< ପ୍ରଥମ ରାଜାବଳୀ 22 >
1 ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
Aka yi shekaru uku ba a yi yaƙi tsakanin Aram da Isra’ila ba.
2 ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
Amma a shekara ta uku, Yehoshafat sarkin Yahuda ya gangara don yă ga sarki Isra’ila.
3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
Sarkin Isra’ila ya ce wa shugabanninsa, “Ba ku san cewa Ramot Gileyad namu ne ba, duk da haka ba mu yi kome ba don mu sāke karɓanta daga sarkin Aram?”
4 ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
Saboda haka ya tambayi Yehoshafat, ya ce, “Za ka tafi tare da ni don in yi yaƙi da Ramot Gileyad?” Yehoshafat ya amsa wa sarkin Isra’ila, ya ce, “Ni ma kamar ka ne, mutanena kuwa kamar mutanenka, dawakaina kamar dawakanka.”
5 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
Amma Yehoshafat ya ce wa sarkin Isra’ila, “Da farko mu nemi nufin Ubangiji.”
6 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
Saboda haka sarkin Isra’ila ya tattara annabawa, kamar ɗari huɗu, ya tambaye su, “In kai yaƙi a kan Ramot Gileyad, ko kada in kai?” Suka amsa, “Ka tafi, gama Ubangiji zai ba ka ita a hannunka.”
7 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?”
Amma Yehoshafat ya yi tambaya, ya ce, “Babu wani annabin Ubangiji a nan da za mu tambaya?”
8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
Sarkin Isra’ila ya amsa wa Yehoshafat, ya ce, “Akwai mutum guda har yanzu wanda ta wurinsa za mu iya nemi nufin Ubangiji, amma na ƙi jininsa domin bai taɓa yin annabci wani abu mai kyau game da ni ba, sai dai mummuna kullum. Shi ne Mikahiya ɗan Imla.” Yehoshafat ya ce, “Kada sarki ya ce haka.”
9 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
Saboda haka sarkin Isra’ila ya kira ɗaya daga cikin shugabanninsa ya ce, “Kawo Mikahiya ɗan Imla nan take.”
10 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।
Saye da rigunansu na sarauta, sarkin Isra’ila da Yehoshafat sarkin Yahuda suna zama a kujerun sarautarsu a masussuka ta mashigin ƙofar Samariya, tare da dukan annabawa suna ta annabci a gabansu.
11 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
Zedekiya ɗan Kena’ana kuwa ya yi ƙahonin ƙarfe ya kuma furta, “Ga abin da Ubangiji ya ce, ‘Da waɗannan za ka tunkuyi Arameyawa har su hallaka.’”
12 ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
Dukan sauran annabawan suka yi annabci iri abu ɗaya. Suka ce, “Ka yaƙi Ramot Gileyad, ka kuma yi nasara, gama Ubangiji zai ba da ita cikin hannun sarki.”
13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
Ɗan aikan da ya je yă kawo Mikahiya, ya ce masa, “Duba, sauran annabawa suna maganar nasara wa sarki, sai ka ce mutum guda. Bari maganarka tă yarda da tasu, ka kuma yi maganar alheri.”
14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
Amma Mikahiya ya ce, “Na rantse da Ubangiji mai rai, zan faɗa masa kawai abin da Ubangiji ya faɗa mini.”
15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
Da suka kai, sai sarki ya tambaye shi, ya ce, “Mikahiya, mu kai yaƙi a kan Ramot Gileyad, ko kada mu kai?” Ya amsa ya ce, “Yaƙe ta, za ka kuwa yi nasara, gama Ubangiji zai ba da ita cikin hannun sarki.”
16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
Sai sarki ya ce masa, “Sau nawa ne zan sa ka rantse cewa ba za ka faɗa mini kome ba sai dai gaskiya a cikin sunan Ubangiji?”
