< ପ୍ରଥମ ରାଜାବଳୀ 22 >
1 ଏଥିଉତ୍ତାରେ ଅରାମ ଓ ଇସ୍ରାଏଲ ଯୁଦ୍ଧ ନ କରି ତିନି ବର୍ଷ ପର୍ଯ୍ୟନ୍ତ କ୍ଷାନ୍ତ ରହିଲେ।
Transierunt igitur tres anni absque bello inter Syriam et Israël.
2 ତହୁଁ ତୃତୀୟ ବର୍ଷରେ ଯିହୁଦାର ରାଜା ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ନିକଟକୁ ଆସିଲେ।
In anno autem tertio, descendit Josaphat rex Juda ad regem Israël.
3 ଏଥିରେ ଇସ୍ରାଏଲର ରାଜା ଆପଣା ଦାସମାନଙ୍କୁ କହିଲେ, “ରାମୋତ୍-ଗିଲୀୟଦ ଯେ ଆମ୍ଭମାନଙ୍କର ଅଟେ, ଏହା କʼଣ ତୁମ୍ଭେମାନେ ଜାଣ ନାହିଁ? ତଥାପି ଆମ୍ଭେମାନେ ନୀରବ ହୋଇ ରହି ଅରାମର ରାଜା ହସ୍ତରୁ ତାହା ନେଉ ନାହୁଁ।”
(Dixitque rex Israël ad servos suos: Ignoratis quod nostra sit Ramoth Galaad, et negligimus tollere eam de manu regis Syriæ?)
4 ପୁଣି, ସେ ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କʼଣ ଯୁଦ୍ଧ କରିବା ପାଇଁ ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ?” ତହିଁରେ ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ; “ମୁଁ ତୁମ୍ଭ ପରି, ମୋର ଲୋକ ତୁମ୍ଭ ଲୋକ ପରି, ମୋର ଅଶ୍ୱ ତୁମ୍ଭ ଅଶ୍ୱ ପରି।”
Et ait ad Josaphat: Veniesne mecum ad præliandum in Ramoth Galaad?
5 ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ମୁଁ ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
Dixitque Josaphat ad regem Israël: Sicut ego sum, ita et tu: populus meus et populus tuus unum sunt: et equites mei, equites tui. Dixitque Josaphat ad regem Israël: Quære, oro te, hodie sermonem Domini.
6 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରି ଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
Congregavit ergo rex Israël prophetas, quadringentos circiter viros, et ait ad eos: Ire debeo in Ramoth Galaad ad bellandum, an quiescere? Qui responderunt: Ascende, et dabit eam Dominus in manu regis.
7 ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ବ୍ୟତୀତ ଯାହାକୁ ଆମ୍ଭେମାନେ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କି କେହି ଏଠାରେ ନାହିଁ?”
Dixit autem Josaphat: Non est hic propheta Domini quispiam, ut interrogemus per eum?
8 ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛନ୍ତି, ଯାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରି ପାରୁ, ସେ ଇମ୍ଲର ପୁତ୍ର ମୀଖାୟ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ ନାହିଁ।” ତହୁଁ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
Et ait rex Israël ad Josaphat: Remansit vir unus per quem possumus interrogare Dominum: sed ego odi eum, quia non prophetat mihi bonum, sed malum: Michæas filius Jemla. Cui Josaphat ait: Ne loquaris ita, rex.
9 ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷଙ୍କୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
Vocavit ergo rex Israël eunuchum quemdam, et dixit ei: Festina adducere Michæam filium Jemla.
10 ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣାମାନଙ୍କ ରାଜବସ୍ତ୍ର ପିନ୍ଧି ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟବର୍ତ୍ତୀ ମେଲାରେ ଆପଣା ଆପଣା ସିଂହାସନରେ ବସିଥିଲେ; ଆଉ ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବକ୍ତା ସମସ୍ତେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ।
Rex autem Israël, et Josaphat rex Juda, sedebant unusquisque in solio suo, vestiti cultu regio, in area juxta ostium portæ Samariæ: et universi prophetæ prophetabant in conspectu eorum.
