< ପ୍ରଥମ ରାଜାବଳୀ 4 >
1 ଏହିରୂପେ ଶଲୋମନ ରାଜା ସମଗ୍ର ଇସ୍ରାଏଲ ଉପରେ ରାଜା ହେଲେ।
Kong Salomo var Konge over hele Israel.
2 ଏମାନେ ତାଙ୍କର ଅଧିପତି ଥିଲେ, ଯଥା, ସାଦୋକର ପୁତ୍ର ଅସରୀୟ ଯାଜକ ଥିଲେ।
Hans øverste Embedsmænd var følgende: Azarja, Zadoks Søn, var Ypperstepræst;
3 ଶୀଶାର ପୁତ୍ର ଇଲୀହୋରଫ ଓ ଅହୀୟ ସମ୍ପାଦକ; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ
Elihoref og Ahija, Sjisjas Sønner, var Statsskrivere; Josjafat, Ahiluds Søn, var Kansler;
4 ଓ ଯିହୋୟାଦାର ପୁତ୍ର ବନାୟ ସେନାପତି ଥିଲା; ପୁଣି, ସାଦୋକ ଓ ଅବୀୟାଥର ଯାଜକ ଥିଲେ;
Benaja, Jojadas Søn, stod i Spidsen for Hæren; Zadok og Ebjatar var Præster;
5 ନାଥନର ପୁତ୍ର ଅସରୀୟ ଦେଶାଧ୍ୟକ୍ଷମାନଙ୍କର ପ୍ରଧାନ ଥିଲା ଓ ନାଥନର ପୁତ୍ର ସାବୁଦ୍ ଯାଜକ ଓ ରାଜାଙ୍କ ମିତ୍ର ଥିଲା।
Azarja, Natans Søn, var Overfoged; Præsten Zabud, Natans Søn, var Kongens Ven;
6 ପୁଣି, ଅହୀଶାର୍ ଗୃହାଧ୍ୟକ୍ଷ ଥିଲା ଓ ଅବ୍ଦର ପୁତ୍ର ଅଦୋନୀରାମ୍ ବେଠିକର୍ମର ଅଧ୍ୟକ୍ଷ ଥିଲା।
Ahisjar var Slotshøvedsmand; Adoniram, Abdas Søn, havde Tilsyn med Hoveriarbejdet.
7 ଆଉ ସମଗ୍ର ଇସ୍ରାଏଲ ଉପରେ ଶଲୋମନଙ୍କର ବାର ଜଣ ଦେଶାଧ୍ୟକ୍ଷ ଥିଲେ, ସେମାନେ ରାଜା ଓ ତାଙ୍କର ଗୃହ ପାଇଁ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ପ୍ରତି ଜଣ ବର୍ଷ ମଧ୍ୟରେ ଏକ ଏକ ମାସ ପାଇଁ ଦ୍ରବ୍ୟ ଯୋଗାଇଲେ।
Fremdeles havde Salomo tolv Fogeder over hele Israel, som skulde sørge for Kongens og Hoffets Underhold, hver af dem en Maaned om Aaret.