17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
Sa’an nan Mikahiya ya amsa, “Na ga dukan Isra’ila a warwatse a kan tuddai kamar tumakin da ba su da makiyayi, kuma Ubangiji ya ce, ‘Waɗannan mutane ba su da maigida. Bari kowa yă tafi gida cikin salama.’”
18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
Sai sarkin Isra’ila ya ce wa Yehoshafat, “Ban faɗa maka cewa bai taɓa yin annabci wani abu mai kyau game da ni, sai mummuna kawai ba?”
19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
Mikahiya ya ci gaba, “Saboda haka ka ji maganar Ubangiji. I, na ga Ubangiji zaune a kursiyinsa tare da dukan rundunar sama tsaye kewaye da shi a dama da hagunsa.
20 ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
Kuma Ubangiji ya ce, ‘Wa zai ruɗi Ahab zuwa yaƙi da Ramot Gileyad, yă kuma kai shi mutuwarsa a can?’ “Wani ya ce wannan, wani ya ce wancan.
21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’
A ƙarshe, wani ruhu ya zo gaba, ya tsaya a gaban Ubangiji ya ce, ‘Zan ruɗe shi.’
22 ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
“Ubangiji ya yi tambaya ‘Ta wace hanya?’ Ya ce, “‘Zan tafi in zama ruhun ƙarya a bakunan dukan annabawansa.’ “Ubangiji ya ce, ‘Za ka yi nasara a ruɗinsa. Ka tafi, ka yi haka.’
23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
“Saboda haka yanzu Ubangiji ya sa ruhun ƙarya a bakunan dukan annabawanka. Ubangiji ya zartar maka da masifa.”
24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
Sai Zedekiya ɗan Kena’ana ya hau ya mari Mikahiya a fuska. Ya yi tambaya, “A wace hanya ce ruhu daga Ubangiji ya bar ni ya yi maka magana?”
25 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
Mikahiya ya amsa, “Za ka gane a ranar da ka je ka ɓuya a ciki cikin ɗaki.”
26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍ର ଓ ରାଜପୁତ୍ର ଯୋୟାଶ୍ର ନିକଟକୁ ଫେରାଇ ନେଇଯାଅ;
Sa’an nan sarkin Isra’ila ya umarta, “Ku kama Mikahiya, ku kai shi wurin Amon, shugaban birnin, da wurin Yowash ɗan sarki.
27 ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”
Ku ce ga abin da sarki ya ce, ‘Ku sa wannan mutum a kurkuku, kuma kada ku ba shi wani abu sai dai burodi da ruwa, sai na dawo lafiya.’”
28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Mikahiya ya furta, “Idan har ka dawo lafiya, to, Ubangiji bai yi magana ta wurina ba.” Ya kuma ƙara da cewa, “Ku lura da maganata, dukanku mutane!”
29 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
Sai sarkin Isra’ila da Yehoshafat sarkin Yahuda suka haura zuwa Ramot Gileyad.
30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
Sarkin Isra’ila ya ce wa Yehoshafat, “Zan ɓad da kama in shiga wurin yaƙi, amma ka sa kayan sarautarka.” Saboda haka sarkin Isra’ila ya ɓad da kama, ya shiga cikin yaƙi.
31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
Sarkin Aram kuwa ya umarci shugabanni kekunan yaƙinsa talatin da biyu, ya ce, “Kada ku yaƙe kowa, ƙarami ko babba, sai dai sarkin Isra’ila.”
32 ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ।”
Sa’ad da shugabannin kekunan yaƙin suka ga Yehoshafat, suka yi tsammani, suka ce, “Tabbatacce wannan shi ne sarkin Isra’ila.” Saboda haka suka juye don su yaƙe shi, amma sa’ad da Yehoshafat ya yi ihu,
33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
sai shugabannin kekunan yaƙin suka ga ashe ba sarkin Isra’ila ba ne, sai suka daina binsa.
34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
Amma wani ya ja bakansa kawai ya bugi Ahab sarkin Isra’ila a tsakanin sassan kayan yaƙinsa. Sai sarki ya ce wa mahayin keken yaƙinsa, “Juye, ka fitar da ni daga yaƙin. An ji mini rauni.”