11 ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
Fecit quoque sibi Sedecias filius Chanaana cornua ferrea, et ait: Hæc dicit Dominus: His ventilabis Syriam, donec deleas eam.
12 ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଇ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
Omnesque prophetæ similiter prophetabant, dicentes: Ascende in Ramoth Galaad, et vade prospere, et tradet Dominus in manus regis.
13 ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ମୁଁ ବିନୟ କରୁଅଛି, ତୁମ୍ଭର ବାକ୍ୟ ସେମାନଙ୍କର ଜଣକର ବାକ୍ୟ ତୁଲ୍ୟ ହେଉ, ଆଉ ତୁମ୍ଭେ ମଙ୍ଗଳର କଥା କୁହ।”
Nuntius vero qui ierat ut vocaret Michæam, locutus est ad eum, dicens: Ecce sermones prophetarum ore uno regi bona prædicant: sit ergo sermo tuus similis eorum, et loquere bona.
14 ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସଦାପ୍ରଭୁ ମୋତେ ଯାହା କହିବେ, ମୁଁ ତାହା ହିଁ କହିବି।”
Cui Michæas ait: Vivit Dominus, quia quodcumque dixerit mihi Dominus, hoc loquar.
15 ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା କି କ୍ଷାନ୍ତ ହେବା?” ତହିଁରେ ସେ ଉତ୍ତର କଲା, “ଯାଉନ୍ତୁ, କୃତକାର୍ଯ୍ୟ ହେଉନ୍ତୁ; ସଦାପ୍ରଭୁ ତାହା ମହାରାଜଙ୍କ ହସ୍ତରେ ସମର୍ପଣ କରିବେ।”
Venit itaque ad regem, et ait illi rex: Michæa, ire debemus in Ramoth Galaad ad præliandum, an cessare? Cui ille respondit: Ascende, et vade prospere, et tradet eam Dominus in manus regis.
16 ତହୁଁ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନୁ ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି?”
Dixit autem rex ad eum: Iterum atque iterum adjuro te, ut non loquaris mihi nisi quod verum est, in nomine Domini.
17 ଏଥିରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି, ଆଉ ସଦାପ୍ରଭୁ କହିଲେ, ‘ଏମାନଙ୍କର କର୍ତ୍ତା ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।’”
Et ille ait: Vidi cunctum Israël dispersum in montibus, quasi oves non habentes pastorem. Et ait Dominus: Non habent isti dominum: revertatur unusquisque in domum suam in pace.
18 ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ଆମ୍ଭ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହିଲି ନାହିଁ?”
(Dixit ergo rex Israël ad Josaphat: Numquid non dixi tibi, quia non prophetat mihi bonum, sed semper malum?)
19 ପୁଣି, ମୀଖାୟ କହିଲା, “ଏହେତୁ ତୁମ୍ଭେ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ତାହାଙ୍କ ନିକଟରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟଙ୍କୁ ଉଭା ହେବାର ଦେଖିଲି।
Ille vero addens, ait: Propterea audi sermonem Domini: vidi Dominum sedentem super solium suum, et omnem exercitum cæli assistentem ei a dextris et a sinistris:
20 ତହିଁରେ ସଦାପ୍ରଭୁ କହିଲେ, ‘ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସଲାଇବ?’ ତହିଁରେ ଜଣେ ଏପ୍ରକାର, ଅନ୍ୟ ଜଣେ ସେପ୍ରକାର କହିଲେ।
et ait Dominus: Quis decipiet Achab regem Israël, ut ascendat, et cadat in Ramoth Galaad? Et dixit unus verba hujuscemodi, et alius aliter.
21 ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସଲାଇବି।’
Egressus est autem spiritus, et stetit coram Domino, et ait: Ego decipiam illum. Cui locutus est Dominus: In quo?
22 ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’ ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
Et ille ait: Egrediar, et ero spiritus mendax in ore omnium prophetarum ejus. Et dixit Dominus: Decipies, et prævalebis: egredere, et fac ita.
23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
Nunc igitur ecce dedit Dominus spiritum mendacii in ore omnium prophetarum tuorum, qui hic sunt, et Dominus locutus est contra te malum.
