< ପ୍ରଥମ ରାଜାବଳୀ 22 >

1 ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
וישבו שלש שנים אין מלחמה בין ארם ובין ישראל׃
2 ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
ויהי בשנה השלישית וירד יהושפט מלך יהודה אל מלך ישראל׃
3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍‍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
ויאמר מלך ישראל אל עבדיו הידעתם כי לנו רמת גלעד ואנחנו מחשים מקחת אתה מיד מלך ארם׃
4 ପୁଣି, ସେ ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
ויאמר אל יהושפט התלך אתי למלחמה רמת גלעד ויאמר יהושפט אל מלך ישראל כמוני כמוך כעמי כעמך כסוסי כסוסיך׃
5 ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
ויאמר יהושפט אל מלך ישראל דרש נא כיום את דבר יהוה׃
6 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍‍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍‍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
ויקבץ מלך ישראל את הנביאים כארבע מאות איש ויאמר אלהם האלך על רמת גלעד למלחמה אם אחדל ויאמרו עלה ויתן אדני ביד המלך׃
7 ମାତ୍ର ଯିହୋଶାଫଟ୍‍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍‍ବକ୍ତା କି କେହି ଏଠାରେ ନାହିଁ?”
ויאמר יהושפט האין פה נביא ליהוה עוד ונדרשה מאותו׃
8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍‍ କହିଲେ, “ରାଜା ଏପରି ନ କହନ୍ତୁ।”
ויאמר מלך ישראל אל יהושפט עוד איש אחד לדרש את יהוה מאתו ואני שנאתיו כי לא יתנבא עלי טוב כי אם רע מיכיהו בן ימלה ויאמר יהושפט אל יאמר המלך כן׃
9 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
ויקרא מלך ישראל אל סריס אחד ויאמר מהרה מיכיהו בן ימלה׃
10 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବକ୍ତା ସମସ୍ତେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ।
ומלך ישראל ויהושפט מלך יהודה ישבים איש על כסאו מלבשים בגדים בגרן פתח שער שמרון וכל הנביאים מתנבאים לפניהם׃
11 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
ויעש לו צדקיה בן כנענה קרני ברזל ויאמר כה אמר יהוה באלה תנגח את ארם עד כלתם׃
12 ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
וכל הנבאים נבאים כן לאמר עלה רמת גלעד והצלח ונתן יהוה ביד המלך׃
13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
והמלאך אשר הלך לקרא מיכיהו דבר אליו לאמר הנה נא דברי הנביאים פה אחד טוב אל המלך יהי נא דבריך כדבר אחד מהם ודברת טוב׃
14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
ויאמר מיכיהו חי יהוה כי את אשר יאמר יהוה אלי אתו אדבר׃
15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
ויבוא אל המלך ויאמר המלך אליו מיכיהו הנלך אל רמת גלעד למלחמה אם נחדל ויאמר אליו עלה והצלח ונתן יהוה ביד המלך׃
16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
ויאמר אליו המלך עד כמה פעמים אני משבעך אשר לא תדבר אלי רק אמת בשם יהוה׃
17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
ויאמר ראיתי את כל ישראל נפצים אל ההרים כצאן אשר אין להם רעה ויאמר יהוה לא אדנים לאלה ישובו איש לביתו בשלום׃
18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
ויאמר מלך ישראל אל יהושפט הלוא אמרתי אליך לוא יתנבא עלי טוב כי אם רע׃
19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
ויאמר לכן שמע דבר יהוה ראיתי את יהוה ישב על כסאו וכל צבא השמים עמד עליו מימינו ומשמאלו׃
20 ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
ויאמר יהוה מי יפתה את אחאב ויעל ויפל ברמת גלעד ויאמר זה בכה וזה אמר בכה׃
21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’
ויצא הרוח ויעמד לפני יהוה ויאמר אני אפתנו ויאמר יהוה אליו במה׃
22 ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
ויאמר אצא והייתי רוח שקר בפי כל נביאיו ויאמר תפתה וגם תוכל צא ועשה כן׃
23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
ועתה הנה נתן יהוה רוח שקר בפי כל נביאיך אלה ויהוה דבר עליך רעה׃
24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
ויגש צדקיהו בן כנענה ויכה את מיכיהו על הלחי ויאמר אי זה עבר רוח יהוה מאתי לדבר אותך׃
25 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
ויאמר מיכיהו הנך ראה ביום ההוא אשר תבא חדר בחדר להחבה׃
26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍‍ର ଓ ରାଜପୁତ୍ର ଯୋୟାଶ୍‍ର ନିକଟକୁ ଫେରାଇ ନେଇଯାଅ;
ויאמר מלך ישראל קח את מיכיהו והשיבהו אל אמן שר העיר ואל יואש בן המלך׃
27 ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”
