< ପ୍ରଥମ ରାଜାବଳୀ 3 >

1 ଏଥିଉତ୍ତାରେ ଶଲୋମନ ମିସରର ରାଜା ଫାରୋ ସହିତ ଆତ୍ମୀୟତା କରି ଫାରୋର କନ୍ୟାକୁ ବିବାହ କଲେ ଓ ଆପଣା ଗୃହ ଓ ସଦାପ୍ରଭୁଙ୍କ ଗୃହ ଓ ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀରର ନିର୍ମାଣ ସମାପ୍ତ ହେବା ପର୍ଯ୍ୟନ୍ତ ତାହାକୁ ଆଣି ଦାଉଦ-ନଗରରେ ରଖିଲେ।
Salomón emparentó con Faraón, rey de Egipto, al tomar como esposa a la hija de Faraón. La llevó a la Ciudad de David mientras terminaba de edificar su propia casa, la Casa de Yavé y el muro alrededor de Jerusalén.
2 ମାତ୍ର, ଲୋକମାନେ ନାନା ଉଚ୍ଚସ୍ଥଳୀରେ ବଳିଦାନ କରୁଥିଲେ, କାରଣ ସେହି ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ କୌଣସି ଗୃହ ନିର୍ମିତ ହୋଇ ନ ଥିଲା।
Sin embargo, el pueblo ofrecía sacrificios en los lugares altos, porque en aquellos tiempos no había sido edificada Casa al Nombre de Yavé.
3 ପୁଣି, ଶଲୋମନ ଆପଣା ପିତା ଦାଉଦଙ୍କର ବିଧି ଅନୁସାରେ ଆଚରଣ କରି ସଦାପ୍ରଭୁଙ୍କୁ ପ୍ରେମ କଲେ; କେବଳ ସେ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ।
Salomón amaba a Yavé y andaba en los caminos de su padre David, pero ofrecía sus sacrificios y ofrendas en los lugares altos.
4 ପୁଣି, ରାଜା ବଳିଦାନ କରିବା ନିମନ୍ତେ ଗିବୀୟୋନ୍‍ ନଗରକୁ ଗଲେ; କାରଣ ତାହା ବଡ଼ ଉଚ୍ଚସ୍ଥଳୀ ଥିଲା; ଶଲୋମନ ସେହି ଯଜ୍ଞବେଦି ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
El rey iba a Gabaón para ofrecer allí sacrificios, porque aquél era el lugar alto principal. Salomón ofreció 1.000 holocaustos sobre aquel altar.
5 ଗିବୀୟୋନ୍‍ରେ ସଦାପ୍ରଭୁ ରାତ୍ରିରେ ସ୍ୱପ୍ନ ଦ୍ୱାରା ଶଲୋମନଙ୍କୁ ଦର୍ଶନ ଦେଲେ; ଆଉ, ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭକୁ କଅଣ ଦେବା, ତାହା ମାଗ।”
En Gabaón Yavé se apareció a Salomón en un sueño de noche. Y ʼElohim le dijo: Pide lo que quieras que Yo te dé.
6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
Salomón respondió: Tú mostraste gran misericordia a tu esclavo David, mi padre, porque él anduvo delante de Ti con fidelidad, justicia y rectitud de corazón hacia Ti. Tú le conservaste esta gran misericordia y le diste un hijo que se siente en su trono, como hoy.
7 ଏବେ ହେ ସଦାପ୍ରଭୋ, ମୋହର ପରମେଶ୍ୱର, ତୁମ୍ଭେ ମୋʼ ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।
Ahora, oh Yavé, ʼElohim mío, Tú constituiste a tu esclavo como rey en lugar de mi padre David, aunque soy joven, y no sé cómo salir ni entrar.
8 ଆଉ ତୁମ୍ଭର ଦାସ ତୁମ୍ଭ ମନୋନୀତ ଲୋକମାନଙ୍କ ମଧ୍ୟରେ ଅଛି, ସେମାନେ ବାହୁଲ୍ୟ ସକାଶୁ ଅଗଣ୍ୟ ଓ ଅସଂଖ୍ୟ ଏକ ମହାଗୋଷ୍ଠୀ ଅଟନ୍ତି।
Tu esclavo está en medio de tu pueblo, al cual escogiste, un pueblo tan numeroso que por su multitud no se puede contar ni calcular.
9 ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”
Concede a tu esclavo un corazón que sepa escuchar, para juzgar a tu pueblo y distinguir entre lo bueno y lo malo. Porque, ¿quién será capaz de juzgar a este pueblo tuyo tan grande?
10 ଶଲୋମନ ଯେ ଏହି ବିଷୟ ମାଗିଲେ, ଏହି କଥାରେ ପ୍ରଭୁ ସନ୍ତୁଷ୍ଟ ହେଲେ।
Agradó a ʼAdonay que Salomón pidiera esto.
11 ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;
ʼElohim le dijo: Porque pediste esto, y no una larga vida, ni riquezas para ti, ni la vida de tus enemigos, sino pediste inteligencia para administrar justicia,
12 ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।
ciertamente cumplo tu ruego y te doy un corazón sabio y entendido, como no hubo otro antes de ti, ni lo habrá después.
