wotsi nu dɔ. Enɔ akpanya me henɔ yiyim nublanuitɔe.
28 ତହୁଁ ତିଶ୍ବୀୟ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା,
Tete Yehowa ƒe gbe va na Eliya, Tisbitɔ la be,
29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”
“Èkpɔ ale si Ahab bɔbɔ eɖokui le ŋkunye mea? Esi wòbɔbɔ eɖokui ta la, nyemahe dzɔgbevɔ̃e la vɛ le eƒe ŋkekewo me o, ke boŋ mahee va eƒe aƒe dzi le via ƒe ŋkekewo me.”