24 ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”
Accessit autem Sedecias filius Chanaana, et percussit Michæam in maxillam, et dixit: Mene ergo dimisit spiritus Domini, et locutus est tibi?
25 ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକି ଯିବ, ସେହି ଦିନ ତାହା ଜାଣିବ।”
Et ait Michæas: Visurus es in die illa quando ingredieris cubiculum intra cubiculum ut abscondaris.
26 ପୁଣି, ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ନଗରାଧ୍ୟକ୍ଷ ଆମୋନ୍ର ଓ ରାଜପୁତ୍ର ଯୋୟାଶ୍ର ନିକଟକୁ ଫେରାଇ ନେଇଯାଅ;
Et ait rex Israël: Tollite Michæam, et maneat apud Amon principem civitatis, et apud Joas filium Amelech,
27 ପୁଣି, କୁହ, ‘ରାଜା ଏହି କଥା କହନ୍ତି, ଏଇଟାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାକୁ କେବଳ ଅଳ୍ପ ଅନ୍ନ ଓ ଅଳ୍ପ ଜଳ ଖୁଆଅ।’”
et dicite eis: Hæc dicit rex: Mittite virum istum in carcerem, et sustentate eum pane tribulationis, et aqua angustiæ, donec revertar in pace.
28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋʼ ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Dixitque Michæas: Si reversus fueris in pace, non est locutus in me Dominus. Et ait: Audite, populi omnes.
29 ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
Ascendit itaque rex Israël, et Josaphat rex Juda, in Ramoth Galaad.
30 ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ। ଆଉ ଇସ୍ରାଏଲର ରାଜା ଛଦ୍ମବେଶ ଧରି ଯୁଦ୍ଧକୁ ଗଲେ।”
Dixit itaque rex Israël ad Josaphat: Sume arma, et ingredere prælium, et induere vestibus tuis. Porro rex Israël mutavit habitum suum, et ingressus est bellum.
31 ମାତ୍ର ଅରାମର ରାଜା ଆପଣାର ବତିଶ ରଥାଧ୍ୟକ୍ଷଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
Rex autem Syriæ præceperat principibus curruum triginta duobus, dicens: Non pugnabitis contra minorem et majorem quempiam, nisi contra regem Israël solum.
32 ଏହେତୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଅବଶ୍ୟ ଇସ୍ରାଏଲର ରାଜା; ଆଉ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ତହିଁରେ ଯିହୋଶାଫଟ୍ ଡାକ ପକାଇଲେ।”
Cum ergo vidissent principes curruum Josaphat, suspicati sunt quod ipse esset rex Israël, et impetu facto pugnabant contra eum: et exclamavit Josaphat.
33 ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ ଫେରିଗଲେ।
Intellexeruntque principes curruum quod non esset rex Israël, et cessaverunt ab eo.
34 ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ଇସ୍ରାଏଲ ରାଜାଙ୍କ ସାଞ୍ଜୁଆର ଯୋଡ଼ ମଧ୍ୟରେ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
Vir autem quidam tetendit arcum, in incertum sagittam dirigens, et casu percussit regem Israël inter pulmonem et stomachum. At ille dixit aurigæ suo: Verte manum tuam, et ejice me de exercitu, quia graviter vulneratus sum.
35 ସେଦିନ ଯୁଦ୍ଧ ପ୍ରବଳ ହେଲା; ପୁଣି, ଲୋକମାନେ ଅରାମୀୟମାନଙ୍କ ସମ୍ମୁଖରେ ରାଜାଙ୍କୁ ତାଙ୍କର ରଥରେ ଠିଆ କରି ରଖିଲେ, ଆଉ ସେ ସନ୍ଧ୍ୟା ବେଳେ ମଲେ; ପୁଣି, ତାଙ୍କର କ୍ଷତର ରକ୍ତ ରଥ ଗର୍ଭରେ ବହି ପଡ଼ିଲା।
Commissum est ergo prælium in die illa, et rex Israël stabat in curru suo contra Syros, et mortuus est vespere: fluebat autem sanguis plagæ in sinum currus,
36 “ଆଉ ପ୍ରତ୍ୟେକେ ଆପଣା ନଗରକୁ ଓ ଆପଣା ଦେଶକୁ ଯାଅ,” ଏହି ଡାକ ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସୈନ୍ୟମାନଙ୍କର ସର୍ବତ୍ର ବ୍ୟାପିଗଲା।
et præco insonuit in universo exercitu antequam sol occumberet, dicens: Unusquisque revertatur in civitatem, et in terram suam.