13 ଆହୁରି ତୁମ୍ଭେ ଯେଉଁ ଐଶ୍ୱର୍ଯ୍ୟ ଓ ପ୍ରତାପ ମାଗି ନାହଁ, ସେହି ଦୁଇ ମଧ୍ୟ ଆମ୍ଭେ ତୁମ୍ଭକୁ ଏପରି ଦେଲୁ ଯେ, ତୁମ୍ଭର ଯାବଜ୍ଜୀବନ ରାଜାମାନଙ୍କ ମଧ୍ୟରେ କେହି ତୁମ୍ଭ ସମାନ ହେବ ନାହିଁ।
También te concedo lo que no pediste, tanto riquezas como honores, de modo que no habrá entre los reyes un hombre como tú en todos tus días.
14 ପୁଣି, ତୁମ୍ଭ ପିତା ଦାଉଦ ଯେପରି ଗମନ କଲା, ସେପରି ତୁମ୍ଭେ ଯଦି ଆମ୍ଭର ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଗମନ କରିବ, ତେବେ ଆମ୍ଭେ ତୁମ୍ଭର ଆୟୁଷ ବୃଦ୍ଧି କରିବା।”
Si andas en mis caminos para cumplir mis Estatutos y mis Mandamientos, como anduvo David tu padre, prolongaré tus días.
15 ଏଉତ୍ତାରେ ଶଲୋମନ ଜାଗ୍ରତ ହୁଅନ୍ତେ, ଦେଖ, ଏହା ସ୍ୱପ୍ନ-ମାତ୍ର; ତହୁଁ ସେ ଯିରୂଶାଲମକୁ ଯାଇ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ଠିଆ ହୋଇ ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଆପଣା ସମସ୍ତ ଦାସଙ୍କ ନିମନ୍ତେ ଏକ ଭୋଜ କଲେ।
Salomón despertó, y ciertamente era un sueño. Volvió entonces a Jerusalén, se detuvo ante el Arca del Pacto de ʼAdonay. Ofreció holocaustos y sacrificios de paz e hizo un banquete para todos sus esclavos.
16 ସେହି ସମୟରେ ଦୁଇ ବେଶ୍ୟା ସ୍ତ୍ରୀ ରାଜାଙ୍କ ନିକଟକୁ ଆସି ତାଙ୍କର ସମ୍ମୁଖରେ ଠିଆ ହେଲେ।
Dos mujeres prostitutas llegaron ante el rey y se colocaron en pie delante de él.
17 ପୁଣି, ଏକ ସ୍ତ୍ରୀ କହିଲା, “ହେ ମୋହର ପ୍ରଭୋ, ମୁଁ ଓ ଏହି ସ୍ତ୍ରୀ ଏକ ଘରେ ବାସ କରୁ; ଆଉ, ମୁଁ ସେହି ଗୃହରେ ତାହା ସଙ୍ଗେ ଥାଇ ଏକ ସନ୍ତାନ ପ୍ରସବ କଲି।
Una de las mujeres dijo: ¡Ay, ʼadón mío! Esta mujer y yo vivimos en la misma casa. Cuando di a luz ella estaba conmigo en la casa.
18 ପୁଣି, ମୋହର ପ୍ରସବର ତୃତୀୟ ଦିନରେ ଏହି ସ୍ତ୍ରୀ ମଧ୍ୟ ପ୍ରସବ କଲା ଓ ଆମ୍ଭେ ଦୁହେଁ ଏକତ୍ର ଥିଲୁ, ସେହି ଘରେ ଆମ୍ଭ ଦୁହିଁଙ୍କ ଛଡ଼ା ଅନ୍ୟ କୌଣସି ବାହାର ଲୋକ ନ ଥିଲା।
Sucedió que tres días después de mi parto, esta mujer también dio a luz. Nosotras vivíamos juntas y ningún extraño estaba con nosotras en la casa. Solo nosotras dos.
19 ଆଉ ଏହି ସ୍ତ୍ରୀ ଆପଣା ପିଲା ଉପରେ ଲଦି ହୋଇ ଶୋଇବାରୁ ତାହାର ପିଲା ରାତ୍ରିରେ ମରିଗଲା।
Una noche el hijo de esta mujer murió, porque ella se acostó sobre él.
20 ଏଣୁ ସେ ମଧ୍ୟରାତ୍ରରେ ଉଠି ଆପଣଙ୍କ ଦାସୀ ନିଦ୍ରିତା ଥିବା ବେଳେ ମୋʼ ପାଖରୁ ମୋହର ପୁତ୍ରକୁ ନେଇ ଆପଣା କୋଳରେ ଶୁଆଇଲା ଓ ତାହାର ମଲା ପିଲାକୁ ମୋʼ କୋଳରେ ଶୁଆଇ ଦେଲା।
Se levantó a medianoche y tomó a mi hijo de junto a mí, pues tu esclava estaba dormida. Lo puso a su lado y a su hijo muerto lo puso a mi lado.