35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
Dukan yini aka yi ta yaƙi, aka kuma riƙe sarki a keken yaƙinsa yana fuskanci Arameyawa. Jini daga mikinsa ya yi ta zuba a ƙasan keken yaƙin, a wannan yamma kuwa ya mutu.
36 “ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
Da rana tana fāɗuwa, sai kuka ta bazu cikin mayaƙa, “Kowane mutum ya tafi garinsu; kowa ya tafi ƙasarsa!”
37 ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
Sai sarki ya mutu, aka kuwa kawo shi Samariya, aka binne shi a can.
38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
Suka wanke keken yaƙi a tafki, a Samariya (inda karuwai suke wanka), sai karnuka suka lashe jininsa, kamar yadda maganar Ubangiji ta furta.
39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Game da sauran ayyukan mulkin Ahab, haɗe da dukan abin da ya yi, da fadan da ya gina ya kuma shimfiɗa da hauren giwa, da biranen da ya gina, duk a rubuce suke a cikin littafin tarihin sarakunan Isra’ila.
40 ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
Ahab ya huta da kakanninsa. Ahaziya ɗansa ya gāje shi a matsayin sarki.
41 ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
Yehoshafat ɗan Asa ya zama sarkin Yahuda a shekara ta huɗu ta Ahab sarkin Isra’ila.
42 ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା।
Yehoshafat yana da shekara talatin da biyar sa’ad da ya zama sarki, ya kuma yi mulki a Urushalima shekaru ashirin da biyar. Sunan mahaifiyarsa, Azuba’yar Shilhi.
43 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
A cikin kome ya yi tafiya a hanyoyin mahaifinsa Asa, bai kuma kauce daga gare su ba; ya yi abin da yake daidai a gaban Ubangiji. Amma bai rurrushe masujadai da suke kan tuddai ba, mutane kuwa suka ci gaba da miƙa hadayu suna kuma ƙone turare a can.
44 ପୁଣି, ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
Yehoshafat kuma ya zauna lafiya da sarkin Isra’ila.
45 ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Game da sauran ayyukan mulkin Yehoshafat da abubuwan da ya yi, da kuma yaƙe-yaƙensa, duk a rubuce suke a cikin littafin tarihin sarakunan Yahuda.
46 ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
Ya kawar da karuwai maza na masujadai da suke kan tuddai waɗanda suka rage tun mulkin mahaifinsa Asa.
47 ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
Babu sarki a lokacin Edom, saboda haka sai mataimaki ya yi mulki.
48 ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
To, Yehoshafat ya gina jerin jiragen ruwan kasuwanci don su je Ofir saboda zinariya, amma ba su yi tafiya ba, gama sun farfashe a Eziyon Geber.
49 ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।
A lokacin Ahaziya ɗan Ahab ya ce wa Yehoshafat, “Bari mutanena su tafi tare da mutanenka,” amma Yehoshafat ya ƙi.
50 ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।
Yehoshafat kuwa ya huta tare da kakanninsa, aka kuma binne shi tare da su a birnin Dawuda kakansa. Sai Yehoram ɗansa ya gāje shi.
51 ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
Ahaziya ɗan Ahab ya zama sarkin Isra’ila a Samariya a shekara ta goma sha bakwai ta Yehoshafat sarkin Yahuda, ya kuma yi mulki a bisa Isra’ila shekaru biyu.
52 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
Ya aikata mugunta a gaban Ubangiji, domin ya yi tafiya a hanyoyin mahaifinsa da na mahaifiyarsa, da kuma a hanyoyin Yerobowam ɗan Nebat, wanda ya sa Isra’ila suka yi zunubi.
53 ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।
Ya bauta, ya kuma yi wa Ba’al sujada, ya tsokane Ubangiji, Allah na Isra’ila yă yi fushi, kamar yadda mahaifinsa ya yi.