37 ଏହିରୂପେ ରାଜା ମଲେ ଓ ଶମରୀୟାକୁ ଅଣାଗଲେ; ପୁଣି, ଲୋକମାନେ ରାଜାଙ୍କୁ ଶମରୀୟାରେ କବର ଦେଲେ।
Mortuus est autem rex, et perlatus est in Samariam: sepelieruntque regem in Samaria,
38 ଆଉ ସେମାନେ ଶମରୀୟାର ପୁଷ୍କରିଣୀ ନିକଟରେ ରଥ ଧୋଇଲେ; ତହିଁରେ ସଦାପ୍ରଭୁଙ୍କ ଉକ୍ତ ବାକ୍ୟାନୁସାରେ କୁକ୍କୁରମାନେ ତାଙ୍କର ରକ୍ତ ଚାଟି ଖାଇଲେ। ଏହି ସ୍ଥାନରେ ବେଶ୍ୟାମାନେ ସ୍ନାନ କରନ୍ତି।
et laverunt currum ejus in piscina Samariæ: et linxerunt canes sanguinem ejus, et habenas laverunt, juxta verbum Domini quod locutus fuerat.
39 ଏହି ଆହାବଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ନିର୍ମିତ ହସ୍ତୀଦନ୍ତମୟ ଗୃହ ଓ ଯେ ଯେ ନଗର ସେ ନିର୍ମାଣ କରିଥିଲେ, ତାହାସବୁ କʼଣ ଇସ୍ରାଏଲ ରାଜାଗଣଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Reliqua autem sermonum Achab, et universa quæ fecit, et domus eburnea quam ædificavit, cunctarumque urbium quas exstruxit, nonne hæc scripta sunt in libro sermonum dierum regum Israël?
40 ଏହିରୂପେ ଆହାବଙ୍କ ମୃତ୍ୟୁ ପରେ ଓ ତାହାଙ୍କ ପୁତ୍ର ଅହସୀୟ ତାହାଙ୍କ ପଦରେ ରାଜ୍ୟ କଲେ।
Dormivit ergo Achab cum patribus suis, et regnavit Ochozias filius ejus pro eo.
41 ଇସ୍ରାଏଲର ରାଜା ଆହାବଙ୍କ ରାଜତ୍ଵର ଚତୁର୍ଥ ବର୍ଷରେ ଆସାଙ୍କର ପୁତ୍ର ଯିହୋଶାଫଟ୍ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।
Josaphat vero filius Asa regnare cœperat super Judam anno quarto Achab regis Israël.
42 ରାଜ୍ୟ କରିବାର ଆରମ୍ଭରେ ଯିହୋଶାଫଟ୍ଙ୍କର ବୟସ ପଞ୍ଚତିରିଶ ବର୍ଷ ହୋଇଥିଲା ଓ ସେ ଯିରୂଶାଲମରେ ପଚିଶ ବର୍ଷ ରାଜ୍ୟ କଲେ। ତାଙ୍କର ମାତାର ନାମ ଅସୂବା, ସେ ଶିଲ୍ହିର କନ୍ୟା।
Triginta quinque annorum erat cum regnare cœpisset, et viginti quinque annis regnavit in Jerusalem: nomen matris ejus Azuba filia Salai.
43 ଯିହୋଶାଫଟ୍ ଆପଣା ପିତା ଆସାଙ୍କର ସମସ୍ତ ପଥରେ ଚାଲିଲେ; ସେ ତହିଁରୁ ବିମୁଖ ନ ହୋଇ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କଲେ; ତଥାପି ଉଚ୍ଚସ୍ଥଳୀମାନ ଉଚ୍ଛିନ୍ନ ନୋହିଲା; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Et ambulavit in omni via Asa patris sui, et non declinavit ex ea: fecitque quod rectum erat in conspectu Domini. Verumtamen excelsa non abstulit: adhuc enim populus sacrificabat, et adolebat incensum in excelsis.