21 ତହୁଁ ମୁଁ ସକାଳେ ଆପଣା ପିଲାକୁ ସ୍ତନ୍ୟପାନ କରାଇବା ପାଇଁ ଉଠାନ୍ତେ, ଦେଖ, ସେ ମରିଯାଇଅଛି; ମାତ୍ର, ସକାଳେ ମୁଁ ଭଲ କରି ପରଖ କରନ୍ତେ, ଦେଖ, ଏ ତ ମୋହର ଜନ୍ମ କଲା ପୁତ୍ର ନୁହେଁ।”
Cuando me levanté por la mañana para amamantar a mi hijo, ¡ahí estaba muerto! Pero por la mañana lo observé bien, ¡y ciertamente no era mi hijo, el que yo di a luz!
22 ତହୁଁ ସେ ଅନ୍ୟ ସ୍ତ୍ରୀ କହିଲା, “ନା, ମାତ୍ର ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ।” ଆଉ, ଏ ସ୍ତ୍ରୀ କହିଲା, “ନା; ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।” ଏହିରୂପେ ସେମାନେ ରାଜାଙ୍କ ଛାମୁରେ ଗୁହାରି କଲେ।
Pero la otra mujer replicó: ¡No! Sino mi hijo es el vivo y tu hijo es el muerto. Y la primera volvió a decir: ¡No! ¡Tu hijo es el muerto y mi hijo es el vivo! Y disputaban muchísimo delante del rey.
23 ତେବେ ରାଜା କହିଲେ, “ଜଣେ କହୁଛି, ‘ଜୀଅନ୍ତାଟି ମୋହର ପୁଅ ଓ ମଲାଟି ତୁମ୍ଭର ପୁଅ; ପୁଣି, ଅନ୍ୟ ଜଣ କହୁଛି, ନା; ମାତ୍ର, ମଲାଟି ତୁମ୍ଭର ପୁଅ ଓ ଜୀଅନ୍ତାଟି ମୋହର ପୁଅ।’”
Entonces el rey dijo: Esta dice: Mi hijo es el que vive, y tu hijo es el muerto. Y la otra dice: ¡No! Sino tu hijo es el muerto, y mi hijo el vivo.
24 ଏଥିରେ ରାଜା କହିଲେ, “ମୋହର ନିକଟକୁ ଗୋଟିଏ ଖଣ୍ଡା ଆଣ।” ତହୁଁ ସେମାନେ ରାଜାଙ୍କ ଛାମୁକୁ ଖଣ୍ଡା ଆଣିଲେ।
El rey dijo: ¡Tráiganme una espada! Cuando llevaron la espada ante el rey, él
25 ତହିଁରେ ରାଜା କହିଲେ, “ଏହି ଜୀଅନ୍ତା ପିଲାକୁ ଦୁଇ ଖଣ୍ଡ କରି ଜଣକୁ ଅଧେ ଓ ଅନ୍ୟ ଜଣକୁ ଅଧେ ଦିଅ।”
dispuso: ¡Partan el niño vivo en dos, y den la mitad a la una y la otra mitad a la otra!
26 ଏଥିରେ ଯେଉଁ ସ୍ତ୍ରୀର ପିଲା ଜୀବିତ ଥିଲା, ତାହାର ଅନ୍ତଃକରଣ ଆପଣା ପୁତ୍ର ପ୍ରତି ସ୍ନେହରେ ଉତ୍ତପ୍ତ ହେଲା, ଏଣୁ ସେ ରାଜାଙ୍କୁ କହିଲା, “ହେ ମୋହର ପ୍ରଭୋ, ଜୀଅନ୍ତା ପିଲାଟି ତାକୁ ଦେଉନ୍ତୁ, କୌଣସିମତେ ତାକୁ ବଧ ନ କରନ୍ତୁ।” ମାତ୍ର, ଅନ୍ୟ ସ୍ତ୍ରୀ କହିଲା, “ସେ ମୋହର ନ ହେଉ କି ତୁମ୍ଭର ନ ହେଉ; ତାକୁ ଦୁଇ ଖଣ୍ଡ କର।”
Pero entonces, la mujer de quien era el hijo vivo habló al rey, porque sus entrañas se conmovieron por su hijo. Y exclamó: ¡Ay, ʼadón mío! Den a ella el niño vivo, y no lo maten de ningún modo. Pero la otra dijo: Que no sea para mí ni para ti. ¡Pártanlo!
27 ସେତେବେଳେ ରାଜା ଉତ୍ତର କରି କହିଲେ, “ଏହାକୁ ଜୀବିତ ବାଳକଟି ଦିଅ, କୌଣସିମତେ ବଧ ନ କର; ସେ ତ ତାହାର ମାତା।”
Entonces el rey dijo: ¡Denle a aquélla el niño vivo y no lo maten! Ella es su madre.
28 ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର ଦତ୍ତ ଜ୍ଞାନ ଅଛି।
Todo Israel oyó acerca de la sentencia que dio el rey, y tuvieron temor al rey, porque vieron que la sabiduría de ʼElohim estaba en su corazón para hacer justicia.

< ପ୍ରଥମ ରାଜାବଳୀ 3 >