8 ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍-ହୂର।
Deres Navne var: Hurs Søn i Efraims Bjerge;
9 ମାକସ୍, ଶାଲବୀମ୍, ବେଥ୍-ଶେମଶ ଓ ଏଲୋନ-ବେଥ୍-ହାନନ୍ରେ ବିନ୍-ଦେକର;
Dekers Søn i Makaz-Sja'albim, Bet-Sjemesj og Elon indtil Bet-Hanan;
10 ଅରୁବୋତରେ ବିନ୍-ହେଷଦ୍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;
Heseds Søn i Arubbot; han havde Soko og hele Hefers Land;
11 ସମୁଦାୟ ଦୋର ଉପପର୍ବତରେ ବିନ୍-ଅବୀନାଦବ୍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍ ଥିଲା।
Abinadabs Søn havde hele Dors Højland; han var gift med Salomos Datter Tafat;
12 ତାନକ୍, ମଗିଦ୍ଦୋ, ବେଥ୍-ଶାନ୍ ଠାରୁ ଆବେଲ୍-ମହୋଲା ଓ ଯକମୀୟାମ୍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।
Ba'ana, Ahiluds Søn, havde Ta'anak, Megiddo og hele Bet-Sjean op til Zaretan, neden for Jizre'el fra Bet-Sjean til Abel-Mehola ud over Jokmeam;
13 ରାମୋତ୍-ଗିଲୀୟଦରେ ବିନ୍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;
Gebers Søn i Ramot i Gilead; han havde Manasses Søn Ja'irs Teltbyer i Gilead, og han havde Argoblandet i Basan, tresindstyve store Byer med Mure og Kobberportstænger;
14 ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍।
Ahinadab, Iddos Søn, havde Mahanajim;
15 ନପ୍ତାଲିରେ ଅହୀମାସ୍; ସେ ଶଲୋମନଙ୍କର କନ୍ୟା ବାସମତ୍କୁ ବିବାହ କରିଥିଲା।
Ahima'az i Naftali; han var ligeledes gift med en Datter af Salomo, Basemat;
16 ଆଶେର ଓ ବାଲୋତ୍ରେ ହୂଶୟର ପୁତ୍ର ବାନା।
Ba'ana, Husjajs Søn, i Aser og Bealot;
17 ଇଷାଖରରେ ପାରୁହର ପୁତ୍ର ଯିହୋଶାଫଟ୍;
Josjafat, Paruas Søn, i Issakar;
18 ବିନ୍ୟାମୀନ୍ରେ ଏଲାର ପୁତ୍ର ଶିମୀୟି;
Sjim'i, Elas Søn, i Benjamin;
19 ଇମୋରୀୟମାନଙ୍କ ରାଜା ସୀହୋନର ଓ ବାଶନର ରାଜା ଓଗ୍ର ଗିଲୀୟଦ ଦେଶରେ ଊରିର ପୁତ୍ର ଗେବର; ସେ ଦେଶରେ ସେ ଏକମାତ୍ର ଦେଶାଧ୍ୟକ୍ଷ ଥିଲା।
Geber, Uris Søn, i Gads Land, det Land, der havde tilhørt Amoriterkongen Sihon og Kong Og af Basan; der var kun een Foged i det Land.
20 ଯିହୁଦା ଓ ଇସ୍ରାଏଲ ଭୋଜନପାନ ଓ ଆମୋଦ ପ୍ରମୋଦ କରି ବାହୁଲ୍ୟ ହେତୁରୁ ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ବହୁସଂଖ୍ୟକ ଥିଲେ।
Juda og Israel var talrige, saa talrige som Sandet ved Havet, og de spiste og drak og var glade.
21 ପୁଣି, ଶଲୋମନ (ଫରାତ୍) ନଦୀଠାରୁ ପଲେଷ୍ଟୀୟମାନଙ୍କ ଦେଶ ଓ ମିସର-ସୀମା ପର୍ଯ୍ୟନ୍ତ ସମସ୍ତ ରାଜ୍ୟ ଉପରେ ରାଜତ୍ୱ କଲେ; ଶଲୋମନଙ୍କର ଯାବଜ୍ଜୀବନ ସେମାନେ ଭେଟି ଆଣିଲେ ଓ ତାଙ୍କର ସେବା କଲେ।
Og Salomo herskede over alle Rigerne fra Floden til Filisternes Land og Ægyptens Grænse og de bragte Gaver og tjente Salomo, saa længe han levede.