ואמרת כה אמר המלך שימו את זה בית הכלא והאכילהו לחם לחץ ומים לחץ עד באי בשלום׃
28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
ויאמר מיכיהו אם שוב תשוב בשלום לא דבר יהוה בי ויאמר שמעו עמים כלם׃
29 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍‍ ରାଜା ରାମୋତ୍‍-ଗିଲୀୟଦକୁ ଗଲେ।
ויעל מלך ישראל ויהושפט מלך יהודה רמת גלעד׃
30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
ויאמר מלך ישראל אל יהושפט התחפש ובא במלחמה ואתה לבש בגדיך ויתחפש מלך ישראל ויבוא במלחמה׃
31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
ומלך ארם צוה את שרי הרכב אשר לו שלשים ושנים לאמר לא תלחמו את קטן ואת גדול כי אם את מלך ישראל לבדו׃
32 ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍‍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍‍ ଡାକ ପକାଇଲେ।”
ויהי כראות שרי הרכב את יהושפט והמה אמרו אך מלך ישראל הוא ויסרו עליו להלחם ויזעק יהושפט׃
33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
ויהי כראות שרי הרכב כי לא מלך ישראל הוא וישובו מאחריו׃
34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
ואיש משך בקשת לתמו ויכה את מלך ישראל בין הדבקים ובין השרין ויאמר לרכבו הפך ידך והוציאני מן המחנה כי החליתי׃
35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
ותעלה המלחמה ביום ההוא והמלך היה מעמד במרכבה נכח ארם וימת בערב ויצק דם המכה אל חיק הרכב׃
36 “ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
ויעבר הרנה במחנה כבא השמש לאמר איש אל עירו ואיש אל ארצו׃
37 ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
וימת המלך ויבוא שמרון ויקברו את המלך בשמרון׃
38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
וישטף את הרכב על ברכת שמרון וילקו הכלבים את דמו והזנות רחצו כדבר יהוה אשר דבר׃
39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
ויתר דברי אחאב וכל אשר עשה ובית השן אשר בנה וכל הערים אשר בנה הלוא הם כתובים על ספר דברי הימים למלכי ישראל׃
40 ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
וישכב אחאב עם אבתיו וימלך אחזיהו בנו תחתיו׃
41 ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍‍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
ויהושפט בן אסא מלך על יהודה בשנת ארבע לאחאב מלך ישראל׃
42 ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍‍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍‍ହିର କନ୍ୟା।
יהושפט בן שלשים וחמש שנה במלכו ועשרים וחמש שנה מלך בירושלם ושם אמו עזובה בת שלחי׃
43 ଯିହୋଶାଫଟ୍‍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
וילך בכל דרך אסא אביו לא סר ממנו לעשות הישר בעיני יהוה אך הבמות לא סרו עוד העם מזבחים ומקטרים בבמות׃
44 ପୁଣି, ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
וישלם יהושפט עם מלך ישראל׃
45 ଏହି ଯିହୋଶାଫଟ୍‍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
ויתר דברי יהושפט וגבורתו אשר עשה ואשר נלחם הלא הם כתובים על ספר דברי הימים למלכי יהודה׃
46 ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
ויתר הקדש אשר נשאר בימי אסא אביו בער מן הארץ׃
47 ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
ומלך אין באדום נצב מלך׃
48 ଯିହୋଶାଫଟ୍‍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍‍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
יהושפט עשר אניות תרשיש ללכת אופירה לזהב ולא הלך כי נשברה אניות בעציון גבר׃
49 ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍‍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍‍ ସମ୍ମତ ହେଲେ ନାହିଁ।
אז אמר אחזיהו בן אחאב אל יהושפט ילכו עבדי עם עבדיך באניות ולא אבה יהושפט׃
50 ଏଥିଉତ୍ତାରେ ଯିହୋଶାଫଟ୍‍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ।
וישכב יהושפט עם אבתיו ויקבר עם אבתיו בעיר דוד אביו וימלך יהורם בנו תחתיו׃
51 ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
אחזיהו בן אחאב מלך על ישראל בשמרון בשנת שבע עשרה ליהושפט מלך יהודה וימלך על ישראל שנתים׃
52 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
ויעש הרע בעיני יהוה וילך בדרך אביו ובדרך אמו ובדרך ירבעם בן נבט אשר החטיא את ישראל׃
53 ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍‍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।
ויעבד את הבעל וישתחוה לו ויכעס את יהוה אלהי ישראל ככל אשר עשה אביו׃

< ପ୍ରଥମ ରାଜାବଳୀ 22 >