44 ପୁଣି, ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କ ସଙ୍ଗେ ସନ୍ଧି ସ୍ଥାପନ କଲେ।
Pacemque habuit Josaphat cum rege Israël.
45 ଏହି ଯିହୋଶାଫଟ୍ଙ୍କ ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ପ୍ରକାଶିତ ପରାକ୍ରମ ଓ ସେ କି ପ୍ରକାର ଯୁଦ୍ଧ କଲେ, ତାହାସବୁ କʼଣ ଯିହୁଦାର ରାଜାମାନଙ୍କର ଇତିହାସ ପୁସ୍ତକରେ ଲେଖା ନାହିଁ?
Reliqua autem verborum Josaphat, et opera ejus quæ gessit, et prælia, nonne hæc scripta sunt in libro verborum dierum regum Juda?
46 ତାଙ୍କର ପିତା ଆସାଙ୍କର ସମୟରେ ଯେଉଁ ସଦୋମୀମାନେ ଅବଶିଷ୍ଟ ରହିଥିଲେ, ସେମାନଙ୍କୁ ସେ ଦେଶରୁ ଦୂର କରିଦେଲେ।
Sed et reliquias effeminatorum qui remanserant in diebus Asa patris ejus, abstulit de terra.
47 ସେହି ସମୟରେ ଇଦୋମରେ କେହି ରାଜା ନ ଥିଲା; ଜଣେ ପ୍ରତିନିଧି ରାଜ୍ୟ କଲା।
Nec erat tunc rex constitutus in Edom.
48 ଯିହୋଶାଫଟ୍ ସୁନା ପାଇଁ ଓଫୀରକୁ ଯିବା ସକାଶେ ତର୍ଶୀଶର ଜାହାଜମାନ ନିର୍ମାଣ କଲେ; ମାତ୍ର ତାହାସବୁ ଗଲା ନାହିଁ; କାରଣ ଇତ୍ସିୟୋନ-ଗେବରରେ ଜାହାଜମାନ ଭାଙ୍ଗିଗଲା।
Rex vero Josaphat fecerat classes in mari, quæ navigarent in Ophir propter aurum: et ire non potuerunt, quia confractæ sunt in Asiongaber.
49 ତେବେ ଆହାବଙ୍କର ପୁତ୍ର ଅହସୀୟ ଯିହୋଶାଫଟ୍ଙ୍କୁ କହିଲେ, “ମୋʼ ଦାସମାନେ ତୁମ୍ଭ ଦାସମାନଙ୍କ ସଙ୍ଗେ ଜାହାଜରେ ଯାଉନ୍ତୁ।” ମାତ୍ର ଯିହୋଶାଫଟ୍ ସମ୍ମତ ହେଲେ ନାହିଁ।
Tunc ait Ochozias filius Achab ad Josaphat: Vadant servi mei cum servis tuis in navibus. Et noluit Josaphat.
50 ଏଥିଉତ୍ତାରେ ଯିହୋଶାଫଟ୍ ଆପଣା ପିତୃଗଣ ସହିତ ଶୟନ କରି ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଲୋକଙ୍କ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କଲେ।
Dormivitque Josaphat cum patribus suis, et sepultus est cum eis in civitate David patris sui: regnavitque Joram filius ejus pro eo.
51 ଯିହୁଦାର ରାଜା ଯିହୋଶାଫଟ୍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।
Ochozias autem filius Achab regnare cœperat super Israël in Samaria, anno septimodecimo Josaphat regis Juda: regnavitque super Israël duobus annis.
52 ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।
Et fecit malum in conspectu Domini, et ambulavit in via patris sui et matris suæ, et in via Jeroboam filii Nabat, qui peccare fecit Israël.
53 ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।
Servivit quoque Baal, et adoravit eum, et irritavit Dominum Deum Israël, juxta omnia quæ fecerat pater ejus.