22 ଶଲୋମନଙ୍କର ପ୍ରାତ୍ୟହିକ ଆୟୋଜନୀୟ ଦ୍ରବ୍ୟ ତିରିଶ ମହଣ ସରୁ ମଇଦା ଓ ଷାଠିଏ ମହଣ ସୁଜି,
Salomos daglige Behov af Levnedsmidler var tredive Kor fint Hvedemel og tresindstyve Kor almindeligt Mel,
23 ଆଉ ଦଶ ପୁଷ୍ଟ ଗୋରୁ ଓ ଚରାସ୍ଥାନରୁ କୋଡ଼ିଏ ଗୋରୁ ଓ ଏକ ଶହ ମେଷ, ଏହାଛଡ଼ା ଅନେକ ହରିଣ ଓ କୃଷ୍ଣସାର ଓ ବନଗୋରୁ ଓ ପୁଷ୍ଟ ପକ୍ଷୀ ଥିଲା।
ti Stykker Fedekvæg, tyve Stykker Græskvæg og hundrede Stykker Smaakvæg foruden Hjorte, Gazeller, Antiloper og fede Gæs.
24 କାରଣ, ସେ ତିପ୍ସହଠାରୁ ଘସା ପର୍ଯ୍ୟନ୍ତ (ଫରାତ୍) ନଦୀର ଏପାରିସ୍ଥିତ ସମସ୍ତ ଅଞ୍ଚଳର ରାଜାମାନଙ୍କ ଉପରେ କର୍ତ୍ତୃତ୍ୱ କଲେ; ପୁଣି, ତାଙ୍କର ଚତୁର୍ଦ୍ଦିଗସ୍ଥ ସବୁଆଡ଼େ ଶାନ୍ତି ଥିଲା।
Thi han herskede over hele Landet hinsides Floden, fra Tifsa til Gaza, over alle Kongerne hinsides Floden, og han havde Fred rundt om til alle Sider;
25 ଏଣୁ ଶଲୋମନଙ୍କର ଯାବଜ୍ଜୀବନ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଯିହୁଦା ଓ ଇସ୍ରାଏଲର ପ୍ରତ୍ୟେକ ଲୋକ ଆପଣା ଆପଣା ଦ୍ରାକ୍ଷାଲତା ଓ ଆପଣା ଆପଣା ଡିମ୍ବିରିବୃକ୍ଷ ମୂଳରେ ନିରାପଦରେ ବାସ କଲେ।
og Juda og Israel boede trygt, saa længe Salomo levede, hver Mand under sin Vinstok og sit Figentræ, fra Dan til Be'ersjeba.
26 ଆଉ ଶଲୋମନଙ୍କର ରଥ ନିମନ୍ତେ ଚାଳିଶ ସହସ୍ର ଅଶ୍ୱଶାଳା ଓ ବାର ସହସ୍ର ଅଶ୍ୱାରୋହୀ ଥିଲେ।
Og Salomo havde 40 000 Spand Heste til sit Vognhold og 12 000 Ryttere.
27 ଆଉ ଶଲୋମନ ରାଜାଙ୍କ ନିମନ୍ତେ ଓ ଶଲୋମନ ରାଜାଙ୍କର ମେଜରେ ଭୋଜନକାରୀ ସମସ୍ତଙ୍କ ନିମନ୍ତେ ପୂର୍ବୋକ୍ତ ଦେଶାଧ୍ୟକ୍ଷମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ନିରୂପିତ ମାସରେ ଖାଦ୍ୟଦ୍ରବ୍ୟ ଯୋଗାଇଲେ; ସେମାନେ କିଛି ଊଣା କଲେ ନାହିଁ।
Og de nævnte Fogeder sørgede for Underhold til Kong Salomo og alle, der havde Adgang til hans Bord, hver i sin Maaned, og de lod det ikke skorte paa noget;
28 ସେମାନଙ୍କର ପ୍ରତ୍ୟେକ ଜଣ ମଧ୍ୟ ଆପଣା ଆପଣା ନିରୂପିତ କର୍ମାନୁସାରେ ଅଶ୍ୱ ଓ ଦ୍ରୁତଗାମୀ ବାହନସକଳ ନିମନ୍ତେ ଅଧ୍ୟକ୍ଷମାନଙ୍କ ଥିବା ସ୍ଥାନକୁ ଯବ ଓ ତୃଣ ଆଣିଲେ।
og Byggen og Straaet til Hestene og Forspandene bragte de til det Sted, hvor han var, efter som Turen kom til hver enkelt.
29 ଆହୁରି ପରମେଶ୍ୱର ଶଲୋମନଙ୍କୁ ଅତିଶୟ ଜ୍ଞାନ ଓ ବୁଦ୍ଧି, ପୁଣି, ସମୁଦ୍ରତୀରସ୍ଥ ବାଲୁକା ନ୍ୟାୟ ମନର ବିସ୍ତୀର୍ଣ୍ଣତା ପ୍ରଦାନ କଲେ।
Gud skænkede Salomo Visdom og Kløgt i saare rigt Maal og en omfattende Forstand, som Sandet ved Havets Bred,
30 ପୂର୍ବଦେଶୀୟ ଓ ମିସରୀୟ ସମସ୍ତ ଲୋକଙ୍କର ସମୁଦାୟ ଜ୍ଞାନ ଅପେକ୍ଷା ଶଲୋମନଙ୍କର ଜ୍ଞାନ ଅଧିକ ହେଲା।
saa at Salomos Visdom var større end alle Østerlændingenes og alle Ægypternes Visdom.
31 କାରଣ, ସେ ସମସ୍ତ ଲୋକଙ୍କଠାରୁ, ଇଷ୍ରାହୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ ଓ କଲ୍କୋଲ୍ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନବାନ ଥିଲେ ଓ ଚତୁର୍ଦ୍ଦିଗସ୍ଥ ସକଳ ଗୋଷ୍ଠୀ ମଧ୍ୟରେ ତାଙ୍କର ସୁଖ୍ୟାତି ବ୍ୟାପିଲା।
Han var visere end alle andre, ja visere end Ezraiten Etan og visere end Heman, Kalkol og Darda, Mahols Sønner, og hans Ry naaede ud til alle Folkeslag rundt om.
32 ସେ ତିନି ସହସ୍ର ନୀତିକଥା କହିଲେ ଓ ତାଙ୍କର ଗୀତ ଏକ ସହସ୍ର ପାଞ୍ଚ ଥିଲା।
Han fremsagde 3000 Tankesprog, og Tallet paa hans Sange var 1005.
33 ପୁଣି, ସେ ଲିବାନୋନର ଏରସ ବୃକ୍ଷଠାରୁ ପ୍ରାଚୀରରେ ଉତ୍ପନ୍ନ ଏସୋବ ତୃଣ ପର୍ଯ୍ୟନ୍ତ ବୃକ୍ଷମାନର ବର୍ଣ୍ଣନା କଲେ; ସେ ପଶୁ ଓ ପକ୍ଷୀ ଓ ଉରୋଗାମୀ ପ୍ରାଣୀ ଓ ମତ୍ସ୍ୟମାନଙ୍କର ମଧ୍ୟ ବର୍ଣ୍ଣନା କଲେ।
Han talte om Træerne lige fra Cederen paa Libanon til Ysopen, der vokser frem af Muren; og han talte om Dyrene, Fuglene, Krybdyrene og Fiskene.
34 ପୁଣି, ପୃଥିବୀସ୍ଥ ଯେଉଁ ଯେଉଁ ରାଜା ଶଲୋମନଙ୍କର ଜ୍ଞାନ ବିଷୟ ଶୁଣିଥିଲେ, ସେମାନଙ୍କ ନିକଟରୁ ସର୍ବଦେଶୀୟ ଲୋକେ ତାଙ୍କର ଜ୍ଞାନର କଥା ଶୁଣିବାକୁ ଆସିଲେ।
Fra alle Folkeslag kom man for at lytte til Salomos Visdom, fra alle Jordens Konger, der hørte om hans Visdom.